ଦୈନନ୍ଦିନ ଜୀବନ
ବାଇବେଲରେ ପତ୍ର
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 38ଟି ଅଂଶ, ଧାଡ଼ି ପରେ ଧାଡ଼ି।
ରାଜା ଓ ରାଜକର୍ମଚାରୀ
- ଦାଉଦ ଊରୀୟଙ୍କ ହାତରେ ତାଙ୍କ ମୃତ୍ୟୁର ଆଜ୍ଞା ଥିବା ପତ୍ର ପଠାନ୍ତିଦ୍ଵି.ଶା 11:14–15
ପଦଗୁଡ଼ିକ
ଦ୍ଵି.ଶା 11:14–15ଏଣୁ ଦାଉଦ ସକାଳେ ଯୋୟାବ ନିକଟକୁ ପତ୍ର ଲେଖି ଊରୀୟ ହାତରେ ତାହା ପଠାଇଲେ। ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”
- ଈଷେବଲ୍ ଆହାବଙ୍କ ନାମରେ ପତ୍ର ଲେଖି ତାଙ୍କ ମୋହରରେ ମୁଦ୍ରାଙ୍କିତ କରେପ୍ର.ରା 21:8–11
ପଦଗୁଡ଼ିକ
ପ୍ର.ରା 21:8–11ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା। ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚସ୍ଥାନରେ ବସାଅ; ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର। ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ।
- ଅରାମର ରାଜା ପତ୍ର ସହିତ ନାମାନ୍କୁ ପଠାନ୍ତିଦ୍ଵି.ରା 5:5–7
ପଦଗୁଡ଼ିକ
ଦ୍ଵି.ରା 5:5–7ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା। ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।” ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”
- ଯେହୂ ଆହାବଙ୍କ ସତୁରି ପୁତ୍ରଙ୍କ ପାଳକମାନଙ୍କୁ ପତ୍ର ଲେଖନ୍ତିଦ୍ଵି.ରା 10:1–7
ପଦଗୁଡ଼ିକ
ଦ୍ଵି.ରା 10:1–7ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା, “ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ୱଗଣ, ମଧ୍ୟ ଏକ ପ୍ରାଚୀର-ବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି। ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।” ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା?” ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ।” ତହୁଁ ଯେହୂ ଦ୍ୱିତୀୟ ଥର ସେମାନଙ୍କ ନିକଟକୁ ପତ୍ର ଲେଖିଲେ, ଯଥା, “ଯଦି ତୁମ୍ଭେମାନେ ମୋହର ପକ୍ଷ ଓ ଯଦି ତୁମ୍ଭେମାନେ ମୋʼ କଥାରେ ମନୋଯୋଗ କରିବ, ତେବେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରମାନଙ୍କ ମସ୍ତକ ଘେନି ଆସନ୍ତାକାଲି ଏହି ସମୟରେ ଯିଷ୍ରିୟେଲକୁ ମୋʼ ନିକଟକୁ ଆସ।” ସେହି ସତୁରି ଜଣ ରାଜପୁତ୍ର ଆପଣାମାନଙ୍କ ପ୍ରତିପାଳକ ନଗରସ୍ଥ ପ୍ରଧାନ ଲୋକଙ୍କ ସଙ୍ଗରେ ଥିଲେ। ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।
- ହିଜକୀୟ ଅଶୂରୀୟ ରାଜାଙ୍କ ପତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ଖୋଲି ରଖନ୍ତିଦ୍ଵି.ରା 19:14, ଯିଶା 37:14
ପଦଗୁଡ଼ିକ
ଦ୍ଵି.ରା 19:14ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ।
ଯିଶା 37:14ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା।
- ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ର ଓ ଉପହାର ପଠାନ୍ତିଦ୍ଵି.ରା 20:12, ଯିଶା 39:1
ପଦଗୁଡ଼ିକ
ଦ୍ଵି.ରା 20:12ସେହି ସମୟରେ ବଲ୍ଦନ୍ର ପୁତ୍ର ବରୋଦକ୍ ବଲ୍ଦନ୍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।
ଯିଶା 39:1ସେହି ସମୟରେ ବଲ୍ଦନ୍ର ପୁତ୍ର ବାବିଲର ରାଜା ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।
- ଏଲୀୟଙ୍କଠାରୁ ଏକ ପତ୍ର ରାଜା ଯିହୋରାମ୍ଙ୍କ ପାଖରେ ପହଞ୍ଚେଦ୍ଵି.ବଂ 21:12
ପଦଗୁଡ଼ିକ
ଦ୍ଵି.ବଂ 21:12ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କଠାରୁ ଏକ ପତ୍ର ଆସିଲା, ଯଥା, “ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ;
- ଦୂତମାନେ ହିଜକୀୟଙ୍କ ନିସ୍ତାର ପର୍ବର ନିମନ୍ତ୍ରଣ ସମଗ୍ର ଇସ୍ରାଏଲରେ ନେଇଯାଆନ୍ତିଦ୍ଵି.ବଂ 30:1, ଦ୍ଵି.ବଂ 30:6
ପଦଗୁଡ଼ିକ
ଦ୍ଵି.ବଂ 30:1ଏଥିଉତ୍ତାରେ ଲୋକମାନେ ଯେପରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବା ପାଇଁ ଯିରୂଶାଲମକୁ ସଦାପ୍ରଭୁଙ୍କ ଗୃହକୁ ଆସିବେ, ଏଥିପାଇଁ ହିଜକୀୟ ସମଗ୍ର ଇସ୍ରାଏଲ ଓ ଯିହୁଦା ନିକଟକୁ ଲୋକ ପଠାଇଲେ, ପୁଣି ଇଫ୍ରୟିମ ଓ ମନଃଶି ନିକଟକୁ ମଧ୍ୟ ପତ୍ର ଲେଖିଲେ।
ଦ୍ଵି.ବଂ 30:6ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, “ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ।
- ଯିରୂଶାଲମ ବିରୁଦ୍ଧରେ ଅରାମୀୟ ଭାଷାରେ ଲେଖା ଏକ ପତ୍ର ଅର୍ତ୍ତକ୍ଷସ୍ତଙ୍କ ନିକଟକୁଏଜ୍ରା 4:7–8, ଏଜ୍ରା 4:11
ପଦଗୁଡ଼ିକ
ଏଜ୍ରା 4:7–8ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା। ରହୂମ୍ ମନ୍ତ୍ରୀ ଓ ଶିମ୍ଶୟ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯିରୂଶାଲମ ବିରୁଦ୍ଧରେ ଏହି ପ୍ରକାର ପତ୍ର ଲେଖିଲେ;
ଏଜ୍ରା 4:11ସେମାନେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁର ପ୍ରତିଲିପି ଏହି; “(ଫରାତ୍) ନଦୀ ସେପାରିସ୍ଥ ଲୋକ, ଆପଣଙ୍କ ଦାସମାନଙ୍କଠାରୁ,
- ଦେଶାଧ୍ୟକ୍ଷ ତତ୍ତନୟଙ୍କ ବିବରଣୀ ରାଜା ଦାରୀୟାବସଙ୍କ ନିକଟକୁଏଜ୍ରା 5:6–7
ପଦଗୁଡ଼ିକ
ଏଜ୍ରା 5:6–7ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ପ୍ରତିଲିପି; ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ, ତହିଁରେ ଏରୂପ ଲେଖାଥିଲା; “ମହାରାଜ ଦାରୀୟାବସଙ୍କର ସର୍ବଶାନ୍ତି।
- ନିହିମୀୟା ନିରାପଦ ଯାତ୍ରା ଓ କାଠ ପାଇଁ ପତ୍ର ମାଗନ୍ତିନିହି 2:7–9
ପଦଗୁଡ଼ିକ
ନିହି 2:7–9ଆହୁରି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ; ଆଉ, ମନ୍ଦିର-ସମ୍ପର୍କୀୟ ଦୁର୍ଗଦ୍ୱାର ଓ ନଗର-ପ୍ରାଚୀର ଓ ମୋହର ପ୍ରବେଶ ଗୃହ ନିମନ୍ତେ କଡ଼ି କରିବା ପାଇଁ ମୋତେ କାଷ୍ଠ ଦେବାକୁ ମହାରାଜଙ୍କ ବନରକ୍ଷକ ଆସଫ ନିକଟକୁ ଏକ ପତ୍ର ଦିଆଯାଉ।” ତହିଁରେ ମୋʼ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ରାଜା ତାହା ମୋତେ ଦେଲେ। ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।
- ସନ୍ବଲ୍ଲଟ୍ ନିହିମୀୟାଙ୍କ ନିକଟକୁ ଏକ ଖୋଲା ପତ୍ର ପଠାଏନିହି 6:5–7
ପଦଗୁଡ଼ିକ
ନିହି 6:5–7ଏହାପରେ ସନ୍ବଲ୍ଲଟ୍ ଆପଣା ଦାସ ହାତରେ ଖଣ୍ଡେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା। ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ। ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।”
- ହାମନ୍ର ପତ୍ର ଦୂତମାନଙ୍କ ଦ୍ୱାରା ପ୍ରତ୍ୟେକ ପ୍ରଦେଶକୁ ଯାଏଏଷ୍ଟ 3:13
ପଦଗୁଡ଼ିକ
ଏଷ୍ଟ 3:13ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ।
- ମର୍ଦ୍ଦଖୟ ରାଜାଙ୍କ ମୁଦ୍ରିକାରେ ପତ୍ର ମୁଦ୍ରାଙ୍କିତ କରନ୍ତି; ଦୂତମାନେ ଦ୍ରୁତଗାମୀ ଘୋଡ଼ାରେ ଯାଆନ୍ତିଏଷ୍ଟ 8:10
ପଦଗୁଡ଼ିକ
ଏଷ୍ଟ 8:10ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।
- ନିକଟସ୍ଥ ଓ ଦୂରସ୍ଥ ଯିହୁଦୀୟମାନଙ୍କ ନିକଟକୁ ପୂରୀମ୍ ବିଷୟରେ ମର୍ଦ୍ଦଖୟଙ୍କ ପତ୍ରଏଷ୍ଟ 9:20
ପଦଗୁଡ଼ିକ
ଏଷ୍ଟ 9:20ଏଥିଉତ୍ତାରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲେ ଓ ଅକ୍ଷଶ୍ୱେରଶ ରାଜାଙ୍କ ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ପତ୍ର ପଠାଇଲେ।
- ବାବିଲରେ ନିର୍ବାସିତମାନଙ୍କ ନିକଟକୁ ଯିରିମୀୟଙ୍କ ପତ୍ରଯିରି 29:1
ପଦଗୁଡ଼ିକ
ଯିରି 29:1ଯିହୋୟାଖୀନ୍ ରାଜା ଓ ରାଜମାତା ଓ ନପୁଂସକଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,
- ସେନାପତି କ୍ଲାଉଦିଅ ଲୂସୀୟ ଶାସନକର୍ତ୍ତା ଫେଲୀକ୍ସ୍ଙ୍କୁ ଲେଖନ୍ତିପ୍ରେରି 23:25–30
ପଦଗୁଡ଼ିକ
ପ୍ରେରି 23:25–30ଆଉ, ସେ ଏହି ପ୍ରକାରେ ଗୋଟିଏ ଚିଠି ଲେଖିଲେ, ମହାମହିମ ଶାସନକର୍ତ୍ତା ଫେଲୀକ୍ସ୍ଙ୍କୁ, କ୍ଲାଉଦିଅ ଲୂସୀୟାଙ୍କର ନମସ୍କାର। ଯିହୁଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିବା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜାଣି ଏହାକୁ ଉଦ୍ଧାର କଲି। କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ନେଇଗଲି। ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି। ଏହି ଲୋକ ବିରୁଦ୍ଧରେ ଷଡ଼ଯନ୍ତ୍ର ହେବ ବୋଲି ମୋତେ ଖବର ଦିଆଯିବାରୁ ମୁଁ ଏହାକୁ ଅବିଳମ୍ବରେ ଆପଣଙ୍କ ନିକଟକୁ ପଠାଇଲି; ଏହାର ଅଭିଯୋଗକାରୀମାନଙ୍କୁ ମଧ୍ୟ ଆପଣଙ୍କ ସମ୍ମୁଖରେ, ଏହା ବିରୁଦ୍ଧରେ ସାକ୍ଷ୍ୟ ଦେବାକୁ ଆଦେଶ ଦେଲି।
ଆଦିମ ମଣ୍ଡଳୀରେ
- ଲୂକ ଥୀୟଫିଲଙ୍କ ପାଇଁ କ୍ରମାନୁସାରେ ଏକ ବିବରଣ ଲେଖନ୍ତିଲୂକ 1:3, ପ୍ରେରି 1:1
ପଦଗୁଡ଼ିକ
ଲୂକ 1:3ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,
ପ୍ରେରି 1:1ହେ ଥୀୟଫିଲ, ଯେଉଁ ଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ୱାରା ଆଜ୍ଞା ଦେଇ ଊର୍ଦ୍ଧ୍ୱକୁ ନିଆଗଲେ,
- ଶାଉଲ ଦମ୍ମେଶକର ସମାଜଗୃହମାନଙ୍କ ପାଇଁ ପତ୍ର ମାଗନ୍ତିପ୍ରେରି 9:2
ପଦଗୁଡ଼ିକ
ପ୍ରେରି 9:2ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମ ସହରକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେଶକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ।
- ଯିରୂଶାଲମ ସଭାର ପତ୍ର ଆନ୍ତିୟଖିଆରେ ପାଠ କରାଯାଏପ୍ରେରି 15:23, ପ୍ରେରି 15:30
ପଦଗୁଡ଼ିକ
ପ୍ରେରି 15:23ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।
ପ୍ରେରି 15:30ସେମାନେ ବିଦାୟ ହୋଇ ଆନ୍ତିୟଖିଆକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ।
- ଆଖାୟାରେ ଆପଲ୍ଲଙ୍କୁ ଗ୍ରହଣ କରିବା ପାଇଁ ଭାଇମାନେ ଲେଖନ୍ତିପ୍ରେରି 18:27
ପଦଗୁଡ଼ିକ
ପ୍ରେରି 18:27ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ବରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ,
- ରୋମର ଯିହୁଦୀ ନେତାମାନେ: “ଆପଣଙ୍କ ସମ୍ବନ୍ଧରେ” … “ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ”ପ୍ରେରି 28:21
ପଦଗୁଡ଼ିକ
ପ୍ରେରି 28:21ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୂଦିୟା ପ୍ରଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାନ୍ତି ବା କହି ନାହାନ୍ତି।
- ତର୍ତ୍ତୀୟ ରୋମୀୟମାନଙ୍କ ନିକଟକୁ ପତ୍ର ଲେଖିଥିଲେରୋମୀ 16:22
ପଦଗୁଡ଼ିକ
ରୋମୀ 16:22ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି।
- ପାଉଲ କରିନ୍ଥକୁ ପୂର୍ବରୁ ଲେଖିଥିବା ଏକ ପତ୍ରର ଉଲ୍ଲେଖ କରନ୍ତିପ୍ର.କରି 5:9
ପଦଗୁଡ଼ିକ
ପ୍ର.କରି 5:9ବ୍ୟଭିଚାରୀମାନଙ୍କ ସହିତ ସମ୍ପର୍କ ନ ରଖିବା ପାଇଁ ମୁଁ ତୁମ୍ଭମାନଙ୍କୁ ମୋହର ପତ୍ରରେ ଲେଖିଥିଲି;
- ସୁପାରିଶ ପତ୍ରଦ୍ଵି.କରି 3:1
ପଦଗୁଡ଼ିକ
ଦ୍ଵି.କରି 3:1ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ? କିମ୍ବା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ?
- “ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି”ଗାଲା 6:11
ପଦଗୁଡ଼ିକ
ଗାଲା 6:11ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି।
- ପାଉଲଙ୍କ ନିଜ ହାତର ନମସ୍କାର ପ୍ରତ୍ୟେକ ପତ୍ରର ଚିହ୍ନଦ୍ଵି.ଥେସ 3:17
ପଦଗୁଡ଼ିକ
ଦ୍ଵି.ଥେସ 3:17ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନସ୍ୱରୂପ, ମୁଁ ଏହିପରି ଲେଖେ।
- କେବଳ ଆମ୍ଭମାନଙ୍କ ଦ୍ୱାରା ଲେଖା ବୋଲି ଜଣାପଡ଼ୁଥିବା ପତ୍ରଠାରୁ ସାବଧାନଦ୍ଵି.ଥେସ 2:2
ପଦଗୁଡ଼ିକ
ଦ୍ଵି.ଥେସ 2:2ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ;
- କଲସ ଓ ଲାଅଦିକିଆ ପରସ୍ପର ପତ୍ର ବଦଳାଇ ପଢ଼ିବେକଲ 4:16
ପଦଗୁଡ଼ିକ
କଲ 4:16ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯତ୍ନ କର।
- ପାଉଲ ଅନୀସିମଙ୍କ ବିଷୟରେ ଫିଲୀମୋନଙ୍କୁ ଲେଖନ୍ତିଫିଲୀ 1:1, ଫିଲୀ 1:10
- ପିତର: ପାଉଲଙ୍କ ପତ୍ରର କେତେକ କଥା ବୁଝିବା କଠିନଦ୍ଵି. ପିତ 3:16
ପଦଗୁଡ଼ିକ
ଦ୍ଵି. ପିତ 3:16ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହିସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର