ଅନୁସନ୍ଧାନ › ବିଷୟ › କାରାଗାର ଓ ଶିକୁଳି
ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ କାରାଗାର ଓ ଶିକୁଳି
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 45ଟି ଅଂଶ, ଧାଡ଼ି ପରେ ଧାଡ଼ି।
ପୁରାତନ ନିୟମରେ
- ରାଜାଙ୍କ ବନ୍ଦୀମାନେ ଥିବା କାରାଗାରରେ ଯୋଷେଫଙ୍କୁ ରଖାଗଲାଆଦି 39:20
ପଦଗୁଡ଼ିକ
ଆଦି 39:20ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।
- କାରାରକ୍ଷକ ସମସ୍ତ ବନ୍ଦୀଙ୍କୁ ଯୋଷେଫଙ୍କ ଜିମ୍ମାରେ ଦେଲେଆଦି 39:22
ପଦଗୁଡ଼ିକ
ଆଦି 39:22ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ।
- ଫାରୋଙ୍କ ପାନପାତ୍ରବାହକ ଓ ରୁଟିକାରୀ ସେହି କାରାଗାରରେ ରଖାଗଲେଆଦି 40:3
ପଦଗୁଡ଼ିକ
ଆଦି 40:3ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।
- ଯୋଷେଫଙ୍କୁ କାରାକୂପରୁ ଅଣାଗଲା, ସେ କ୍ଷୌର କରି ବସ୍ତ୍ର ବଦଳାଇଲେଆଦି 41:14
ପଦଗୁଡ଼ିକ
ଆଦି 41:14ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ।
- ଯୋଷେଫ ଭାଇମାନଙ୍କୁ ତିନି ଦିନ ବନ୍ଦୀ ରଖିଲେ, ତା’ପରେ ଶିମୀୟୋନଙ୍କୁ ବାନ୍ଧି ରଖିଲେଆଦି 42:17, ଆଦି 42:24
- ଆହାବ: ମୀଖାୟଙ୍କୁ କାରାଗାରରେ ରଖି ରୁଟି ଓ ଜଳ ଦିଅପ୍ର.ରା 22:27
ପଦଗୁଡ଼ିକ
ପ୍ର.ରା 22:27ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’”
- ଆସା କ୍ରୁଦ୍ଧ ହୋଇ ଦର୍ଶକ ହନାନିଙ୍କୁ କାରାଗାରରେ ପକାଇଲେଦ୍ଵି.ବଂ 16:7, ଦ୍ଵି.ବଂ 16:10
ପଦଗୁଡ଼ିକ
ଦ୍ଵି.ବଂ 16:7ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ।
ଦ୍ଵି.ବଂ 16:10ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।
- ଅଶୂରର ରାଜା ରାଜା ହୋଶେୟଙ୍କୁ କାରାଗାରରେ ପକାଇଲେଦ୍ଵି.ରା 17:4
ପଦଗୁଡ଼ିକ
ଦ୍ଵି.ରା 17:4ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।
- ମନଃଶିଙ୍କୁ କଡ଼ା ଓ ପିତ୍ତଳ ଶିକୁଳିରେ ବାବିଲକୁ ନିଆଗଲାଦ୍ଵି.ବଂ 33:10–11
ପଦଗୁଡ଼ିକ
ଦ୍ଵି.ବଂ 33:10–11ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲକୁ ନେଇଗଲେ।
- ଅନ୍ଧ କରାଯାଇଥିବା ସିଦିକୀୟଙ୍କୁ ପିତ୍ତଳ ଶିକୁଳିରେ ବାବିଲକୁ ନିଆଗଲାଦ୍ଵି.ରା 25:7, ଯିରି 52:11
ପଦଗୁଡ଼ିକ
ଦ୍ଵି.ରା 25:7ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।
ଯିରି 52:11ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।
- ସଇଁତିରିଶ ବର୍ଷ ପରେ ଯିହୋୟାଖୀନ୍ ମୁକ୍ତ ହୋଇ ରାଜାଙ୍କ ମେଜରେ ଭୋଜନ କଲେଦ୍ଵି.ରା 25:27–29
ପଦଗୁଡ଼ିକ
ଦ୍ଵି.ରା 25:27–29ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍-ମରୋଦକ୍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା। ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା। ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ।
ଯିରିମୀୟ
- ପ୍ରହାରିତ ହୋଇ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ହରିକାଠରେ ପକାଯାଇଲେଯିରି 20:2
ପଦଗୁଡ଼ିକ
ଯିରି 20:2ତହିଁରେ ପଶ୍ହୂର ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।
- ଲେଖକ ଯୋନାଥନଙ୍କ ଘରେ ଏକ କାରାକୂପ କୋଠରୀରେ ବନ୍ଦୀଯିରି 37:15–16
ପଦଗୁଡ଼ିକ
ଯିରି 37:15–16ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ। ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରିରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।
- ପ୍ରହରୀମାନଙ୍କ ପ୍ରାଙ୍ଗଣରେ ରଖାଗଲା, ଦିନକୁ ଗୋଟିଏ ରୁଟି ସହିତଯିରି 32:2, ଯିରି 37:21
ପଦଗୁଡ଼ିକ
ଯିରି 32:2ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ।
ଯିରି 37:21ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
- ରଜ୍ଜୁରେ ଜଳହୀନ, କେବଳ କାଦୁଅ ଥିବା ଏକ କୁଣ୍ଡରେ ଓହ୍ଲାଯାଇଲେଯିରି 38:6
ପଦଗୁଡ଼ିକ
ଯିରି 38:6ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।
- ରାମାରେ ତାଙ୍କ ହାତର ଶିକୁଳିରୁ ମୁକ୍ତ ହେଲେଯିରି 40:1, ଯିରି 40:4
ପଦଗୁଡ଼ିକ
ଯିରି 40:1ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
ଯିରି 40:4ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”
ନୂତନ ନିୟମରେ
- ହେରୋଦ ଯୋହନଙ୍କୁ ବାନ୍ଧି କାରାଗାରରେ ରଖିଲେମାଥି 14:3
ପଦଗୁଡ଼ିକ
ମାଥି 14:3ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।
- କାରାଗାରରୁ ଯୋହନ ଆପଣା ଶିଷ୍ୟମାନଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେମାଥି 11:2
ପଦଗୁଡ଼ିକ
ମାଥି 11:2ଏଥିମଧ୍ୟରେ ବାପ୍ତିଜକ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,
- କାରାଗାରରେ ଯୋହନଙ୍କ ମସ୍ତକ ଛେଦନ କରାଗଲାମାଥି 14:10
ପଦଗୁଡ଼ିକ
ମାଥି 14:10ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ,
- ବିଦ୍ରୋହ ଓ ନରହତ୍ୟା ପାଇଁ ବାରବ୍ବା କାରାଗାରରେ ଥିଲାଲୂକ 23:19
ପଦଗୁଡ଼ିକ
ଲୂକ 23:19ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା।
- ଯୀଶୁ: “କାରାଗାରରେ ଥିଲି; ମୋ ନିକଟକୁ ଆସିଲ”ମାଥି 25:36
ପଦଗୁଡ଼ିକ
ମାଥି 25:36ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ।
- ସନ୍ଧ୍ୟା ହୋଇଥିବାରୁ ପିତର ଓ ଯୋହନଙ୍କୁ ରାତି ସାରା ବନ୍ଦୀ ରଖାଗଲାପ୍ରେରି 4:3
ପଦଗୁଡ଼ିକ
ପ୍ରେରି 4:3ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା।
- ତାଲା ପଡ଼ି ଜଗା ହେଉଥିବା କାରାଗାରରୁ ପ୍ରେରିତମାନେ ଚାଲିଯାଇଥିଲେପ୍ରେରି 5:18–19, ପ୍ରେରି 5:23
ପଦଗୁଡ଼ିକ
ପ୍ରେରି 5:18–19ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ। କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,
ପ୍ରେରି 5:23ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ।
- କଡ଼ା ପହରାରେ ପିତର ଦୁଇ ସୈନିକଙ୍କ ମଝିରେ ଶିକୁଳିବଦ୍ଧ ହୋଇ ଶୋଇଲେପ୍ରେରି 12:4, ପ୍ରେରି 12:6
ପଦଗୁଡ଼ିକ
ପ୍ରେରି 12:4ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ।
ପ୍ରେରି 12:6ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ।
- ଶିକୁଳି ଖସିପଡ଼ିଲା, ଆଉ ଲୁହା ଦ୍ୱାର ଆପେ ଆପେ ଖୋଲିଗଲାପ୍ରେରି 12:7, ପ୍ରେରି 12:10
ପଦଗୁଡ଼ିକ
ପ୍ରେରି 12:7ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।
ପ୍ରେରି 12:10ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀ-ଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ।
- ଫିଲିପ୍ପୀରେ: ଭିତର କୋଠରୀ, ହରିକାଠରେ ପାଦ ବନ୍ଧାପ୍ରେରି 16:23–24
ପଦଗୁଡ଼ିକ
ପ୍ରେରି 16:23–24ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ। ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ଼ କାଠଗଣ୍ଡି ବାନ୍ଧିଦେଲେ।
- ମଧ୍ୟରାତ୍ରିରେ ଭୂମିକମ୍ପରେ କବାଟସବୁ ଖୋଲିଗଲା ଓ ସମସ୍ତଙ୍କ ଶିକୁଳି ଖୋଲିଗଲାପ୍ରେରି 16:25–26
ପଦଗୁଡ଼ିକ
ପ୍ରେରି 16:25–26କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ। ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା।
- ଯିରୂଶାଲମରେ ପାଉଲଙ୍କୁ ଦୁଇଟି ଶିକୁଳିରେ ବନ୍ଧାଗଲାପ୍ରେରି 21:33
ପଦଗୁଡ଼ିକ
ପ୍ରେରି 21:33ସେତେବେଳେ ସହସ୍ର-ସେନାପତି ପାଖକୁ ଆସି ତାହାଙ୍କୁ ଧରି ଦୁଇଟା ଜଞ୍ଜିରରେ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି, ସେ କିଏ ଓ କଅଣ କରିଅଛି ବୋଲି ପଚାରିଲେ।
- ଫେଲୀକ୍ସ୍ ପାଉଲଙ୍କୁ ଦୁଇ ବର୍ଷ କାରାଗାରରେ ଛାଡ଼ିଲେପ୍ରେରି 24:27
ପଦଗୁଡ଼ିକ
ପ୍ରେରି 24:27କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକ୍ସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ।
- ରୋମରେ ପାଉଲ ଶିକୁଳିରେ ବନ୍ଧା ହୋଇ ଜଣେ ପ୍ରହରୀ ସୈନିକଙ୍କ ସହିତ ରହୁଥିଲେପ୍ରେରି 28:16, ପ୍ରେରି 28:20
ପଦଗୁଡ଼ିକ
ପ୍ରେରି 28:16ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।
ପ୍ରେରି 28:20ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।
- ସେ ପୂରା ଦୁଇ ବର୍ଷ ଆପଣା ଭଡ଼ା ଘରେ ରହିଲେପ୍ରେରି 28:30
ପଦଗୁଡ଼ିକ
ପ୍ରେରି 28:30ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ,
- ଅନୀସିଫର ପାଉଲଙ୍କ ଶିକୁଳି ପାଇଁ ଲଜ୍ଜିତ ନ ଥିଲେଦ୍ଵି.ତୀମ 1:16
ପଦଗୁଡ଼ିକ
ଦ୍ଵି.ତୀମ 1:16ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,
ସୁନା ହାର
- ଫାରୋ ଯୋଷେଫଙ୍କ ବେକରେ ସୁନା ହାର ପିନ୍ଧାଇଲେଆଦି 41:42
ପଦଗୁଡ଼ିକ
ଆଦି 41:42ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।
- ବେଲ୍ଶତ୍ସର ଦାନିୟେଲଙ୍କ ବେକରେ ସୁନା ହାର ପିନ୍ଧାଇଲେଦାନି 5:29
ପଦଗୁଡ଼ିକ
ଦାନି 5:29ସେତେବେଳେ ବେଲ୍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।
- ଗିଦିୟୋନ୍ ମିଦୀୟନର ଓଟମାନଙ୍କ ବେକରୁ ହାର ନେଲେବିଚାର 8:26
ପଦଗୁଡ଼ିକ
ବିଚାର 8:26ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।
- ଶଲୋମନ ଅନ୍ତର୍ଗୃହର ସମ୍ମୁଖରେ ସୁନା ଶିକୁଳି ଟାଙ୍ଗିଲେପ୍ର.ରା 6:21
ପଦଗୁଡ଼ିକ
ପ୍ର.ରା 6:21ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ମହାପବିତ୍ର ସ୍ଥାନ ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର