ଅନୁସନ୍ଧାନ › ବିଷୟ › ଶିକାର ଓ ଫାନ୍ଦ
ଦୈନନ୍ଦିନ ଜୀବନ
ବାଇବେଲରେ ଶିକାର ଓ ଫାନ୍ଦ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 14ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ନିମ୍ରୋଦ୍, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ”ଆଦି 10:9
ପଦଗୁଡ଼ିକ
ଆଦି 10:9ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ।”
- ଇଶ୍ମାୟେଲ ପ୍ରାନ୍ତରରେ ବଢ଼ି ଜଣେ ମହାନ ଧନୁର୍ଦ୍ଧାରୀ ହୁଅନ୍ତିଆଦି 21:20
ପଦଗୁଡ଼ିକ
ଆଦି 21:20ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।
- ଏଷୌ ଜଣେ ନିପୁଣ ଶିକାରୀ, କ୍ଷେତ୍ରର ଲୋକ ହୁଅନ୍ତିଆଦି 25:27
ପଦଗୁଡ଼ିକ
ଆଦି 25:27ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।
- ଇସ୍ହାକଙ୍କୁ ମୃଗମାଂସ ଭଲ ଲାଗେ ଓ ସେ ଏଷୌଙ୍କୁ ପ୍ରେମ କରନ୍ତିଆଦି 25:28
ପଦଗୁଡ଼ିକ
ଆଦି 25:28ଇସ୍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
- ଇସ୍ହାକ ଏଷୌଙ୍କୁ ତୂଣ ଓ ଧନୁ ଦେଇ ଶିକାର କରିବାକୁ ପଠାନ୍ତିଆଦି 27:3–5
ପଦଗୁଡ଼ିକ
ଆଦି 27:3–5ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ। ପୁଣି, ମୁଁ ଯେରୂପ ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।” ଇସ୍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,
- ଏଷୌ ଶିକାରରୁ ଫେରନ୍ତି, ମାତ୍ର ଆଶୀର୍ବାଦ ପାଇଁ ବହୁତ ଡେରି ହୋଇଯାଇଥାଏଆଦି 27:30–33
ପଦଗୁଡ଼ିକ
ଆଦି 27:30–33ଏହି ପ୍ରକାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟରୁ ବାହାର ହେବା ମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା। ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।” ତହିଁରେ ତାହାର ପିତା ଇସ୍ହାକ କହିଲେ, “ତୁମ୍ଭେ କିଏ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।” ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”
ବ୍ୟବସ୍ଥାରେ
- ଶିକାର କରାଯାଇଥିବା ପଶୁର ରକ୍ତ ବୁହାଇ ଧୂଳିରେ ଢାଙ୍କିଦିଆଯାଏଲେବୀ 17:13
ପଦଗୁଡ଼ିକ
ଲେବୀ 17:13ଆଉ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ଶିକାରରେ କୌଣସି ଖାଦ୍ୟ ଯୋଗ୍ୟ ପଶୁକୁ ବା ପକ୍ଷୀକୁ ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ।
ଫାନ୍ଦ ଓ ଜାଲ
- ଜାଲ, ଜାଲିକା, ଫାନ୍ଦ, ପାଶ ଓ ଭୂମିରେ ଲୁଚାଯାଇଥିବା ଫାଶଆୟୁବ 18:8–10
ପଦଗୁଡ଼ିକ
ଆୟୁବ 18:8–10ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ। ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ। ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି।
- ଜାଲରେ ଧରାପଡ଼ିଥିବା ଏକ ହରିଣଯିଶା 51:20
ପଦଗୁଡ଼ିକ
ଯିଶା 51:20ଜାଲରେ ବଦ୍ଧ ହରିଣର ପ୍ରାୟ ତୁମ୍ଭର ପୁତ୍ରଗଣ ମୂର୍ଚ୍ଛିତ ହୋଇଅଛନ୍ତି, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ ପଡ଼ିଅଛନ୍ତି; ସେମାନେ ସଦାପ୍ରଭୁଙ୍କ କୋପରେ, ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।
- ବ୍ୟାଧମାନେ ଛକି ରହି ଫାନ୍ଦ ପାତନ୍ତିଯିରି 5:26
ପଦଗୁଡ଼ିକ
ଯିରି 5:26କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।
- ବାଟ କଡ଼ରେ ବିଛାଯାଇଥିବା ଜାଲର ରଜ୍ଜୁ ଓ ପାତିଥିବା ଫାନ୍ଦଗୀତ 140:5
ପଦଗୁଡ଼ିକ
ଗୀତ 140:5ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା]
ତୁଳନା
- ଦାଉଦ: ପର୍ବତରେ ତିତିର ପକ୍ଷୀ ଶିକାର କରିବା ପରିପ୍ର.ଶା 26:20
ପଦଗୁଡ଼ିକ
ପ୍ର.ଶା 26:20ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।”
- “ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି”ବିଳା 3:52
ପଦଗୁଡ଼ିକ
ବିଳା 3:52ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।
- “ବ୍ୟାଧର ଫାନ୍ଦରୁ” ରକ୍ଷାଗୀତ 91:3
ପଦଗୁଡ଼ିକ
ଗୀତ 91:3କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର