Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ରାସ୍ତା

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ ରାସ୍ତା

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 15ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ଇସ୍ରାଏଲ ଇଦୋମ ଦେଇ ରାଜପଥରେ ରହିବାକୁ ଅନୁମତି ମାଗିଲାଗଣ 20:17–19
    ପଦଗୁଡ଼ିକ
    ଗଣ 20:17–19ମୁଁ ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାକ୍ଷେତ୍ର ମଧ୍ୟଦେଇ ଯିବୁ ନାହିଁ, କିଅବା କୂପ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ରାଜପଥ ଦେଇ ଗମନ କରିବୁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ଦକ୍ଷିଣରେ କି ବାମରେ ଫେରିବୁ ନାହିଁ।” ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।” ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”
  • ଇମୋରୀୟମାନଙ୍କ ରାଜା ସୀହୋନଙ୍କୁ ମଧ୍ୟ ସେହି ନିବେଦନଗଣ 21:22, ଦ୍ବି.ବି 2:27
    ପଦଗୁଡ଼ିକ
    ଗଣ 21:22“ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”
    ଦ୍ବି.ବି 2:27“ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ।
  • ଆଶ୍ରୟ ନଗରଗୁଡ଼ିକୁ ରାସ୍ତା ନିର୍ମାଣ କରାଯାଇଥିଲାଦ୍ବି.ବି 19:3
    ପଦଗୁଡ଼ିକ
    ଦ୍ବି.ବି 19:3ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭେ ସେହି ଦେଶର ଭୂମି ତିନି ଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।
  • ଇଫ୍ରାଥା ବାଟରେ ରାହେଲଙ୍କୁ କବର ଦିଆଗଲାଆଦି 35:19
    ପଦଗୁଡ଼ିକ
    ଆଦି 35:19ଏହି ପ୍ରକାରେ ରାହେଲର ମୃତ୍ୟୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।
  • ଯିହୋଶୂୟ ବେଥ୍-ହୋରଣର ଉଠାଣି ପଥରେ ଶତ୍ରୁମାନଙ୍କୁ ଗୋଡ଼ାଇଲେଯିହୋ 10:10
    ପଦଗୁଡ଼ିକ
    ଯିହୋ 10:10ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
  • ଶମ୍‍ଗରଙ୍କ ସମୟରେ ରାଜପଥସବୁ ଶୂନ୍ୟ ଥିଲାବିଚାର 5:6
    ପଦଗୁଡ଼ିକ
    ବିଚାର 5:6ଅନାତ-ପୁତ୍ର ଶମ୍‍ଗର ସମୟରେ, ଯାୟେଲ ସମୟରେ ରାଜପଥସକଳ ଶୂନ୍ୟ ଥିଲା ଓ ପଥିକମାନେ ବକ୍ର ଉପପଥ ଦେଇ ଗମନ କଲେ।
  • ବେଥେଲ୍‍ରୁ ଶିଖିମକୁ ଯାଉଥିବା ରାସ୍ତାର ପୂର୍ବରେ ଶୀଲୋବିଚାର 21:19
    ପଦଗୁଡ଼ିକ
    ବିଚାର 21:19ଆହୁରି ସେମାନେ କହିଲେ, “ଦେଖ, ବେଥେଲ୍‍ର ଉତ୍ତର ଦିଗରେ, ବେଥେଲ୍‍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।”
  • ଗାଈମାନେ ସିନ୍ଦୁକକୁ ସିଧା ବେଥ୍-ଶେମଶର ରାସ୍ତାରେ ଟାଣି ନେଇଗଲେପ୍ର.ଶା 6:12
    ପଦଗୁଡ଼ିକ
    ପ୍ର.ଶା 6:12ତହୁଁ ସେହି ଗାଭୀମାନେ ସଳଖ ପଥ ଧରି ବେଥ୍-ଶେମଶକୁ ଯିବା ବାଟରେ ଗଲେ; ସେମାନେ ଯାଉ ଯାଉ ହମ୍ବାରବ ପକାଇ ସଡ଼କରେ ଗଲେ, ଦକ୍ଷିଣକୁ କି ବାମକୁ ଫେରିଲେ ନାହିଁ; ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବେଥ୍-ଶେମଶ ସୀମା ପର୍ଯ୍ୟନ୍ତ ଗଲେ।
  • ନାଳ ପାଖରେ ରଜକ କ୍ଷେତ୍ରର ରାଜପଥଯିଶା 7:3
    ପଦଗୁଡ଼ିକ
    ଯିଶା 7:3ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।
  • ଯିରୂଶାଲମରୁ ଯିରୀହୋକୁ ଓହ୍ଲାଉଥିବା ଜଣେ ଲୋକ ଡକାୟତଙ୍କ ହାତରେ ପଡ଼ିଲାଲୂକ 10:30–31
    ପଦଗୁଡ଼ିକ
    ଲୂକ 10:30–31ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, “ଜଣେ ଲୋକ ଯିରୂଶାଲମ ସହରରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ। ଘଟଣା ପରେ-ପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ।
  • ବାର୍ଟୀମୟ ଯିରୀହୋରୁ ବାହାରୁଥିବା ରାସ୍ତା କଡ଼ରେ ବସିଥିଲାମାର୍କ 10:46
    ପଦଗୁଡ଼ିକ
    ମାର୍କ 10:46ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା।
  • ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରରେ ଇମ୍ମାୟୁଲୂକ 24:13
    ପଦଗୁଡ଼ିକ
    ଲୂକ 24:13ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ
  • ଯିରୂଶାଲମରୁ ଘସାକୁ ମରୁଭୂମିର ରାସ୍ତାପ୍ରେରି 8:26
    ପଦଗୁଡ଼ିକ
    ପ୍ରେରି 8:26ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମ ସହରରୁ ଗଜ୍ଜା ସହର ଆଡ଼କୁ ଯାଇଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।
  • ଗାଲିଲୀ ଯିବା ବାଟରେ ଯୀଶୁଙ୍କୁ ଶମିରୋଣ ଦେଇ ଯିବାକୁ ପଡ଼ିଲାଯୋହ 4:3–5
    ପଦଗୁଡ଼ିକ
    ଯୋହ 4:3–5ସେତେବେଳେ ସେ ଯିହୂଦିୟା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ। କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା। ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର