Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › କଇଁଫୁଲ ଓ ଘାସ

ପ୍ରକୃତି

ବାଇବେଲରେ କଇଁଫୁଲ ଓ ଘାସ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 35ଟି ଅଂଶ, ଧାଡ଼ି ପରେ ଧାଡ଼ି।

କଇଁଫୁଲ

  • ମନ୍ଦିର ବାରଣ୍ଡାର ସ୍ତମ୍ଭର ମୁଣ୍ଡିଆ କଇଁଫୁଲ ଆକୃତିର ଥିଲାପ୍ର.ରା 7:19, ପ୍ର.ରା 7:22
    ପଦଗୁଡ଼ିକ
    ପ୍ର.ରା 7:19ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା।
    ପ୍ର.ରା 7:22ପୁଣି, ସେହି ସ୍ତମ୍ଭ-ମଥାନ ଉପରେ କଇଁଫୁଲ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା।
  • ପିତ୍ତଳ ସମୁଦ୍ରର କଡ଼ କଇଁଫୁଲ ପରି ଥିଲାପ୍ର.ରା 7:26, ଦ୍ଵି.ବଂ 4:5
    ପଦଗୁଡ଼ିକ
    ପ୍ର.ରା 7:26ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।
    ଦ୍ଵି.ବଂ 4:5ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।
  • “ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ”ମାଥି 6:28, ଲୂକ 12:27
    ପଦଗୁଡ଼ିକ
    ମାଥି 6:28ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ,
    ଲୂକ 12:27କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଦେଖ, ସେଗୁଡ଼ିକ କିପରି ସୂତା କାଟନ୍ତି ନାହିଁ କି ବୁଣନ୍ତି ନାହିଁ; ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିଏ ପରି ବିଭୂଷିତ ନ ଥିଲେ।
  • ଶଲୋମନ ମଧ୍ୟ ଆପଣାର ସମସ୍ତ ଗୌରବରେ ସେଗୁଡ଼ିକ ମଧ୍ୟରୁ ଗୋଟିଏ ପରି ଭୂଷିତ ନ ଥିଲେମାଥି 6:29
    ପଦଗୁଡ଼ିକ
    ମାଥି 6:29ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ।
  • ଜଣେ ମେଷପାଳକ କଇଁଫୁଲ ମଧ୍ୟରେ ଆପଣା ପଲ ଚରାଏପ.ଗୀ 2:16, ପ.ଗୀ 6:3
    ପଦଗୁଡ଼ିକ
    ପ.ଗୀ 2:16ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।
    ପ.ଗୀ 6:3ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।
  • ପ୍ରିୟତମ କଇଁଫୁଲ ସଂଗ୍ରହ କରିବାକୁ ଆପଣା ଉଦ୍ୟାନକୁ ଓହ୍ଲାଇଯାଆନ୍ତିପ.ଗୀ 6:2
    ପଦଗୁଡ଼ିକ
    ପ.ଗୀ 6:2ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।
  • “ଉପତ୍ୟକାର କଇଁଫୁଲ” … “ଯେପରି କଣ୍ଟକ ମଧ୍ୟରେ କଇଁଫୁଲ”ପ.ଗୀ 2:1–2
    ପଦଗୁଡ଼ିକ
    ପ.ଗୀ 2:1–2ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁଫୁଲ ଅଟେ। ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।
  • “ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ”ପ.ଗୀ 5:13
    ପଦଗୁଡ଼ିକ
    ପ.ଗୀ 5:13ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।
  • କଇଁଫୁଲ ମଧ୍ୟରେ ଚରୁଥିବା ଯାଆଁଳା ହରିଣଛୁଆପ.ଗୀ 4:5
    ପଦଗୁଡ଼ିକ
    ପ.ଗୀ 4:5କଇଁଫୁଲ ବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।

ଘାସ

  • ପଶୁମାନଙ୍କ ପାଇଁ ଓ ପର୍ବତ ଉପରେ ଘାସ ଉଠେଗୀତ 104:14, ଗୀତ 147:8, ଦ୍ବି.ବି 11:15
    ପଦଗୁଡ଼ିକ
    ଗୀତ 104:14ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।
    ଗୀତ 147:8ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
    ଦ୍ବି.ବି 11:15ପୁଣି ଆମ୍ଭେ ତୁମ୍ଭ ପଶୁଗଣ ନିମନ୍ତେ ତୁମ୍ଭ କ୍ଷେତ୍ରରେ ତୃଣ ଦେବା, ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ।
  • ନୂଆ କଟା ଘାସ ଉପରେ ବର୍ଷାଗୀତ 72:6
    ପଦଗୁଡ଼ିକ
    ଗୀତ 72:6କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।
  • ଛାତ ଉପରର ଘାସ ବଢ଼ିବା ପୂର୍ବରୁ ଶୁଖିଯାଏଗୀତ 129:6–7, ଦ୍ଵି.ରା 19:26
    ପଦଗୁଡ଼ିକ
    ଗୀତ 129:6–7ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ; ଯଦ୍ଦ୍ୱାରା କଟାଳି ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
    ଦ୍ଵି.ରା 19:26ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ ଶସ୍ୟ ତୁଲ୍ୟ ହେଲେ।
  • କ୍ଷେତ୍ରର ଘାସ: ଆଜି ଅଛି, କାଲି ଚୁଲିରେ ପକାଯାଏମାଥି 6:30, ଲୂକ 12:28
    ପଦଗୁଡ଼ିକ
    ମାଥି 6:30କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ?
    ଲୂକ 12:28କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ!
  • ଶୁଖିଲା ଘାସ କଟାଯିବା ପରେ ନୂଆ ଘାସ ଦେଖାଦିଏହିତୋ 27:25
    ପଦଗୁଡ଼ିକ
    ହିତୋ 27:25ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ।
  • ପ୍ରଚଣ୍ଡ ଖରାରେ ଉଦ୍ଭିଦ ଶୁଖେ, ଆଉ ତାହାର ଫୁଲ ଝଡ଼ିପଡ଼େଯାକୁ 1:11
    ପଦଗୁଡ଼ିକ
    ଯାକୁ 1:11ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ।
  • ମରୁଡ଼ିରେ ଆହାବ ଘୋଡ଼ାମାନଙ୍କ ପାଇଁ ପ୍ରତ୍ୟେକ ନିର୍ଝର ଓ ଉପତ୍ୟକାରେ ଘାସ ଖୋଜିଲେପ୍ର.ରା 18:5
    ପଦଗୁଡ଼ିକ
    ପ୍ର.ରା 18:5ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”
  • ନିମ୍ରୀମର ଜଳ ଶୁଖିଗଲା ଓ ଘାସ ମଉଳିଗଲାଯିଶା 15:6
    ପଦଗୁଡ଼ିକ
    ଯିଶା 15:6କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ।
  • ବହେମୋତ୍ ଷଣ୍ଢ ପରି ଘାସ ଖାଏଆୟୁବ 40:15
    ପଦଗୁଡ଼ିକ
    ଆୟୁବ 40:15ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ।
  • ନବୂଖଦ୍‍ନିତ୍ସର ଗୋରୁ ପରି ଘାସ ଖାଇଲେଦାନି 4:33
    ପଦଗୁଡ଼ିକ
    ଦାନି 4:33ସେହି ଦଣ୍ଡରେ ନବୂଖଦ୍‍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।
  • “ଘାସ ଥିଲେ କʼଣ ବନ୍ୟ ଗର୍ଦ୍ଦଭ ବୋବାଏ?”ଆୟୁବ 6:5
    ପଦଗୁଡ଼ିକ
    ଆୟୁବ 6:5ଘାସ ଥିଲେ କʼଣ ବନ୍ୟ ଗର୍ଦ୍ଦଭ ବୋବାଏ? ଆହାର ପାଖରେ କʼଣ ଗୋରୁ ହମାଳେ?
  • ପାଞ୍ଚ ହଜାର ଲୋକ ସବୁଜ ଘାସ ଉପରେ ବସିଲେଯୋହ 6:10, ମାର୍କ 6:39
    ପଦଗୁଡ଼ିକ
    ଯୋହ 6:10ଯୀଶୁ କହିଲେ, “ଲୋକମାନଙ୍କୁ ବସାଅ।” ସେ ସ୍ଥାନରେ ବହୁତ ଘାସ ଥିଲା। ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ।
    ମାର୍କ 6:39ସେଥିରେ ସମସ୍ତେ ଯେପରି ଦଳ ଦଳ ହୋଇ କଅଁଳ ଘାସ ଉପରେ ବସନ୍ତି, ଏଥିପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।

ବାଣୀ

  • “ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ” … “ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ”ଯିଶା 40:6–8, ପ୍ର. ପିତ 1:24
    ପଦଗୁଡ଼ିକ
    ଯିଶା 40:6–8ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା?” ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ; ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ। ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।
    ପ୍ର. ପିତ 1:24କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
  • ନୂଆ ଘାସ ସକାଳେ ଉଠେ ଓ ସନ୍ଧ୍ୟା ସୁଦ୍ଧା ଶୁଖିଯାଏଗୀତ 90:5–6
    ପଦଗୁଡ଼ିକ
    ଗୀତ 90:5–6ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ। ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟାଯାଇ ଶୁଖଇ।
  • ମନୁଷ୍ୟର ଆୟୁ ଘାସ ପରି; ବାୟୁ ତାହା ଉପରେ ବହିଗଲେ ତାହା ଲୋପ ପାଏଗୀତ 103:15–16
    ପଦଗୁଡ଼ିକ
    ଗୀତ 103:15–16ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ। ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।
  • ଶିଶିର ପରି ପଡ଼ୁଥିବା ବାକ୍ୟ, ନୂଆ ଘାସ ଉପରେ ମୃଦୁ ବର୍ଷା ପରିଦ୍ବି.ବି 32:2
    ପଦଗୁଡ଼ିକ
    ଦ୍ବି.ବି 32:2ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର