Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଉତ୍ତରାଧିକାର ଓ ଇଚ୍ଛାପତ୍ର

ଦୈନନ୍ଦିନ ଜୀବନ

ବାଇବେଲରେ ଉତ୍ତରାଧିକାର ଓ ଇଚ୍ଛାପତ୍ର

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 39ଟି ଅଂଶ, ଧାଡ଼ି ପରେ ଧାଡ଼ି।

ଉଦାହରଣ

  • ନିଃସନ୍ତାନ ଅବ୍ରାମ: ଦାସ ଦମ୍ମେଶକୀୟ ଇଲୀୟେଜର ମୋର ଉତ୍ତରାଧିକାରୀ ହେବଆଦି 15:2–3
    ପଦଗୁଡ଼ିକ
    ଆଦି 15:2–3ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କʼଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।” ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”
  • ସାରା: ଦାସୀର ପୁତ୍ର ଇସ୍‌ହାକଙ୍କ ସହିତ ଅଧିକାରର ଭାଗୀ ହେବ ନାହିଁଆଦି 21:10
    ପଦଗୁଡ଼ିକ
    ଆଦି 21:10ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍‌ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”
  • ଅବ୍ରହାମ ସର୍ବସ୍ୱ ଇସ୍‌ହାକଙ୍କୁ ଦିଅନ୍ତି ଓ ଉପପତ୍ନୀମାନଙ୍କ ପୁତ୍ରମାନଙ୍କୁ ଦାନ ଦେଇ ବିଦାୟ କରନ୍ତିଆଦି 24:36, ଆଦି 25:5–6
    ପଦଗୁଡ଼ିକ
    ଆଦି 24:36ପୁଣି, ମୋʼ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି।
    ଆଦି 25:5–6ଏଥିଉତ୍ତାରେ ଅବ୍ରହାମ ଇସ୍‌ହାକକୁ ଆପଣାର ସର୍ବସ୍ୱ ଦେଲେ। ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‌ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।
  • ରାହେଲ ଓ ଲେୟା: “ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି?”ଆଦି 31:14–16
    ପଦଗୁଡ଼ିକ
    ଆଦି 31:14–16ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, “ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି? ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି। ଏହେତୁ ପରମେଶ୍ୱର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁସବୁ ଧନ ନେଇଅଛନ୍ତି, ସେହି ସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର। ଏଣୁ ପରମେଶ୍ୱର ତୁମ୍ଭକୁ ଯାହା କହିଲେ, ତୁମ୍ଭେ ତାହା କର।”
  • ଯାକୁବ ଯୋଷେଫଙ୍କୁ ଭାଇମାନଙ୍କଠାରୁ ଅଧିକ ଏକ ଭୂମିଖଣ୍ଡ ଦିଅନ୍ତିଆଦି 48:21–22
    ପଦଗୁଡ଼ିକ
    ଆଦି 48:21–22ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ। ମୁଁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।”
  • ରୁବେନ୍‍ଙ୍କ ଜ୍ୟେଷ୍ଠାଧିକାର ଯୋଷେଫଙ୍କ ପୁତ୍ରମାନଙ୍କୁ ଯାଏପ୍ର.ବଂ 5:1–2
    ପଦଗୁଡ଼ିକ
    ପ୍ର.ବଂ 5:1–2ଇସ୍ରାଏଲର ପ୍ରଥମଜାତ ରୁବେନ୍‍ର ସନ୍ତାନଗଣର କଥା, ରୁବେନ୍‍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ। କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;
  • ସଲଫାଦର କନ୍ୟାମାନେ ପିତାଙ୍କ ଭାଇମାନଙ୍କ ମଧ୍ୟରେ ଭୂମି ପାଆନ୍ତିଗଣ 27:1–4, ଯିହୋ 17:3–4
    ପଦଗୁଡ଼ିକ
    ଗଣ 27:1–4ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା। ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ, “ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା। ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”
    ଯିହୋ 17:3–4ମାତ୍ର ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ସଲଫାଦର ପୁତ୍ରସନ୍ତାନ ନ ଥିଲେ, କେବଳ କେତେକ କନ୍ୟା ଥିଲେ; ତାହାର କନ୍ୟାମାନଙ୍କ ନାମ ମହଲା ଓ ନୋୟା ଓ ହଗ୍ଲା ଓ ମିଲ୍କା ଓ ତିର୍ସା। ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।
  • ଅନ୍ୟ ସ୍ତ୍ରୀର ପୁତ୍ର ବୋଲି ଯିପ୍ତହଙ୍କୁ ଅଧିକାରରୁ ବଞ୍ଚିତ କରାଯାଏବିଚାର 11:2
    ପଦଗୁଡ଼ିକ
    ବିଚାର 11:2ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ିଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”
  • ମୃତ ଲୋକର ନାମ ରଖିବା ପାଇଁ ବୋୟଜ ଏଲିମେଲକଙ୍କ ଭୂମି କିଣନ୍ତିରୂତ 4:5–6, ରୂତ 4:9–10
    ପଦଗୁଡ଼ିକ
    ରୂତ 4:5–6ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।” ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”
    ରୂତ 4:9–10ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, “ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ। ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତି ସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।”
  • ନାବୋତ ଆପଣା ପିତୃପୁରୁଷମାନଙ୍କ ଅଧିକାର ବିକିବେ ନାହିଁପ୍ର.ରା 21:2–3
    ପଦଗୁଡ଼ିକ
    ପ୍ର.ରା 21:2–3ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।” ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”
  • ଯିହୋଶାଫଟ୍‍ ପୁତ୍ରମାନଙ୍କୁ ଦାନ ଓ ନଗର ଦିଅନ୍ତି, ରାଜ୍ୟ ପ୍ରଥମଜାତକୁଦ୍ଵି.ବଂ 21:3
    ପଦଗୁଡ଼ିକ
    ଦ୍ଵି.ବଂ 21:3ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦା ଦେଶସ୍ଥ ପ୍ରାଚୀର-ବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍‍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।
  • ଆୟୁବ ଆପଣା କନ୍ୟାମାନଙ୍କୁ ଭାଇମାନଙ୍କ ମଧ୍ୟରେ ଅଧିକାର ଦିଅନ୍ତିଆୟୁବ 42:15
    ପଦଗୁଡ଼ିକ
    ଆୟୁବ 42:15ସାରା ଦେଶରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା।
  • ଯିରିମୀୟ ମୁକ୍ତିର ଅଧିକାରରେ ଆପଣା ପିତୃବ୍ୟପୁତ୍ରର କ୍ଷେତ୍ର କିଣନ୍ତିଯିରି 32:7–8
    ପଦଗୁଡ଼ିକ
    ଯିରି 32:7–8ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍‍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍‍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’ ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍‍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।
  • “ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ”ଲୂକ 12:13
    ପଦଗୁଡ଼ିକ
    ଲୂକ 12:13ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ।
  • ସାନ ପୁଅ ସମ୍ପତ୍ତିରୁ ଆପଣା ଭାଗ ମାଗେ (ଏକ ଦୃଷ୍ଟାନ୍ତ)ଲୂକ 15:12–13
    ପଦଗୁଡ଼ିକ
    ଲୂକ 15:12–13ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ। ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ। ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।
  • ଚାଷୀମାନେ ଉତ୍ତରାଧିକାରୀକୁ ବଧ କରି ଅଧିକାର ନେବାକୁ ଷଡ଼ଯନ୍ତ୍ର କରନ୍ତି (ଏକ ଦୃଷ୍ଟାନ୍ତ)ମାର୍କ 12:7
    ପଦଗୁଡ଼ିକ
    ମାର୍କ 12:7ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ।

ବ୍ୟବସ୍ଥାରେ

  • ପୁତ୍ର ନ ଥିଲେ: କନ୍ୟାକୁ, ତା’ପରେ ଭାଇ, ପିତୃବ୍ୟ, ନିକଟତମ ଆତ୍ମୀୟକୁଗଣ 27:8–11
    ପଦଗୁଡ଼ିକ
    ଗଣ 27:8–11ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ। ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ। ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ। ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।’”
  • ଅପ୍ରିୟା ଭାର୍ଯ୍ୟାର ପ୍ରଥମଜାତ ମଧ୍ୟ ଦୁଇ ଗୁଣ ଅଂଶ ପାଏଦ୍ବି.ବି 21:15–17
    ପଦଗୁଡ଼ିକ
    ଦ୍ବି.ବି 21:15–17ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ; ତେବେ ସେ ଆପଣା ପୁତ୍ରମାନଙ୍କୁ ସର୍ବସ୍ୱର ଅଧିକାର ଦେବା ସମୟରେ ଅପ୍ରିୟାଜାତ ଜ୍ୟେଷ୍ଠ ପୁତ୍ର ଥାଉ ଥାଉ ସେ ପ୍ରିୟାଜାତ ପୁତ୍ରକୁ ଜ୍ୟେଷ୍ଠାଧିକାର ଦେଇ ପାରିବ ନାହିଁ। ମାତ୍ର ସେ ଅପ୍ରିୟା ପୁତ୍ରକୁ ଜ୍ୟେଷ୍ଠ ବୋଲି ସ୍ୱୀକାର କରି ଆପଣା ସର୍ବସ୍ୱରୁ ଦୁଇଗୁଣ ଅଂଶ ତାହାକୁ ଦେବ; କାରଣ ସେ ତାହାର ଶକ୍ତିର ପ୍ରଥମ ଫଳ ଜ୍ୟେଷ୍ଠାଧିକାର ତାହାରି ଅଟେ।
  • ଅଧିକାରର ଭୂମି ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁଗଣ 36:7–9
    ପଦଗୁଡ଼ିକ
    ଗଣ 36:7–9ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ। ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଯେପରି ଆପଣା ଆପଣା ପୈତୃକ ଅଧିକାର ଭୋଗ କରିବେ, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣଙ୍କର କୌଣସି ବଂଶ ମଧ୍ୟରେ ଯେଉଁ କନ୍ୟାର ଅଧିକାର ଥାଏ, ସେ ଆପଣା ପିତୃବଂଶୀୟ ପରିବାର ମଧ୍ୟରେ ଜଣକର ଭାର୍ଯ୍ୟା ହେବ। ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।”
  • ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ ହୁଏ, ବଡ଼ ବଂଶକୁ ଅଧିକଗଣ 26:53–55
    ପଦଗୁଡ଼ିକ
    ଗଣ 26:53–55“ନାମ-ସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ। ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ। ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।
  • ଦେଶରେ ତାଙ୍କର କୌଣସି ଅଧିକାର ନ ଥିବ ବୋଲି ହାରୋଣଙ୍କୁ କୁହାଯାଏଗଣ 18:20
    ପଦଗୁଡ଼ିକ
    ଗଣ 18:20ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।
  • ଅଧିପତିଙ୍କ ଦାସକୁ ଦିଆଯାଇଥିବା ଦାନ ମୁକ୍ତି ବର୍ଷରେ ଫେରିଯାଏଯିହି 46:16–17
    ପଦଗୁଡ଼ିକ
    ଯିହି 46:16–17ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଅଧିପତି ଯଦି ଆପଣା ପୁତ୍ରଗଣ ମଧ୍ୟରୁ କାହାକୁ କିଛି ଦାନ କରନ୍ତି, ତେବେ ତାହା ତାଙ୍କ ଉତ୍ତରାଧିକାର, ତାହା ତାଙ୍କ ପୁତ୍ରଗଣର ହେବ; ସେମାନେ ଉତ୍ତରାଧିକାର କ୍ରମେ ତାହା ଭୋଗ କରିବେ। ମାତ୍ର ସେ ଯଦି ଆପଣାର ଦାସମାନଙ୍କ ମଧ୍ୟରୁ ଜଣକୁ ଆପଣା ଉତ୍ତରାଧିକାରରୁ କିଛି ଦାନ କରନ୍ତି, ତେବେ ତାହା ମୁକ୍ତି ବର୍ଷ ପର୍ଯ୍ୟନ୍ତ ତାହାର ହେବ; ତହିଁ ଉତ୍ତାରେ ତାହା ଅଧିପତିଙ୍କର ହେବ; ତାଙ୍କ ଉତ୍ତରାଧିକାରୀତ୍ତ୍ୱ କେବଳ ତାଙ୍କ ପୁତ୍ରଗଣର ହେବ।

ଶେଷ ଇଚ୍ଛା

  • ଯାକୁବ ହାତ ଓଲଟାଇ ଇଫ୍ରୟିମଙ୍କୁ ମନଃଶିଙ୍କ ଆଗରେ ରଖନ୍ତିଆଦି 48:13–14, ଆଦି 48:19–20
    ପଦଗୁଡ଼ିକ
    ଆଦି 48:13–14ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ। ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନାପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।
    ଆଦି 48:19–20ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।” ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ‘ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।’” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।
  • ମୃତ୍ୟୁ ପୂର୍ବରୁ ଯାକୁବ ପୁତ୍ରମାନଙ୍କୁ ଏକତ୍ର କରି ପ୍ରତ୍ୟେକଙ୍କୁ ଆଶୀର୍ବାଦ କରନ୍ତିଆଦି 49:1, ଆଦି 49:28, ଆଦି 49:33
    ପଦଗୁଡ଼ିକ
    ଆଦି 49:1ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।
    ଆଦି 49:28ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ।
    ଆଦି 49:33ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।
  • ଶଲୋମନଙ୍କ ପ୍ରତି ଦାଉଦଙ୍କ ଶେଷ ଆଦେଶପ୍ର.ରା 2:1–3
    ପଦଗୁଡ଼ିକ
    ପ୍ର.ରା 2:1–3ଏଥିଉତ୍ତାରେ ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ, “ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି; ଏହେତୁ ତୁମ୍ଭେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର। ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହି ସବୁରେ ଯେପରି କୁଶଳ ପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥା-ଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;
  • ଯିଶାଇୟ ହିଜକୀୟଙ୍କୁ: “ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼”ଦ୍ଵି.ରା 20:1
    ପଦଗୁଡ଼ିକ
    ଦ୍ଵି.ରା 20:1ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
  • ଇଚ୍ଛାପତ୍ର କେବଳ ତାହାର କର୍ତ୍ତାଙ୍କ ମୃତ୍ୟୁ ପରେ ବଳବତ୍ ହୁଏଏବ୍ରୀ 9:16–17
    ପଦଗୁଡ଼ିକ
    ଏବ୍ରୀ 9:16–17କାରଣ ଚୁକ୍ତି କରାଯାଇଥିଲେ ଚୁକ୍ତି କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ। ଯେଣୁ ମୃତ୍ୟୁ ଘଟିଲେ ଚୁକ୍ତି ବଳବନ୍ତ ହୁଏ, କାରଣ ଚୁକ୍ତି କରିଥିବା ଲୋକ ଜୀବିତ ଥିବା ପର୍ଯ୍ୟନ୍ତ ତାହା କଦାପି କାର୍ଯ୍ୟକାରୀ ହୁଏ ନାହିଁ।
  • ଦୃଢ଼ୀକୃତ ମନୁଷ୍ୟର ନିୟମ ରଦ୍ଦ କି ସଂଶୋଧନ କରାଯାଇପାରେ ନାହିଁଗାଲା 3:15
    ପଦଗୁଡ଼ିକ
    ଗାଲା 3:15ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରିପାରେ ନାହିଁ ବା ସେଥିରେ କିଛି ଯୋଗ କରିପାରେ ନାହିଁ।
  • ବାଳକ ଉତ୍ତରାଧିକାରୀ ଅଭିଭାବକ ଓ ତତ୍ତ୍ୱାବଧାରକମାନଙ୍କ ଅଧୀନରେ ଥାଏଗାଲା 4:1–2
    ପଦଗୁଡ଼ିକ
    ଗାଲା 4:1–2କିନ୍ତୁ ମୁଁ କହୁଅଛି, ଯେତେ ଦିନ ପର୍ଯ୍ୟନ୍ତ ଉତ୍ତରାଧିକାରୀ ନାବାଳକ ଥାଏ, ସେତେ ଦିନ ପର୍ଯ୍ୟନ୍ତ ସେ ସମସ୍ତ ବିଷୟର କର୍ତ୍ତା ହେଲେ ହେଁ କୌଣସି ପ୍ରକାରେ ଦାସଠାରୁ ଭିନ୍ନ ନୁହେଁ, କିନ୍ତୁ ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ସେ ଅଭିଭାବକ ଓ ବେବର୍ତ୍ତାମାନଙ୍କ ଅଧୀନରେ ଥାଏ।

ବାଣୀ

  • ଜ୍ଞାନୀ ଦାସ ଭାଇମାନଙ୍କ ମଧ୍ୟରେ ଜଣେ ପରି ଅଧିକାରର ଭାଗ ପାଇବହିତୋ 17:2
    ପଦଗୁଡ଼ିକ
    ହିତୋ 17:2ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।
  • ବିଫଳ ଉଦ୍ୟମରେ ହଜିଯାଇଥିବା ଧନ ପୁତ୍ରକୁ ଦେବା ପାଇଁ କିଛି ଛାଡ଼େ ନାହିଁଉପ 5:13–14
    ପଦଗୁଡ଼ିକ
    ଉପ 5:13–14ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି; ଆଉ, ଦୁର୍ଘଟଣା ଦ୍ୱାରା ସେହି ସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।
  • ଗୃହ ଓ ଧନ ପିତୃପୁରୁଷଙ୍କଠାରୁ ଅଧିକାର ରୂପେ ମିଳେହିତୋ 19:14
    ପଦଗୁଡ଼ିକ
    ହିତୋ 19:14ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
  • ମୋର ଉତ୍ତରାଧିକାରୀ ଜ୍ଞାନୀ ହେବ କି ମୂର୍ଖ ହେବ, କିଏ ଜାଣେ?ଉପ 2:18–19
    ପଦଗୁଡ଼ିକ
    ଉପ 2:18–19ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହି ସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ। ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର