Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ବର୍ଷା ଓ ମରୁଡ଼ି

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ ବର୍ଷା ଓ ମରୁଡ଼ି

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 21ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • କୌଣସି ଉଦ୍ଭିଦ ଅଙ୍କୁରିତ ହେବା ପୂର୍ବରୁ ପୃଥିବୀରେ ବର୍ଷା ନ ଥିଲାଆଦି 2:5
    ପଦଗୁଡ଼ିକ
    ଆଦି 2:5ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
  • ଶରତ ଓ ବସନ୍ତର ବର୍ଷାଦ୍ବି.ବି 11:14
    ପଦଗୁଡ଼ିକ
    ଦ୍ବି.ବି 11:14ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍‍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।
  • ନବମ ମାସର ବର୍ଷାରେ ଏଜ୍ରାଙ୍କ ସଭା କମ୍ପି କମ୍ପି ବସିଥିଲାଏଜ୍ରା 10:9, ଏଜ୍ରା 10:13
    ପଦଗୁଡ଼ିକ
    ଏଜ୍ରା 10:9ତହୁଁ ଯିହୁଦା ଓ ବିନ୍ୟାମୀନ୍‍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।
    ଏଜ୍ରା 10:13ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏହି ବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ।
  • ଉତ୍ତର ବାୟୁ ବର୍ଷା ଆଣେହିତୋ 25:23
    ପଦଗୁଡ଼ିକ
    ହିତୋ 25:23ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ।
  • ମେଘ ପୂର୍ଣ୍ଣ ହେଲେ ତାହା ବର୍ଷା ଢାଳେଉପ 11:3
    ପଦଗୁଡ଼ିକ
    ଉପ 11:3ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ।
  • ସେ ଧାର୍ମିକ ଓ ଅଧାର୍ମିକ ଉପରେ ବର୍ଷା ପଠାନ୍ତିମାଥି 5:45
    ପଦଗୁଡ଼ିକ
    ମାଥି 5:45ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।
  • ବର୍ଷା ପଡ଼ିଲା ଓ ବନ୍ୟା ଘର ଉପରେ ପ୍ରହାର କଲାମାଥି 7:25
    ପଦଗୁଡ଼ିକ
    ମାଥି 7:25ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।

ଜଳପ୍ଳାବନ

  • ଆକାଶର ଝରକାସବୁ ଖୋଲିଗଲା; ଚାଳିଶ ଦିନ ଓ ରାତ୍ରି ବର୍ଷା ହେଲାଆଦି 7:11–12
    ପଦଗୁଡ଼ିକ
    ଆଦି 7:11–12ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା। ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
  • ତା’ପରେ ଝରକାସବୁ ବନ୍ଦ ହେଲା ଓ ବର୍ଷା ଥମିଗଲାଆଦି 8:2
    ପଦଗୁଡ଼ିକ
    ଆଦି 8:2ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାରସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।
  • ମେଘଧନୁ: ପୃଥିବୀ ବିନାଶ ପାଇଁ ଆଉ କେବେ ଜଳପ୍ଳାବନ ହେବ ନାହିଁଆଦି 9:11–15
    ପଦଗୁଡ଼ିକ
    ଆଦି 9:11–15ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।” ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ। ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ; ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।

ଝଡ଼

  • କୁଆପଥର ଓ ମେଘଗର୍ଜନ ମିସରକୁ ଆଘାତ କଲା, କିନ୍ତୁ ଗୋଶନକୁ ନୁହେଁଯାତ୍ରା 9:23–26
    ପଦଗୁଡ଼ିକ
    ଯାତ୍ରା 9:23–26ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳାବୃଷ୍ଟି କଲେ। ତହିଁରେ ଶିଳାବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା। ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳାବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା। କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।
  • ଗହମ ଅମଳ ସମୟରେ ଶାମୁୟେଲ ମେଘଗର୍ଜନ ଓ ବୃଷ୍ଟି ପାଇଁ ଡାକିଲେପ୍ର.ଶା 12:17–18
    ପଦଗୁଡ଼ିକ
    ପ୍ର.ଶା 12:17–18ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।” ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହି ଦିନ ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।

ମରୁଡ଼ି

  • ଏଲୀୟ: ମୋʼ ବାକ୍ୟ ବିନା ଶିଶିର କି ବୃଷ୍ଟି ହେବ ନାହିଁପ୍ର.ରା 17:1
    ପଦଗୁଡ଼ିକ
    ପ୍ର.ରା 17:1ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”
  • ମରୁଡ଼ିର ତୃତୀୟ ବର୍ଷରେ ବୃଷ୍ଟିର ପ୍ରତିଜ୍ଞା ଦିଆଗଲାପ୍ର.ରା 18:1
    ପଦଗୁଡ଼ିକ
    ପ୍ର.ରା 18:1ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, “ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।”
  • ହାତ ପରି ଛୋଟ ଏକ ମେଘ, ତା’ପରେ ପ୍ରବଳ ବୃଷ୍ଟିପ୍ର.ରା 18:44–45
    ପଦଗୁଡ଼ିକ
    ପ୍ର.ରା 18:44–45ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।” ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ।
  • ଆକାଶ ସାଢ଼େ ତିନି ବର୍ଷ ବନ୍ଦ ରହିଲାଲୂକ 4:25, ଯାକୁ 5:17–18
    ପଦଗୁଡ଼ିକ
    ଲୂକ 4:25କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
    ଯାକୁ 5:17–18ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ; ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା।
  • ଗୋଟିଏ ନଗରରେ ବର୍ଷା, ଅନ୍ୟଟିରେ ନାହିଁଆମୋ 4:7
    ପଦଗୁଡ଼ିକ
    ଆମୋ 4:7“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।
  • ଭୂମି ଫାଟିଗଲା; କୃଷକମାନେ ମୁଣ୍ଡ ଢାଙ୍କିଲେଯିରି 14:4
    ପଦଗୁଡ଼ିକ
    ଯିରି 14:4ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।
  • ଆକାଶ ବନ୍ଦ ହେଲେ ଶଲୋମନ ବୃଷ୍ଟି ପାଇଁ ପ୍ରାର୍ଥନା କରନ୍ତିପ୍ର.ରା 8:35–36
    ପଦଗୁଡ଼ିକ
    ପ୍ର.ରା 8:35–36ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି, ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର