ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ କୁଷ୍ଠରୋଗ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 25ଟି ଅଂଶ, ଧାଡ଼ି ପରେ ଧାଡ଼ି।
ବ୍ୟବସ୍ଥାରେ
- ଚର୍ମରେ ଯେକୌଣସି ଫୁଲା, ଫୁଟକୁଡ଼ି କିମ୍ବା ଚିକ୍କଣ ଦାଗ ଯାଜକ ପରୀକ୍ଷା କରୁଥିଲେଲେବୀ 13:2–3
ପଦଗୁଡ଼ିକ
ଲେବୀ 13:2–3“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘାʼ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ। ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘାʼ ଦେଖିବ; ଆଉ ଯଦି ଘାʼର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘାʼ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘାʼ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।
- ରୋଗୀ ଚିରା ବସ୍ତ୍ର ପିନ୍ଧି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଉଥିଲାଲେବୀ 13:45
ପଦଗୁଡ଼ିକ
ଲେବୀ 13:45ଆଉ, ଯେଉଁ କୁଷ୍ଠୀର ଘାʼ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।
- ତାହାକୁ ଛାଉଣି ବାହାରେ ଏକାକୀ ବାସ କରିବାକୁ ପଡ଼ୁଥିଲାଲେବୀ 13:46, ଗଣ 5:2
ପଦଗୁଡ଼ିକ
ଲେବୀ 13:46ତାହାଠାରେ ଯେତେ ଦିନ ଘାʼ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।
ଗଣ 5:2“ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ।
- ବସ୍ତ୍ର ଓ ଘରର ଛତା ପାଇଁ ମଧ୍ୟ ସେହି ବ୍ୟବସ୍ଥାଲେବୀ 13:47, ଲେବୀ 14:34
ପଦଗୁଡ଼ିକ
ଲେବୀ 13:47ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା ବସ୍ତ୍ର ହେଉ,
ଲେବୀ 14:34“ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;
- ଶୁଚିକରଣ: ଦୁଇଟି ପକ୍ଷୀ, ଏରସ କାଠ, ସିନ୍ଦୂରବର୍ଣ୍ଣ ସୂତା ଓ ଏସୋବଲେବୀ 14:4
ପଦଗୁଡ଼ିକ
ଲେବୀ 14:4ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।
- ଶୁଚିକୃତ ଲୋକ ଆପଣାର ସମସ୍ତ କେଶ ଲଣ୍ଡା କରି ସ୍ନାନ କରୁଥିଲାଲେବୀ 14:8–9
ପଦଗୁଡ଼ିକ
ଲେବୀ 14:8–9ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ। ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।
ଉଦାହରଣ
- ମୋଶାଙ୍କ ହାତ କୁଷ୍ଠରେ ହିମ ପରି ଧଳା ହେଲାଯାତ୍ରା 4:6
ପଦଗୁଡ଼ିକ
ଯାତ୍ରା 4:6ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା।
- ମରୀୟମ କୁଷ୍ଠୀ ହୋଇ ସାତ ଦିନ ଛାଉଣି ବାହାରେ ରଖାଗଲେଗଣ 12:10, ଗଣ 12:15
- ଅରାମୀୟ ସେନାପତି ନାମାନ୍ ଜଣେ କୁଷ୍ଠୀ ଥିଲାଦ୍ଵି.ରା 5:1
ପଦଗୁଡ଼ିକ
ଦ୍ଵି.ରା 5:1ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।
- ସେ ଯର୍ଦ୍ଦନରେ ସାତ ଥର ବୁଡ଼ ପକାଇଲା ଓ ତାହାର ଚର୍ମ ପୂର୍ବବତ୍ ହେଲାଦ୍ଵି.ରା 5:14
ପଦଗୁଡ଼ିକ
ଦ୍ଵି.ରା 5:14ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
- ଗିହେଜୀ ହିମ ପରି ଧଳା କୁଷ୍ଠୀ ହୋଇ ଇଲୀଶାୟଙ୍କ ପାଖରୁ ଚାଲିଗଲାଦ୍ଵି.ରା 5:27
ପଦଗୁଡ଼ିକ
ଦ୍ଵି.ରା 5:27ଏହେତୁ ନାମାନ୍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରିଗଲା।
- ଶମିରୋଣର ଦ୍ୱାରରେ ଚାରି ଜଣ କୁଷ୍ଠୀ ଅରାମୀୟ ଛାଉଣି ଶୂନ୍ୟ ପାଇଲେଦ୍ଵି.ରା 7:3–8
ପଦଗୁଡ଼ିକ
ଦ୍ଵି.ରା 7:3–8ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ? ଯଦି କହୁ, ‘ଆମ୍ଭେମାନେ ନଗରରେ ପ୍ରବେଶ କରିବା,’ ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯଦି ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା। ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯଦି ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯଦି ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା।” ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ। କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।” ଏହେତୁ ଅରାମୀୟମାନଙ୍କ ସୈନ୍ୟଗଣ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ବୁ ଓ ଅଶ୍ୱ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ। ଏଥିଉତ୍ତାରେ ସେହି କୁଷ୍ଠୀମାନେ ଛାଉଣିର ବାହାର ସୀମାକୁ ଆସି ଗୋଟିଏ ତମ୍ବୁ ଭିତରକୁ ଯାଇ ଭୋଜନପାନ କଲେ, ପୁଣି ତହିଁରୁ ରୂପା ଓ ସୁନା ଓ ବସ୍ତ୍ର ନେଇ ଲୁଚାଇ ରଖିଲେ; ତହୁଁ ସେମାନେ ପୁନର୍ବାର ଆସି ଆଉ ଏକ ତମ୍ବୁ ମଧ୍ୟରେ ପ୍ରବେଶ କଲେ ଓ ତହିଁରୁ ମଧ୍ୟ ଦ୍ରବ୍ୟାଦି ନେଇଯାଇ ଲୁଚାଇ ରଖିଲେ।
- ମନ୍ଦିରରେ ରାଜା ଉଷୀୟଙ୍କ କପାଳରେ କୁଷ୍ଠ ଉଠିଲାଦ୍ଵି.ବଂ 26:19–20
ପଦଗୁଡ଼ିକ
ଦ୍ଵି.ବଂ 26:19–20ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା। ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ିଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ।
- ଉଷୀୟ ମୃତ୍ୟୁ ପର୍ଯ୍ୟନ୍ତ ଏକ ଅଲଗା ଘରେ ବାସ କଲେଦ୍ଵି.ରା 15:5, ଦ୍ଵି.ବଂ 26:21
ପଦଗୁଡ଼ିକ
ଦ୍ଵି.ରା 15:5ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
ଦ୍ଵି.ବଂ 26:21ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
- ତାଙ୍କୁ ରାଜାମାନଙ୍କ କବର ନିକଟସ୍ଥ ଏକ କ୍ଷେତ୍ରରେ କବର ଦିଆଗଲାଦ୍ଵି.ବଂ 26:23
ପଦଗୁଡ଼ିକ
ଦ୍ଵି.ବଂ 26:23ଏହିରୂପେ ଉଷୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କର ପିତୃଗଣ ସହିତ ରାଜାମାନଙ୍କ କବର କ୍ଷେତ୍ରରେ ତାଙ୍କୁ କବର ଦେଲେ; କାରଣ ସେମାନେ କହିଲେ, “ସେ କୁଷ୍ଠୀ;” ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ।
- ଯୀଶୁ ଜଣେ କୁଷ୍ଠୀକୁ ଛୁଇଁଲେ ଓ ସେ ଶୁଚି ହେଲାମାର୍କ 1:40–42
ପଦଗୁଡ଼ିକ
ମାର୍କ 1:40–42ଏଥିମଧ୍ୟରେ ଜଣେ କୁଷ୍ଠରୋଗୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା।
- ଯାଜକଙ୍କୁ ଆପଣାକୁ ଦେଖାଇବାକୁ ସେ ତାହାକୁ ପଠାଇଲେମାଥି 8:4, ଲୂକ 5:14
ପଦଗୁଡ଼ିକ
ମାଥି 8:4ଆଉ ଯୀଶୁ ତାହାକୁ କହିଲେ, “ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।”
ଲୂକ 5:14ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, “କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର।”
- ସୁସ୍ଥ ହୋଇଥିବା ଦଶ ଜଣ କୁଷ୍ଠୀଙ୍କ ମଧ୍ୟରୁ କେବଳ ଜଣେ ଶମିରୋଣୀୟ ଧନ୍ୟବାଦ ଦେବାକୁ ଫେରିଲାଲୂକ 17:12–16
ପଦଗୁଡ଼ିକ
ଲୂକ 17:12–16ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ; ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ। ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ। କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି, ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।
- ଯୀଶୁ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଘରେ ଭୋଜନ କଲେମାଥି 26:6, ମାର୍କ 14:3
ପଦଗୁଡ଼ିକ
ମାଥି 26:6ଯୀଶୁ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଥିବା ସମୟରେ,
ମାର୍କ 14:3ସେ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର