ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ପଙ୍ଗପାଳ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 14ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ପଙ୍ଗପାଳ, ବାଘୁଆଫଡ଼ିଙ୍ଗ, ଝିଙ୍କାରୀ ଓ ଝିଣ୍ଟିକା ଖାଦ୍ୟ ରୂପେ ଅନୁମତି ଥିଲାଲେବୀ 11:22
ପଦଗୁଡ଼ିକ
ଲେବୀ 11:22ଅର୍ଥାତ୍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ, ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ, ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ।
- ବାପ୍ତିସ୍ମଦାତା ଯୋହନ ପଙ୍ଗପାଳ ଓ ବନମଧୁ ଖାଉଥିଲେମାଥି 3:4, ମାର୍କ 1:6
- ପଙ୍ଗପାଳମାନଙ୍କର ରାଜା ନାହିଁ, ତଥାପି ସେମାନେ ଦଳ ଦଳ ହୋଇ ଆଗେଇ ଯାଆନ୍ତିହିତୋ 30:27
ପଦଗୁଡ଼ିକ
ହିତୋ 30:27ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।
- ଶଲୋମନ ଦୁର୍ଭିକ୍ଷ, ଶସ୍ୟର ଝାଉଁଳା ରୋଗ, ଛତା ଓ ପଙ୍ଗପାଳ ବିଷୟରେ ପ୍ରାର୍ଥନା କରନ୍ତିପ୍ର.ରା 8:37
ପଦଗୁଡ଼ିକ
ପ୍ର.ରା 8:37ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;
- ତୁମ୍ଭେ ବହୁତ ବୀଜ ବୁଣିବ, ମାତ୍ର ପଙ୍ଗପାଳ ତାହା ଖାଇଯିବଦ୍ବି.ବି 28:38
ପଦଗୁଡ଼ିକ
ଦ୍ବି.ବି 28:38ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ।
ମିସରରେ ଆଘାତ
- ଦେଶ ଢାଙ୍କି ଘରସବୁ ପୂର୍ଣ୍ଣ କରିବା ପଙ୍ଗପାଳ ବିଷୟରେ ମୋଶା ସାବଧାନ କରାଇଲେଯାତ୍ରା 10:4–6
ପଦଗୁଡ଼ିକ
ଯାତ୍ରା 10:4–6ମାତ୍ର ଯଦି ମୋହର ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କର, ତେବେ ଦେଖ, ଆମ୍ଭେ ଆସନ୍ତାକାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା। ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ। ପୁଣି, ସେମାନଙ୍କ ଦ୍ୱାରା ତୁମ୍ଭର ଗୃହ, ତୁମ୍ଭ ଦାସଗଣର ଗୃହ ଓ ସକଳ ମିସରୀୟ ଲୋକଙ୍କ ଗୃହ ପରିପୂର୍ଣ୍ଣ ହେବ; ଏ ଦେଶରେ ତୁମ୍ଭ ପୂର୍ବପୁରୁଷମାନଙ୍କ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଜନ୍ମାବଧି ଆଜି ପର୍ଯ୍ୟନ୍ତ କେବେ ଏପରି ଦେଖାଯାଇ ନାହିଁ।’” ତହୁଁ ମୋଶା ମୁଖ ଫେରାଇ ଫାରୋଙ୍କ ନିକଟରୁ ବାହାରିଗଲେ।
- ପୂର୍ବୀୟ ବାୟୁ ସକାଳ ସୁଦ୍ଧା ସେମାନଙ୍କୁ ଆଣିଲାଯାତ୍ରା 10:13
ପଦଗୁଡ଼ିକ
ଯାତ୍ରା 10:13ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ।
- ଦେଶ ଅନ୍ଧକାରମୟ ହେଲା; କିଛି ସବୁଜ ରହିଲା ନାହିଁଯାତ୍ରା 10:14–15
ପଦଗୁଡ଼ିକ
ଯାତ୍ରା 10:14–15ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ। ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍ବର୍ଣ୍ଣ କିଛିମାତ୍ର ରହିଲା ନାହିଁ।
- ପଶ୍ଚିମ ବାୟୁ ସେମାନଙ୍କୁ ସୂଫ ସାଗରରେ ଉଡ଼ାଇ ନେଲାଯାତ୍ରା 10:19
ପଦଗୁଡ଼ିକ
ଯାତ୍ରା 10:19ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।
ତୁଳନା
- ଯୋୟେଲ: ଗୋଟିଏ ପଙ୍ଗପାଳ ଯାହା ଛାଡ଼ିଲା, ଅନ୍ୟଟି ତାହା ଖାଇଲାଯୋୟେ 1:4
ପଦଗୁଡ଼ିକ
ଯୋୟେ 1:4ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।
- ମିଦୀୟନୀୟମାନେ ପଙ୍ଗପାଳର ଦଳ ପରି ଆସିଲେବିଚାର 6:5, ବିଚାର 7:12
ପଦଗୁଡ଼ିକ
ବିଚାର 6:5କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।
ବିଚାର 7:12ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।
- ଗୁପ୍ତଚରମାନେ ଅନାକର ସନ୍ତାନମାନଙ୍କ ପାଖରେ ଆପଣାକୁ ଫଡ଼ିଙ୍ଗ ପରି ମନେ କଲେଗଣ 13:33
ପଦଗୁଡ଼ିକ
ଗଣ 13:33ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର