ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ପ୍ରହେଳିକା
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 15ଟି ଅଂଶ, ଧାଡ଼ି ପରେ ଧାଡ଼ି।
ଶାମ୍ଶୋନ୍ଙ୍କ ପ୍ରହେଳିକା
- ଶାମ୍ଶୋନ୍ ବଧ କରିଥିବା ସିଂହ ଭିତରେ ମହୁମାଛି ଓ ମହୁ ପାଇଲେବିଚାର 14:5–9
ପଦଗୁଡ଼ିକ
ବିଚାର 14:5–9ଏଥିଉତ୍ତାରେ ଶାମ୍ଶୋନ୍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା। ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍ଶୋନ୍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ। ଏଥିଉତ୍ତାରେ ଶାମ୍ଶୋନ୍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା। ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି। ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।
- ବାଜି: ତିରିଶ ଖଣ୍ଡ କ୍ଷୌମ ବସ୍ତ୍ର ଓ ତିରିଶ ଯୋଡ଼ା ପୋଷାକବିଚାର 14:12–13
ପଦଗୁଡ଼ିକ
ବିଚାର 14:12–13ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି। ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ।” ଆଉ ସେମାନେ ତାହାକୁ କହିଲେ, “ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।”
- “ଖାଦକଠାରୁ ଖାଦ୍ୟ ଓ ବଳବାନଠାରୁ ମିଷ୍ଟତା ନିର୍ଗତ ହେଲା”ବିଚାର 14:14
ପଦଗୁଡ଼ିକ
ବିଚାର 14:14ତହିଁରେ ସେ ସେମାନଙ୍କୁ କହିଲା, “ଖାଦକଠାରୁ ଖାଦ୍ୟ ଓ ବଳବାନଠାରୁ ମିଷ୍ଟତା ନିର୍ଗତ ହେଲା।” ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ।
- ତାଙ୍କ ଭାର୍ଯ୍ୟା ସାତ ଦିନ ତାଙ୍କୁ ଜିଦ୍ କଲା, ତା’ପରେ ଆପଣା ଲୋକମାନଙ୍କୁ କହିଦେଲାବିଚାର 14:15–17
ପଦଗୁଡ଼ିକ
ବିଚାର 14:15–17ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍ଶୋନ୍ର ଭାର୍ଯ୍ୟାକୁ କହିଲେ, “ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକୁ ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା? ନୁହେଁ?” ତହିଁରେ ଶାମ୍ଶୋନ୍ର ଭାର୍ଯ୍ୟା ତାହାକୁ ଧରି କାନ୍ଦି କହିଲା, “ତୁମ୍ଭେ କେବଳ ମୋତେ ଘୃଣା କରୁଅଛ, କିଛି ପ୍ରେମ କରୁ ନାହଁ; ତୁମ୍ଭେ ମୋʼ ଲୋକଙ୍କ ସନ୍ତାନମାନଙ୍କୁ ଗୋଟିଏ ପ୍ରହେଳିକା କହିଅଛ, ମାତ୍ର ତାହା ମୋତେ ବୁଝାଇ ଦେଇ ନାହଁ।” ତହିଁରେ ସେ ତାହାକୁ କହିଲା, “ଦେଖ, ମୁଁ ଆପଣା ପିତା କି ମାତାକୁ ବୁଝାଇ ଦେଇ ନାହିଁ, ଆଉ କି ତୁମ୍ଭକୁ ବୁଝାଇଦେବି?” ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍ଶୋନ୍ ସପ୍ତମ ଦିନରେ ତାହା ତାହାକୁ ବୁଝାଇଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା।
- “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?”ବିଚାର 14:18
ପଦଗୁଡ଼ିକ
ବିଚାର 14:18ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?” ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।”
ଅନ୍ୟ ପ୍ରହେଳିକା
- ଶିବାର ରାଣୀ କଠିନ ପ୍ରଶ୍ନ ଦ୍ୱାରା ଶଲୋମନଙ୍କୁ ପରୀକ୍ଷା କଲେପ୍ର.ରା 10:1–3, ଦ୍ଵି.ବଂ 9:1–2
ପଦଗୁଡ଼ିକ
ପ୍ର.ରା 10:1–3ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ। ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ। ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ; ରାଜାଙ୍କର ବୋଧଗମ୍ୟ କୌଣସି ବିଷୟ ନ ଥିଲା, ସେ ତାହାକୁ ସବୁ କହିଲେ।
ଦ୍ଵି.ବଂ 9:1–2ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା। ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ।
- ପରମେଶ୍ୱର ମୋଶାଙ୍କ ସହିତ ସ୍ପଷ୍ଟ ଭାବରେ କଥା କହନ୍ତି, ପ୍ରହେଳିକାରେ ନୁହେଁଗଣ 12:8
ପଦଗୁଡ଼ିକ
ଗଣ 12:8ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?”
- ଜଣେ ଗୀତକାର ବୀଣା ବଜାଇ ଆପଣା ପ୍ରହେଳିକା ପ୍ରକାଶ କରନ୍ତିଗୀତ 49:4
ପଦଗୁଡ଼ିକ
ଗୀତ 49:4ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
- ଜ୍ଞାନୀମାନଙ୍କ ପ୍ରହେଳିକା ବୁଝିବା ପାଇଁ ହିତୋପଦେଶହିତୋ 1:6
ପଦଗୁଡ଼ିକ
ହିତୋ 1:6ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।
- ଦାନିୟେଲ ପ୍ରହେଳିକାର ଅର୍ଥ କହିପାରୁଥିଲେ ଓ କଠିନ ସମସ୍ୟାର ସମାଧାନ କରିପାରୁଥିଲେଦାନି 5:12
ପଦଗୁଡ଼ିକ
ଦାନି 5:12କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।”
- ଏକ ବଡ଼ ଉତ୍କ୍ରୋଶ ପକ୍ଷୀ ବିଷୟରେ ପ୍ରହେଳିକା କହିବାକୁ ଯିହିଜିକଲଙ୍କୁ କୁହାଯାଏଯିହି 17:2–3
ପଦଗୁଡ଼ିକ
ଯିହି 17:2–3“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ; ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା:
- ଆଗୂରଙ୍କ ବାଣୀ: ତିନୋଟି ବିଷୟ, ଚାରୋଟି ବିଷୟହିତୋ 30:15–16, ହିତୋ 30:18–19, ହିତୋ 30:24–28
ପଦଗୁଡ଼ିକ
ହିତୋ 30:15–16ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି “ଦିଅ, ଦିଅ।” ତିନୋଟି ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, “ଯଥେଷ୍ଟ ହେଲା।” ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି, ଓ ଅଗ୍ନି ଯେ କହେ ନାହିଁ, ଯଥେଷ୍ଟ ହେଲା।
ହିତୋ 30:18–19ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ। ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
ହିତୋ 30:24–28ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ, ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି। ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି। ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି। ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର