ଅନୁସନ୍ଧାନ › ବିଷୟ › ଈର୍ଷା ଓ ପରଶ୍ରୀକାତରତା
ଦୈନନ୍ଦିନ ଜୀବନ
ବାଇବେଲରେ ଈର୍ଷା ଓ ପରଶ୍ରୀକାତରତା
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 26ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ଈର୍ଷା ସ୍ୱାମୀକୁ କ୍ରୋଧାନ୍ୱିତ କରେହିତୋ 6:34
ପଦଗୁଡ଼ିକ
ହିତୋ 6:34ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ।
- କ୍ରୋଧ ବନ୍ୟା ପରି, ମାତ୍ର ଈର୍ଷା ସମ୍ମୁଖରେ କିଏ ଠିଆ ହୋଇପାରେ?ହିତୋ 27:4
ପଦଗୁଡ଼ିକ
ହିତୋ 27:4କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?
- ପରଶ୍ରୀକାତରତା ଅସ୍ଥିର କ୍ଷୟହିତୋ 14:30
ପଦଗୁଡ଼ିକ
ହିତୋ 14:30ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।
- ପରିଶ୍ରମ ଓ ସଫଳତା ପ୍ରତିବାସୀ ପ୍ରତି ଈର୍ଷାରୁ ଜନ୍ମେଉପ 4:4
ପଦଗୁଡ଼ିକ
ଉପ 4:4ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
- ପ୍ରେମ ମୃତ୍ୟୁ ପରି ବଳବାନ, ତାହାର ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼ପ.ଗୀ 8:6
ପଦଗୁଡ଼ିକ
ପ.ଗୀ 8:6ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।
- ଯେଉଁଠାରେ ଈର୍ଷା ଅଛି, ସେଠାରେ ଅଶାନ୍ତିଯାକୁ 3:16
ପଦଗୁଡ଼ିକ
ଯାକୁ 3:16କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।
- ଈର୍ଷାଳୁ ସ୍ୱାମୀ ସନ୍ଦେହ କରୁଥିବା ଭାର୍ଯ୍ୟାର ବ୍ୟବସ୍ଥା ଅନୁସାରେ ପରୀକ୍ଷାଗଣ 5:12–31
ପଦଗୁଡ଼ିକ
ଗଣ 5:12–31“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ, ଅର୍ଥାତ୍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ; ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ; ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ। ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ। ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ। ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ। ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ। ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ; ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ; ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକୁ ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍ କହିବ। ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ। ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ। ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ; ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ। ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ। ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ। ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ, ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ। ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବୋହିବ।”
ଉଦାହରଣ
- ହେବଲର ନୈବେଦ୍ୟ ଗ୍ରାହ୍ୟ ହେବାରୁ କୟିନ କ୍ରୁଦ୍ଧ ହୋଇ ତାହାକୁ ବଧ କରେଆଦି 4:4–8
ପଦଗୁଡ଼ିକ
ଆଦି 4:4–8ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ। ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ। ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ? ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।” ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
- ଗର୍ଭବତୀ ହାଗାର ସାରୀଙ୍କୁ ତୁଚ୍ଛ କରେ, ଆଉ ସାରୀ ତାହାକୁ ଦୁଃଖ ଦିଅନ୍ତିଆଦି 16:4–6
ପଦଗୁଡ଼ିକ
ଆଦି 16:4–6ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛଜ୍ଞାନ କରିବାକୁ ଲାଗିଲା। ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।” ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।
- ପଲେଷ୍ଟୀୟମାନେ ଇସ୍ହାକଙ୍କ ମେଷପଲ ଓ ଗୋପଲ ଦେଖି ଈର୍ଷା କରନ୍ତିଆଦି 26:14
ପଦଗୁଡ଼ିକ
ଆଦି 26:14ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
- ରାହେଲ ଲେୟାଙ୍କୁ ଈର୍ଷା କରନ୍ତି: “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି”ଆଦି 30:1
ପଦଗୁଡ଼ିକ
ଆଦି 30:1ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”
- ଯୋଷେଫଙ୍କ ଭାଇମାନେ ତାଙ୍କୁ ଈର୍ଷା କରି ବିକି ଦିଅନ୍ତିଆଦି 37:4, ଆଦି 37:11, ଆଦି 37:18–28
ପଦଗୁଡ଼ିକ
ଆଦି 37:4ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
ଆଦି 37:11ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।
ଆଦି 37:18–28ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ। ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି। ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।” ଏ କଥା ଶୁଣି ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।” ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।” ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ; ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା। ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି। ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ? ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ। ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
- ମୋଶା ଯିହୋଶୂୟଙ୍କୁ: “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ?”ଗଣ 11:28–29
ପଦଗୁଡ଼ିକ
ଗଣ 11:28–29ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।” ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”
- ମରୀୟମ ଓ ହାରୋଣ: “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି?”ଗଣ 12:1–2
ପଦଗୁଡ଼ିକ
ଗଣ 12:1–2ମୋଶା ଏକ କୂଶୀୟା ସ୍ତ୍ରୀକୁ ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ। ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି?” ମାତ୍ର ଏ କଥା ସଦାପ୍ରଭୁ ଶୁଣିଲେ।
- ନ ଡାକିବାରୁ ଇଫ୍ରୟିମର ଲୋକମାନେ ଗିଦିୟୋନ୍ ଓ ଯିପ୍ତହଙ୍କ ଉପରେ ଅସନ୍ତୁଷ୍ଟ ହୁଅନ୍ତିବିଚାର 8:1, ବିଚାର 12:1
ପଦଗୁଡ଼ିକ
ବିଚାର 8:1ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, “ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ?” ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ।
ବିଚାର 12:1ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।”
- ଶାଉଲ “ଦାଉଦ ବଧ କଲେ ଅୟୁତ ଅୟୁତ” ଗୀତରେ ଅସନ୍ତୁଷ୍ଟ ହୁଅନ୍ତିପ୍ର.ଶା 18:7–9
ପଦଗୁଡ଼ିକ
ପ୍ର.ଶା 18:7–9ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: “ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।” ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି?” ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।
- ଦାଉଦ ଶାନ୍ତିରେ ବିଦାୟ କରିଥିବା ଅବ୍ନରଙ୍କୁ ଯୋୟାବ ବଧ କରନ୍ତିଦ୍ଵି.ଶା 3:24–27
ପଦଗୁଡ଼ିକ
ଦ୍ଵି.ଶା 3:24–27ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରିଦେଲେ, ସେ ତ ଗଲାଣି? ଆପଣ କʼଣ ଜାଣନ୍ତି ନାହିଁ, ନେର୍ର ପୁତ୍ର ଅବ୍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହି ସବୁ ଜାଣିବାକୁ ଆସିଥିଲା?” ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍ନରର ପଛରେ ବାର୍ତ୍ତାବହ ପଠାନ୍ତେ, ସେମାନେ ସିରା କୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ। ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।
- ରାଜାଙ୍କୁ କିଏ ଫେରାଇ ଆଣିଲା ବୋଲି ଇସ୍ରାଏଲ ଓ ଯିହୁଦା ବିବାଦ କରନ୍ତିଦ୍ଵି.ଶା 19:41–43
ପଦଗୁଡ଼ିକ
ଦ୍ଵି.ଶା 19:41–43ଏଥିରେ ଦେଖ, ସମୁଦାୟ ଇସ୍ରାଏଲ ଲୋକ ରାଜାଙ୍କ ନିକଟକୁ ଆସି ରାଜାଙ୍କୁ କହିଲେ, “ଆମ୍ଭମାନଙ୍କ ଭ୍ରାତୃବର୍ଗ ଯିହୁଦା-ଲୋକେ କାହିଁକି ଆପଣଙ୍କୁ ଚୋରି କରି ନେଲେ, ଆଉ ମହାରାଜଙ୍କୁ ଓ ତାଙ୍କ ପରିଜନବର୍ଗଙ୍କୁ ଓ ଦାଉଦଙ୍କ ସଙ୍ଗେ ତାଙ୍କର ସମସ୍ତ ଲୋକଙ୍କୁ ଯର୍ଦ୍ଦନ ପାର କରି ଆଣିଲେ? ସେତେବେଳେ ଦାଉଦଙ୍କର ସମସ୍ତ ଲୋକ ତାଙ୍କ ସଙ୍ଗରେ ଥିଲେ।” ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟି ଦେଇଅଛନ୍ତି?” ତହିଁରେ ଇସ୍ରାଏଲ ଲୋକମାନେ ଯିହୁଦା-ଲୋକମାନଙ୍କୁ ଉତ୍ତର କରି କହିଲେ, “ରାଜାଙ୍କଠାରେ ଆମ୍ଭମାନଙ୍କର ଦଶ ଅଂଶ ଅଧିକାର ଅଛି, କାରଣ ଦଶ ଗୋଷ୍ଠୀର ସମ୍ପର୍କ ରାଜାଙ୍କ ସହିତ ଅଛି ଏବଂ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ମଧ୍ୟ ଆମ୍ଭମାନଙ୍କ ଅଧିକାର ଅଧିକ; ତେବେ ଆମ୍ଭମାନଙ୍କ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ ପ୍ରଥମେ ନ ନେଇ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ତୁଚ୍ଛ କଲ?” ତହୁଁ ଇସ୍ରାଏଲ ଲୋକମାନଙ୍କ ବାକ୍ୟ ଅପେକ୍ଷା ଯିହୁଦା ଲୋକମାନଙ୍କ ବାକ୍ୟ ଅଧିକ କଠୋର ହେଲା।
- ଅପବ୍ୟୟୀ ପୁତ୍ରର ବଡ଼ ଭାଇ ଭିତରକୁ ଯିବାକୁ ମନା କରେଲୂକ 15:25–30
ପଦଗୁଡ଼ିକ
ଲୂକ 15:25–30ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି, ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହିସବୁ କଅଣ ବୋଲି ପଚାରିବାକୁ ଲାଗିଲା। ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ହୃଷ୍ଟ ପୃଷ୍ଟ ପଶୁଟିଏ ମାରିଅଛନ୍ତି। ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ। ମାତ୍ର ସେ ପିତାଙ୍କୁ ଉତ୍ତର ଦେଲେ, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଦାସ ପରି ଖଟି ଆସିଅଛି, ପୁଣି, କେବେହେଲେ ତୁମ୍ଭର ଆଜ୍ଞା ଅମାନ୍ୟ କରି ନାହିଁ, ତଥାପି ମୋହର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେହେଲେ ଛେଳି ଛୁଆଟିଏ ସୁଦ୍ଧା ଦେଇ ନାହଁ; କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ହୃଷ୍ଟ ପୃଷ୍ଟ ପଶୁଟି ମାରିଲ।
- ପୀଲାତ ଜାଣିଥିଲେ ଯେ ସେମାନେ ଈର୍ଷା ସକାଶୁ ଯୀଶୁଙ୍କୁ ସମର୍ପଣ କରିଥିଲେମାଥି 27:18
ପଦଗୁଡ଼ିକ
ମାଥି 27:18କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ।
- ମହାଯାଜକ ଓ ସାଦ୍ଦୂକୀମାନେ ଈର୍ଷାରେ ପ୍ରଜ୍ୱଳିତ ହୁଅନ୍ତିପ୍ରେରି 5:17
ପଦଗୁଡ଼ିକ
ପ୍ରେରି 5:17ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ୱଳିତ ହୋଇ ଉଠିଲେ
- ଆନ୍ତିୟଖିଆ ଓ ଥେସଲନୀକୀରେ ଈର୍ଷାଳୁ ଲୋକଗହଳି ପାଉଲଙ୍କ ବିରୋଧ କରନ୍ତିପ୍ରେରି 13:45, ପ୍ରେରି 17:5
ପଦଗୁଡ଼ିକ
ପ୍ରେରି 13:45କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।
ପ୍ରେରି 17:5କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର