Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ମାୟାବିଦ୍ୟା ଓ ଶୁଭାଶୁଭ ଲକ୍ଷଣ

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ ମାୟାବିଦ୍ୟା ଓ ଶୁଭାଶୁଭ ଲକ୍ଷଣ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 32ଟି ଅଂଶ, ଧାଡ଼ି ପରେ ଧାଡ଼ି।

ବ୍ୟବସ୍ଥାରେ

  • ଗଣକତା, ଶୁଭାଶୁଭ ଲକ୍ଷଣ, ମନ୍ତ୍ରତନ୍ତ୍ର, ଭୂତୁଡ଼ିଆ ଓ ମୃତମାନଙ୍କ ସହିତ ପରାମର୍ଶ ନିଷେଧଲେବୀ 19:26, ଲେବୀ 19:31, ଦ୍ବି.ବି 18:10–11
    ପଦଗୁଡ଼ିକ
    ଲେବୀ 19:26ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।
    ଲେବୀ 19:31ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।
    ଦ୍ବି.ବି 18:10–11ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ, କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।
  • ମାୟାବିନୀକୁ ବଞ୍ଚିବାକୁ ଦିଆଯିବ ନାହିଁଯାତ୍ରା 22:18
    ପଦଗୁଡ଼ିକ
    ଯାତ୍ରା 22:18ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।
  • ଭୂତୁଡ଼ିଆ କିମ୍ବା ଗୁଣିଆକୁ ପଥର ମାରି ବଧ କରାଯିବାର ଥିଲାଲେବୀ 20:27
    ପଦଗୁଡ଼ିକ
    ଲେବୀ 20:27ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”

ଅଭ୍ୟାସ କରାଯାଉଥିଲା

  • ଲାବନ: “ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି”ଆଦି 30:27
    ପଦଗୁଡ଼ିକ
    ଆଦି 30:27ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋʼ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।”
  • ଗଣନା ପାଇଁ ବ୍ୟବହୃତ ବୋଲି କୁହାଯାଉଥିବା ଯୋଷେଫଙ୍କ ରୂପା ପାନପାତ୍ରଆଦି 44:5
    ପଦଗୁଡ଼ିକ
    ଆଦି 44:5ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।’”
  • ଫାରୋଙ୍କ ମନ୍ତ୍ରବେତ୍ତାମାନେ ଆପଣା ମାୟାରେ ଚିହ୍ନ ନକଲ କଲେ, କିନ୍ତୁ ଉକୁଣି ନୁହେଁଯାତ୍ରା 7:11, ଯାତ୍ରା 7:22, ଯାତ୍ରା 8:7, ଯାତ୍ରା 8:18
    ପଦଗୁଡ଼ିକ
    ଯାତ୍ରା 7:11ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।
    ଯାତ୍ରା 7:22ସେତେବେଳେ ମିସରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
    ଯାତ୍ରା 8:7ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।
    ଯାତ୍ରା 8:18ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।
  • ମୋୟାବୀୟ ପ୍ରାଚୀନମାନେ ଗଣକତାର ଦକ୍ଷିଣା ନେଇ ବିଲୀୟମ୍‍ ପାଖକୁ ଆସିଲେଗଣ 22:7
    ପଦଗୁଡ଼ିକ
    ଗଣ 22:7ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍‍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।
  • ଶାଉଲ ଭୂତୁଡ଼ିଆମାନଙ୍କୁ ଦୂର କଲେ, ତା’ପରେ ଛଦ୍ମବେଶରେ ଐନ୍‍-ଦୋରରେ ଜଣକ ପରାମର୍ଶ ନେଲେପ୍ର.ଶା 28:3, ପ୍ର.ଶା 28:7–8
    ପଦଗୁଡ଼ିକ
    ପ୍ର.ଶା 28:3ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।
    ପ୍ର.ଶା 28:7–8ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି।” ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ଐନ୍‍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।” ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, “ତୁମ୍ଭେ ଭୂତ ଦ୍ୱାରା ମୋʼ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋʼ କତିକି ଉଠାଇ ଆଣ।”
  • ଭୂତୁଡ଼ିଆ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଶାଉଲଙ୍କୁ ଚିହ୍ନିଲାପ୍ର.ଶା 28:11–14
    ପଦଗୁଡ଼ିକ
    ପ୍ର.ଶା 28:11–14ସେତେବେଳେ ସେହି ସ୍ତ୍ରୀ କହିଲା, “ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି?” ସେ କହିଲେ, “ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ।” ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚସ୍ୱରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, “ଆପଣ କାହିଁକି ମୋତେ ପ୍ରତାରଣା କଲେ? କାରଣ ଆପଣ ଶାଉଲ।” ତହୁଁ ରାଜା ତାହାକୁ କହିଲେ, “ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, “ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।” ଏଥିରେ ଶାଉଲ ତାହାକୁ ପଚାରିଲେ, “ତାହାର ରୂପ କି ପ୍ରକାର?” ସେ କହିଲା, “ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ!” ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।
  • ବଂଶାବଳୀ: ଅନ୍ୟାନ୍ୟ କାରଣ ସହିତ ଭୂତୁଡ଼ିଆର ପରାମର୍ଶ ନେବାରୁ ଶାଉଲ ମଲେପ୍ର.ବଂ 10:13
    ପଦଗୁଡ଼ିକ
    ପ୍ର.ବଂ 10:13ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
  • ଯେହୂ ଈଷେବଲ୍‍ର ଅନେକ ମାୟାବିଦ୍ୟା ବିଷୟରେ କହନ୍ତିଦ୍ଵି.ରା 9:22
    ପଦଗୁଡ଼ିକ
    ଦ୍ଵି.ରା 9:22ପୁଣି ଯୋରାମ୍‍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, “ଯେହୂ କୁଶଳ କି?” ତହିଁରେ; ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଈଷେବଲ୍‍ର ଏତେ ବ୍ୟଭିଚାର ଓ ମାୟାବୀତ୍ୱ ଅଛି, ସେପର୍ଯ୍ୟନ୍ତ କି କୁଶଳ?”
  • ରାଜା ମନଃଶି ମାୟାବିଦ୍ୟା କଲେ ଓ ଭୂତୁଡ଼ିଆମାନଙ୍କ ପରାମର୍ଶ ନେଲେଦ୍ଵି.ରା 21:6, ଦ୍ଵି.ବଂ 33:6
    ପଦଗୁଡ଼ିକ
    ଦ୍ଵି.ରା 21:6ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
    ଦ୍ଵି.ବଂ 33:6ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
  • ରାଜା ଯୋଶୀୟ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦୂର କଲେଦ୍ଵି.ରା 23:24
    ପଦଗୁଡ଼ିକ
    ଦ୍ଵି.ରା 23:24ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍‍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।
  • ବାବିଲର ରାଜା ଶୁଭାଶୁଭ ଲକ୍ଷଣ ଖୋଜନ୍ତି: ତୀର, ପ୍ରତିମା, ଯକୃତଯିହି 21:21
    ପଦଗୁଡ଼ିକ
    ଯିହି 21:21କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍‍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
  • ବାବିଲର ଜ୍ୟୋତିଷୀମାନେ ତାରା ଦେଖି ମାସକୁ ମାସ ଭବିଷ୍ୟତ କହନ୍ତିଯିଶା 47:13
    ପଦଗୁଡ଼ିକ
    ଯିଶା 47:13ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।
  • ନବୂଖଦ୍‍ନିତ୍ସରଙ୍କ ମନ୍ତ୍ରବେତ୍ତା, ମାୟାବୀ, ଗଣକ ଓ ଜ୍ୟୋତିଷୀମାନେ ତାଙ୍କ ସ୍ୱପ୍ନ ବୁଝାଇବାରେ ବିଫଳ ହୁଅନ୍ତିଦାନି 2:2, ଦାନି 2:10, ଦାନି 4:7
    ପଦଗୁଡ଼ିକ
    ଦାନି 2:2ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।
    ଦାନି 2:10କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।
    ଦାନି 4:7ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।
  • ବେଲ୍‍ଶତ୍ସରଙ୍କ ଜ୍ଞାନୀମାନେ କାନ୍ଥର ଲେଖା ପଢ଼ିପାରନ୍ତି ନାହିଁଦାନି 5:7–8, ଦାନି 5:15
    ପଦଗୁଡ଼ିକ
    ଦାନି 5:7–8ରାଜା ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍‍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।” ତହିଁରେ ରାଜାର ସମସ୍ତ ବିଦ୍ୱାନ୍‍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।
    ଦାନି 5:15ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍‍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।
  • ଶମିରୋଣର ଶିମୋନ ଆପଣା ମାୟାବିଦ୍ୟାରେ ଲୋକମାନଙ୍କୁ ଚମତ୍କୃତ କରୁଥିଲାପ୍ରେରି 8:9–11
    ପଦଗୁଡ଼ିକ
    ପ୍ରେରି 8:9–11କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଲୋକମାନଙ୍କୁ ଆଚମ୍ଭିତ କରୁଥିଲା; ଈଶ୍ବରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ। ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ଭିତ କରିଥିଲା।
  • ପାଫରେ ଜଣେ ମାୟାବୀ, ଅଲ୍ଲୀମା ବା ବର୍ଯୀଶୁପ୍ରେରି 13:6–8
    ପଦଗୁଡ଼ିକ
    ପ୍ରେରି 13:6–8ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫ ସହରକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀଙ୍କୁ ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାହାର ନାମ ବର୍ଯୀଶୁ। ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ବରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ। କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।
  • ଫିଲିପ୍ପୀରେ ଜଣେ ଦାସୀ ଭବିଷ୍ୟତ କହି ଆପଣା ମାଲିକମାନଙ୍କୁ ଅର୍ଥ ଉପାର୍ଜନ କରାଉଥିଲାପ୍ରେରି 16:16–19
    ପଦଗୁଡ଼ିକ
    ପ୍ରେରି 16:16–19ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା। ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି। ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା। କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।
  • ସ୍କେବାର ସାତ ପୁତ୍ର ଭୂତ ଛଡ଼ାଇବାକୁ ଚେଷ୍ଟା କରନ୍ତିପ୍ରେରି 19:13–16
    ପଦଗୁଡ଼ିକ
    ପ୍ରେରି 19:13–16କିନ୍ତୁ ଭ୍ରମଣକାରୀ ଯିହୁଦୀ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି। ପୁଣି, ସ୍କେବା ନାମକ ଜଣେ ଯିହୁଦୀ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ। ସେଥିରେ ମନ୍ଦ-ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ? ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।
  • ଏଫିସରେ ପଚାଶ ହଜାର ରୂପା ମୁଦ୍ରା ମୂଲ୍ୟର ଯାଦୁ ପୁସ୍ତକ ପୋଡ଼ାଗଲାପ୍ରେରି 19:19
    ପଦଗୁଡ଼ିକ
    ପ୍ରେରି 19:19ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ରୂପା ମୁଦ୍ରା ବୋଲି ଦେଖିଲେ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର