Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଲବଣ

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ ଲବଣ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 21ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ଲୋଟଙ୍କ ଭାର୍ଯ୍ୟା ପଛକୁ ଚାହିଁ ଲବଣ ସ୍ତମ୍ଭ ହେଲାଆଦି 19:26
    ପଦଗୁଡ଼ିକ
    ଆଦି 19:26ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା।
  • ସ୍ୱାଦହୀନ ଖାଦ୍ୟ କʼଣ ଲବଣ ବିନା ଖିଆଯାଏ?ଆୟୁବ 6:6
    ପଦଗୁଡ଼ିକ
    ଆୟୁବ 6:6ଅସ୍ୱାଦ ଦ୍ରବ୍ୟ କʼଣ ଲବଣ ବିନା ଭୋଜନ କରାଯାଇପାରେ? ଅବା ଡିମ୍ବର ଲାଳରେ କି କିଛି ସ୍ୱାଦ ଅଛି?
  • ଇଲୀଶାୟ ଯିରୀହୋର ନିର୍ଝରରେ ଲବଣ ପକାଇଲେଦ୍ଵି.ରା 2:20–21
    ପଦଗୁଡ଼ିକ
    ଦ୍ଵି.ରା 2:20–21ତହିଁରେ ସେ କହିଲେ, “ମୋʼ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ। ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”
  • ଅବୀମେଲକ୍‍ ଶିଖିମକୁ ଧ୍ୱଂସ କରି ତହିଁରେ ଲବଣ ବୁଣିଲାବିଚାର 9:45
    ପଦଗୁଡ଼ିକ
    ବିଚାର 9:45ପୁଣି ଅବୀମେଲକ୍‍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା।
  • ନବଜାତ ଶିଶୁମାନଙ୍କୁ ଲବଣରେ ମଖାଯାଉଥିଲାଯିହି 16:4
    ପଦଗୁଡ଼ିକ
    ଯିହି 16:4ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ।
  • ପାରସ୍ୟ ରାଜା ମନ୍ଦିର ପାଇଁ ଅପରିମିତ ଲବଣ ଦେଲେଏଜ୍ରା 6:9, ଏଜ୍ରା 7:22
    ପଦଗୁଡ଼ିକ
    ଏଜ୍ରା 6:9ପୁଣି, ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;
    ଏଜ୍ରା 7:22ତାହାସବୁ ଏକ ଶହ ତାଳନ୍ତ ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।

ଉପାସନାରେ

  • ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ଲବଣରେ ସୁସ୍ୱାଦୁ କରାଯାଉଥିଲାଲେବୀ 2:13
    ପଦଗୁଡ଼ିକ
    ଲେବୀ 2:13ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।
  • ଯାଜକମାନେ ହୋମବଳି ଉପରେ ଲବଣ ଛିଞ୍ଚୁଥିଲେଯିହି 43:24
    ପଦଗୁଡ଼ିକ
    ଯିହି 43:24ପୁଣି, ତୁମ୍ଭେ ସେହି ସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେହି ସବୁର ଉପରେ ଲବଣ ସିଞ୍ଚନ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ।
  • ଲବଣର ନିୟମଗଣ 18:19, ଦ୍ଵି.ବଂ 13:5
    ପଦଗୁଡ଼ିକ
    ଗଣ 18:19ଇସ୍ରାଏଲ-ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”
    ଦ୍ଵି.ବଂ 13:5ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍‍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କʼଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?

ସ୍ଥାନ

  • ଲବଣ ସମୁଦ୍ର, ଇସ୍ରାଏଲର ପୂର୍ବ ସୀମାଆଦି 14:3, ଗଣ 34:12, ଯିହୋ 15:2
    ପଦଗୁଡ଼ିକ
    ଆଦି 14:3ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍‍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।
    ଗଣ 34:12ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’”
    ଯିହୋ 15:2ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍‍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ
  • ଯିହୁଦାର ପ୍ରାନ୍ତରରେ ଲବଣ ନଗରଯିହୋ 15:62
    ପଦଗୁଡ଼ିକ
    ଯିହୋ 15:62ଓ ନିବ୍‍ଶନ୍‍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।
  • ଲବଣ ଉପତ୍ୟକାରେ ଇଦୋମ ସହିତ ଯୁଦ୍ଧଦ୍ଵି.ଶା 8:13, ଦ୍ଵି.ରା 14:7
    ପଦଗୁଡ଼ିକ
    ଦ୍ଵି.ଶା 8:13ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ।
    ଦ୍ଵି.ରା 14:7ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।

ବାଣୀ

  • ଯେଉଁ ଲବଣର ଲବଣତ୍ୱ ନଷ୍ଟ ହୁଏ, ତାହା କୌଣସି କାମର ନୁହେଁମାଥି 5:13, ଲୂକ 14:34
    ପଦଗୁଡ଼ିକ
    ମାଥି 5:13ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।
    ଲୂକ 14:34“ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ?
  • ଆପଣା ଆପଣା ମଧ୍ୟରେ ଲବଣ ରଖ, ଆଉ ଶାନ୍ତିରେ ରୁହମାର୍କ 9:50
    ପଦଗୁଡ଼ିକ
    ମାର୍କ 9:50ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।
  • ତୁମ୍ଭମାନଙ୍କ କଥା ଅନୁଗ୍ରହଯୁକ୍ତ ଓ ଲବଣରେ ସୁସ୍ୱାଦୁ ହେଉକଲ 4:6
    ପଦଗୁଡ଼ିକ
    କଲ 4:6ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର