ଦୈନନ୍ଦିନ ଜୀବନ
ବାଇବେଲରେ ବାର୍ଦ୍ଧକ୍ୟ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 42ଟି ଅଂଶ, ଧାଡ଼ି ପରେ ଧାଡ଼ି।
ବାଣୀ
- ପକ୍ୱକେଶ ଲୋକ ସମ୍ମୁଖରେ ଉଠି ଠିଆ ହୁଅ; ବୃଦ୍ଧକୁ ସମ୍ମାନ କରଲେବୀ 19:32
ପଦଗୁଡ଼ିକ
ଲେବୀ 19:32ତୁମ୍ଭେ ପକ୍ୱକେଶ ପ୍ରାଚୀନଙ୍କ ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ୱରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
- ବୃଦ୍ଧମାନଙ୍କଠାରେ ଜ୍ଞାନ ଥାଏଆୟୁବ 12:12
ପଦଗୁଡ଼ିକ
ଆୟୁବ 12:12ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।
- ପକ୍ୱକେଶ ଶୋଭାର ମୁକୁଟହିତୋ 16:31, ହିତୋ 20:29
ପଦଗୁଡ଼ିକ
ହିତୋ 16:31ପକ୍ୱକେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
ହିତୋ 20:29ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।
- ସନ୍ତାନଗଣର ସନ୍ତାନମାନେ ବୃଦ୍ଧମାନଙ୍କର ମୁକୁଟହିତୋ 17:6
ପଦଗୁଡ଼ିକ
ହିତୋ 17:6ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।
- ସତୁରି ବର୍ଷ, କିମ୍ବା ବଳ ଥିଲେ ଅଶୀଗୀତ 90:10
ପଦଗୁଡ଼ିକ
ଗୀତ 90:10ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।
- “ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ”ଗୀତ 71:9, ଗୀତ 71:18
- ବୃଦ୍ଧାବସ୍ଥାରେ ମଧ୍ୟ ସେମାନେ ଫଳ ଫଳିବେଗୀତ 92:14
ପଦଗୁଡ଼ିକ
ଗୀତ 92:14ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
- “ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି”ଗୀତ 37:25
ପଦଗୁଡ଼ିକ
ଗୀତ 37:25ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
- “ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା”ଯିଶା 46:4
ପଦଗୁଡ଼ିକ
ଯିଶା 46:4ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।
- ବାର୍ଦ୍ଧକ୍ୟର ବର୍ଣ୍ଣନା: ଯେଉଁ ଦିନରେ ତୁମ୍ଭେ କୌଣସି ସୁଖ ପାଇବ ନାହିଁଉପ 12:1–5
ପଦଗୁଡ଼ିକ
ଉପ 12:1–5ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏହିସବୁରେ ମୋହର କିଛି ସୁଖ ନାହିଁ, ସେହି ସବୁ ବର୍ଷ ସନ୍ନିକଟ ହେଉଅଛି। ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ; ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ; ଓ ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ; ଆହୁରି, ସେମାନେ ଉଚ୍ଚସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
- ବୃଦ୍ଧ ଓ ବୃଦ୍ଧାମାନେ ହାତରେ ଯଷ୍ଟି ଧରି ଯିରୂଶାଲମର ରାସ୍ତାରେ ବସିବେଯିଖ 8:4
ପଦଗୁଡ଼ିକ
ଯିଖ 8:4ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ।
- ବୃଦ୍ଧ ହେଲେ ଅନ୍ୟ ଜଣେ ତୁମ୍ଭକୁ ବସ୍ତ୍ର ପିନ୍ଧାଇବଯୋହ 21:18
ପଦଗୁଡ଼ିକ
ଯୋହ 21:18ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।”
- ମଣ୍ଡଳୀରେ ବୃଦ୍ଧ ପୁରୁଷ ଓ ବୃଦ୍ଧା ସ୍ତ୍ରୀତୀତ 2:2–3
ପଦଗୁଡ଼ିକ
ତୀତ 2:2–3ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ, ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
ଉଦାହରଣ
- ଅବ୍ରହାମଙ୍କୁ ଉତ୍ତମ ବୃଦ୍ଧାବସ୍ଥାର ପ୍ରତିଜ୍ଞା ଦିଆଯାଏ ଓ ସେ ବୃଦ୍ଧ ଓ ତୃପ୍ତ ହୋଇ ମରନ୍ତିଆଦି 15:15, ଆଦି 25:8
- ବୃଦ୍ଧା ସାରା ପୁତ୍ରର ପ୍ରତିଜ୍ଞା ଶୁଣି ହସନ୍ତିଆଦି 18:11–12, ଆଦି 21:7
ପଦଗୁଡ଼ିକ
ଆଦି 18:11–12ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା। ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”
ଆଦି 21:7ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”
- ବୃଦ୍ଧ ଓ ପ୍ରାୟ ଅନ୍ଧ ଇସ୍ହାକ ଏଷୌଙ୍କୁ ଡାକନ୍ତିଆଦି 27:1–2
ପଦଗୁଡ଼ିକ
ଆଦି 27:1–2ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।” ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁ ଦିନ ମୋହର ମୃତ୍ୟୁ ହେବ, ତାହା ମୁଁ ଜାଣେ ନାହିଁ।
- ଫାରୋଙ୍କ ସମ୍ମୁଖରେ ଯାକୁବ: ମୋହର ପ୍ରବାସ କାଳ 130 ବର୍ଷଆଦି 47:9
ପଦଗୁଡ଼ିକ
ଆଦି 47:9ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”
- ବୃଦ୍ଧ ଯାକୁବ ଯୋଷେଫଙ୍କ ପୁତ୍ରମାନଙ୍କୁ ପ୍ରାୟ ଦେଖିପାରନ୍ତି ନାହିଁଆଦି 48:10
ପଦଗୁଡ଼ିକ
ଆଦି 48:10ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।
- 120 ବର୍ଷରେ ମୋଶା: ତାଙ୍କ ଚକ୍ଷୁ କ୍ଷୀଣ ନୁହେଁ, ତାଙ୍କ ବଳ ହ୍ରାସ ହୋଇ ନାହିଁଦ୍ବି.ବି 34:7
ପଦଗୁଡ଼ିକ
ଦ୍ବି.ବି 34:7ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।
- ପଞ୍ଚାଅଶୀ ବର୍ଷରେ କାଲେବ: “ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି”ଯିହୋ 14:10–11
ପଦଗୁଡ଼ିକ
ଯିହୋ 14:10–11ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି। ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।
- ବୃଦ୍ଧ ଯିହୋଶୂୟ ସମସ୍ତ ଇସ୍ରାଏଲକୁ ଡକାନ୍ତିଯିହୋ 13:1, ଯିହୋ 23:1–2
ପଦଗୁଡ଼ିକ
ଯିହୋ 13:1ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।
ଯିହୋ 23:1–2ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା, ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ଓ ଗତବୟସ୍କ ହେଲି।
- ଅଠାନବେ ବର୍ଷର ଭାରି ଶରୀର ଏଲି ଆପଣା ଆସନରୁ ପଡ଼ିଯାଆନ୍ତିପ୍ର.ଶା 4:15, ପ୍ର.ଶା 4:18
ପଦଗୁଡ଼ିକ
ପ୍ର.ଶା 4:15ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।
ପ୍ର.ଶା 4:18ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।
- ଶାମୁୟେଲ ବୃଦ୍ଧ ହୋଇ ଆପଣା ପୁତ୍ରମାନଙ୍କୁ ବିଚାରକର୍ତ୍ତା ନିଯୁକ୍ତ କରନ୍ତିପ୍ର.ଶା 8:1, ପ୍ର.ଶା 8:5
ପଦଗୁଡ଼ିକ
ପ୍ର.ଶା 8:1ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ।
ପ୍ର.ଶା 8:5ପୁଣି, ସେମାନେ ତାଙ୍କୁ କହିଲେ, “ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।”
- ଅଶୀ ବର୍ଷର ବର୍ସିଲ୍ଲୟ ଦାଉଦଙ୍କ ସହିତ ରାଜଦରବାରକୁ ଯିବାକୁ ମନା କରନ୍ତିଦ୍ଵି.ଶା 19:32–37
ପଦଗୁଡ଼ିକ
ଦ୍ଵି.ଶା 19:32–37ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା। ପୁଣି ରାଜା ବର୍ସିଲ୍ଲୟଙ୍କୁ କହିଲେ, “ତୁମ୍ଭେ ମୋʼ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।” ଏଥିରେ ବର୍ସିଲ୍ଲୟ ରାଜାଙ୍କୁ କହିଲା, “ମୋହର ପରମାୟୁ ବର୍ଷର ଆଉ କେତେ ଦିନ ଅଛି ଯେ, ମୁଁ ମହାରାଜଙ୍କ ସଙ୍ଗେ ଯିରୂଶାଲମକୁ ଯିବି? ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କʼଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କʼଣ ତହିଁର ଆସ୍ୱାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ? ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ? ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋʼ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରି ଯିବାକୁ ଅନୁମତି ଦେଉନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍ହମ୍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ।”
- ବୃଦ୍ଧ ରାଜା ଦାଉଦ କମ୍ବଳ ତଳେ ମଧ୍ୟ ଉଷ୍ମ ହୁଅନ୍ତି ନାହିଁପ୍ର.ରା 1:1–4
ପଦଗୁଡ଼ିକ
ପ୍ର.ରା 1:1–4ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ। ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ। ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ। ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।
- ରିହବୀୟାମ ପ୍ରାଚୀନମାନଙ୍କ ପରାମର୍ଶ ଅଗ୍ରାହ୍ୟ କରନ୍ତିପ୍ର.ରା 12:6–8
ପଦଗୁଡ଼ିକ
ପ୍ର.ରା 12:6–8ଏଥିଉତ୍ତାରେ ରିହବୀୟାମ ରାଜା ଆପଣା ପିତା ଶଲୋମନଙ୍କର ଜୀବନ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ, ସେମାନଙ୍କ ସହିତ ପରାମର୍ଶ କରି କହିଲେ, “ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ପରାମର୍ଶ ଦେଉଅଛ?” ତେବେ ସେମାନେ ତାଙ୍କୁ କହିଲେ, “ତୁମ୍ଭେ ଯେବେ ଆଜି ଏହି ଲୋକମାନଙ୍କର ସେବକ ହେବ ଓ ସେମାନଙ୍କର ସେବା କରି ସେମାନଙ୍କୁ ଉତ୍ତର ଦେବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।” ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।
- ବାର୍ଦ୍ଧକ୍ୟରେ ଚକ୍ଷୁ ସ୍ତବ୍ଧ ହୋଇଥିବା ଭାବବାଦୀ ଅହୀୟପ୍ର.ରା 14:4
ପଦଗୁଡ଼ିକ
ପ୍ର.ରା 14:4ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।
- ଯିହୋୟାଦା ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ 130 ବର୍ଷରେ ମରନ୍ତିଦ୍ଵି.ବଂ 24:15
ପଦଗୁଡ଼ିକ
ଦ୍ଵି.ବଂ 24:15ମାତ୍ର ଯିହୋୟାଦା ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ମଲା; ମରଣ ସମୟରେ ତାହାର ବୟସ ଏକ ଶହ ତିରିଶ ବର୍ଷ ହୋଇଥିଲା
- ଅନ୍ୟମାନେ ବୟସରେ ବଡ଼ ବୋଲି ଇଲୀହୂ କହିବା ପାଇଁ ଅପେକ୍ଷା କରନ୍ତିଆୟୁବ 32:6–7
ପଦଗୁଡ଼ିକ
ଆୟୁବ 32:6–7ଏଥିଉତ୍ତାରେ ବୂଷୀୟ ବାରଖେଲର ପୁତ୍ର ଇଲୀହୂ ଉତ୍ତର କରି କହିଲା, “ମୁଁ ଯୁବା ଲୋକ, ଆଉ ତୁମ୍ଭେମାନେ ଅତି ବୃଦ୍ଧ; ଏଣୁ ମୁଁ କ୍ଷାନ୍ତ ହେଲି ଓ ତୁମ୍ଭମାନଙ୍କ ନିକଟରେ ଆପଣା ମତ ପ୍ରକାଶ କରିବାକୁ ସାହସ କଲି ନାହିଁ। ମୁଁ କହିଲି, ‘ଦିନସମୂହ କଥା କହିବେ ଓ ବର୍ଷର ବାହୁଲ୍ୟ ଜ୍ଞାନ ଶିଖାଇବେ।’
- ଆୟୁବ ଚାରି ପୁରୁଷ ପର୍ଯ୍ୟନ୍ତ ଦେଖିବାକୁ ବଞ୍ଚନ୍ତିଆୟୁବ 42:16–17
ପଦଗୁଡ଼ିକ
ଆୟୁବ 42:16–17ପୁଣି, ଏଥିଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପିଢ଼ି ପର୍ଯ୍ୟନ୍ତ ଆପଣାର ପୁତ୍ରପୌତ୍ରମାନଙ୍କୁ ଦେଖିଲା। ଏହିରୂପେ ଆୟୁବ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲା।
- ନୟମୀଙ୍କ ନାତି ବୃଦ୍ଧାବସ୍ଥାରେ ତାଙ୍କର ପ୍ରତିପାଳକ ହେବରୂତ 4:15
ପଦଗୁଡ଼ିକ
ରୂତ 4:15ପୁଣି ସେ ତୁମ୍ଭର ପ୍ରାଣ ସଜୀବକାରୀ ଓ ତୁମ୍ଭ ବୃଦ୍ଧାବସ୍ଥାରେ ତୁମ୍ଭର ପ୍ରତିପାଳକ ହେବ; ଯେହେତୁ ଯେ ତୁମ୍ଭକୁ ପ୍ରେମ କରେ ଓ ସାତ ପୁତ୍ରଠାରୁ ତୁମ୍ଭ ପ୍ରତି ଅଧିକ ଉତ୍ତମ ଯେ ତୁମ୍ଭର ପୁତ୍ରବଧୂ, ସେ ତାହାକୁ ପ୍ରସବ କରିଅଛି।”
- ଜିଖରୀୟ ଓ ଏଲୀଶାବେଥ, ଦୁହେଁ ଅତି ବୃଦ୍ଧଲୂକ 1:7, ଲୂକ 1:18
- ହାନ୍ନା, ଚଉରାଅଶୀ ବର୍ଷର ଜଣେ ବିଧବାଲୂକ 2:36–37
ପଦଗୁଡ଼ିକ
ଲୂକ 2:36–37ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ। ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
- ପାଉଲ: “ମୁଁ ବୃଦ୍ଧ ପାଉଲ”ଫିଲୀ 1:9
ପଦଗୁଡ଼ିକ
ଫିଲୀ 1:9ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ,
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର