ଦୈନନ୍ଦିନ ଜୀବନ
ବାଇବେଲରେ କଳହ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 32ଟି ଅଂଶ, ଧାଡ଼ି ପରେ ଧାଡ଼ି।
ଉଦାହରଣ
- ଅବ୍ରାମ ଓ ଲୋଟଙ୍କ ପଶୁପାଳକମାନେ କଳହ କରନ୍ତି, ତେଣୁ ଦୁହେଁ ଅଲଗା ହୁଅନ୍ତିଆଦି 13:7–9
ପଦଗୁଡ଼ିକ
ଆଦି 13:7–9ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ। ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ। ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼ ଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।”
- ଅବିମେଲକଙ୍କ ଦାସମାନେ ଦଖଲ କରିଥିବା ଏକ କୂଅ ବିଷୟରେ ଅବ୍ରହାମ ଅଭିଯୋଗ କରନ୍ତିଆଦି 21:25
ପଦଗୁଡ଼ିକ
ଆଦି 21:25ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।
- ମୋଶା ଦୁଇ ଜଣ ଏବ୍ରୀଙ୍କୁ ମାରପିଟ କରୁଥିବାର ଦେଖନ୍ତିଯାତ୍ରା 2:13, ପ୍ରେରି 7:26
ପଦଗୁଡ଼ିକ
ଯାତ୍ରା 2:13ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ?”
ପ୍ରେରି 7:26ପରଦିନ ସେମାନେ ପରସ୍ପର ମଧ୍ୟରେ ମରାମରି ହେଉଥିବା ସମୟରେ ସେ ଦେଖା ଦେଇ ସେମାନଙ୍କୁ ମିଳନ କରିବା ଉଦ୍ଦେଶ୍ୟରେ କହିଲେ, ଆହେ, ତୁମ୍ଭେମାନେ ପରସ୍ପର ଭାଇ, କାହିଁକି ଏକ-ଆରେକ ପ୍ରତି ଅନ୍ୟାୟ କରୁଅଛ?
- ମୋଶା ଏକା ଲୋକମାନଙ୍କର ସମସ୍ତ ବିବାଦର ଭାର ବହିପାରନ୍ତି ନାହିଁଦ୍ବି.ବି 1:12
ପଦଗୁଡ଼ିକ
ଦ୍ବି.ବି 1:12ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି?
- ଇଫ୍ରୟିମ ଯିପ୍ତହଙ୍କୁ ଧମକ ଦିଏ; ଯର୍ଦ୍ଦନ ଘାଟରେ “ଶିବ୍ବୋଲେତ୍”ବିଚାର 12:1–6
ପଦଗୁଡ଼ିକ
ବିଚାର 12:1–6ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।” ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, “ଅମ୍ମୋନ-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ। ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?” ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, “ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।” ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ “ଆମ୍ଭକୁ ପାର ହୋଇ ଯିବାକୁ ଦିଅ” ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, “ତୁମ୍ଭେ କି ଇଫ୍ରୟିମୀୟ ଲୋକ?” ଯେବେ ସେ କହିଲା, “ନା;” ତେବେ ସେମାନେ ତାହାକୁ କହିଲେ, କହ ତ “ଶିବ୍ବୋଲେତ୍” ତହିଁରେ ସେ କହିଲା, “ସିବ୍ବୋଲେତ୍,” କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ।
- ତକୋୟର ସ୍ତ୍ରୀର କାହାଣୀ: ଦୁଇ ପୁତ୍ର କ୍ଷେତରେ ମାରପିଟ କରନ୍ତିଦ୍ଵି.ଶା 14:6
ପଦଗୁଡ଼ିକ
ଦ୍ଵି.ଶା 14:6ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।
- ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଶିଷ୍ୟମାନେ ବାଦାନୁବାଦ କରନ୍ତିମାର୍କ 9:33–34, ଲୂକ 22:24
ପଦଗୁଡ଼ିକ
ମାର୍କ 9:33–34ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ।
ଲୂକ 22:24ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା।
- ସୁନ୍ନତ ବିଷୟରେ ଆନ୍ତିୟଖିଆରେ ତୀବ୍ର ବାଦାନୁବାଦପ୍ରେରି 15:1–2
ପଦଗୁଡ଼ିକ
ପ୍ରେରି 15:1–2ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ। ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।
- ମାର୍କଙ୍କ ବିଷୟରେ ପାଉଲ ଓ ବର୍ଣ୍ଣବ୍ବା ଅଲଗା ହୁଅନ୍ତିପ୍ରେରି 15:37–39
ପଦଗୁଡ଼ିକ
ପ୍ରେରି 15:37–39ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା, କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲି ଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାହାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ୍ ମନେ କଲେ ନାହିଁ। ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ,
- ପୁନରୁତ୍ଥାନ ବିଷୟରେ ଫାରୂଶୀ ଓ ସାଦ୍ଦୂକୀମାନେ ବିବାଦ କରନ୍ତିପ୍ରେରି 23:7–10
ପଦଗୁଡ଼ିକ
ପ୍ରେରି 23:7–10ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା। କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି। ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ଯୁକ୍ତିତର୍କ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ବା ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି। ଏହି ପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ୱାରା ଖଣ୍ଡବିଖଣ୍ଡ ହେବେ, ଏହି ଭୟରେ ସହସ୍ର-ସେନାପତି ସେମାନଙ୍କ ମଧ୍ୟରୁ ତାହାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ନେଇ ଆସିବା ପାଇଁ ସୈନ୍ୟମାନଙ୍କୁ ଯିବାକୁ ଆଦେଶ ଦେଲେ।
- ଆନ୍ତିୟଖିଆରେ ପାଉଲ କୈଫାଙ୍କୁ ମୁଖ ଉପରେ ଅନୁଯୋଗ କରନ୍ତିଗାଲା 2:11
ପଦଗୁଡ଼ିକ
ଗାଲା 2:11ଏବଂ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାହାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ।
- କରିନ୍ଥୀୟମାନେ: “ମୁଁ ପାଉଲଙ୍କର,” “ମୁଁ ଆପଲ୍ଲଙ୍କର”ପ୍ର.କରି 1:11–12
ପଦଗୁଡ଼ିକ
ପ୍ର.କରି 1:11–12କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋʼ ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି। ମୋʼ କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର।
- ବିଶ୍ୱାସୀମାନେ ପରସ୍ପର ବିରୁଦ୍ଧରେ ବିଚାରାଳୟକୁ ଯାଆନ୍ତିପ୍ର.କରି 6:6–7
ପଦଗୁଡ଼ିକ
ପ୍ର.କରି 6:6–7ମାତ୍ର ଜଣେ ବିଶ୍ୱାସୀ ଭାଇ ଅନ୍ୟ ବିଶ୍ୱାସୀ ଭାଇ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି, ଅବିଶ୍ୱାସୀମାନଙ୍କ ନିକଟରେ! ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ। ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ?
- ପାଉଲ ଇୟଦିଆ ଓ ସୁନ୍ତୁଖୀଙ୍କୁ ଏକମନା ହେବାକୁ ଅନୁରୋଧ କରନ୍ତିଫିଲି 4:2
ପଦଗୁଡ଼ିକ
ଫିଲି 4:2ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି।
ବ୍ୟବସ୍ଥାରେ
- ମାରପିଟରେ ଆହତ ଲୋକକୁ ହରାଇଥିବା କାମ ଓ ଚିକିତ୍ସାର କ୍ଷତିପୂରଣ ଦିଆଯାଏଯାତ୍ରା 21:18–19
ପଦଗୁଡ଼ିକ
ଯାତ୍ରା 21:18–19ଆଉ ଯଦି ଲୋକମାନେ ଏକଆରେକ ସହିତ ବିବାଦ କରୁ କରୁ ଏକ ଜଣ ଅନ୍ୟ ଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।
- ଲୋକମାନଙ୍କ ମଧ୍ୟରେ ବିବାଦ ବିଚାର ପାଇଁ ବିଚାରାଳୟକୁ ନିଆଯାଏଦ୍ବି.ବି 25:1
ପଦଗୁଡ଼ିକ
ଦ୍ବି.ବି 25:1ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।
ହିତୋପଦେଶର ବାଣୀ
- ଘୃଣା ବିବାଦ ଜନ୍ମାଏ; ପ୍ରେମ ଅପରାଧ ଢାଙ୍କେହିତୋ 10:12
ପଦଗୁଡ଼ିକ
ହିତୋ 10:12ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।
- ରାଗଶୀଳ ଲୋକ ବିବାଦ ଜନ୍ମାଏହିତୋ 15:18, ହିତୋ 29:22
ପଦଗୁଡ଼ିକ
ହିତୋ 15:18କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।
ହିତୋ 29:22କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।
- କଳହ ସହିତ ଭୋଜି ଅପେକ୍ଷା ଶାନ୍ତିରେ ଶୁଖିଲା ଗ୍ରାସ ଭଲହିତୋ 17:1
ପଦଗୁଡ଼ିକ
ହିତୋ 17:1ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।
- କଳହ ଆରମ୍ଭ କରିବା ବନ୍ୟା ଛାଡ଼ିଦେବା ପରିହିତୋ 17:14
ପଦଗୁଡ଼ିକ
ହିତୋ 17:14କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
- ବିବାଦ ମେଣ୍ଟାଇବା ସମ୍ମାନର କଥା; ପ୍ରତ୍ୟେକ ମୂର୍ଖ କଳହ କରେହିତୋ 20:3
ପଦଗୁଡ଼ିକ
ହିତୋ 20:3ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
- ନିନ୍ଦକକୁ ତଡ଼ିଦିଅ, ଆଉ କଳହ ଶେଷ ହେବହିତୋ 22:10
ପଦଗୁଡ଼ିକ
ହିତୋ 22:10ନିନ୍ଦକକୁ ବାହାର କରିଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।
- ଅନ୍ୟର କଳହରେ ହାତ ପୂରାଇବା କୁକୁରର କାନ ଧରିବା ପରିହିତୋ 26:17
ପଦଗୁଡ଼ିକ
ହିତୋ 26:17ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
- କଳିହୁଡ଼ୀ ଭାର୍ଯ୍ୟା ବର୍ଷା ଦିନରେ ଅନବରତ ଟୋପା ପଡ଼ିବା ପରିହିତୋ 27:15, ହିତୋ 25:24
ପଦଗୁଡ଼ିକ
ହିତୋ 27:15ଭାରୀ ବୃଷ୍ଟି ଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି।
ହିତୋ 25:24କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବାର ଭଲ।
ଅନ୍ୟ ସ୍ଥାନରେ
- ବିଚାରାଳୟକୁ ଯିବା ବାଟରେ ଶୀଘ୍ର ବିପକ୍ଷ ସହିତ ମେଳ କରମାଥି 5:25
ପଦଗୁଡ଼ିକ
ମାଥି 5:25ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ।
- ସମ୍ଭବ ହେଲେ ସମସ୍ତଙ୍କ ସହିତ ଶାନ୍ତିରେ ରୁହରୋମୀ 12:18
ପଦଗୁଡ଼ିକ
ରୋମୀ 12:18ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।
- ମୂର୍ଖ ତର୍କ କଳହ ଜନ୍ମାଏଦ୍ଵି.ତୀମ 2:23–24
ପଦଗୁଡ଼ିକ
ଦ୍ଵି.ତୀମ 2:23–24ଅଜ୍ଞାନୀ ଓ ମୂର୍ଖମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର। ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ;
- “ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ?”ଯାକୁ 4:1
ପଦଗୁଡ଼ିକ
ଯାକୁ 4:1ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର