ଅନୁସନ୍ଧାନ › ବିଷୟ › ବିବାହ ଓ ବିବାହୋତ୍ସବ
ଦୈନନ୍ଦିନ ଜୀବନ
ବାଇବେଲରେ ବିବାହ ଓ ବିବାହୋତ୍ସବ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 53ଟି ଅଂଶ, ଧାଡ଼ି ପରେ ଧାଡ଼ି।
ରୀତିନୀତି
- ପିତାମାତା ପୁତ୍ରମାନଙ୍କ ପାଇଁ ଭାର୍ଯ୍ୟା ସ୍ଥିର କରୁଥିଲେଆଦି 21:21, ଆଦି 24:3–4, ଆଦି 28:1–2, ଯିରି 29:6
ପଦଗୁଡ଼ିକ
ଆଦି 21:21ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା।
ଆଦି 24:3–4ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋʼ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ; ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋʼ ପୁତ୍ର ଇସ୍ହାକ ନିମନ୍ତେ କନ୍ୟା ଆଣିବ।”
ଆଦି 28:1–2ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ। ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।
ଯିରି 29:6ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।
- ଶାମ୍ଶୋନ୍ ପିତାମାତାଙ୍କୁ ଜଣେ ପଲେଷ୍ଟୀୟ କନ୍ୟା ସହିତ ବିବାହ କରାଇବାକୁ କହନ୍ତିବିଚାର 14:2
ପଦଗୁଡ଼ିକ
ବିଚାର 14:2ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, “ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।”
- ରିବିକାଙ୍କୁ ପଚରାଯାଏ: “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ?”ଆଦି 24:57–58
ପଦଗୁଡ଼ିକ
ଆଦି 24:57–58ତହିଁରେ ସେମାନେ କହିଲେ, “ଆମ୍ଭେମାନେ କନ୍ୟାକୁ ଡାକି ତାହାକୁ ସାକ୍ଷାତରେ ପଚାରୁ।” ଏଥିଉତ୍ତାରେ ସେମାନେ ରିବିକାକୁ ଡାକି କହିଲେ, “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ?” ତହୁଁ ସେ କହିଲା, “ଯିବି।”
- ଇସ୍ହାକଙ୍କୁ ଭେଟିବା ବେଳେ ରିବିକା ଓଢ଼ଣୀରେ ନିଜକୁ ଢାଙ୍କନ୍ତିଆଦି 24:65
ପଦଗୁଡ଼ିକ
ଆଦି 24:65ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା।
- କନ୍ୟା ପାଇଁ ଅଳଙ୍କାର ଓ ବସ୍ତ୍ର, ତାଙ୍କ ପରିବାର ପାଇଁ ଉପହାରଆଦି 24:53
ପଦଗୁଡ଼ିକ
ଆଦି 24:53ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।
- କନ୍ୟାର ପିତାଙ୍କୁ କନ୍ୟାପଣ ଦିଆଯାଉଥିଲାଆଦି 34:12, ଯାତ୍ରା 22:16–17
ପଦଗୁଡ଼ିକ
ଆଦି 34:12ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋʼ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।”
ଯାତ୍ରା 22:16–17ଆଉ, କେହି ଯଦି ଅବାଗ୍ଦତ୍ତା କନ୍ୟାକୁ ପ୍ରଲୋଭିତ କରି ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ। ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।
- ଲାବନ: ବଡ଼ ଥାଉ ଥାଉ ସାନକୁ ବିବାହ ଦେବା ଆମ୍ଭମାନଙ୍କ ଦେଶାଚାର ନୁହେଁଆଦି 29:26
ପଦଗୁଡ଼ିକ
ଆଦି 29:26ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।
- ବିବାହର ଏକ ସପ୍ତାହ ଉତ୍ସବଆଦି 29:22, ଆଦି 29:27–28
ପଦଗୁଡ଼ିକ
ଆଦି 29:22ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।
ଆଦି 29:27–28ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।” ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା।
- ବର ତିରିଶ ଜଣ ସାଥୀଙ୍କ ସହିତ ସାତ ଦିନର ଭୋଜି ଦେଲେବିଚାର 14:10–12
ପଦଗୁଡ଼ିକ
ବିଚାର 14:10–12ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍ଶୋନ୍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା। ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ। ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।
- କନ୍ୟାର ଅଳଙ୍କାର ଓ ବିବାହର କଟିବନ୍ଧନଯିରି 2:32, ଯିଶା 61:10
ପଦଗୁଡ଼ିକ
ଯିରି 2:32କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି।
ଯିଶା 61:10ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
- ସୁନାର କାରୁକାର୍ଯ୍ୟ କରା ବସ୍ତ୍ର ପିନ୍ଧି ସଙ୍ଗିନୀମାନଙ୍କ ସହିତ ଜଣେ ରାଜକନ୍ୟାଗୀତ 45:13–14
ପଦଗୁଡ଼ିକ
ଗୀତ 45:13–14ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ। ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।
- ବିବାହ ଦିନରେ ମାତାଙ୍କଠାରୁ ପାଇଥିବା ଶଲୋମନଙ୍କ ମୁକୁଟପ.ଗୀ 3:11
ପଦଗୁଡ଼ିକ
ପ.ଗୀ 3:11ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି।
- ବର ଓ କନ୍ୟାର ସ୍ୱରରେ ରାସ୍ତାସବୁ ପୂର୍ଣ୍ଣ ଥିଲାଯିରି 7:34
ପଦଗୁଡ଼ିକ
ଯିରି 7:34ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।
- ଦୀପ ଧରି ଦଶ ଜଣ କନ୍ୟା ବରକୁ ଭେଟିବାକୁ ବାହାରନ୍ତି (ଏକ ଦୃଷ୍ଟାନ୍ତ)ମାଥି 25:1–6
ପଦଗୁଡ଼ିକ
ମାଥି 25:1–6“ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ। ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ। ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ, ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ। ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ, ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ। କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା।
- ଅତିଥିମାନେ ବିବାହ ବସ୍ତ୍ର ପିନ୍ଧିବା ଆଶା କରାଯାଉଥିଲା (ଏକ ଦୃଷ୍ଟାନ୍ତ)ମାଥି 22:11–12
ପଦଗୁଡ଼ିକ
ମାଥି 22:11–12କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହ-ବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ, ହେ ବନ୍ଧୁ, ତୁମ୍ଭେ ବିବାହ-ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା।
- ନଗରଦ୍ୱାରରେ ପ୍ରାଚୀନମାନଙ୍କ ସାକ୍ଷାତରେ ବିବାହରୂତ 4:9–11
ପଦଗୁଡ଼ିକ
ରୂତ 4:9–11ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, “ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ। ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତି ସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।” ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।
- କେବଳ ବାଗ୍ଦାନ ହୋଇଥିବା ବେଳେ ମଧ୍ୟ ଯୋଷେଫଙ୍କୁ ମରୀୟମଙ୍କ ସ୍ୱାମୀ କୁହାଯାଏମାଥି 1:18–19, ଲୂକ 1:27
ପଦଗୁଡ଼ିକ
ମାଥି 1:18–19ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା। ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।
ଲୂକ 1:27ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।
ବ୍ୟବସ୍ଥାରେ
- ନୂଆ ବିବାହିତ ପୁରୁଷ ଏକ ବର୍ଷ ଯୁଦ୍ଧରୁ ମୁକ୍ତଦ୍ବି.ବି 24:5
ପଦଗୁଡ଼ିକ
ଦ୍ବି.ବି 24:5କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ।
- ଭାଇ ଆପଣା ଭାଇର ନିଃସନ୍ତାନ ବିଧବାକୁ ବିବାହ କରେଦ୍ବି.ବି 25:5–10, ଆଦି 38:8, ମାର୍କ 12:19
ପଦଗୁଡ଼ିକ
ଦ୍ବି.ବି 25:5–10ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦିଅର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ। ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ। ଆଉ ସେହି ପୁରୁଷ ଯଦି ଆପଣା ଭ୍ରାତୃର ଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗର-ଦ୍ୱାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, “ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।” ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ; ତହିଁରେ ଯେବେ ସେ ଠିଆ ହୋଇ କହେ ଯେ, “ତାହାକୁ ଗ୍ରହଣ କରିବାକୁ ମୋʼ ର ଇଚ୍ଛା ନାହିଁ;” ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ। ଆଉ ଇସ୍ରାଏଲ ମଧ୍ୟରେ “ସେ ଚ୍ୟୁତପାଦୁକ ବଂଶ ବୋଲି ବିଖ୍ୟାତ ହେବ।”
ଆଦି 38:8ତହିଁରେ ଯିହୁଦା ଓନନ୍କୁ କହିଲା, “ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର।”
ମାର୍କ 12:19ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି, ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।
- ସଲଫାଦର କନ୍ୟାମାନେ ଆପଣା ପିତୃବଂଶ ମଧ୍ୟରେ ବିବାହ କରିବା ଆବଶ୍ୟକଗଣ 36:6–8
ପଦଗୁଡ଼ିକ
ଗଣ 36:6–8ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ‘ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ।’ ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ। ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଯେପରି ଆପଣା ଆପଣା ପୈତୃକ ଅଧିକାର ଭୋଗ କରିବେ, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣଙ୍କର କୌଣସି ବଂଶ ମଧ୍ୟରେ ଯେଉଁ କନ୍ୟାର ଅଧିକାର ଥାଏ, ସେ ଆପଣା ପିତୃବଂଶୀୟ ପରିବାର ମଧ୍ୟରେ ଜଣକର ଭାର୍ଯ୍ୟା ହେବ।
- ଯାଜକମାନେ ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରିପାରିବେ ନାହିଁଲେବୀ 21:7, ଲେବୀ 21:13–14
ପଦଗୁଡ଼ିକ
ଲେବୀ 21:7ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର।
ଲେବୀ 21:13–14ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ; ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
- ବନ୍ଦିନୀ ସ୍ତ୍ରୀ ପ୍ରଥମେ ପୂରା ଏକ ମାସ ଆପଣା ପିତାମାତାଙ୍କ ପାଇଁ ଶୋକ କରେଦ୍ବି.ବି 21:10–13
ପଦଗୁଡ଼ିକ
ଦ୍ବି.ବି 21:10–13ତୁମ୍ଭେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଗମନ କଲେ, ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରନ୍ତି ଓ ତୁମ୍ଭେ ସେମାନଙ୍କୁ ବନ୍ଦୀ କରି ଘେନିଯାଅ; ପୁଣି ସେହି ବନ୍ଦୀମାନଙ୍କ ମଧ୍ୟରେ କୌଣସି ସୁନ୍ଦରୀ ସ୍ତ୍ରୀ ଦେଖି ତାହା ପ୍ରତି ପ୍ରେମାସକ୍ତ ହେଲେ, ଯେବେ ତୁମ୍ଭେ ତାହାକୁ ବିବାହ କରିବାକୁ ଇଚ୍ଛା କର, ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ଡନ କରି ନଖ କାଟିବ; ଆଉ ସେ ଆପଣା ବନ୍ଦୀତ୍ୱାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ, ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ। ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ୱାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ।
- ଇସ୍ରାଏଲୀୟମାନଙ୍କୁ କିଣାନର ଜାତିମାନଙ୍କ ସହିତ ବିବାହ ସମ୍ବନ୍ଧ ନ କରିବାକୁ କୁହାଯାଏଦ୍ବି.ବି 7:3
ପଦଗୁଡ଼ିକ
ଦ୍ବି.ବି 7:3ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।
ଉଦାହରଣ
- ଅବ୍ରହାମ ଆପଣା ବୈମାତ୍ରେୟ ଭଉଣୀ ସାରାଙ୍କୁ ବିବାହ କରିଥିଲେଆଦି 11:29, ଆଦି 20:12
- ଇସ୍ହାକ ରିବିକାଙ୍କୁ ପ୍ରେମ କଲେ ଓ ମାତାଙ୍କ ମୃତ୍ୟୁ ପରେ ସାନ୍ତ୍ୱନା ପାଇଲେଆଦି 24:67
ପଦଗୁଡ଼ିକ
ଆଦି 24:67ସେତେବେଳେ ଇସ୍ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନିଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା। ତହିଁରେ ଇସ୍ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।
- ଯାକୁବ ରାହେଲଙ୍କ ପାଇଁ ସାତ ବର୍ଷ ସେବା କରନ୍ତି; ତାହା କେତେକ ଦିନ ପରି ଲାଗେଆଦି 29:18–20
ପଦଗୁଡ଼ିକ
ଆଦି 29:18–20ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।” ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ।” ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।
- ଯାକୁବଙ୍କୁ ପ୍ରଥମେ ଲେୟା, ତା’ପରେ ରାହେଲ ଦିଆଯାଏଆଦି 29:21–28
ପଦଗୁଡ଼ିକ
ଆଦି 29:21–28ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।” ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା। ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା। ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲା। ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?” ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ। ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।” ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା।
- କାଲେବ କିରୀୟଥ୍-ସେଫର ଜୟ କରୁଥିବା ଲୋକକୁ ଆପଣା କନ୍ୟା ଅକ୍ଷା ଦିଅନ୍ତିବିଚାର 1:12–13
ପଦଗୁଡ଼ିକ
ବିଚାର 1:12–13ପୁଣି କାଲେବ କହିଲେ, “ଯେକେହି କିରୀୟଥ୍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍ଷାର ବିବାହ ଦେବି।” ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ।
- ଶାଉଲ ଗଲୀୟାତକୁ ବଧ କରୁଥିବା ଲୋକକୁ ଆପଣା କନ୍ୟା ଦେବାକୁ ପ୍ରତିଜ୍ଞା କରନ୍ତିପ୍ର.ଶା 17:25, ପ୍ର.ଶା 18:17
ପଦଗୁଡ଼ିକ
ପ୍ର.ଶା 17:25ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।”
ପ୍ର.ଶା 18:17ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, “ମେରବ୍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର।” ଶାଉଲ ମନେ କଲେ, “ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।”
- ଶାଉଲ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ ମାଗନ୍ତି; ଦାଉଦ ଦୁଇ ଶହ ଆଣନ୍ତିପ୍ର.ଶା 18:25–27, ଦ୍ଵି.ଶା 3:14
ପଦଗୁଡ଼ିକ
ପ୍ର.ଶା 18:25–27ତହିଁରେ ଶାଉଲ କହିଲେ, “ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ‘ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ ଚାହାନ୍ତି।’” ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା। ପୁଣି, ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା। ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ।
ଦ୍ଵି.ଶା 3:14ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”
- ବୋୟଜ ସାକ୍ଷୀମାନଙ୍କ ସାମ୍ନାରେ ରୂତଙ୍କୁ ଭାର୍ଯ୍ୟା ରୂପେ ଗ୍ରହଣ କରନ୍ତିରୂତ 4:5, ରୂତ 4:10
ପଦଗୁଡ଼ିକ
ରୂତ 4:5ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।”
ରୂତ 4:10ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତି ସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।”
- ବିନ୍ୟାମୀନ୍ ବଂଶୀୟମାନେ ଶୀଲୋର ନର୍ତ୍ତକୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ଧରି ନିଅନ୍ତିବିଚାର 21:21–23
ପଦଗୁଡ଼ିକ
ବିଚାର 21:21–23ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲିଯାଅ। ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ‘ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ିଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।’” ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରିଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।
- ଅକ୍ଷଶ୍ୱେରଶ ଏଷ୍ଟରଙ୍କୁ ରାଣୀ କରି ଏଷ୍ଟରଙ୍କ ଭୋଜି ଦିଅନ୍ତିଏଷ୍ଟ 2:17–18
ପଦଗୁଡ଼ିକ
ଏଷ୍ଟ 2:17–18ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ। ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।
- ହୋଶେୟ ପନ୍ଦର ଶେକଲ ରୂପା ଓ ଯବ ଦେଇ ଜଣେ ସ୍ତ୍ରୀକୁ କିଣନ୍ତିହୋଶେ 3:2
ପଦଗୁଡ଼ିକ
ହୋଶେ 3:2ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;
- କାନ୍ନାର ଏକ ବିବାହରେ ଯୀଶୁ ଓ ତାଙ୍କ ଶିଷ୍ୟମାନେଯୋହ 2:1–10
ପଦଗୁଡ଼ିକ
ଯୋହ 2:1–10ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ; ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ। ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ। ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।” ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର। ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା। ଯୀଶୁ ସେମାନଙ୍କୁ କହିଲେ, “ଜାହାଲାଗୁଡ଼ିକରେ ପାଣି ଭର୍ତ୍ତି କର।” ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ। ଆଉ, ସେ ସେମାନଙ୍କୁ କହିଲେ, “ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ।” ସେଥିରେ ସେମାନେ ଘେନିଗଲେ। ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସରେ ପରିବର୍ତ୍ତନ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ, ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।
- ପ୍ରେରିତମାନେ ଯାତ୍ରାରେ ଆପଣା ଭାର୍ଯ୍ୟାମାନଙ୍କୁ ସଙ୍ଗରେ ନେଉଥିଲେପ୍ର.କରି 9:5
ପଦଗୁଡ଼ିକ
ପ୍ର.କରି 9:5ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?
ହିତୋପଦେଶର ବାଣୀ
- ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏହିତୋ 18:22
ପଦଗୁଡ଼ିକ
ହିତୋ 18:22ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
- କଳିହୁଡ଼ୀ ସ୍ତ୍ରୀ ସହିତ ଘରେ ରହିବା ଅପେକ୍ଷା ଛାତର ଏକ କୋଣରେ ରହିବା ଭଲହିତୋ 21:9, ହିତୋ 21:19
ପଦଗୁଡ଼ିକ
ହିତୋ 21:9କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।
ହିତୋ 21:19କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର