Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଘର

ଦୈନନ୍ଦିନ ଜୀବନ

ବାଇବେଲରେ ଘର

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 38ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ଏରସ କଡ଼ିକାଠ ଓ ଦେବଦାରୁ ବରଗା ଥିବା ପଥର ଘରଆମୋ 5:11, ପ.ଗୀ 1:17
    ପଦଗୁଡ଼ିକ
    ଆମୋ 5:11ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
    ପ.ଗୀ 1:17ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା।
  • କାନ୍ଥରେ ଚୂନ ଲିପାଯାଉଥିଲାଲେବୀ 14:42, ଦାନି 5:5
    ପଦଗୁଡ଼ିକ
    ଲେବୀ 14:42ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ।
    ଦାନି 5:5ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।
  • ଦଶ ଓ ଆଠ ହାତ ଲମ୍ବା ବଡ଼ ବହୁମୂଲ୍ୟ ପଥରର ମୂଳଦୁଆପ୍ର.ରା 7:9–10
    ପଦଗୁଡ଼ିକ
    ପ୍ର.ରା 7:9–10ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା। ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।
  • ଶଲୋମନ ଆପଣା ରାଜଗୃହ ନିର୍ମାଣ କରିବାକୁ ତେର ବର୍ଷ ନିଅନ୍ତିପ୍ର.ରା 7:1
    ପଦଗୁଡ଼ିକ
    ପ୍ର.ରା 7:1ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ।
  • ଦାଉଦ ଏରସ କାଠର ଗୃହରେ ବାସ କରନ୍ତିଦ୍ଵି.ଶା 7:2
    ପଦଗୁଡ଼ିକ
    ଦ୍ଵି.ଶା 7:2ରାଜା ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”
  • କାଠ ଫଳକରେ ମଣ୍ଡିତ ଘରହାଗ 1:4
    ପଦଗୁଡ଼ିକ
    ହାଗ 1:4“ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି?
  • ରାହବର ଘର ନଗର ପ୍ରାଚୀର ଉପରେ ନିର୍ମିତଯିହୋ 2:15
    ପଦଗୁଡ଼ିକ
    ଯିହୋ 2:15ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗରର ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।
  • ବିଶ୍ୱାସୀମାନଙ୍କ ଘରେ ମଣ୍ଡଳୀ ଏକତ୍ର ହେଉଥିଲାପ୍ରେରି 12:12, ରୋମୀ 16:5, କଲ 4:15, ଫିଲୀ 1:2
    ପଦଗୁଡ଼ିକ
    ପ୍ରେରି 12:12ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ।
    ରୋମୀ 16:5ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଏସିଆର ପ୍ରଥମ ଫଳ ସ୍ୱରୂପ ଅଟନ୍ତି।
    କଲ 4:15ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍‍ଫା ଓ ତାହାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ।
    ଫିଲୀ 1:2ପୁଣି, ଭଉଣୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ-ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ଡଳୀ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ;

ଛାତ

  • ରାହବ ଗୁପ୍ତଚରମାନଙ୍କୁ ଛାତ ଉପରେ ବିଛାଇଥିବା ଶଣ କାଠି ତଳେ ଲୁଚାଏଯିହୋ 2:6
    ପଦଗୁଡ଼ିକ
    ଯିହୋ 2:6ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।
  • ଶାମୁୟେଲ ଛାତ ଉପରେ ଶାଉଲଙ୍କ ସହିତ କଥା ହୁଅନ୍ତି, ଆଉ ଶାଉଲ ସେଠାରେ ଶୁଅନ୍ତିପ୍ର.ଶା 9:25–26
    ପଦଗୁଡ଼ିକ
    ପ୍ର.ଶା 9:25–26ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ। ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି, ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କୁ ଡାକି କହିଲେ, “ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି।” ତହିଁରେ ଶାଉଲ ଉଠିଲେ, ପୁଣି, ସେ ଓ ଶାମୁୟେଲ ଦୁହେଁ ବାହାରକୁ ଗଲେ।
  • ସନ୍ଧ୍ୟାରେ ଦାଉଦ ରାଜଗୃହର ଛାତ ଉପରେ ବୁଲନ୍ତିଦ୍ଵି.ଶା 11:2
    ପଦଗୁଡ଼ିକ
    ଦ୍ଵି.ଶା 11:2ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।
  • ପର୍ବ ପାଇଁ ଛାତ ଉପରେ ଓ ପ୍ରାଙ୍ଗଣରେ କୁଟୀର ନିର୍ମାଣ କରାଯାଏନିହି 8:16
    ପଦଗୁଡ଼ିକ
    ନିହି 8:16ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ୱରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ୱାରର ଛକରେ ଓ ଇଫ୍ରୟିମ-ଦ୍ୱାରର ଛକରେ ନିର୍ମାଣ କଲେ।
  • ପଲେଷ୍ଟୀୟ ମନ୍ଦିରର ଛାତ ଉପରେ ପ୍ରାୟ ତିନି ହଜାର ଲୋକବିଚାର 16:27
    ପଦଗୁଡ଼ିକ
    ବିଚାର 16:27ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍‍ଶୋନ୍‍ର କୌତୁକ ଦେଖୁଥିଲେ।
  • ବନ୍ଧୁମାନେ ଛାତ ଖୋଲି ଟାଇଲ ଦେଇ ଜଣେ ପକ୍ଷାଘାତୀକୁ ତଳକୁ ଓହ୍ଲାନ୍ତିମାର୍କ 2:4, ଲୂକ 5:19
    ପଦଗୁଡ଼ିକ
    ମାର୍କ 2:4କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ।
    ଲୂକ 5:19କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ।
  • ଭିତର କୋଠରୀରେ କାନେ କାନେ କୁହାଯାଇଥିବା କଥା ଛାତ ଉପରୁ ପ୍ରଚାରିତ ହେବଲୂକ 12:3
    ପଦଗୁଡ଼ିକ
    ଲୂକ 12:3ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହିସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ।”

କୋଠରୀ, କବାଟ ଓ ଝରକା

  • ରାଜା ଇଗ୍ଲୋନ ଆପଣା ଶୀତଳ ଉପର ମହଲାରେ ଏକାକୀ ବସିଥାନ୍ତିବିଚାର 3:20
    ପଦଗୁଡ଼ିକ
    ବିଚାର 3:20ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।
  • ଏଲୀୟ ବିଧବାର ଘରର ଉପର କୋଠରୀରେ ରହନ୍ତିପ୍ର.ରା 17:19
    ପଦଗୁଡ଼ିକ
    ପ୍ର.ରା 17:19ତହୁଁ ଏଲୀୟ ତାହାକୁ କହିଲେ, “ମୋତେ ତୁମ୍ଭ ପୁତ୍ରକୁ ଦିଅ।” ତହିଁରେ ସେ ତାହା କୋଳରୁ ବାଳକକୁ ନେଇ ଆପଣା ରହିବା ଉପର କୋଠରିକୁ ଘେନିଯାଇ ଆପଣା ଶଯ୍ୟାରେ ତାହାକୁ ଶୁଆଇଲେ।
  • ନିସ୍ତାର ପର୍ବ ପାଇଁ ସଜ୍ଜିତ ଓ ପ୍ରସ୍ତୁତ ଏକ ବଡ଼ ଉପର କୋଠରୀମାର୍କ 14:14–15
    ପଦଗୁଡ଼ିକ
    ମାର୍କ 14:14–15ସେ ଯେଉଁ ଗୃହରେ ପ୍ରବେଶ କରିବ, ସେହି ଗୃହର କର୍ତ୍ତାଙ୍କୁ କୁହ, ଗୁରୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ମୋହର ସେହି ଅତିଥିଶାଳା କାହିଁ? ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।”
  • ଯୋଷେଫ କାନ୍ଦିବା ପାଇଁ ଏକ ନିଭୃତ କୋଠରୀକୁ ଯାଆନ୍ତିଆଦି 43:30
    ପଦଗୁଡ଼ିକ
    ଆଦି 43:30ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।
  • ଅହସୀୟ ଆପଣା ଉପର କୋଠରୀର ଜାଲିରୁ ତଳେ ପଡ଼ିଯାଆନ୍ତିଦ୍ଵି.ରା 1:2
    ପଦଗୁଡ଼ିକ
    ଦ୍ଵି.ରା 1:2ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”
  • ସୀଷରାର ମାଆ ଝରକାର ଜାଲି ଦେଇ ଚାହେଁବିଚାର 5:28
    ପଦଗୁଡ଼ିକ
    ବିଚାର 5:28ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ‘ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି?’
  • ଇଉତୁଖ ଝରକାରେ ଶୋଇପଡ଼ି ତୃତୀୟ ମହଲାରୁ ପଡ଼ିଯାଏପ୍ରେରି 20:9
    ପଦଗୁଡ଼ିକ
    ପ୍ରେରି 20:9ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।

ବ୍ୟବସ୍ଥାରେ

  • ନୂଆ ଘରର ଛାତ ଚାରିପାଖରେ ବେଢ଼ା ଆବଶ୍ୟକଦ୍ବି.ବି 22:8
    ପଦଗୁଡ଼ିକ
    ଦ୍ବି.ବି 22:8ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଲୁହାର ବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ।
  • ବ୍ୟବସ୍ଥାର ବାକ୍ୟ ଦ୍ୱାରବନ୍ଧ ଓ ନଗରଦ୍ୱାରରେ ଲେଖାଯାଏଦ୍ବି.ବି 6:9
    ପଦଗୁଡ଼ିକ
    ଦ୍ବି.ବି 6:9ଆହୁରି ତୁମ୍ଭେ ଆପଣା ଗୃହଦ୍ୱାର ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ।
  • ଘରେ ଛତା: ପଥର ବଦଳାଯାଏ, କାନ୍ଥ ଚାଞ୍ଛି ପୁଣି ଲିପାଯାଏଲେବୀ 14:40–45
    ପଦଗୁଡ଼ିକ
    ଲେବୀ 14:40–45ତେବେ ଯାଜକ ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ। ପୁଣି, ସେ ସେହି ଗୃହର ଭିତର ଚାରିଆଡ଼େ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବ। ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ। ଆଉ, ସେହି ପ୍ରସ୍ତର ବଦଳ କଲା ଉତ୍ତାରେ ଓ ଗୃହ ଚାଞ୍ଛିଲା ଉତ୍ତାରେ ଓ ଲେପନ କଲା ଉତ୍ତାରେ ଯେବେ ସେହି ଦାଗ ପୁନର୍ବାର ଗୃହରେ ଫୁଟି ବାହାରେ, ତେବେ ଯାଜକ ଆସି ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠରୋଗ ଅଛି; ତାହା ଅଶୁଚି ଅଟେ। ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବୋହି ନେଇଯିବ।
  • ପ୍ରାଚୀରବେଷ୍ଟିତ ନଗରରେ ବିକା ଘର ଏକ ବର୍ଷ ମଧ୍ୟରେ ମୁକ୍ତ କରାଯାଇପାରେଲେବୀ 25:29–30
    ପଦଗୁଡ଼ିକ
    ଲେବୀ 25:29–30ଆଉ, ଯଦି କେହି ପ୍ରାଚୀର-ବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ। ମାତ୍ର ଯଦି ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରା ନ ଯାଏ, ତେବେ ପ୍ରାଚୀର-ବେଷ୍ଟିତ ନଗର ମଧ୍ୟବର୍ତ୍ତୀ ସେହି ଗୃହ ପୁରୁଷ-ପରମ୍ପରାରେ କ୍ରୟକର୍ତ୍ତାର ନିତ୍ୟ ଅଧିକାର ହେବ; ଯୋବେଲ ସମୟରେ ତାହା ମୁକ୍ତ ହେବ ନାହିଁ।
  • ପ୍ରାଚୀରହୀନ ଗ୍ରାମର ଘର ଯୋବେଲ ସମୟରେ ମାଲିକଙ୍କୁ ଫେରେଲେବୀ 25:31
    ପଦଗୁଡ଼ିକ
    ଲେବୀ 25:31ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୋବେଲ ସମୟରେ ତାହା ମୁକ୍ତ ହେବ।
  • ନୂଆ ଘର ପ୍ରତିଷ୍ଠା କରି ନ ଥିବା ଲୋକକୁ ଯୁଦ୍ଧରୁ ଘରକୁ ପଠାଯାଏଦ୍ବି.ବି 20:5
    ପଦଗୁଡ଼ିକ
    ଦ୍ବି.ବି 20:5ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।

ବାଣୀ

  • ଜ୍ଞାନୀ ଲୋକ ଶୈଳ ଉପରେ ଆପଣା ଘର ନିର୍ମାଣ କରେ (ଏକ ଦୃଷ୍ଟାନ୍ତ)ମାଥି 7:24–27, ଲୂକ 6:48
    ପଦଗୁଡ଼ିକ
    ମାଥି 7:24–27ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ। ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା। ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ। ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”
    ଲୂକ 6:48ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।
  • ଜ୍ଞାନ ଦ୍ୱାରା ଘର ନିର୍ମିତ ହୁଏହିତୋ 24:3
    ପଦଗୁଡ଼ିକ
    ହିତୋ 24:3ଜ୍ଞାନରେ ଗୃହ ନିର୍ମିତ ହୁଏ ଓ ବୁଦ୍ଧିରେ ତାହା ସ୍ଥିର ହୁଏ;
  • ପ୍ରତ୍ୟେକ ଜ୍ଞାନବତୀ ସ୍ତ୍ରୀ ଆପଣା ଘର ନିର୍ମାଣ କରେହିତୋ 14:1
    ପଦଗୁଡ଼ିକ
    ହିତୋ 14:1ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର