Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଟଙ୍କାପଇସା

ଦୈନନ୍ଦିନ ଜୀବନ

ବାଇବେଲରେ ଟଙ୍କାପଇସା

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 41ଟି ଅଂଶ, ଧାଡ଼ି ପରେ ଧାଡ଼ି।

ତୌଲି ଦିଆଯାଉଥିବା ରୂପା

  • ଅବ୍ରହାମ ମକ୍‍ପେଲା ଗୁମ୍ଫା ପାଇଁ 400 ଶେକଲ ରୂପା ତୌଲି ଦିଅନ୍ତିଆଦି 23:15–16
    ପଦଗୁଡ଼ିକ
    ଆଦି 23:15–16“ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରି ଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।” ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।
  • ଯାକୁବ ଶିଖିମରେ ଶହେ ଖଣ୍ଡ ରୂପାରେ ଖଣ୍ଡେ ଜମି କିଣନ୍ତିଆଦି 33:19
    ପଦଗୁଡ଼ିକ
    ଆଦି 33:19ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକ ଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା।
  • ଯୋଷେଫଙ୍କୁ କୋଡ଼ିଏ ଶେକଲ ରୂପାରେ ବିକି ଦିଆଯାଏଆଦି 37:28
    ପଦଗୁଡ଼ିକ
    ଆଦି 37:28ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
  • ଭାଇମାନେ ଆପଣା ଆପଣା ବସ୍ତାରେ ନିଜ ରୂପା ଫେରି ପାଆନ୍ତିଆଦି 42:25, ଆଦି 42:35, ଆଦି 43:21
    ପଦଗୁଡ଼ିକ
    ଆଦି 42:25ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,
    ଆଦି 42:35ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।
    ଆଦି 43:21ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍‍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।
  • ଯୋଷେଫ ଶସ୍ୟ ବଦଳରେ ମିସର ଓ କିଣାନର ସମସ୍ତ ଟଙ୍କା ସଂଗ୍ରହ କରନ୍ତିଆଦି 47:14–16
    ପଦଗୁଡ଼ିକ
    ଆଦି 47:14–16ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ। ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?” ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”
  • ପ୍ରତ୍ୟେକ ପଲେଷ୍ଟୀୟ ଅଧିପତି ଶାମ୍‍ଶୋନ୍‍ଙ୍କ ବଳର ରହସ୍ୟ ପାଇଁ ଦଲୀଲାକୁ ରୂପା ଦେବାକୁ କହନ୍ତିବିଚାର 16:5
    ପଦଗୁଡ଼ିକ
    ବିଚାର 16:5ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”
  • ମୀଖା ମାଆଠାରୁ ନେଇଥିବା 1,100 ଶେକଲ ଫେରାଇ ଦିଏବିଚାର 17:2–4
    ପଦଗୁଡ଼ିକ
    ବିଚାର 17:2–4ସେ ଆପଣା ମାତାକୁ କହିଲା, “ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି;” ତହିଁରେ ତାହାର ମାତା କହିଲା, “ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ହେଉ।” ଏଥିରେ ସେ ସେହି ଏଗାର ଶହ ଖଣ୍ଡ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, “ଗୋଟିଏ ଖୋଦିତ ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତାନ୍ତ ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।” ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।
  • ଆହାବ ନାବୋତଙ୍କୁ ତାଙ୍କ ଦ୍ରାକ୍ଷାକ୍ଷେତ୍ର ବଦଳରେ ରୂପା ଦେବାକୁ କହନ୍ତିପ୍ର.ରା 21:2
    ପଦଗୁଡ଼ିକ
    ପ୍ର.ରା 21:2ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”
  • ନାମାନ୍‍ ଗିହେଜୀ ପାଇଁ ଦୁଇ ଥଳୀରେ ଦୁଇ ତାଳନ୍ତ ରୂପା ବାନ୍ଧେଦ୍ଵି.ରା 5:23
    ପଦଗୁଡ଼ିକ
    ଦ୍ଵି.ରା 5:23ଏଥିରେ ନାମାନ୍‍ କହିଲା, “ଅନୁଗ୍ରହ କରି ଦୁଇ ତାଳନ୍ତ ରୂପା ନିଅ।” ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳନ୍ତ ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହିନେଲେ।
  • ଢାଙ୍କୁଣିରେ କଣା ଥିବା ଏକ ସିନ୍ଦୁକରେ ମନ୍ଦିରର ଟଙ୍କା ସଂଗ୍ରହ ହୁଏଦ୍ଵି.ରା 12:9–11
    ପଦଗୁଡ଼ିକ
    ଦ୍ଵି.ରା 12:9–11ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା; ପୁଣି ଦ୍ୱାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ। ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ। ପୁଣି ସେମାନେ ସେହି ପରିମିତ ମୁଦ୍ରା ସଦାପ୍ରଭୁଙ୍କ ଗୃହର କର୍ମକାରକ ଅଧ୍ୟକ୍ଷମାନଙ୍କ ହସ୍ତରେ ଦେଲେ; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀ ସୂତ୍ରଧର ଓ ଗାନ୍ଥକ
  • ମନହେମ୍‍ ଅଶୂର ପାଇଁ ପ୍ରତ୍ୟେକ ଧନୀ ଲୋକଠାରୁ ପଚାଶ ଶେକଲ ନିଅନ୍ତିଦ୍ଵି.ରା 15:20
    ପଦଗୁଡ଼ିକ
    ଦ୍ଵି.ରା 15:20ପୁଣି ମନହେମ୍‍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍‍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।
  • ଦାଉଦ ସେହି ସ୍ଥାନ ପାଇଁ ଅରଣନଙ୍କୁ 600 ଶେକଲ ସୁନା ଦିଅନ୍ତିପ୍ର.ବଂ 21:25
    ପଦଗୁଡ଼ିକ
    ପ୍ର.ବଂ 21:25ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।
  • ଯିରିମୀୟ ସତର ଶେକଲ ତୌଲି ଦେଇ ମୁଦ୍ରାଙ୍କିତ ଦଲିଲରେ ଦସ୍ତଖତ କରନ୍ତିଯିରି 32:9–10
    ପଦଗୁଡ଼ିକ
    ଯିରି 32:9–10ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍‍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି। ଆଉ, ମୁଁ କ୍ରୟପତ୍ରରେ ସ୍ୱାକ୍ଷର କରି ମୁଦ୍ରାଙ୍କ କଲି ଓ ସାକ୍ଷୀ ରଖି ନିକ୍ତିରେ ରୂପା ତୌଲି ତାହାକୁ ଦେଲି।
  • ବଣିକମାନେ ଐଫା ସାନ କରନ୍ତି ଓ ଶେକଲ ବଡ଼ କରନ୍ତିଆମୋ 8:5
    ପଦଗୁଡ଼ିକ
    ଆମୋ 8:5“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?
  • ବେତନ ରୂପେ ତିରିଶ ଖଣ୍ଡ ରୂପା ତୌଲି ଦିଆଯାଏଯିଖ 11:12–13
    ପଦଗୁଡ଼ିକ
    ଯିଖ 11:12–13ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରିଦେଲେ। ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇଦେଲି

ବ୍ୟବସ୍ଥାରେ

  • ଦାସକୁ ଶିଙ୍ଗରେ ଭୁଷୁଥିବା ଷଣ୍ଢ: ତିରିଶ ଶେକଲ ରୂପାଯାତ୍ରା 21:32
    ପଦଗୁଡ଼ିକ
    ଯାତ୍ରା 21:32କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।
  • ଗଣିତ ପ୍ରତ୍ୟେକ ଜଣ ଅର୍ଦ୍ଧ ଶେକଲ ଦିଏଯାତ୍ରା 30:13–16
    ପଦଗୁଡ଼ିକ
    ଯାତ୍ରା 30:13–16ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ। କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ। ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ। ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”
  • ଦରିଦ୍ର ସ୍ୱଜାତିକୁ ସୁଧରେ ରୂପା ଋଣ ଦିଅ ନାହିଁଲେବୀ 25:37
    ପଦଗୁଡ଼ିକ
    ଲେବୀ 25:37ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।
  • ଦଶମାଂଶକୁ ଟଙ୍କାରେ ବଦଳାଇ ପର୍ବରେ ବ୍ୟୟ କରାଯାଏଦ୍ବି.ବି 14:25–26
    ପଦଗୁଡ଼ିକ
    ଦ୍ବି.ବି 14:25–26ତେବେ ତୁମ୍ଭେ ତାହା ଟଙ୍କା କରି ସେହି ଟଙ୍କା ବାନ୍ଧି ଆପଣା ହାତରେ ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ। ପୁଣି ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ଗୋରୁ, କି ମେଷ, କି ଦ୍ରାକ୍ଷାରସ, କି ମଦ୍ୟ, କିଅବା ଯାହା କିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଚାହେଁ, ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ, ପୁଣି ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ;

ସୁସମାଚାର ଓ ପ୍ରେରିତ ପୁସ୍ତକରେ

  • ଦ୍ରାକ୍ଷାକ୍ଷେତ୍ରରେ ଦିନେ କାମ ପାଇଁ ଏକ ଦିନାରମାଥି 20:2
    ପଦଗୁଡ଼ିକ
    ମାଥି 20:2ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ।
  • କର ମୁଦ୍ରାରେ କାଇସରଙ୍କ ମୂର୍ତ୍ତି ଅଛିମାଥି 22:19–21
    ପଦଗୁଡ଼ିକ
    ମାଥି 22:19–21“ସେହି କରର ମୁଦ୍ରା ମୋତେ ଦେଖାଅ।” ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ। ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”
  • ମାଛର ମୁହଁରେ ଏକ ମୁଦ୍ରାମାଥି 17:27
    ପଦଗୁଡ଼ିକ
    ମାଥି 17:27କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।”
  • ଜଣେ ଦାସ ଆପଣା ପ୍ରଭୁଙ୍କ ଟଙ୍କା ମାଟିରେ ପୋତି ରଖେମାଥି 25:18, ମାଥି 25:27, ଲୂକ 19:23
    ପଦଗୁଡ଼ିକ
    ମାଥି 25:18ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା।
    ମାଥି 25:27ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ୍ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାଆନ୍ତି।
    ଲୂକ 19:23ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି।
  • ଦଶଟି ରୂପା ମୁଦ୍ରା ମଧ୍ୟରୁ ଗୋଟିଏ ପାଇଁ ଜଣେ ସ୍ତ୍ରୀ ଘର ଝାଡ଼େଲୂକ 15:8–9
    ପଦଗୁଡ଼ିକ
    ଲୂକ 15:8–9“ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ? ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ‘ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ରୌପ୍ୟ-ମୁଦ୍ରାଟି ହଜିଯାଇଥିଲା, ତାହା ପାଇଲି।’
  • ଯୀଶୁ ଟଙ୍କା ବଦଳାଉଥିବା ଲୋକମାନଙ୍କ ମେଜ ଓଲଟାଇ ପକାନ୍ତିମାଥି 21:12, ଯୋହ 2:14–15
    ପଦଗୁଡ଼ିକ
    ମାଥି 21:12ପରେ ଯୀଶୁ ଈଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,
    ଯୋହ 2:14–15ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ; ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ;
  • ଶିଷ୍ୟମାନଙ୍କୁ କଟିବନ୍ଧନରେ ଟଙ୍କା ନ ନେଇ ପଠାଯାଏମାଥି 10:9, ମାର୍କ 6:8
    ପଦଗୁଡ଼ିକ
    ମାଥି 10:9ତୁମ୍ଭମାନଙ୍କ ଗାଞ୍ଜିଆରେ ସୁନା କି ରୂପା କି ତମ୍ବା, ଆଉ ଯାତ୍ରା ନିମନ୍ତେ ଝୋଲି
    ମାର୍କ 6:8ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;
  • ଜଣେ ଦରିଦ୍ର ବିଧବାର ଦୁଇଟି କ୍ଷୁଦ୍ର ତମ୍ବା ମୁଦ୍ରାମାର୍କ 12:41–42
    ପଦଗୁଡ଼ିକ
    ମାର୍କ 12:41–42ପରେ ସେ ଭଣ୍ଡାର ସମ୍ମୁଖରେ ବସି ଲୋକସମୂହ କିପରି ଭଣ୍ଡାରରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ଭଣ୍ଡାରରେ ବେଶି ପକାଇଲେ; ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା।
  • ଯିହୂଦା ତିରିଶ ଖଣ୍ଡ ରୂପା ଫେରାଇ ଦିଏ; ଗୋଟିଏ କ୍ଷେତ୍ର କିଣାଯାଏମାଥି 27:3–7
    ପଦଗୁଡ଼ିକ
    ମାଥି 27:3–7ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ଫେରାଇ ଆଣି କହିଲା, ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି? ତୁ ତାହା ବୁଝ୍। ତହିଁରେ ସେ ରୌପ୍ୟ-ମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା। କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟ-ମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ମନ୍ଦିରର ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ। ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ।
  • ସୈନିକମାନଙ୍କୁ ବହୁତ ଟଙ୍କା ଦିଆଯାଏମାଥି 28:12
    ପଦଗୁଡ଼ିକ
    ମାଥି 28:12ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ପରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ,
  • ପିତର: “ରୂପା କି ସୁନା ମୋହର ନାହିଁ”ପ୍ରେରି 3:6
    ପଦଗୁଡ଼ିକ
    ପ୍ରେରି 3:6କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ।
  • ମାୟାବୀ ଶିମୋନ ପ୍ରେରିତମାନଙ୍କୁ ଟଙ୍କା ଦେବାକୁ ଚାହେଁପ୍ରେରି 8:18–20
    ପଦଗୁଡ଼ିକ
    ପ୍ରେରି 8:18–20ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ପବିତ୍ର ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା, ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ। କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ।

ବାଣୀ

  • “ଧନସବୁ କାର୍ଯ୍ୟରେ ଆସେ”ଉପ 10:19
    ପଦଗୁଡ଼ିକ
    ଉପ 10:19ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।
  • ଯେ ଟଙ୍କା ଭଲ ପାଏ, ସେ ଟଙ୍କାରେ କେବେ ତୃପ୍ତ ହୁଏ ନାହିଁଉପ 5:10
    ପଦଗୁଡ଼ିକ
    ଉପ 5:10ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
  • ଟଙ୍କା ପରି ଜ୍ଞାନ ମଧ୍ୟ ଏକ ଆଶ୍ରୟଉପ 7:12
    ପଦଗୁଡ଼ିକ
    ଉପ 7:12କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ।
  • ଟଙ୍କାର ପ୍ରେମ ସବୁ ପ୍ରକାର ମନ୍ଦର ମୂଳପ୍ର.ତୀମ 6:10
    ପଦଗୁଡ଼ିକ
    ପ୍ର.ତୀମ 6:10କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର