Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଦୀପ

ଦୈନନ୍ଦିନ ଜୀବନ

ବାଇବେଲରେ ଦୀପ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 28ଟି ଅଂଶ, ଧାଡ଼ି ପରେ ଧାଡ଼ି।

ଆବାସ ଓ ମନ୍ଦିରରେ

  • ପିଟା ସୁନାର ଦୀପବୃକ୍ଷ, ବାଦାମ ଫୁଲ ଆକୃତିର ପାତ୍ର ଥିବା ଛଅଟି ଶାଖାଯାତ୍ରା 25:31–36
    ପଦଗୁଡ଼ିକ
    ଯାତ୍ରା 25:31–36ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ। ଅର୍ଥାତ୍‍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ। ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ। ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖାଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖାଦ୍ୱୟର ତଳେ ଏକ କଳିକା ରହିବ। ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟାକର୍ମ ହେବ।
  • ସାତଟି ପ୍ରଦୀପ, ସୁନାର ଚିମୁଟା ଓ ଅଙ୍ଗାରଧାନୀ ସହିତଯାତ୍ରା 25:37–38, ଯାତ୍ରା 37:23
    ପଦଗୁଡ଼ିକ
    ଯାତ୍ରା 25:37–38ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ।
    ଯାତ୍ରା 37:23ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
  • ଏକ ତାଳନ୍ତ ଖାଣ୍ଟି ସୁନାରେ ନିର୍ମିତଯାତ୍ରା 25:39, ଯାତ୍ରା 37:24
    ପଦଗୁଡ଼ିକ
    ଯାତ୍ରା 25:39ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ।
    ଯାତ୍ରା 37:24ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।
  • ପେଷା ଜୀତର ଶୁଦ୍ଧ ତୈଳ ଦୀପଗୁଡ଼ିକୁ ଜାଳି ରଖେଯାତ୍ରା 27:20, ଲେବୀ 24:2
    ପଦଗୁଡ଼ିକ
    ଯାତ୍ରା 27:20ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେବ।
    ଲେବୀ 24:2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ।
  • ହାରୋଣ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ଦୀପଗୁଡ଼ିକର ଯତ୍ନ ନିଅନ୍ତିଯାତ୍ରା 27:21, ଲେବୀ 24:3–4
    ପଦଗୁଡ଼ିକ
    ଯାତ୍ରା 27:21ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
    ଲେବୀ 24:3–4ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦ ବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି। ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ।
  • ସକାଳ ଓ ସନ୍ଧ୍ୟାରେ ଦୀପ ସଜାଡ଼ିବା ବେଳେ ଧୂପ ଜଳାଯାଏଯାତ୍ରା 30:7–8
    ପଦଗୁଡ଼ିକ
    ଯାତ୍ରା 30:7–8ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ। ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ।
  • ଦୀପବୃକ୍ଷର ସମ୍ମୁଖ ଭାଗ ଆଲୋକିତ କରିବା ପାଇଁ ଦୀପଗୁଡ଼ିକ ସ୍ଥାପିତଗଣ 8:2–3
    ପଦଗୁଡ଼ିକ
    ଗଣ 8:2–3“ତୁମ୍ଭେ ହାରୋଣକୁ କୁହ, ‘ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।’” ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ।
  • ଦୀପବୃକ୍ଷ ମେଜର ସମ୍ମୁଖରେ, ଦକ୍ଷିଣ ପାର୍ଶ୍ୱରେ ଥାଏଯାତ୍ରା 40:24–25
    ପଦଗୁଡ଼ିକ
    ଯାତ୍ରା 40:24–25ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।
  • ଯାତ୍ରା ବେଳେ ତାହାକୁ ନୀଳ ବସ୍ତ୍ରରେ ଢାଙ୍କାଯାଏଗଣ 4:9
    ପଦଗୁଡ଼ିକ
    ଗଣ 4:9ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।
  • ପରମେଶ୍ୱରଙ୍କ ପ୍ରଦୀପ ନିଭିବା ପୂର୍ବରୁ ଶାମୁୟେଲ ଶୟନ କରିଥାନ୍ତିପ୍ର.ଶା 3:3
    ପଦଗୁଡ଼ିକ
    ପ୍ର.ଶା 3:3ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,
  • ଶଲୋମନ ଦଶଟି ସୁନା ଦୀପବୃକ୍ଷ ନିର୍ମାଣ କରନ୍ତି, ପ୍ରତି ପାର୍ଶ୍ୱରେ ପାଞ୍ଚଟିପ୍ର.ରା 7:49, ଦ୍ଵି.ବଂ 4:7
    ପଦଗୁଡ଼ିକ
    ପ୍ର.ରା 7:49ପୁଣି, ମହାପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,
    ଦ୍ଵି.ବଂ 4:7ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।
  • ପ୍ରତି ସନ୍ଧ୍ୟାରେ ସୁନା ଦୀପବୃକ୍ଷର ପ୍ରଦୀପ ଜଳାଯାଏଦ୍ଵି.ବଂ 13:11
    ପଦଗୁଡ଼ିକ
    ଦ୍ଵି.ବଂ 13:11ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।
  • ହିଜକୀୟ: ଆମ୍ଭମାନଙ୍କ ପିତୃପୁରୁଷମାନେ ମନ୍ଦିରର ବାରଣ୍ଡା ବନ୍ଦ କରି ପ୍ରଦୀପ ଲିଭାଇଲେଦ୍ଵି.ବଂ 29:6–7
    ପଦଗୁଡ଼ିକ
    ଦ୍ଵି.ବଂ 29:6–7କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇଅଛନ୍ତି। ଆହୁରି, ସେମାନେ ବାରଣ୍ଡାର କବାଟସବୁ ବନ୍ଦ କରି ପ୍ରଦୀପସବୁ ଲିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି।
  • ବାବିଲୀୟମାନେ ଦୀପବୃକ୍ଷଗୁଡ଼ିକ ନେଇଯାଆନ୍ତିଯିରି 52:19
    ପଦଗୁଡ଼ିକ
    ଯିରି 52:19ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚମସ ଓ ପାତ୍ରସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।

ଘରେ

  • ଲୋକେ ଦୀପକୁ ଦୀପରୁଖା ଉପରେ ରଖନ୍ତି, ଟୋକେଇ କି ଖଟ ତଳେ ନୁହେଁମାଥି 5:15, ମାର୍କ 4:21, ଲୂକ 8:16, ଲୂକ 11:33
    ପଦଗୁଡ଼ିକ
    ମାଥି 5:15କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ।
    ମାର୍କ 4:21ପୁନଶ୍ଚ ସେ ସେମାନଙ୍କୁ କହିଲେ, “ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
    ଲୂକ 8:16“କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
    ଲୂକ 11:33“କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
  • ହଜିଯାଇଥିବା ମୁଦ୍ରା ପାଇଁ ଜଣେ ସ୍ତ୍ରୀ ଦୀପ ଜାଳି ଘର ଝାଡ଼େଲୂକ 15:8
    ପଦଗୁଡ଼ିକ
    ଲୂକ 15:8“ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ?
  • ଗୁଣବତୀ ଭାର୍ଯ୍ୟାର ଦୀପ ରାତିରେ ଲିଭେ ନାହିଁହିତୋ 31:18
    ପଦଗୁଡ଼ିକ
    ହିତୋ 31:18ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
  • ରାଜପ୍ରାସାଦର କାନ୍ଥରେ ଦୀପବୃକ୍ଷ ନିକଟରେ ଲେଖା ଦେଖାଯାଏଦାନି 5:5
    ପଦଗୁଡ଼ିକ
    ଦାନି 5:5ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।
  • ତ୍ରୋୟାରେ ଉପର କୋଠରୀରେ ଅନେକ ଦୀପପ୍ରେରି 20:8
    ପଦଗୁଡ଼ିକ
    ପ୍ରେରି 20:8ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।
  • ଦୀପ ଧରି ଦଶ କୁମାରୀ; ପାଞ୍ଚ ଜଣ ଅତିରିକ୍ତ ତେଲ ଆଣନ୍ତି ନାହିଁ (ଏକ ଦୃଷ୍ଟାନ୍ତ)ମାଥି 25:1–8
    ପଦଗୁଡ଼ିକ
    ମାଥି 25:1–8“ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ। ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ। ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ, ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ। ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ, ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ। କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା। ସେତେବେଳେ କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ। କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର