ପ୍ରକୃତି
ବାଇବେଲରେ ପର୍ବତ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 41ଟି ଅଂଶ, ଧାଡ଼ି ପରେ ଧାଡ଼ି।
- “ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ”ଗୀତ 104:18
ପଦଗୁଡ଼ିକ
ଗୀତ 104:18ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, ଶୈଳସବୁ ଶାଫନ୍ର ଆଶ୍ରୟ।
- ପର୍ବତମାନେ ଯିରୂଶାଲମକୁ ଘେରି ରହିଅଛନ୍ତିଗୀତ 125:2
ପଦଗୁଡ଼ିକ
ଗୀତ 125:2ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
- ଯେଉଁ ଦେଶର ପର୍ବତରୁ ତମ୍ବା ଖୋଳାଯାଇପାରେଦ୍ବି.ବି 8:9
ପଦଗୁଡ଼ିକ
ଦ୍ବି.ବି 8:9ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।
- ଖଣି ଶ୍ରମିକ ଚକମକି ପଥର କାଟେ ଓ ପର୍ବତକୁ ମୂଳରୁ ଓଲଟାଏଆୟୁବ 28:9
ପଦଗୁଡ଼ିକ
ଆୟୁବ 28:9ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲଟାଇ ପକାଏ।
- ପର୍ବତ କ୍ଷୟ ପାଇ ଭାଙ୍ଗିପଡ଼େଆୟୁବ 14:18
ପଦଗୁଡ଼ିକ
ଆୟୁବ 14:18ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ;
- ଲିବାନୋନର ଶୃଙ୍ଗ: ଅମାନ, ସନୀର୍, ହର୍ମୋଣ, ସିଂହ ଓ ଚିତାବାଘର ଗୁହାପ.ଗୀ 4:8
ପଦଗୁଡ଼ିକ
ପ.ଗୀ 4:8ହେ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।
- ପର୍ବତରେ ଶଲୋମନଙ୍କର 80,000 ପଥରକଟାଳୀ ଥିଲେପ୍ର.ରା 5:15
ପଦଗୁଡ଼ିକ
ପ୍ର.ରା 5:15ପୁଣି, ଶଲୋମନଙ୍କର ସତୁରି ହଜାର ଭାରବାହକ ଓ ପର୍ବତରେ ଅଶୀ ହଜାର ପଥର-କଟାଳୀ ଥିଲେ।
- ମିଦୀୟନ ବିରୁଦ୍ଧରେ ଇସ୍ରାଏଲ ପର୍ବତ ଓ ଗୁମ୍ଫାରେ ଆଶ୍ରୟସ୍ଥାନ କଲାବିଚାର 6:2
ପଦଗୁଡ଼ିକ
ବିଚାର 6:2ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ-ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।
- ଖାଲି ପାହାଡ଼ ଶୃଙ୍ଗରେ ଉଠାଯାଇଥିବା ପତାକା ଏକ ସଙ୍କେତ ଥିଲାଯିଶା 13:2, ଯିଶା 18:3
- “ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ”ମାଥି 24:16
ପଦଗୁଡ଼ିକ
ମାଥି 24:16ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ;
- ଛାୟାଦାର ବୃକ୍ଷ ତଳେ ପାହାଡ଼ ଶୃଙ୍ଗର ପୂଜାସ୍ଥାନହୋଶେ 4:13, ଦ୍ବି.ବି 12:2
ପଦଗୁଡ଼ିକ
ହୋଶେ 4:13ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।
ଦ୍ବି.ବି 12:2ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।
କାହାଣୀରେ ପର୍ବତ
- ଜାହାଜ ଆରାରାଟ୍ ପର୍ବତ ଉପରେ ଲାଗିଲାଆଦି 8:4
ପଦଗୁଡ଼ିକ
ଆଦି 8:4ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା।
- ଦଶମ ମାସର ପ୍ରଥମ ଦିନରେ ପର୍ବତର ଶୃଙ୍ଗ ଦେଖାଗଲାଆଦି 8:5
ପଦଗୁଡ଼ିକ
ଆଦି 8:5ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
- ଅବ୍ରହାମଙ୍କୁ ମୋରୀୟା ଦେଶର ଏକ ପର୍ବତକୁ ପଠାଗଲାଆଦି 22:2
ପଦଗୁଡ଼ିକ
ଆଦି 22:2ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”
- ମୋଶା ପଲ ନେଇ ପରମେଶ୍ୱରଙ୍କ ପର୍ବତ ହୋରେବକୁ ଆସିଲେଯାତ୍ରା 3:1
ପଦଗୁଡ଼ିକ
ଯାତ୍ରା 3:1ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।
- ଲୋକମାନେ ସୀନୟ ପର୍ବତ ଛୁଇଁ ନ ପାରିବା ପାଇଁ ସୀମା ସ୍ଥିର ହେଲାଯାତ୍ରା 19:12
ପଦଗୁଡ଼ିକ
ଯାତ୍ରା 19:12ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ‘ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।’
- ସୀନୟ ଭାଟି ପରି ଧୂମମୟ ହେଲା ଓ ଅତିଶୟ କମ୍ପିଲାଯାତ୍ରା 19:18
ପଦଗୁଡ଼ିକ
ଯାତ୍ରା 19:18ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।
- ମୋଶା ଚାଳିଶ ଦିନ ଓ ଚାଳିଶ ରାତ୍ରି ପର୍ବତରେ ରହିଲେଯାତ୍ରା 24:18
ପଦଗୁଡ଼ିକ
ଯାତ୍ରା 24:18ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।
- ହାରୋଣ ହୋର ପର୍ବତର ଶୃଙ୍ଗରେ ମଲେଗଣ 20:27–28
ପଦଗୁଡ଼ିକ
ଗଣ 20:27–28ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ। ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତ ଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ।
- ପିସ୍ଗାର ଶୃଙ୍ଗରେ ନବୋ ପର୍ବତରୁ ମୋଶା ଦେଶ ଦେଖିଲେଦ୍ବି.ବି 34:1
ପଦଗୁଡ଼ିକ
ଦ୍ବି.ବି 34:1ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;
- ଛଅ ବଂଶ ଗରିଷୀମ ପର୍ବତରେ ଓ ଛଅ ବଂଶ ଏବଲ ପର୍ବତରେ ଠିଆ ହେଲେଦ୍ବି.ବି 27:12–13
ପଦଗୁଡ଼ିକ
ଦ୍ବି.ବି 27:12–13ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର, ଯୋଷେଫ ଓ ବିନ୍ୟାମୀନ୍, ଏସବୁ (ବଂଶ) ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଗରିଷୀମ ପର୍ବତରେ ଠିଆ ହେବେ। ପୁଣି ରୁବେନ୍ ଓ ଗାଦ୍ ଓ ଆଶେର ଓ ସବୂଲୂନ ଓ ଦାନ୍ ଓ ନପ୍ତାଲି, ଏସବୁ (ବଂଶ) ଅଭିଶାପ ଦେବା ନିମନ୍ତେ ଏବଲ ପର୍ବତରେ ଠିଆ ହେବେ।
- ଯୋଥମ୍ ଗରିଷୀମ ପର୍ବତର ଶୃଙ୍ଗରୁ ଆପଣା ନୀତିକଥା ଡାକି କହିଲେବିଚାର 9:7
ପଦଗୁଡ଼ିକ
ବିଚାର 9:7ତହୁଁ ଲୋକମାନେ ଯୋଥମ୍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, “ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।
- ବାରକ୍ ତାବୋର ପର୍ବତରେ ଦଶ ହଜାର ଲୋକ ଏକତ୍ର କଲେବିଚାର 4:6
ପଦଗୁଡ଼ିକ
ବିଚାର 4:6ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?
- ଗୋଟିଏ ପର୍ବତର ଦୁଇ ପାର୍ଶ୍ୱରେ ଶାଉଲ ଓ ଦାଉଦପ୍ର.ଶା 23:26
ପଦଗୁଡ଼ିକ
ପ୍ର.ଶା 23:26ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।
- ଶାଉଲ ଓ ତାଙ୍କ ତିନି ପୁତ୍ର ଗିଲ୍ବୋୟ ପର୍ବତରେ ପତିତ ହେଲେପ୍ର.ଶା 31:8
ପଦଗୁଡ଼ିକ
ପ୍ର.ଶା 31:8ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
- ଏଲୀୟ କର୍ମିଲ ପର୍ବତରେ ଇସ୍ରାଏଲ ଓ ବାଲ୍ର ଭାବବାଦୀମାନଙ୍କୁ ଏକତ୍ର କଲେପ୍ର.ରା 18:19–20
ପଦଗୁଡ଼ିକ
ପ୍ର.ରା 18:19–20ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍ର ମେଜରେ ଭୋଜନକାରୀ ବାଲ୍ର ଚାରି ଶହ ପଚାଶ ଭବିଷ୍ୟଦ୍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।” ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।
- କର୍ମିଲର ଶୃଙ୍ଗରେ ଏଲୀୟ ଆପଣା ମୁହଁ ଆଣ୍ଠୁ ମଧ୍ୟରେ ରଖିଲେପ୍ର.ରା 18:42
ପଦଗୁଡ଼ିକ
ପ୍ର.ରା 18:42ତହୁଁ ଆହାବ ଭୋଜନପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।
- ଶମିରୋଣୀୟା ସ୍ତ୍ରୀ: “ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଏହି ପର୍ବତରେ ଉପାସନା କଲେ”ଯୋହ 4:20
ପଦଗୁଡ଼ିକ
ଯୋହ 4:20ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମ ସହରରେ ଅଛି।
- ଯୀଶୁ ପର୍ବତ ଉପରକୁ ଯାଇ ଶିକ୍ଷା ଦେବାକୁ ବସିଲେମାଥି 5:1
ପଦଗୁଡ଼ିକ
ମାଥି 5:1ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।
- ଯୀଶୁ ପ୍ରାର୍ଥନା କରିବାକୁ ଏକାକୀ ପର୍ବତକୁ ଗଲେମାଥି 14:23, ଲୂକ 6:12
ପଦଗୁଡ଼ିକ
ମାଥି 14:23ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ।
ଲୂକ 6:12ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ।
- ଏକ ଉଚ୍ଚ ପର୍ବତରେ ଯୀଶୁଙ୍କ ରୂପାନ୍ତର ହେଲାମାଥି 17:1–2
ପଦଗୁଡ଼ିକ
ମାଥି 17:1–2ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଇ ପୃଥକ୍ କରି ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ। ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।
- ନାଜରିତ ଏକ ପାହାଡ଼ ଉପରେ ଥିଲା, ତାହାର କଡ଼ରେ ଖାଡ଼ା ଶୈଳଲୂକ 4:29
ପଦଗୁଡ଼ିକ
ଲୂକ 4:29ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ;
- ଯୀଶୁ ସନ୍ଧ୍ୟାସବୁ ଜୀତପର୍ବତରେ କଟାଉଥିଲେଲୂକ 21:37
ପଦଗୁଡ଼ିକ
ଲୂକ 21:37ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତି ରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ।
- ଜୀତ ପର୍ବତ: ଯିରୂଶାଲମଠାରୁ ବିଶ୍ରାମବାରର ବାଟ ଦୂରରେପ୍ରେରି 1:12
ପଦଗୁଡ଼ିକ
ପ୍ରେରି 1:12ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମ ସହରକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା।
ବାଣୀ
- “ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ”ଯିରି 46:18
ପଦଗୁଡ଼ିକ
ଯିରି 46:18ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।
- ଏହି ପର୍ବତକୁ ଘୁଞ୍ଚିଯିବାକୁ କହିପାରୁଥିବା ବିଶ୍ୱାସମାଥି 17:20, ମାଥି 21:21
ପଦଗୁଡ଼ିକ
ମାଥି 17:20ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।
ମାଥି 21:21ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ।
- “ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି”ଗୀତ 121:1
ପଦଗୁଡ଼ିକ
ଗୀତ 121:1ଆରୋହଣ ଗୀତ। ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର