Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ପିତାମାତା

ଦୈନନ୍ଦିନ ଜୀବନ

ବାଇବେଲରେ ପିତାମାତା

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 42ଟି ଅଂଶ, ଧାଡ଼ି ପରେ ଧାଡ଼ି।

ପ୍ରିୟପାତ୍ର

  • ଇସ୍‌ହାକ ଏଷୌଙ୍କୁ ପ୍ରେମ କରନ୍ତି; ରିବିକା ଯାକୁବଙ୍କୁ ପ୍ରେମ କରନ୍ତିଆଦି 25:28
    ପଦଗୁଡ଼ିକ
    ଆଦି 25:28ଇସ୍‌ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
  • ଯାକୁବଙ୍କ ପାଇଁ ଇସ୍‌ହାକଙ୍କ ଆଶୀର୍ବାଦ ପାଇବାକୁ ରିବିକା ଯୋଜନା କରନ୍ତିଆଦି 27:6–10
    ପଦଗୁଡ଼ିକ
    ଆଦି 27:6–10ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି, ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’ ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ। ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପାʼନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି। ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।”
  • ଅନିଷ୍ଟ ଭୟରେ ଯାକୁବ ବିନ୍ୟାମୀନ୍‍ଙ୍କୁ ପଠାନ୍ତି ନାହିଁଆଦି 42:4, ଆଦି 42:38
    ପଦଗୁଡ଼ିକ
    ଆଦି 42:4ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମୀନ୍‍କୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, “କେଜାଣି ଅବା ଏହାକୁ ବିପତ୍ତି ଘଟେ।”
    ଆଦି 42:38ତେବେ ସେ କହିଲେ, “ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।”

ପ୍ରେମ ଓ ଯତ୍ନ

  • ହାଗାର ଧନୁର ଏକ ପାତ ଦୂରରେ ବସେ, ଆପଣା ପୁଅର ମୃତ୍ୟୁ ଦେଖି ନ ପାରିଆଦି 21:15–16
    ପଦଗୁଡ଼ିକ
    ଆଦି 21:15–16ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ିଦେଲା। ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚସ୍ୱରରେ ରୋଦନ କଲା।
  • ରିବିକାଙ୍କ ମାଆ ଓ ଭାଇ ତାଙ୍କୁ ଆଉ ଦଶ ଦିନ ରଖିବାକୁ ମାଗନ୍ତିଆଦି 24:55
    ପଦଗୁଡ଼ିକ
    ଆଦି 24:55ତହିଁରେ ରିବିକାର ଭ୍ରାତା ଓ ମାତା କହିଲେ, “ଏହି କନ୍ୟା ଆମ୍ଭମାନଙ୍କ ନିକଟରେ କିଛି ଦିନ, ହୋଇ ପାରିଲେ ଦଶ ଦିନ ଥାଉ, ତହିଁ ଉତ୍ତାରେ ସେ ଯିବ।”
  • ଯୋଷେଫ ଜୀବିତ ଅଛନ୍ତି ଶୁଣି ଯାକୁବ ସଜୀବ ହୁଅନ୍ତିଆଦି 45:26–28
    ପଦଗୁଡ଼ିକ
    ଆଦି 45:26–28ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ। ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା। ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।”
  • ମୋଶାଙ୍କ ମାଆ ତିନି ମାସ ତାଙ୍କୁ ଲୁଚାଇ ରଖି, ତା’ପରେ ଏକ ପେଡ଼ିରେ ରଖନ୍ତିଯାତ୍ରା 2:2–3
    ପଦଗୁଡ଼ିକ
    ଯାତ୍ରା 2:2–3ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲା; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନି ମାସ ଯାଏ ଗୋପନରେ ରଖିଲା। ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀତୀରସ୍ଥ ନଳବନରେ ରଖିଲା।
  • ଜନ୍ମ ହେବାକୁ ଥିବା ବାଳକକୁ କିପରି ପାଳିବେ ବୋଲି ମାନୋହ ପଚାରନ୍ତିବିଚାର 13:8
    ପଦଗୁଡ଼ିକ
    ବିଚାର 13:8ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, “ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।”
  • ଶାମ୍‍ଶୋନ୍‍ଙ୍କ ପିତାମାତା ପଲେଷ୍ଟୀୟ ଭାର୍ଯ୍ୟାରେ ଆପତ୍ତି କରନ୍ତିବିଚାର 14:2–3
    ପଦଗୁଡ଼ିକ
    ବିଚାର 14:2–3ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, “ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।” ତେବେ ତାହାର ପିତା ଓ ମାତା ତାହାକୁ କହିଲେ, “ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ?” ତହିଁରେ ଶାମ୍‍ଶୋନ୍‍ ଆପଣା ପିତାକୁ କହିଲା, “ତାହାକୁ ମୋʼ ପାଇଁ ଆଣ; ସେ ମୋʼ ଦୃଷ୍ଟିରେ ପସନ୍ଦ।”
  • ନୟମୀ ବୋହୂମାନଙ୍କୁ ଚୁମ୍ବନ କରି ଘରକୁ ପଠାନ୍ତିରୂତ 1:8–9
    ପଦଗୁଡ଼ିକ
    ରୂତ 1:8–9ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରିଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ। ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ, ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚସ୍ୱରରେ ରୋଦନ କଲେ।
  • ଆୟୁବ ପ୍ରତ୍ୟେକ ସନ୍ତାନ ପାଇଁ ହୋମବଳି ଉତ୍ସର୍ଗ କରିବାକୁ ପ୍ରଭାତରୁ ଉଠନ୍ତିଆୟୁବ 1:5
    ପଦଗୁଡ଼ିକ
    ଆୟୁବ 1:5ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।
  • ଦାଉଦ ଅବଶାଲୋମଙ୍କ ପାଖକୁ ଯିବାକୁ ଆକାଂକ୍ଷା କରନ୍ତିଦ୍ଵି.ଶା 13:39
    ପଦଗୁଡ଼ିକ
    ଦ୍ଵି.ଶା 13:39ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ।
  • ଦାଉଦ: “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର”ଦ୍ଵି.ଶା 18:5
    ପଦଗୁଡ଼ିକ
    ଦ୍ଵି.ଶା 18:5ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।
  • ରିସ୍ପା ଆପଣା ପୁତ୍ରମାନଙ୍କ ଶବକୁ ପକ୍ଷୀ ଓ ପଶୁମାନଙ୍କଠାରୁ ରକ୍ଷା କରେଦ୍ଵି.ଶା 21:8, ଦ୍ଵି.ଶା 21:10
    ପଦଗୁଡ଼ିକ
    ଦ୍ଵି.ଶା 21:8ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍‍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ
    ଦ୍ଵି.ଶା 21:10ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।
  • ପ୍ରକୃତ ମାଆ ଶିଶୁକୁ ମରିବାର ଦେଖିବା ଅପେକ୍ଷା ଅନ୍ୟକୁ ଦେଇଦେବା ଭଲ ମନେ କରେପ୍ର.ରା 3:26
    ପଦଗୁଡ଼ିକ
    ପ୍ର.ରା 3:26ଏଥିରେ ଯେଉଁ ସ୍ତ୍ରୀର ପିଲା ଜୀବିତ ଥିଲା, ତାହାର ଅନ୍ତଃକରଣ ଆପଣା ପୁତ୍ର ପ୍ରତି ସ୍ନେହରେ ଉତ୍ତପ୍ତ ହେଲା, ଏଣୁ ସେ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ଜୀଅନ୍ତା ପିଲାଟି ତାକୁ ଦେଉନ୍ତୁ, କୌଣସିମତେ ତାକୁ ବଧ ନ କରନ୍ତୁ।” ମାତ୍ର, ଅନ୍ୟ ସ୍ତ୍ରୀ କହିଲା, “ସେ ମୋହର ନ ହେଉ କି ତୁମ୍ଭର ନ ହେଉ; ତାକୁ ଦୁଇ ଖଣ୍ଡ କର।”
  • ଶଲୋମନ ଆପଣା ମାତାଙ୍କ ପାଇଁ ଏକ ସିଂହାସନ ଅଣାନ୍ତିପ୍ର.ରା 2:19
    ପଦଗୁଡ଼ିକ
    ପ୍ର.ରା 2:19ଏହେତୁ ବତ୍‍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ।
  • ମରୀୟମ ଓ ଯୋଷେଫ ଉଦ୍‍ବିଗ୍ନ ହୋଇ ବାଳକ ଯୀଶୁଙ୍କୁ ଖୋଜନ୍ତିଲୂକ 2:48
    ପଦଗୁଡ଼ିକ
    ଲୂକ 2:48ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ।
  • ଯୀଶୁଙ୍କ ମାତା କ୍ରୁଶ ନିକଟରେ ଠିଆ ହୋଇଥାନ୍ତିଯୋହ 19:25
    ପଦଗୁଡ଼ିକ
    ଯୋହ 19:25କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍‌ଦଲୀନୀ ମରୀୟମ ଠିଆ ହୋଇଥିଲେ।
  • ଯାଈରସ ଆପଣା ଛୋଟ ଝିଅ ପାଇଁ ବିନତି କରନ୍ତିମାର୍କ 5:23
    ପଦଗୁଡ଼ିକ
    ମାର୍କ 5:23ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।
  • ଜଣେ ରାଜକର୍ମଚାରୀ: “ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ”ଯୋହ 4:49
    ପଦଗୁଡ଼ିକ
    ଯୋହ 4:49ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ।
  • ଜଣେ ବାଳକର ପିତା: “ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ”ମାର୍କ 9:24
    ପଦଗୁଡ଼ିକ
    ମାର୍କ 9:24ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ।
  • ଜେବଦୀଙ୍କ ପୁତ୍ରମାନଙ୍କ ମାଆ ସେମାନଙ୍କ ପାଇଁ ସମ୍ମାନର ସ୍ଥାନ ମାଗନ୍ତିମାଥି 20:20–21
    ପଦଗୁଡ଼ିକ
    ମାଥି 20:20–21ସେତେବେଳେ ଜେବଦୀଙ୍କ ସ୍ତ୍ରୀ ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ନେଇ ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ। ସେଥିରେ ସେ ତାହାଙ୍କୁ ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?” ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ।
  • ଜନ୍ମାନ୍ଧ ଲୋକର ପିତାମାତା: “ସେ ବୟସପ୍ରାପ୍ତ, ତାହାକୁ ପଚାରନ୍ତୁ”ଯୋହ 9:20–23
    ପଦଗୁଡ଼ିକ
    ଯୋହ 9:20–23ସେଥିରେ ତାହାର ପିତାମାତା ଉତ୍ତର ଦେଲେ, ଏ ଯେ ଆମ୍ଭମାନଙ୍କର ପୁଅ ଓ ଏ ଯେ ଅନ୍ଧ ହୋଇ ଜନ୍ମ ହୋଇଥିଲା, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହୁଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ। ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ। ଅତଏବ, ତାହାର ପିତାମାତା କହିଲେ, ସେ ବୟସପ୍ରାପ୍ତ, ତାହାକୁ ପଚାରନ୍ତୁ।

ଅତି ଢିଲା

  • ଏଲି ଆପଣା ପୁତ୍ରମାନଙ୍କୁ ନିବାରଣ କଲେ ନାହିଁପ୍ର.ଶା 3:13
    ପଦଗୁଡ଼ିକ
    ପ୍ର.ଶା 3:13ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶପ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।
  • ଦାଉଦ କେବେ ହେଲେ ଅଦୋନୀୟଙ୍କୁ ଭର୍ତ୍ସନା କରି ନ ଥିଲେପ୍ର.ରା 1:6
    ପଦଗୁଡ଼ିକ
    ପ୍ର.ରା 1:6ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।

ବ୍ୟବସ୍ଥାରେ

  • ଆପଣା ପିତାମାତାଙ୍କୁ ସମାଦର କରଯାତ୍ରା 20:12
    ପଦଗୁଡ଼ିକ
    ଯାତ୍ରା 20:12ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
  • ପିତା କି ମାତାକୁ ମାରିଲେ ବା ଶାପ ଦେଲେ ମୃତ୍ୟୁଦଣ୍ଡଯାତ୍ରା 21:15, ଯାତ୍ରା 21:17
    ପଦଗୁଡ଼ିକ
    ଯାତ୍ରା 21:15ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
    ଯାତ୍ରା 21:17ଯେକେହି ଆପଣା ପିତା କିମ୍ବା ମାତାକୁ ଅଭିଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
  • ପିତାମାତା ସନ୍ତାନମାନଙ୍କୁ ନିସ୍ତାର ପର୍ବର ଅର୍ଥ ବୁଝାନ୍ତିଯାତ୍ରା 12:26–27, ଯାତ୍ରା 13:8
    ପଦଗୁଡ଼ିକ
    ଯାତ୍ରା 12:26–27ପୁଣି, ତୁମ୍ଭମାନଙ୍କ ‘ଏହି ସେବାର ଅଭିପ୍ରାୟ କଅଣ?’ ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ‘ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ; କାରଣ ମିସରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।’” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।
    ଯାତ୍ରା 13:8ପୁଣି, ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ କହିବ, ‘ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁର ସ୍ମରଣ ନିମନ୍ତେ ଏହା ହୁଏ।’
  • ପିତାମାତା ଦୁହେଁ ଏକ ଜିଦ୍‍ଖୋର, ଅବାଧ୍ୟ ପୁତ୍ରକୁ ପ୍ରାଚୀନମାନଙ୍କ ପାଖକୁ ଆଣନ୍ତିଦ୍ବି.ବି 21:18–20
    ପଦଗୁଡ଼ିକ
    ଦ୍ବି.ବି 21:18–20ଯେବେ କାହାରି ପୁତ୍ର ଅବାଧ୍ୟ ଓ ବିରୋଧୀ ହୁଏ, ଆପଣା ପିତାର କଥା କି ଆପଣା ମାତାର କଥା ନ ମାନେ, ପୁଣି ସେମାନେ ତାହାକୁ ଶାସନ କଲେ ହେଁ ସେମାନଙ୍କ କଥା ନ ଶୁଣେ; ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗର-ଦ୍ୱାରକୁ ନେଇଯିବେ; ପୁଣି ସେମାନେ ତାହାର ନଗରସ୍ଥ ପ୍ରାଚୀନମାନଙ୍କୁ କହିବେ, “ଆମ୍ଭମାନଙ୍କର ଏହି ପୁତ୍ର ଅବାଧ୍ୟ ଓ ବିରୋଧୀ, ସେ ଆମ୍ଭମାନଙ୍କ କଥା ମାନେ ନାହିଁ; ସେ ପେଟୁକ ଓ ମଦୁଆ ଅଟେ।”

ପିତାମାତାଙ୍କ ବିଷୟରେ ହିତୋପଦେଶର ବାଣୀ

  • ଆପଣା ପିତାଙ୍କ ଉପଦେଶ ଓ ମାତାଙ୍କ ଶିକ୍ଷା ଶୁଣହିତୋ 1:8
    ପଦଗୁଡ଼ିକ
    ହିତୋ 1:8ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
  • ଜ୍ଞାନୀ ପୁତ୍ର ପିତାକୁ ଆନନ୍ଦ ଦିଏହିତୋ 10:1
    ପଦଗୁଡ଼ିକ
    ହିତୋ 10:1ଶଲୋମନଙ୍କର ହିତୋପଦେଶ। ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ।
  • ଉତ୍ତମ ଲୋକ ଆପଣା ନାତିନାତୁଣୀଙ୍କ ପାଇଁ ଅଧିକାର ଛାଡ଼ିଯାଏହିତୋ 13:22
    ପଦଗୁଡ଼ିକ
    ହିତୋ 13:22ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
  • ମାତା ବୃଦ୍ଧା ହେଲେ ତାଙ୍କୁ ତୁଚ୍ଛ କର ନାହିଁହିତୋ 23:22
    ପଦଗୁଡ଼ିକ
    ହିତୋ 23:22ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ।
  • ତୁମ୍ଭର ପିତାମାତା ଆନନ୍ଦିତ ହୁଅନ୍ତୁହିତୋ 23:24–25
    ପଦଗୁଡ଼ିକ
    ହିତୋ 23:24–25ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ। ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ, ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।
  • ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ କହନ୍ତିହିତୋ 31:28
    ପଦଗୁଡ଼ିକ
    ହିତୋ 31:28ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;

ପତ୍ରଗୁଡ଼ିକରେ

  • ପିତାମାତା ସନ୍ତାନମାନଙ୍କ ପାଇଁ ସଞ୍ଚୟ କରନ୍ତି, ସନ୍ତାନମାନେ ପିତାମାତାଙ୍କ ପାଇଁ ନୁହେଁଦ୍ଵି.କରି 12:14
    ପଦଗୁଡ଼ିକ
    ଦ୍ଵି.କରି 12:14ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।
  • ହେ ପିତାମାନେ, ଆପଣା ସନ୍ତାନମାନଙ୍କୁ ରାଗାଅ ନାହିଁଏଫି 6:4, କଲ 3:21
    ପଦଗୁଡ଼ିକ
    ଏଫି 6:4ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
    କଲ 3:21ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର