Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ସିଂହ

ପ୍ରକୃତି

ବାଇବେଲରେ ସିଂହ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 31ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ସିଂହ ଆପଣା ଶିକାର ଉପରେ ଗର୍ଜନ କରେ; ଯୁବା ସିଂହ ଆପଣା ଗୁହାରେ ଗର୍ଜେଆମୋ 3:4
    ପଦଗୁଡ଼ିକ
    ଆମୋ 3:4ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ?
  • ସିଂହୀ ଓ ଯୁବା ସିଂହମାନେ ଗୁହାରେ ଲୁଚି ଝାଡ଼ିରେ ଛକି ରହନ୍ତିଆୟୁବ 38:39–40
    ପଦଗୁଡ଼ିକ
    ଆୟୁବ 38:39–40ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର?
  • ସିଂହ ଆପଣା ଛୁଆମାନଙ୍କ ପାଇଁ ଶିକାର ବିଦୀର୍ଣ୍ଣ କରି ଗୁହା ଭରିଲାନାହୂ 2:11–12
    ପଦଗୁଡ଼ିକ
    ନାହୂ 2:11–12ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ? ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।
  • ଶିକାର ଅଭାବରେ ବୃଦ୍ଧ ସିଂହ ବିନଷ୍ଟ ହୁଏ; ସିଂହୀର ଛୁଆମାନେ ଛିନ୍ନଭିନ୍ନ ହୁଅନ୍ତିଆୟୁବ 4:10–11
    ପଦଗୁଡ଼ିକ
    ଆୟୁବ 4:10–11ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ। ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି।
  • ପଶୁମାନଙ୍କ ମଧ୍ୟରେ ବଳବାନ, କାହା ସମ୍ମୁଖରୁ ହଟେ ନାହିଁହିତୋ 30:30
    ପଦଗୁଡ଼ିକ
    ହିତୋ 30:30ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ।
  • ଯର୍ଦ୍ଦନର ଜଙ୍ଗଲରେ ସିଂହ ବାସ କରୁଥିଲେଯିରି 49:19, ଯିରି 50:44, ଯିଖ 11:3
    ପଦଗୁଡ଼ିକ
    ଯିରି 49:19ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
    ଯିରି 50:44ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?”
    ଯିଖ 11:3ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।
  • ମେଷପାଳକ ସିଂହ ମୁହଁରୁ କେବଳ ଦୁଇଟି ଗୋଡ଼ କିମ୍ବା କାନର ଖଣ୍ଡେ ଉଦ୍ଧାର କରିପାରେଆମୋ 3:12
    ପଦଗୁଡ଼ିକ
    ଆମୋ 3:12ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”
  • ପାଳକମାନଙ୍କ ଦଳର ଚିତ୍କାର ସିଂହକୁ ଶିକାରରୁ ଘଉଡ଼ାଇପାରେ ନାହିଁଯିଶା 31:4
    ପଦଗୁଡ଼ିକ
    ଯିଶା 31:4କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।

ସାକ୍ଷାତ

  • ଶାମ୍‍ଶୋନ୍‍ ଖାଲି ହାତରେ ଏକ ଯୁବା ସିଂହକୁ ଚିରିପକାଇଲେବିଚାର 14:5–6
    ପଦଗୁଡ଼ିକ
    ବିଚାର 14:5–6ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା। ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍‍ଶୋନ୍‍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ।
  • ପରେ ସେ ସିଂହର ଶବରେ ମହୁମାଛି ଓ ମହୁ ପାଇଲେବିଚାର 14:8–9
    ପଦଗୁଡ଼ିକ
    ବିଚାର 14:8–9ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି। ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।
  • ତାଙ୍କ ପ୍ରହେଳିକା: “ଖାଦକଠାରୁ ଖାଦ୍ୟ ଓ ବଳବାନଠାରୁ ମିଷ୍ଟତା ନିର୍ଗତ ହେଲା”ବିଚାର 14:14, ବିଚାର 14:18
    ପଦଗୁଡ଼ିକ
    ବିଚାର 14:14ତହିଁରେ ସେ ସେମାନଙ୍କୁ କହିଲା, “ଖାଦକଠାରୁ ଖାଦ୍ୟ ଓ ବଳବାନଠାରୁ ମିଷ୍ଟତା ନିର୍ଗତ ହେଲା।” ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ।
    ବିଚାର 14:18ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?” ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।”
  • ମେଷପାଳକ ବାଳକ ଦାଉଦ ମେଷଛୁଆ ନେଇଯାଉଥିବା ସିଂହ ଓ ଭାଲୁକୁ ମାରିଲେପ୍ର.ଶା 17:34–36
    ପଦଗୁଡ଼ିକ
    ପ୍ର.ଶା 17:34–36ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ, ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ। ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”
  • ହିମପାତ ଦିନରେ ବନାୟ ଗର୍ତ୍ତରେ ଓହ୍ଲାଇ ଏକ ସିଂହକୁ ବଧ କଲେଦ୍ଵି.ଶା 23:20
    ପଦଗୁଡ଼ିକ
    ଦ୍ଵି.ଶା 23:20ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
  • ଏକ ସିଂହ ପରମେଶ୍ୱରଙ୍କ ଲୋକଙ୍କୁ ବଧ କଲା, କିନ୍ତୁ ତାଙ୍କୁ ଖାଇଲା ନାହିଁ କି ତାଙ୍କ ଗଧକୁ ଛୁଇଁଲା ନାହିଁପ୍ର.ରା 13:24–28
    ପଦଗୁଡ଼ିକ
    ପ୍ର.ରା 13:24–28ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା। ଏଉତ୍ତାରେ ଦେଖ, ଲୋକମାନେ ଯାଉ ଯାଉ ପଥ ମଧ୍ୟରେ ଶବ ପଡ଼ିଥିବାର ଓ ଶବ ପାଖରେ ସିଂହ ଠିଆ ହୋଇଥିବାର ଦେଖିଲେ; ତହୁଁ ସେମାନେ ଆସି ସେହି ପ୍ରାଚୀନ ଭବିଷ୍ୟଦ୍‍ବକ୍ତାର ନିବାସ-ନଗରରେ ତାହା ଜଣାଇଲେ। ଏଥିରେ ଯେଉଁ ଭବିଷ୍ୟଦ୍‍ବକ୍ତା ତାହାଙ୍କୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, “ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ୱରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି।” ଏଣୁ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ଗଧ ସଜାଇଲେ। ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।
  • ଭାବବାଦୀଙ୍କୁ ଆଘାତ କରିବାକୁ ମନା କରିଥିବା ଲୋକକୁ ଏକ ସିଂହ ବଧ କଲାପ୍ର.ରା 20:35–36
    ପଦଗୁଡ଼ିକ
    ପ୍ର.ରା 20:35–36ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା। ତହୁଁ ସେ ତାହାକୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋʼ ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ।” ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା।
  • ଶମିରୋଣର ନଗରମାନଙ୍କୁ ଅଣାଯାଇଥିବା କେତେକ ବାସିନ୍ଦାଙ୍କୁ ସିଂହମାନେ ବଧ କଲେଦ୍ଵି.ରା 17:25–26
    ପଦଗୁଡ଼ିକ
    ଦ୍ଵି.ରା 17:25–26ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ। ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ।
  • ଦାନିୟେଲଙ୍କୁ ସିଂହ ଗର୍ତ୍ତରେ ପକାଗଲା, ପଥର ଓ ରାଜାଙ୍କ ମୁଦିରେ ମୁଦ୍ରାଙ୍କିତଦାନି 6:16–17
    ପଦଗୁଡ଼ିକ
    ଦାନି 6:16–17ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, “ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।” ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା।
  • ପ୍ରଭାତରେ ଦାନିୟେଲଙ୍କୁ କୌଣସି କ୍ଷତ ବିନା ଉପରକୁ ଉଠାଗଲାଦାନି 6:19–23
    ପଦଗୁଡ଼ିକ
    ଦାନି 6:19–23ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା। ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?” ତହିଁରେ ଦାନିୟେଲ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।” ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ। ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ।
  • ତାଙ୍କ ଅଭିଯୋଗକାରୀମାନଙ୍କୁ ପକାଗଲା, ଆଉ ତଳେ ପହଞ୍ଚିବା ପୂର୍ବରୁ ସିଂହମାନେ ସେମାନଙ୍କୁ ଆକ୍ରମଣ କଲେଦାନି 6:24
    ପଦଗୁଡ଼ିକ
    ଦାନି 6:24ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।

ଖୋଦିତ ସିଂହ

  • ଶଲୋମନଙ୍କ ସିଂହାସନ: ପ୍ରତି ହାତରଖା ପାଖରେ ଏକ ସିଂହ ଓ ଛଅ ପାହାଚରେ ବାରଟି ସିଂହପ୍ର.ରା 10:19–20
    ପଦଗୁଡ଼ିକ
    ପ୍ର.ରା 10:19–20ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ। ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।
  • ମନ୍ଦିରର ପିତ୍ତଳ ଆଧାରଗୁଡ଼ିକ ସିଂହ, ବୃଷ ଓ କିରୂବରେ ସୁଶୋଭିତପ୍ର.ରା 7:29, ପ୍ର.ରା 7:36
    ପଦଗୁଡ଼ିକ
    ପ୍ର.ରା 7:29ପୁଣି, ବିଟର ମଧ୍ୟବର୍ତ୍ତା ସେହି ସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।
    ପ୍ର.ରା 7:36ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା।

ବାଣୀ

  • “ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ”ଉପ 9:4
    ପଦଗୁଡ଼ିକ
    ଉପ 9:4କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।
  • ଅଳସୁଆ କହେ, “ବାଟରେ ସିଂହ ଅଛି”ହିତୋ 22:13, ହିତୋ 26:13
    ପଦଗୁଡ଼ିକ
    ହିତୋ 22:13ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।
    ହିତୋ 26:13ଅଳସୁଆ କହେ, “ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।”
  • “ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି”ହିତୋ 20:2
    ପଦଗୁଡ଼ିକ
    ହିତୋ 20:2ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।
  • ଶାଉଲ ଓ ଯୋନାଥନ “ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ” ଥିଲେଦ୍ଵି.ଶା 1:23
    ପଦଗୁଡ଼ିକ
    ଦ୍ଵି.ଶା 1:23ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।
  • ଗାଦୀୟ ଯୋଦ୍ଧାମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ହରିଣ ତୁଲ୍ୟ ଦ୍ରୁତଗାମୀ ଥିଲେପ୍ର.ବଂ 12:8
    ପଦଗୁଡ଼ିକ
    ପ୍ର.ବଂ 12:8ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର