Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › କୀଟ ଓ ପୋକ

ପ୍ରକୃତି

ବାଇବେଲରେ କୀଟ ଓ ପୋକ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 18ଟି ଅଂଶ, ଧାଡ଼ି ପରେ ଧାଡ଼ି।

କୀଟ

  • କୀଟ ବସ୍ତ୍ର ଖାଏଯାକୁ 5:2
    ପଦଗୁଡ଼ିକ
    ଯାକୁ 5:2ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି,
  • କୀଟ ଓ କଳଙ୍କ ପୃଥିବୀର ଧନ ନଷ୍ଟ କରେମାଥି 6:19–20
    ପଦଗୁଡ଼ିକ
    ମାଥି 6:19–20ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,
  • ସ୍ୱର୍ଗରେ ଧନ, ଯେଉଁଠାରେ କୀଟ ନଷ୍ଟ କରେ ନାହିଁଲୂକ 12:33
    ପଦଗୁଡ଼ିକ
    ଲୂକ 12:33ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
  • “କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ”ଆୟୁବ 13:28
    ପଦଗୁଡ଼ିକ
    ଆୟୁବ 13:28ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ।
  • “କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ”ଯିଶା 50:9, ଯିଶା 51:8
    ପଦଗୁଡ଼ିକ
    ଯିଶା 50:9ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।
    ଯିଶା 51:8କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”
  • “ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ”ଆୟୁବ 27:18
    ପଦଗୁଡ଼ିକ
    ଆୟୁବ 27:18ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ।
  • ମାଟି ଘରେ ରହୁଥିବା ଲୋକ, କୀଟ ପରି ଚୂର୍ଣ୍ଣ ହୁଅନ୍ତିଆୟୁବ 4:19
    ପଦଗୁଡ଼ିକ
    ଆୟୁବ 4:19ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି।

ପୋକ

  • ରାତି ସାରା ରଖାଯାଇଥିବା ମାନ୍ନାରେ ପୋକ ପଡ଼ିଲା ଓ ଦୁର୍ଗନ୍ଧ ହେଲାଯାତ୍ରା 16:20
    ପଦଗୁଡ଼ିକ
    ଯାତ୍ରା 16:20ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ।
  • ବିଶ୍ରାମ ଦିନ ପାଇଁ ରଖାଯାଇଥିବା ଅଂଶରେ ପୋକ ପଡ଼ିଲା ନାହିଁଯାତ୍ରା 16:24
    ପଦଗୁଡ଼ିକ
    ଯାତ୍ରା 16:24ତହିଁରେ ସେମାନେ ମୋଶାଙ୍କର ଆଜ୍ଞାନୁସାରେ ପ୍ରଭାତ ପର୍ଯ୍ୟନ୍ତ ତାହା ରଖିଲେ, ଆଉ ତାହା ଦୁର୍ଗନ୍ଧ ହେଲା ନାହିଁ, କି ତହିଁରେ କୌଣସି ପୋକ ଜନ୍ମିଲା ନାହିଁ।
  • ପ୍ରଭାତରେ ଏକ ପୋକ ଯୂନସଙ୍କ ଲତାକୁ କାଟିଲା, ଆଉ ତାହା ଶୁଖିଗଲାଯୂନ 4:7
    ପଦଗୁଡ଼ିକ
    ଯୂନ 4:7ମାତ୍ର ତହିଁ ଆରଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା।
  • ହେରୋଦଙ୍କୁ ପୋକ ଖାଇଲା ଓ ସେ ମଲେପ୍ରେରି 12:21–23
    ପଦଗୁଡ଼ିକ
    ପ୍ରେରି 12:21–23ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ; ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ। ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।
  • ପୋକ ଦ୍ରାକ୍ଷାଫଳ ଖାଏ, ତେଣୁ କେହି ତାହା ସଂଗ୍ରହ କରେ ନାହିଁଦ୍ବି.ବି 28:39
    ପଦଗୁଡ଼ିକ
    ଦ୍ବି.ବି 28:39ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ।
  • ଆୟୁବ: “ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ”ଆୟୁବ 7:5
    ପଦଗୁଡ଼ିକ
    ଆୟୁବ 7:5ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ।
  • କବରରେ ପୋକ ସମୃଦ୍ଧ ଓ ଦୁଃଖୀ ଉଭୟଙ୍କୁ ଢାଙ୍କେଆୟୁବ 21:23–26
    ପଦଗୁଡ଼ିକ
    ଆୟୁବ 21:23–26କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ; ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ। ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ୱାଦ ପାଏ ନାହିଁ। ଏମାନେ ଏକ ସମାନ ମାଟିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ।
  • “ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ”ଯିଶା 51:8
    ପଦଗୁଡ଼ିକ
    ଯିଶା 51:8କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।”
  • “କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି”ଯିଶା 14:11
    ପଦଗୁଡ଼ିକ
    ଯିଶା 14:11ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।
  • ଏକ ଗୀତ: “ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ”ଗୀତ 22:6
    ପଦଗୁଡ଼ିକ
    ଗୀତ 22:6ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର