ଦୈନନ୍ଦିନ ଜୀବନ
ବାଇବେଲରେ ମେଜ ଓ ଭୋଜନ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 36ଟି ଅଂଶ, ଧାଡ଼ି ପରେ ଧାଡ଼ି।
ମେଜ
- ଇଲୀଶାୟଙ୍କ ଛୋଟ କୋଠରୀରେ ଖଟ, ମେଜ, ଚୌକି ଓ ଦୀପଦ୍ଵି.ରା 4:10
ପଦଗୁଡ଼ିକ
ଦ୍ଵି.ରା 4:10ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”
- ଅଦୋନୀବେଷକ୍ର ମେଜ ତଳେ ସତୁରି ଜଣ ରାଜା ଖାଦ୍ୟର ଅଇଁଠା ବୋଟୁଥିଲେବିଚାର 1:7
ପଦଗୁଡ଼ିକ
ବିଚାର 1:7ଏଥିରେ ଅଦୋନୀବେଷକ୍ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।
- ଆବାସର ମେଜ: ବହନ ଦଣ୍ଡ ସହିତ ସୁନାରେ ମଡ଼ା ଶିଟୀମ୍ କାଠଯାତ୍ରା 25:23–28
ପଦଗୁଡ଼ିକ
ଯାତ୍ରା 25:23–28ତହିଁ ଉତ୍ତାରେ ତୁମ୍ଭେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ। ପୁଣି, ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କରିବ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣ କାନ୍ଥି କରିବ। ଆଉ ସୁବର୍ଣ୍ଣ ନିର୍ମିତ ଚାରି କଡ଼ା କରି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିବ। ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ। ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ।
- ପ୍ରତି ବିଶ୍ରାମ ଦିନ ସୁନା ମେଜ ଉପରେ ଦୁଇ ଧାଡ଼ିରେ ବାରଟି ରୁଟି ରଖାଯାଏଲେବୀ 24:5–8
ପଦଗୁଡ଼ିକ
ଲେବୀ 24:5–8ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ। ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହାସବୁ ରଖିବ। ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ। ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ।
- ମନ୍ଦିର ପାଇଁ ସୁନା ମେଜ ଓ ରୂପା ମେଜପ୍ର.ବଂ 28:16
ପଦଗୁଡ଼ିକ
ପ୍ର.ବଂ 28:16ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ;
- ଯୀଶୁ ଟଙ୍କା ବଦଳାଉଥିବା ଲୋକମାନଙ୍କ ମେଜ ଓଲଟାଇ ପକାନ୍ତିଯୋହ 2:15
ପଦଗୁଡ଼ିକ
ଯୋହ 2:15ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ;
- ମେଜ ତଳେ କୁକୁରମାନେ ପିଲାମାନଙ୍କ ଅଇଁଠା ଖାଆନ୍ତିମାଥି 15:27, ମାର୍କ 7:28
ପଦଗୁଡ଼ିକ
ମାଥି 15:27କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି।
ମାର୍କ 7:28କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖାଆନ୍ତି।
- ଲାଜାର ଧନୀ ଲୋକର ମେଜରୁ ପଡ଼ୁଥିବା ଅଇଁଠା ପାଇଁ ଆକାଂକ୍ଷା କରେ (ଏକ ଦୃଷ୍ଟାନ୍ତ)ଲୂକ 16:21
ପଦଗୁଡ଼ିକ
ଲୂକ 16:21ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଁଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ।
- ତୁମ୍ଭ ମେଜ ଚାରିପାଖରେ ତୁମ୍ଭର ପୁତ୍ରମାନେ ଜୀତ ଚାରା ପରିଗୀତ 128:3
ପଦଗୁଡ଼ିକ
ଗୀତ 128:3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
ବସିବା ଓ ଆଉଜି ବସିବା
- ଅତିଥିମାନେ ଭୋଜନ କରୁଥିବା ବେଳେ ଅବ୍ରହାମ ଗଛ ତଳେ ସେମାନଙ୍କ ପାଖରେ ଠିଆ ହୁଅନ୍ତିଆଦି 18:8
ପଦଗୁଡ଼ିକ
ଆଦି 18:8ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।
- ଭୋଜନ ସମୟରେ ରୂତ ଶସ୍ୟଚ୍ଛେଦକମାନଙ୍କ ପାଖରେ ବସନ୍ତିରୂତ 2:14
ପଦଗୁଡ଼ିକ
ରୂତ 2:14ଭୋଜନ ସମୟରେ ବୋୟଜ ତାହାକୁ କହିଲା, “ତୁମ୍ଭେ ଏଠାକୁ ଆସି ରୁଟି ଭୋଜନ କର ଓ ନିଜ ରୁଟିଖଣ୍ଡ ଅମ୍ଳରସରେ ବୁଡ଼ାଅ,” ତହିଁରେ ସେ ଶସ୍ୟକଟାଳିମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ବଳକା ରଖିଲା।
- ରାଣୀ ଏଷ୍ଟର ଆଉଜି ବସିଥିବା ଆସନ ଉପରେ ହାମନ୍ ପଡ଼ିଯାଏଏଷ୍ଟ 7:8
ପଦଗୁଡ଼ିକ
ଏଷ୍ଟ 7:8ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କʼଣ ଗୃହ ମଧ୍ୟରେ ମୋʼ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍ର ମୁଖ ଢାଙ୍କି ପକାଇଲେ।”
- ଯୀଶୁ ଦ୍ୱାଦଶ ଶିଷ୍ୟଙ୍କ ସହିତ ଭୋଜନରେ ବସନ୍ତିମାଥି 26:20
ପଦଗୁଡ଼ିକ
ମାଥି 26:20ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ।
- ଯୀଶୁଙ୍କ ପାଖରେ ଆଉଜି ବସିଥିବା ଜଣେ ଶିଷ୍ୟ ପଛକୁ ଆଉଜି ତାଙ୍କୁ ପଚାରନ୍ତିଯୋହ 13:23–25
ପଦଗୁଡ଼ିକ
ଯୋହ 13:23–25ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଯାହାକୁ ଯୀଶୁ ପ୍ରେମ କରୁଥିଲେ, ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ। ଅତଏବ, ଶିମୋନ ପିତର ତାହାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ। ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ?
- ଜଣେ ଫାରୂଶୀ ଯୀଶୁଙ୍କୁ ଭୋଜନକୁ ନିମନ୍ତ୍ରଣ କରନ୍ତି, ଆଉ ସେ ଭୋଜନରେ ବସନ୍ତିଲୂକ 7:36
ପଦଗୁଡ଼ିକ
ଲୂକ 7:36ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।
- ମାର୍ଥା ପରିବେଷଣ କରନ୍ତି, ଆଉ ଲାଜାର ଯୀଶୁଙ୍କ ସହିତ ଭୋଜନରେ ବସନ୍ତିଯୋହ 12:2
ପଦଗୁଡ଼ିକ
ଯୋହ 12:2ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ।
- ପାଞ୍ଚ ହଜାର ଲୋକ ଶହେ ଓ ପଚାଶ ଜଣ କରି ଦଳ ଦଳ ହୋଇ ଘାସ ଉପରେ ବସନ୍ତିମାର୍କ 6:39–40, ଲୂକ 9:14
ପଦଗୁଡ଼ିକ
ମାର୍କ 6:39–40ସେଥିରେ ସମସ୍ତେ ଯେପରି ଦଳ ଦଳ ହୋଇ କଅଁଳ ଘାସ ଉପରେ ବସନ୍ତି, ଏଥିପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ। ତହିଁରେ ସେମାନେ ଶହ ଶହ ଓ ପଚାଶ ପଚାଶ ଜଣ କରି ଦଳ ଦଳ ହୋଇ ବସିଲେ।
ଲୂକ 9:14କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ।”
କିଏ କାହା ସହିତ ଭୋଜନ କଲା
- ଦାଉଦ ଶାଉଲଙ୍କ ମେଜରେ ଅନୁପସ୍ଥିତ; ଯୋନାଥନ କ୍ରୋଧରେ ତାହା ଛାଡ଼ି ଉଠନ୍ତିପ୍ର.ଶା 20:29, ପ୍ର.ଶା 20:34
ପଦଗୁଡ଼ିକ
ପ୍ର.ଶା 20:29ଆଉ ସେ କହିଲା, ‘ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି।’ ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି ମୋର ଭାଇମାନଙ୍କୁ ଦେଖିବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ।”
ପ୍ର.ଶା 20:34ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।
- ଶଲୋମନଙ୍କ ମେଜକୁ ଆସୁଥିବା ସମସ୍ତଙ୍କ ପାଇଁ ଅଧ୍ୟକ୍ଷମାନେ ଖାଦ୍ୟ ଯୋଗାନ୍ତିପ୍ର.ରା 4:27
ପଦଗୁଡ଼ିକ
ପ୍ର.ରା 4:27ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।
- ଶଲୋମନଙ୍କ ମେଜ ଓ ତାଙ୍କ ଦାସମାନଙ୍କ ବସିବା ବ୍ୟବସ୍ଥା ଦେଖି ଶିବାର ରାଣୀ ଚମତ୍କୃତ ହୁଅନ୍ତିପ୍ର.ରା 10:4–5
ପଦଗୁଡ଼ିକ
ପ୍ର.ରା 10:4–5ପୁଣି, ଶିବାର ରାଣୀ ଶଲୋମନଙ୍କର ସମସ୍ତ ଜ୍ଞାନ, ତାଙ୍କର ନିର୍ମିତ ଗୃହ, ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।
- ଅତିଥିଙ୍କ ବ୍ୟତୀତ ଅନେକ ଯିହୁଦୀ ଓ ଶାସକ ନିହିମୀୟାଙ୍କ ମେଜରେ ଭୋଜନ କରନ୍ତିନିହି 5:17
ପଦଗୁଡ଼ିକ
ନିହି 5:17ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକ ଶହ ପଚାଶ ଲୋକ ମୋʼ ଭୋଜନାସନରେ ବସିଲେ।
- ଯିହୋୟାଖୀନ୍ ଯାବଜ୍ଜୀବନ ବାବିଲର ରାଜାଙ୍କ ମେଜରେ ଭୋଜନ କରନ୍ତିଦ୍ଵି.ରା 25:29
ପଦଗୁଡ଼ିକ
ଦ୍ଵି.ରା 25:29ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ।
- ମାଥିଉଙ୍କ ଘରେ ଯୀଶୁ କରଗ୍ରାହୀ ଓ ପାପୀମାନଙ୍କ ସହିତ ଭୋଜନ କରନ୍ତିମାଥି 9:10–11, ମାର୍କ 2:15–16, ଲୂକ 15:2
ପଦଗୁଡ଼ିକ
ମାଥି 9:10–11ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ। ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?”
ମାର୍କ 2:15–16ଆଉ ଯୀଶୁ ତାହାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ, ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ ପୁଣି, ତାହାଙ୍କର ଅନୁଗମନ କରୁଥିଲେ। ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ-ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି!
ଲୂକ 15:2ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ!
- “ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋʼ ସହିତ ମେଜ ଉପରେ ଅଛି”ଲୂକ 22:21
ପଦଗୁଡ଼ିକ
ଲୂକ 22:21କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋʼ ସହିତ ମେଜ ଉପରେ ଅଛି।
- ପୁନରୁତ୍ଥିତ ଯୀଶୁ: “ଆସି ଭୋଜନ କର”ଯୋହ 21:12
ପଦଗୁଡ଼ିକ
ଯୋହ 21:12ଯୀଶୁ ସେମାନଙ୍କୁ କହିଲେ, “ଆସି ଭୋଜନ କର।” ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ।
- ପ୍ରଥମ ବିଶ୍ୱାସୀମାନେ ଘରେ ଘରେ ରୁଟି ଭାଙ୍ଗନ୍ତିପ୍ରେରି 2:46
ପଦଗୁଡ଼ିକ
ପ୍ରେରି 2:46ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।
- ମେଜରେ ପରିବେଷଣ କରିବା ପାଇଁ ଦ୍ୱାଦଶ ପ୍ରେରିତ ପ୍ରଚାରକୁ ଅବହେଳା କରିବାକୁ ଚାହାନ୍ତି ନାହିଁପ୍ରେରି 6:2
ପଦଗୁଡ଼ିକ
ପ୍ରେରି 6:2ସେଥିରେ ବାର ଜଣ ପ୍ରେରିତମାନେ ଶିଷ୍ୟସମୁହକୁ ନିକଟକୁ ଡାକି କହିଲେ, ଈଶ୍ବରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ଖାଦ୍ୟ ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ।
- ଅସୁନ୍ନତ ଲୋକମାନଙ୍କ ସହିତ ଭୋଜନ କରିଥିବାରୁ ପିତରଙ୍କୁ ସମାଲୋଚନା କରାଯାଏପ୍ରେରି 11:3
ପଦଗୁଡ଼ିକ
ପ୍ରେରି 11:3ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ।
- ଆନ୍ତିୟଖିଆରେ ପିତର ଅଣଯିହୁଦୀମାନଙ୍କ ସହିତ ଭୋଜନ କରିବାରୁ ଓହରିଯାଆନ୍ତିଗାଲା 2:12
ପଦଗୁଡ଼ିକ
ଗାଲା 2:12ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ଅଣଯିହୁଦୀ ବିଶ୍ୱାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ୱାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ୍ ରଖିଲେ।
- କାରାରକ୍ଷକ ପାଉଲ ଓ ଶୀଲାଙ୍କ ସମ୍ମୁଖରେ ଭୋଜନ ପରିବେଷଣ କରେପ୍ରେରି 16:34
ପଦଗୁଡ଼ିକ
ପ୍ରେରି 16:34ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ବରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।
- ଅବିଶ୍ୱାସୀ ନିମନ୍ତ୍ରଣ କଲେ? ଯାହା ପରିବେଷଣ କରାଯାଏ, ତାହା ଖାଅପ୍ର.କରି 10:27
ପଦଗୁଡ଼ିକ
ପ୍ର.କରି 10:27ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର