ଦୈନନ୍ଦିନ ଜୀବନ
ବାଇବେଲରେ ଆତିଥ୍ୟ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 45ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସରରେ ବିଦେଶୀ ଥିଲଯାତ୍ରା 22:21, ଯାତ୍ରା 23:9, ଲେବୀ 19:33–34, ଦ୍ବି.ବି 10:19
ପଦଗୁଡ଼ିକ
ଯାତ୍ରା 22:21ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
ଯାତ୍ରା 23:9ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
ଲେବୀ 19:33–34ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ। ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ଦ୍ବି.ବି 10:19ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
- ଦରିଦ୍ର ଓ ଗୃହହୀନମାନଙ୍କୁ ଆପଣା ଘରକୁ ଆଣଯିଶା 58:7
ପଦଗୁଡ଼ିକ
ଯିଶା 58:7କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?
- ଭୋଜିରେ ଦରିଦ୍ର, ପଙ୍ଗୁ, ଛୋଟା ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କରଲୂକ 14:12–14
ପଦଗୁଡ଼ିକ
ଲୂକ 14:12–14ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, “ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ। କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର; ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”
- ପ୍ରତି ଗ୍ରାସର ଦାମ ଗଣୁଥିବା କୃପଣ ଆତିଥେୟଠାରୁ ସାବଧାନହିତୋ 23:6–8
ପଦଗୁଡ଼ିକ
ହିତୋ 23:6–8କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ; ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ, ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ। ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।
- “ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ” — କୁଣ୍ଠିତ ନ ହୋଇରୋମୀ 12:13, ପ୍ର. ପିତ 4:9
ପଦଗୁଡ଼ିକ
ରୋମୀ 12:13ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।
ପ୍ର. ପିତ 4:9କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
- କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତିଏବ୍ରୀ 13:2
ପଦଗୁଡ଼ିକ
ଏବ୍ରୀ 13:2ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
- ମଣ୍ଡଳୀର ନେତାମାନେ ଅତିଥିପରାୟଣ ହେବା ଆବଶ୍ୟକପ୍ର.ତୀମ 3:2, ତୀତ 1:8
ପଦଗୁଡ଼ିକ
ପ୍ର.ତୀମ 3:2ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,
ତୀତ 1:8ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,
- ବିଦେଶୀମାନଙ୍କୁ ଆତିଥ୍ୟ କରିବା ଓ ପାଦ ଧୋଇବା ପାଇଁ ଜଣାଶୁଣା ଜଣେ ବିଧବାପ୍ର.ତୀମ 5:10
ପଦଗୁଡ଼ିକ
ପ୍ର.ତୀମ 5:10ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
ଉଦାହରଣ
- ମଲ୍କୀଷେଦକ ଅବ୍ରାମଙ୍କ ପାଇଁ ରୁଟି ଓ ଦ୍ରାକ୍ଷାରସ ଆଣନ୍ତିଆଦି 14:18
ପଦଗୁଡ଼ିକ
ଆଦି 14:18ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;
- ଅବ୍ରହାମ ତିନି ଅପରିଚିତଙ୍କୁ ଭେଟିବାକୁ ଦୌଡ଼ି ଯାଇ ସେମାନଙ୍କୁ ଭୋଜନ ପରିବେଷଣ କରନ୍ତିଆଦି 18:1–8
ପଦଗୁଡ଼ିକ
ଆଦି 18:1–8ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ। ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ, “ହେ ପ୍ରଭୋ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ। ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲା ପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।” ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।” ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା। ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।
- ଲୋଟ ସଦୋମରେ ଦୁଇ ଅତିଥିଙ୍କୁ ଆପଣା ଘରକୁ ନିଅନ୍ତିଆଦି 19:1–3
ପଦଗୁଡ଼ିକ
ଆଦି 19:1–3ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା “ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।” ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।
- ଅବିମେଲକ ଅବ୍ରହାମଙ୍କୁ: “ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର”ଆଦି 20:14–15
ପଦଗୁଡ଼ିକ
ଆଦି 20:14–15ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ। ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”
- ଲାବନ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରନ୍ତିଆଦି 24:31–33
ପଦଗୁଡ଼ିକ
ଆଦି 24:31–33“ହେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।” ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା। ଏଥିଉତ୍ତାରେ ତାହା ସମ୍ମୁଖରେ ଭୋଜନ ସାମଗ୍ରୀ ରଖାଗଲା; ମାତ୍ର ସେ କହିଲା, “ବକ୍ତବ୍ୟ କଥା ନ କହି ମୁଁ ଭୋଜନ କରିବି ନାହିଁ।” ତହିଁରେ ଲାବନ କହିଲା, “କୁହ।”
- ଲାବନ ଯାକୁବଙ୍କୁ ଭେଟିବାକୁ ଦୌଡ଼ି ଯାଇ ତାଙ୍କୁ ଘରକୁ ଆଣନ୍ତିଆଦି 29:13–14
ପଦଗୁଡ଼ିକ
ଆଦି 29:13–14ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା। ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।
- ଇସ୍ହାକ ଅବିମେଲକ ଓ ତାଙ୍କ ଲୋକମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କରନ୍ତିଆଦି 26:26–30
ପଦଗୁଡ଼ିକ
ଆଦି 26:26–30ଏଥିଉତ୍ତାରେ ଅବିମେଲକ ଅହୁଷତ୍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍ହାକଙ୍କ ନିକଟକୁ ଗଲେ। ତହିଁରେ ଇସ୍ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କାହିଁକି ଆସିଅଛ?” ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ; ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରି ନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରି ନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।” ସେତେବେଳେ ଇସ୍ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।
- ଯୋଷେଫ ମିସରରେ ଆପଣା ଭାଇମାନଙ୍କ ସହିତ ଭୋଜନ କରନ୍ତିଆଦି 43:31–34
ପଦଗୁଡ଼ିକ
ଆଦି 43:31–34ଏଥିଉତ୍ତାରେ ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି, ଆପଣାକୁ ସମ୍ଭାଳି “ଭକ୍ଷ୍ୟଦ୍ରବ୍ୟ ପରିବେଷଣ କରିବା ନିମନ୍ତେ” ଆଜ୍ଞା ଦେଲେ। ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସରୀୟମାନଙ୍କର ଘୃଣିତ କର୍ମ। ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ। ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ।
- ଫାରୋ ଯାକୁବଙ୍କ ପରିବାରକୁ ଦେଶର ଉତ୍ତମ ଭାଗ ଦିଅନ୍ତିଆଦି 45:17–20, ଆଦି 47:11–12
ପଦଗୁଡ଼ିକ
ଆଦି 45:17–20ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ‘ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ, ପୁଣି, ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି, ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ।’ ଏବେ ଆମ୍ଭର ଆଜ୍ଞାନୁସାରେ ‘ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇଆସ। ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ।’”
ଆଦି 47:11–12ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍, ରାମିଷେଷ୍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ। ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ।
- ଯିଥ୍ରୋ: “ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ”ଯାତ୍ରା 2:20
ପଦଗୁଡ଼ିକ
ଯାତ୍ରା 2:20ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।”
- ରାହବ ଦୁଇ ଗୁପ୍ତଚରଙ୍କୁ ଆପଣା ଛାତ ଉପରେ ଲୁଚାଇ ରଖେଯିହୋ 2:1–6
ପଦଗୁଡ଼ିକ
ଯିହୋ 2:1–6ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ। ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, “ଦେଖ, ଆଜି ରାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି।” ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, “ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି।” ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, “ହଁ, ସେହି ଲୋକମାନେ ମୋʼ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ। ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗର-ଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରିଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।” ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।
- ଗିବୀୟାର ଜଣେ ବୃଦ୍ଧ ଜଣେ ଯାତ୍ରୀ ଲେବୀୟକୁ ଆଶ୍ରୟ ଦିଏବିଚାର 19:16–21
ପଦଗୁଡ଼ିକ
ବିଚାର 19:16–21ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟାକାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ-ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନ୍ ବଂଶୀୟ ଥିଲେ। ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, “ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?” ତହିଁରେ ସେ ତାହାକୁ କହିଲା, “ଆମ୍ଭେମାନେ ବେଥଲିହିମ-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥଲିହିମ ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ। ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।” ତହୁଁ ସେହି ବୃଦ୍ଧ ଲୋକ କହିଲା, “ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ଡରେ ରୁହ ନାହିଁ।” ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।
- ଫାରୋ ଯୁବକ ହଦଦ୍କୁ ଘର ଓ ଭୂମି ଦିଅନ୍ତିପ୍ର.ରା 11:17–19
ପଦଗୁଡ଼ିକ
ପ୍ର.ରା 11:17–19ସେସମୟରେ ହଦଦ୍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍ ସାନ ବାଳକ ଥିଲା। ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା। ପୁଣି, ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକୁ ତାହା ସଙ୍ଗେ ବିବାହ ଦେଲା;
- ସାରିଫତ୍ର ବିଧବା ଆପଣାର ଶେଷ ମଇଦା ଓ ତେଲ ଏଲୀୟଙ୍କ ସହିତ ଭାଗ କରେପ୍ର.ରା 17:10–16
ପଦଗୁଡ଼ିକ
ପ୍ର.ରା 17:10–16ତହିଁରେ ସେ ଉଠି ସାରିଫତ୍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।” ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।” ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।” ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର। କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।” ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନ ଯାଏ ଭୋଜନ କଲେ। ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।
- ଶୂନେମର ଜଣେ ସ୍ତ୍ରୀ ଇଲୀଶାୟଙ୍କ ପାଇଁ ଗୋଟିଏ କୋଠରୀ ତିଆରି କରେଦ୍ଵି.ରା 4:8–10
ପଦଗୁଡ଼ିକ
ଦ୍ଵି.ରା 4:8–10ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ। ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଅଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି। ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”
- ଇଲୀଶାୟ ବନ୍ଦୀ ଅରାମୀୟ ସୈନ୍ୟମାନଙ୍କୁ ଖୁଆଇ ଘରକୁ ପଠାଇବାକୁ କହନ୍ତିଦ୍ଵି.ରା 6:22–23
ପଦଗୁଡ଼ିକ
ଦ୍ଵି.ରା 6:22–23ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।” ତହିଁରେ ଇସ୍ରାଏଲର ରାଜା ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ। ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ।
- ଆୟୁବ: “ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି”ଆୟୁବ 31:32
ପଦଗୁଡ଼ିକ
ଆୟୁବ 31:32ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;
- ମାର୍ଥା ଯୀଶୁଙ୍କୁ ସ୍ୱାଗତ କରନ୍ତି; ବେଥନୀୟାରେ ତାଙ୍କ ପାଇଁ ରାତ୍ରିଭୋଜଲୂକ 10:38, ଯୋହ 12:1–2
ପଦଗୁଡ଼ିକ
ଲୂକ 10:38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।
ଯୋହ 12:1–2ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ। ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ।
- ଜଣେ ଫାରୂଶୀ ଯୀଶୁଙ୍କୁ ଭୋଜନ କରିବାକୁ ନିମନ୍ତ୍ରଣ କରନ୍ତିଲୂକ 11:37
ପଦଗୁଡ଼ିକ
ଲୂକ 11:37ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।
- ଜଖୀୟ ଆନନ୍ଦରେ ଯୀଶୁଙ୍କୁ ସ୍ୱାଗତ କରନ୍ତିଲୂକ 19:5–6
ପଦଗୁଡ଼ିକ
ଲୂକ 19:5–6ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, “ଜଖୀୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।” ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।
- ପିତର ଯାଫୋରେ ଚର୍ମକାର ଶିମୋନଙ୍କ ଘରେ ରହନ୍ତିପ୍ରେରି 9:43, ପ୍ରେରି 10:6
ପଦଗୁଡ଼ିକ
ପ୍ରେରି 9:43ପୁଣି, ପିତର ଅନେକ ଦିନ ଯାଫୋ ସହରରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ।
ପ୍ରେରି 10:6ସେ ଶିମୋନ ନାମକ ଜଣେ ଚର୍ମକାରକଙ୍କ ଅତିଥି ସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ।
- ପିତର କର୍ଣ୍ଣିଲୀୟଙ୍କ ଦୂତମାନଙ୍କୁ ଅତିଥି ରୂପେ ଭିତରକୁ ଡାକନ୍ତିପ୍ରେରି 10:23
ପଦଗୁଡ଼ିକ
ପ୍ରେରି 10:23ସେଥିରେ ସେ ସେମାନଙ୍କୁ ଭିତରକୁ ଡାକି ନେଇ ସେମାନଙ୍କର ଆତିଥ୍ୟ କଲେ। ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି, ଯାଫୋ ସହରନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କ ସାଙ୍ଗରେ ଗଲେ।
- ଲୂଦିଆ ପାଉଲ ଓ ତାଙ୍କ ସାଥୀମାନଙ୍କୁ ଆପଣା ଘରେ ରହିବାକୁ ଅନୁରୋଧ କରନ୍ତିପ୍ରେରି 16:15
ପଦଗୁଡ଼ିକ
ପ୍ରେରି 16:15ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।
- ମେଲିତୀ: ଦ୍ୱୀପବାସୀମାନେ ନିଆଁ ଜାଳନ୍ତି; ପୁବ୍ଲିୟ ତିନି ଦିନ ସେମାନଙ୍କ ଆତିଥ୍ୟ କରନ୍ତିପ୍ରେରି 28:2, ପ୍ରେରି 28:7
ପଦଗୁଡ଼ିକ
ପ୍ରେରି 28:2ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ।
ପ୍ରେରି 28:7ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ।
- ଅନୀସିଫର ଅନେକ ଥର ପାଉଲଙ୍କୁ ସତେଜ କରିଥିଲେଦ୍ଵି.ତୀମ 1:16
ପଦଗୁଡ଼ିକ
ଦ୍ଵି.ତୀମ 1:16ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,
- ଗାୟ ଅପରିଚିତ ଯାତ୍ରୀ ବିଶ୍ୱାସୀମାନଙ୍କୁ ସ୍ୱାଗତ କରନ୍ତିତୃ. ଯୋହ 1:1, ତୃ. ଯୋହ 1:5–8
ପଦଗୁଡ଼ିକ
ତୃ. ଯୋହ 1:1ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।
ତୃ. ଯୋହ 1:5–8ପ୍ରିୟ ବନ୍ଧୁ, ତୁମ୍ଭେ ଆପଣା ଭ୍ରାତୃଗଣ ପ୍ରତି ଏବଂ ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ। ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ବରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ, ଯେଣୁ ସେମାନେ ଅଣଯିହୁଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି। ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକର୍ମୀ ହୋଇପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ।
- ପ୍ରତିଜ୍ଞା ଅନୁସାରେ ଯିରୀହୋରେ ରାହବ ଓ ତାହାର ପରିବାର ରକ୍ଷା ପାଆନ୍ତିଯିହୋ 6:22–25
ପଦଗୁଡ଼ିକ
ଯିହୋ 6:22–25ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।” ଏଥିରେ ସେହି ଯୁବା ଗୁପ୍ତଚରମାନେ ଗଲେ, ପୁଣି ରାହାବକୁ ଓ ତାହାର ପିତା ଓ ତାହାର ମାତା ଓ ତାହାର ଭାଇମାନଙ୍କୁ, ପୁଣି ଯାହା ଯାହା ତାହାର ଥିଲା, ସେସବୁ ବାହାର କରି ଆଣିଲେ, ମଧ୍ୟ ସେମାନେ ତାହାର ଜ୍ଞାତି ସମସ୍ତଙ୍କୁ ବାହାର କରି ଆଣିଲେ; ଆଉ ସେମାନଙ୍କୁ ଇସ୍ରାଏଲ-ଛାଉଣି ବାହାରେ ରଖିଲେ। ଆହୁରି ଲୋକମାନେ ନଗର ଓ ତନ୍ମଧ୍ୟସ୍ଥିତସକଳ ବସ୍ତୁ ଅଗ୍ନିରେ ଦଗ୍ଧ କଲେ; କେବଳ ରୂପା ଓ ସୁନା, ପୁଣି ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ରଖିଲେ। ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ୱ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ୱେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଗୁପ୍ତଚରଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର