ପ୍ରକୃତି
ବାଇବେଲରେ ବିଛା
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 8ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ପ୍ରାନ୍ତରରେ ବିଷଧର ସର୍ପ ଓ ବିଛା ଥିଲେଦ୍ବି.ବି 8:15
ପଦଗୁଡ଼ିକ
ଦ୍ବି.ବି 8:15ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;
- ବିଛାମାନଙ୍କ ମଧ୍ୟରେ ବାସ କଲେ ମଧ୍ୟ ଭୟ ନ କରିବାକୁ ଯିହିଜିକଲଙ୍କୁ କୁହାଯାଏଯିହି 2:6
ପଦଗୁଡ଼ିକ
ଯିହି 2:6ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।
- ଯୀଶୁ ଶିଷ୍ୟମାନଙ୍କୁ ସର୍ପ ଓ ବିଛାକୁ ଦଳିବାର କ୍ଷମତା ଦିଅନ୍ତିଲୂକ 10:17, ଲୂକ 10:19
ପଦଗୁଡ଼ିକ
ଲୂକ 10:17ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।
ଲୂକ 10:19ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
ବାଣୀ
- ପୁତ୍ର ଅଣ୍ଡା ମାଗିଲେ, ପିତା କି ତାହାକୁ ବିଛା ଦେବ?ଲୂକ 11:12
ପଦଗୁଡ଼ିକ
ଲୂକ 11:12କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ?
- ରିହବୀୟାମ: “ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି”ପ୍ର.ରା 12:11, ପ୍ର.ରା 12:14, ଦ୍ଵି.ବଂ 10:14
ପଦଗୁଡ଼ିକ
ପ୍ର.ରା 12:11ଏଥିପାଇଁ ମୋʼ ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”
ପ୍ର.ରା 12:14ପୁଣି, ଯୁବାମାନଙ୍କ ପରାମର୍ଶନୁସାରେ ଲୋକମାନଙ୍କୁ କହିଲେ, “ମୋʼ ପିତା ତୁମ୍ଭମାନଙ୍କ ଉପରେ ଭାରୀ ଯୁଆଳି ଥୋଇଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କ ଯୁଆଳି ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”
ଦ୍ଵି.ବଂ 10:14ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, “ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର