ଅନୁସନ୍ଧାନ › ବିଷୟ › ଶୋକର ରୀତିନୀତି
ଦୈନନ୍ଦିନ ଜୀବନ
ବାଇବେଲରେ ଶୋକର ରୀତିନୀତି
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 55ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ମନ୍ଦ ସମ୍ବାଦ ଶୁଣି ବସ୍ତ୍ର ଚିରିବାଆଦି 37:29, ଆଦି 37:34, ଆଦି 44:13, ଦ୍ଵି.ଶା 1:11, ଦ୍ଵି.ଶା 13:31, ଆୟୁବ 1:20, ଦ୍ଵି.ରା 2:12
ପଦଗୁଡ଼ିକ
ଆଦି 37:29ଏଥିଉତ୍ତାରେ ରୁବେନ୍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।
ଆଦି 37:34ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।
ଆଦି 44:13ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରିଗଲେ।
ଦ୍ଵି.ଶା 1:11ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;
ଦ୍ଵି.ଶା 13:31ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।
ଆୟୁବ 1:20ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;
ଦ୍ଵି.ରା 2:12ଆଉ ଇଲୀଶାୟ ତାହା ଦେଖି ଉଚ୍ଚସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।
- କଟିରେ ଚଟବସ୍ତ୍ରଆଦି 37:34, ପ୍ର.ରା 21:27, ଏଷ୍ଟ 4:1
ପଦଗୁଡ଼ିକ
ଆଦି 37:34ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।
ପ୍ର.ରା 21:27ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।
ଏଷ୍ଟ 4:1ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ୱରରେ ରୋଦନ କଲେ।
- ମୁଣ୍ଡରେ ଧୂଳି ବା ଭସ୍ମଯିହୋ 7:6, ଦ୍ଵି.ଶା 13:19, ଦ୍ଵି.ଶା 15:32, ଆୟୁବ 2:12
ପଦଗୁଡ଼ିକ
ଯିହୋ 7:6ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।
ଦ୍ଵି.ଶା 13:19ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।
ଦ୍ଵି.ଶା 15:32ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।
ଆୟୁବ 2:12ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ।
- ଚଟବସ୍ତ୍ର ଓ ଭସ୍ମରେ ଶୟନଏଷ୍ଟ 4:3, ଯୂନ 3:6
ପଦଗୁଡ଼ିକ
ଏଷ୍ଟ 4:3ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।
ଯୂନ 3:6ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।
- ଭୂମିରେ ଶୟନଦ୍ଵି.ଶା 12:16, ଦ୍ଵି.ଶା 13:31
ପଦଗୁଡ଼ିକ
ଦ୍ଵି.ଶା 12:16ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ।
ଦ୍ଵି.ଶା 13:31ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।
- ମୁଣ୍ଡ ଢାଙ୍କି ଖାଲି ପାଦରେଦ୍ଵି.ଶା 15:30
ପଦଗୁଡ଼ିକ
ଦ୍ଵି.ଶା 15:30ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।
- ମୁହଁ ଢାଙ୍କିବାଦ୍ଵି.ଶା 19:4, ଏଷ୍ଟ 6:12
ପଦଗୁଡ଼ିକ
ଦ୍ଵି.ଶା 19:4ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।”
ଏଷ୍ଟ 6:12ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲେ, ମାତ୍ର ହାମନ୍ ଶୋକାନ୍ୱିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲେ।
- ମୁଣ୍ଡ ଓ ଦାଢ଼ିରୁ କେଶ ଉପୁଡ଼ିବାଏଜ୍ରା 9:3
ପଦଗୁଡ଼ିକ
ଏଜ୍ରା 9:3ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।
- ମୁଣ୍ଡ ଲଣ୍ଡା କରିବାଆୟୁବ 1:20, ଯିହି 27:31
ପଦଗୁଡ଼ିକ
ଆୟୁବ 1:20ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;
ଯିହି 27:31ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।
- ଅଳଙ୍କାର କାଢ଼ି ପକାଇବାଯାତ୍ରା 33:4–6
ପଦଗୁଡ଼ିକ
ଯାତ୍ରା 33:4–6ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ। କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।” ଏଥିରେ ଇସ୍ରାଏଲ-ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।
- ତୈଳ ମର୍ଦ୍ଦନ ନ କରିବା, ଆଉ ଶୋକର ବସ୍ତ୍ରଦ୍ଵି.ଶା 14:2, ଦାନି 10:3
ପଦଗୁଡ଼ିକ
ଦ୍ଵି.ଶା 14:2ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;
ଦାନି 10:3ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।
- ଶୋକକାରୀମାନେ ରାସ୍ତାରେ ବୁଲନ୍ତିଉପ 12:5
ପଦଗୁଡ଼ିକ
ଉପ 12:5ଆହୁରି, ସେମାନେ ଉଚ୍ଚସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
- ବିଳାପ କରିବା ପାଇଁ ନିପୁଣା ବିଳାପକାରିଣୀମାନଙ୍କୁ ଡକାଯାଉଥିଲାଯିରି 9:17–18
ପଦଗୁଡ଼ିକ
ଯିରି 9:17–18ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ; ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।
- ମୃତ ବାଳିକାର ଘରେ ବଂଶୀବାଦକ ଓ କୋଳାହଳ କରୁଥିବା ଲୋକମାଥି 9:23
ପଦଗୁଡ଼ିକ
ମାଥି 9:23ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, “ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି”
- ପରିବାରକୁ ସାନ୍ତ୍ୱନା ଦେବାକୁ ବନ୍ଧୁମାନେ ଆସନ୍ତିଯୋହ 11:19, ଯୋହ 11:31
ପଦଗୁଡ଼ିକ
ଯୋହ 11:19ଆଉ, ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ମାର୍ଥା ଓ ମରୀୟମଙ୍କୁ ସେମାନଙ୍କ ଭାଇ ବିଷୟରେ ସାନ୍ତ୍ୱନା ଦେବା ନିମନ୍ତେ ସେମାନଙ୍କ ନିକଟକୁ ଆସିଥିଲେ।
ଯୋହ 11:31ଅତଏବ, ଯେଉଁ ଯିହୁଦୀମାନେ ତାହାଙ୍କ ସହିତ ଗୃହରେ ଥାଇ ତାହାଙ୍କୁ ସାନ୍ତ୍ୱନା ଦେଉଥିଲେ, ସେମାନେ ମରୀୟମଙ୍କୁ ଶୀଘ୍ର ଉଠି ବାହାରିଯିବା ଦେଖି, ସେ ସମାଧି ନିକଟରେ ରୋଦନ କରିବା ନିମନ୍ତେ ଯାଉଅଛନ୍ତି, ଏହା ମନେ କରି ତାହାଙ୍କ ପଛେ ପଛେ ଗଲେ।
ବ୍ୟବସ୍ଥାରେ
- ମୃତ ପାଇଁ ଶରୀର କାଟିବା କି କପାଳ ଲଣ୍ଡା କରିବା ନିଷେଧଲେବୀ 19:28, ଦ୍ବି.ବି 14:1
ପଦଗୁଡ଼ିକ
ଲେବୀ 19:28ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
ଦ୍ବି.ବି 14:1ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।
- ଶବ ଛୁଇଁଲେ ସାତ ଦିନ ଅଶୁଚିଗଣ 19:11, ଗଣ 19:16
- ଯାଜକମାନେ କେବଳ ନିକଟ ପରିବାର ପାଇଁ ଆପଣାକୁ ଅଶୁଚି କରିପାରନ୍ତିଲେବୀ 21:1–3
ପଦଗୁଡ଼ିକ
ଲେବୀ 21:1–3ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ। କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ। ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।
- ମହାଯାଜକ ଆପଣା ବସ୍ତ୍ର ଚିରିବେ ନାହିଁ କି ଶବ ନିକଟକୁ ଯିବେ ନାହିଁଲେବୀ 21:10–11
ପଦଗୁଡ଼ିକ
ଲେବୀ 21:10–11ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ। କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।
- ହାରୋଣ ଓ ତାଙ୍କ ପୁତ୍ରମାନେ ନାଦବ୍ ଓ ଅବୀହୂଙ୍କ ପାଇଁ ଶୋକ କରିବେ ନାହିଁଲେବୀ 10:6
ପଦଗୁଡ଼ିକ
ଲେବୀ 10:6ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।
- ଶୋକ ସମୟରେ ଦଶମାଂଶରୁ କିଛି ଖାଇବା ନିଷେଧ ଥିଲାଦ୍ବି.ବି 26:14
ପଦଗୁଡ଼ିକ
ଦ୍ବି.ବି 26:14ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।
ଉଦାହରଣ
- ଅବ୍ରହାମ ସାରାଙ୍କ ପାଇଁ ଶୋକ ଓ ରୋଦନ କରନ୍ତିଆଦି 23:2
ପଦଗୁଡ଼ିକ
ଆଦି 23:2ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।
- ଯାକୁବ ଯୋଷେଫଙ୍କ ପାଇଁ ସାନ୍ତ୍ୱନା ପାଇବାକୁ ମନା କରନ୍ତିଆଦି 37:34–35
ପଦଗୁଡ଼ିକ
ଆଦି 37:34–35ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ। ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ।
- ମିସର ଯାକୁବଙ୍କ ପାଇଁ ସତୁରି ଦିନ ଶୋକ କରେ; ଯୋଷେଫ ଆଟଦରେ ସାତ ଦିନ ଶୋକ କରନ୍ତିଆଦି 50:3, ଆଦି 50:10–11
ପଦଗୁଡ଼ିକ
ଆଦି 50:3ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।
ଆଦି 50:10–11ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ। ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ୍ ମିସର ନାମରେ ବିଖ୍ୟାତ ହେଲା।
- ଇସ୍ରାଏଲ ହାରୋଣଙ୍କ ପାଇଁ ତିରିଶ ଦିନ ଓ ମୋଶାଙ୍କ ପାଇଁ ତିରିଶ ଦିନ ଶୋକ କରେଗଣ 20:28–29, ଦ୍ବି.ବି 34:8
ପଦଗୁଡ଼ିକ
ଗଣ 20:28–29ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତ ଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ। ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।
ଦ୍ବି.ବି 34:8ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।
- ମିସରରେ ମହା ବିଳାପ: ମୃତ ବିନା କୌଣସି ଘର ନାହିଁଯାତ୍ରା 12:30
ପଦଗୁଡ଼ିକ
ଯାତ୍ରା 12:30ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି, ମିସର ଦେଶରେ ମହାରୋଦନ ହେଲା; କାରଣ ଏପରି ଗୃହ ନ ଥିଲା ଯେଉଁ ଗୃହରେ କେହି ମରି ନ ଥିଲେ।
- ଦାଉଦ ଓ ତାଙ୍କ ଲୋକମାନେ ଶକ୍ତି ନ ଥିବା ପର୍ଯ୍ୟନ୍ତ କାନ୍ଦନ୍ତିପ୍ର.ଶା 30:4
ପଦଗୁଡ଼ିକ
ପ୍ର.ଶା 30:4ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।
- ଶାଉଲ ଓ ଯୋନାଥନଙ୍କ ପାଇଁ ଦାଉଦଙ୍କ ବିଳାପ: “ବୀରମାନେ କିପରି ପତିତ ହେଲେ!”ଦ୍ଵି.ଶା 1:17–19
ପଦଗୁଡ଼ିକ
ଦ୍ଵି.ଶା 1:17–19ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁରେ ବିଳାପ କଲେ; ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍ ପୁସ୍ତକରେ ଲେଖାଅଛି। “ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ!
- ଅବ୍ନରଙ୍କ ପାଇଁ ଦାଉଦଙ୍କ ବିଳାପଦ୍ଵି.ଶା 3:33–34
ପଦଗୁଡ଼ିକ
ଦ୍ଵି.ଶା 3:33–34ପୁଣି ରାଜା ଅବ୍ନର ପାଇଁ ବିଳାପ କରି କହିଲେ, “ଯେପରି ମୂଢ଼ ମରେ, ସେପରି କି ଅବ୍ନରକୁ ମରିବାକୁ ହେଲା? ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।
- “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର”ଦ୍ଵି.ଶା 18:33, ଦ୍ଵି.ଶା 19:4
ପଦଗୁଡ଼ିକ
ଦ୍ଵି.ଶା 18:33ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”
ଦ୍ଵି.ଶା 19:4ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।”
- ବତ୍ଶେବା ଊରୀୟଙ୍କ ପାଇଁ ଶୋକ କରନ୍ତିଦ୍ଵି.ଶା 11:26–27
ପଦଗୁଡ଼ିକ
ଦ୍ଵି.ଶା 11:26–27ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା। ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।
- ଗାୟକ ଓ ଗାୟିକାମାନେ ଯୋଶୀୟଙ୍କ ପାଇଁ ବିଳାପ ଗାନ କରନ୍ତିଦ୍ଵି.ବଂ 35:24–25
ପଦଗୁଡ଼ିକ
ଦ୍ଵି.ବଂ 35:24–25ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ୱିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ। ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ। ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।
- ମର୍ଦ୍ଦଖୟ ଚଟବସ୍ତ୍ର ପିନ୍ଧି ବିଳାପ କରନ୍ତି; ଚଟବସ୍ତ୍ର ପିନ୍ଧି ରାଜଦ୍ୱାରରେ ପ୍ରବେଶ ନିଷେଧ ଥିଲାଏଷ୍ଟ 4:1–2
ପଦଗୁଡ଼ିକ
ଏଷ୍ଟ 4:1–2ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ୱରରେ ରୋଦନ କଲେ। ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର