ଅନୁସନ୍ଧାନ › ବିଷୟ › ନାସରୀୟ ଓ ସେମାନଙ୍କ ବ୍ରତ
ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ନାସରୀୟ ଓ ସେମାନଙ୍କ ବ୍ରତ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 27ଟି ଅଂଶ, ଧାଡ଼ି ପରେ ଧାଡ଼ି।
ବ୍ୟବସ୍ଥାରେ
- ପୁରୁଷ କିମ୍ବା ସ୍ତ୍ରୀ ନାସରୀୟର ବିଶେଷ ବ୍ରତ କରିପାରୁଥିଲେଗଣ 6:2
ପଦଗୁଡ଼ିକ
ଗଣ 6:2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,
- ଦ୍ରାକ୍ଷାରସ, ସୁରା, ସିର୍କା, ଦ୍ରାକ୍ଷାରସ ପେୟ, ଦ୍ରାକ୍ଷାଫଳ କି କିସମିସ ନାହିଁଗଣ 6:3
ପଦଗୁଡ଼ିକ
ଗଣ 6:3ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।
- ଦ୍ରାକ୍ଷାଲତାରୁ କିଛି ନୁହେଁ, ମଞ୍ଜି କି ଚୋପା ମଧ୍ୟ ନୁହେଁଗଣ 6:4
ପଦଗୁଡ଼ିକ
ଗଣ 6:4ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।
- ମସ୍ତକରେ କ୍ଷୁର ନାହିଁ: କେଶ ଲମ୍ବା ବଢ଼ିବା ଆବଶ୍ୟକଗଣ 6:5
ପଦଗୁଡ଼ିକ
ଗଣ 6:5ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।
- ଶବ ନିକଟକୁ ଯିବା ନିଷେଧ, ପିତା କି ମାତାର ମଧ୍ୟଗଣ 6:6–7
ପଦଗୁଡ଼ିକ
ଗଣ 6:6–7ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ। ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ ହେବାର ଚିହ୍ନ ତାହାର ମସ୍ତକରେ ଅଛି।
- ପାଖରେ କେହି ହଠାତ୍ ମଲେ: ସପ୍ତମ ଦିନରେ ମସ୍ତକ ମୁଣ୍ଡନଗଣ 6:9
ପଦଗୁଡ଼ିକ
ଗଣ 6:9ଆଉ ଯଦି କୌଣସି ମନୁଷ୍ୟ ହଠାତ୍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।
- ଅଷ୍ଟମ ଦିନରେ: ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆଗଣ 6:10
ପଦଗୁଡ଼ିକ
ଗଣ 6:10ପୁଣି, ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।
- ପୂର୍ବ ଦିନଗୁଡ଼ିକ ଗଣାଯାଉ ନ ଥିଲା; ବ୍ରତ ପୁଣି ଆରମ୍ଭ ହେଉଥିଲାଗଣ 6:12
ପଦଗୁଡ଼ିକ
ଗଣ 6:12ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକକରଣ ଅଶୁଚି ହେଲା।
- ଶେଷରେ: ଏକ ମେଷଶାବକ, ଏକ ମେଣ୍ଢୀଛୁଆ, ଏକ ମେଣ୍ଢା ଓ ତାଡ଼ୀଶୂନ୍ୟ ରୁଟିଗଣ 6:13–15
ପଦଗୁଡ଼ିକ
ଗଣ 6:13–15ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ। ପୁଣି, ସେ ହୋମାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
- ନାସରୀୟ ମସ୍ତକ ମୁଣ୍ଡନ କରି କେଶ ଅଗ୍ନିରେ ଦେଉଥିଲାଗଣ 6:18
ପଦଗୁଡ଼ିକ
ଗଣ 6:18ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।
- ତା’ପରେ ନାସରୀୟ ଦ୍ରାକ୍ଷାରସ ପାନ କରିପାରେଗଣ 6:20
ପଦଗୁଡ଼ିକ
ଗଣ 6:20ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।
ନାମିତ ନାସରୀୟ
- ଶାମ୍ଶୋନ୍ଙ୍କ ମାଆ ଦ୍ରାକ୍ଷାରସ ପାନ କି ଅଶୁଚି ବସ୍ତୁ ଭୋଜନ କରିବେ ନାହିଁବିଚାର 13:4, ବିଚାର 13:7, ବିଚାର 13:14
ପଦଗୁଡ଼ିକ
ବିଚାର 13:4ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;
ବିଚାର 13:7ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’”
ବିଚାର 13:14ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।”
- ଶାମ୍ଶୋନ୍ ଗର୍ଭାବଧି ନାସରୀୟ ହେବେ; ତାଙ୍କ ମସ୍ତକରେ କ୍ଷୁର ଲାଗିବ ନାହିଁବିଚାର 13:5
ପଦଗୁଡ଼ିକ
ବିଚାର 13:5କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।”
- ଶାମ୍ଶୋନ୍: “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ”ବିଚାର 16:17
ପଦଗୁଡ଼ିକ
ବିଚାର 16:17ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।”
- ଦଲୀଲା ତାଙ୍କ ମସ୍ତକର କେଶ ମୁଣ୍ଡନ କରାଇଲାବିଚାର 16:19
ପଦଗୁଡ଼ିକ
ବିଚାର 16:19ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।
- ହାନ୍ନା ମାନତ କଲେ ଯେ ତାଙ୍କ ପୁତ୍ରର ମସ୍ତକରେ କେବେ କ୍ଷୁର ଲାଗିବ ନାହିଁପ୍ର.ଶା 1:11
ପଦଗୁଡ଼ିକ
ପ୍ର.ଶା 1:11ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”
- ବାପ୍ତିସ୍ମଦାତା ଯୋହନ ଦ୍ରାକ୍ଷାରସ କି ମଦ୍ୟ କେବେ ପାନ କରିବେ ନାହିଁଲୂକ 1:15, ଲୂକ 7:33
- ଆମୋଷ: ତୁମ୍ଭମାନଙ୍କ ଯୁବକମାନଙ୍କ ମଧ୍ୟରୁ ନାସରୀୟ ଉତ୍ପନ୍ନ ହେଲେ, ମାତ୍ର ତୁମ୍ଭେମାନେ ସେମାନଙ୍କୁ ଦ୍ରାକ୍ଷାରସ ପିଆଇଲଆମୋ 2:11–12
ପଦଗୁଡ଼ିକ
ଆମୋ 2:11–12ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ। ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ଏପରି କି ହୋଇ ନାହିଁ?” ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ।
ପ୍ରେରିତ ପୁସ୍ତକରେ ବ୍ରତ
- ପାଉଲ ଏକ ମାନତ ପାଇଁ କେଙ୍କ୍ରେୟାରେ ମୁଣ୍ଡ ଲଣ୍ଡା କଲେପ୍ରେରି 18:18
ପଦଗୁଡ଼ିକ
ପ୍ରେରି 18:18ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।
- ମୁଣ୍ଡ ଲଣ୍ଡା କରିବା ପାଇଁ ମାନତ କରିଥିବା ଚାରି ଜଣଙ୍କ ବ୍ୟୟ ପାଉଲ ଦେଲେପ୍ରେରି 21:23–24, ପ୍ରେରି 21:26
ପଦଗୁଡ଼ିକ
ପ୍ରେରି 21:23–24ଏଣୁ ଆମ୍ଭେମାନେ ତୁମ୍ଭଙ୍କୁ ଯାହା କହୁଅଛୁ, ତାହା କର। ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ନେଇଅଛନ୍ତି; ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର, ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ।
ପ୍ରେରି 21:26ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ।
ରେଖବୀୟମାନେ
- ପୂର୍ବପୁରୁଷ ଯିହୋନାଦବ୍ଙ୍କ ଆଜ୍ଞା ଅନୁସାରେ ରେଖବୀୟମାନେ ଦ୍ରାକ୍ଷାରସ ପାନ କରୁ ନ ଥିଲେଯିରି 35:6, ଯିରି 35:14
ପଦଗୁଡ଼ିକ
ଯିରି 35:6ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;
ଯିରି 35:14ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।
- ସେମାନେ ଘର ନିର୍ମାଣ କଲେ ନାହିଁ, ବୀଜ ବୁଣିଲେ ନାହିଁ, ତମ୍ବୁରେ ବାସ କଲେଯିରି 35:7
ପଦଗୁଡ଼ିକ
ଯିରି 35:7ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।’
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର