Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ସମୁଦ୍ର

ପ୍ରକୃତି

ବାଇବେଲରେ ସମୁଦ୍ର

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 32ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ସଂଗୃହୀତ ଜଳର ନାମ “ସମୁଦ୍ର” ଦିଆଗଲାଆଦି 1:9–10
    ପଦଗୁଡ଼ିକ
    ଆଦି 1:9–10ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
  • ପଞ୍ଚମ ଦିନରେ ବୃହତ୍ ଜଳଜନ୍ତୁମାନେ ସୃଷ୍ଟ ହେଲେଆଦି 1:21–23
    ପଦଗୁଡ଼ିକ
    ଆଦି 1:21–23ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ। ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
  • ବିସ୍ତୃତ ଓ ପ୍ରଶସ୍ତ ସମୁଦ୍ର, ଜନ୍ତୁରେ ପରିପୂର୍ଣ୍ଣ, ଯେଉଁଠାରେ ଜାହାଜ ଚାଲେଗୀତ 104:25–26
    ପଦଗୁଡ଼ିକ
    ଗୀତ 104:25–26ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ, ତହିଁ ମଧ୍ୟରେ ଜଳଚର, କ୍ଷୁଦ୍ର ଓ ବୃହତ ଅସଂଖ୍ୟ ଜନ୍ତୁ ଅଛନ୍ତି। ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ ଥାଏ।
  • ସବୁ ନଦୀ ସମୁଦ୍ରକୁ ବହେ, ତଥାପି ସମୁଦ୍ର କେବେ ପୂର୍ଣ୍ଣ ହୁଏ ନାହିଁଉପ 1:7
    ପଦଗୁଡ଼ିକ
    ଉପ 1:7ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।
  • ବାଲି ଏକ ସୀମା, ଯାହା ତରଙ୍ଗ ଲଙ୍ଘିପାରେ ନାହିଁଯିରି 5:22, ଆୟୁବ 38:8–11
    ପଦଗୁଡ଼ିକ
    ଯିରି 5:22ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।
    ଆୟୁବ 38:8–11ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ, ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ, ‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’
  • ତରଙ୍ଗ ଉପରେ ନାବିକମାନେ ଆକାଶ ପର୍ଯ୍ୟନ୍ତ ଉଠନ୍ତି ଓ ଗଭୀରକୁ ଖସନ୍ତିଗୀତ 107:23–27
    ପଦଗୁଡ଼ିକ
    ଗୀତ 107:23–27ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି, ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି। ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ। ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; ବିପଦ ସକାଶୁ ଲୋକମାନଙ୍କ ପ୍ରାଣ ତରଳି ଯାଏ। ସେମାନେ ମତ୍ତ ଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ।

ଦେଶର ସମୁଦ୍ର

  • ମହାସମୁଦ୍ର ପଶ୍ଚିମ ସୀମା ଥିଲାଗଣ 34:6, ଯିହୋ 1:4
    ପଦଗୁଡ଼ିକ
    ଗଣ 34:6ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।
    ଯିହୋ 1:4ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍‍, ଫରାତ୍‍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
  • ଲବଣ ସମୁଦ୍ର, ଯେଉଁଠାରେ ସୀଦ୍ଦୀମ ପଦା ଥିଲାଆଦି 14:3
    ପଦଗୁଡ଼ିକ
    ଆଦି 14:3ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍‍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।
  • ଇସ୍ରାଏଲ ପାର ହେବା ବେଳେ ଲବଣ ସମୁଦ୍ରକୁ ଯର୍ଦ୍ଦନର ସ୍ରୋତ ବନ୍ଦ ହେଲାଯିହୋ 3:16
    ପଦଗୁଡ଼ିକ
    ଯିହୋ 3:16ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।
  • ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କ ସମୁଦ୍ର ପର୍ଯ୍ୟନ୍ତ ସୀମାଯାତ୍ରା 23:31
    ପଦଗୁଡ଼ିକ
    ଯାତ୍ରା 23:31ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।
  • ଶଲୋମନ ସୂଫ ସାଗର କୂଳରେ ଇତ୍‍ସିୟୋନ-ଗେବରରେ ଜାହାଜଦଳ ନିର୍ମାଣ କଲେପ୍ର.ରା 9:26
    ପଦଗୁଡ଼ିକ
    ପ୍ର.ରା 9:26ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ୍‍ ନିକଟବର୍ତ୍ତୀ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
  • ପିତର ଓ ଆନ୍ଦ୍ରିୟ ଗାଲିଲୀ ସମୁଦ୍ରରେ ଜାଲ ପକାନ୍ତିମାଥି 4:18
    ପଦଗୁଡ଼ିକ
    ମାଥି 4:18ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।

କାହାଣୀରେ

  • ପୂର୍ବୀୟ ବାୟୁ ସମୁଦ୍ରକୁ ପଛକୁ ଠେଲିଲା; ଇସ୍ରାଏଲ ଶୁଖିଲା ଭୂମି ଦେଇ ପାର ହେଲାଯାତ୍ରା 14:21–22
    ପଦଗୁଡ଼ିକ
    ଯାତ୍ରା 14:21–22ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା। ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
  • ପ୍ରଭାତରେ ସମୁଦ୍ର ଫେରିଆସି ଫାରୋଙ୍କ ରଥସବୁ ଢାଙ୍କିଦେଲାଯାତ୍ରା 14:27–28
    ପଦଗୁଡ଼ିକ
    ଯାତ୍ରା 14:27–28ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ। ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।
  • ଜାହାଜ ହାଲୁକା କରିବା ପାଇଁ ଯୂନସଙ୍କ ନାବିକମାନେ ମାଲ ସମୁଦ୍ରରେ ଫୋପାଡ଼ିଲେଯୂନ 1:4–5
    ପଦଗୁଡ଼ିକ
    ଯୂନ 1:4–5ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା। ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।
  • ଯୂନସଙ୍କୁ ପକାଇଦେବା ପରେ ଉତ୍ତାଳ ସମୁଦ୍ର ଶାନ୍ତ ହେଲାଯୂନ 1:15
    ପଦଗୁଡ଼ିକ
    ଯୂନ 1:15ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା।
  • ଏକ ବଡ଼ ମାଛ ଯୂନସଙ୍କୁ ଗିଳିଲାଯୂନ 1:17
    ପଦଗୁଡ଼ିକ
    ଯୂନ 1:17ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ।
  • ତରଙ୍ଗ ନୌକା ଉପରେ ଆଛାଡ଼ି ହେଉଥିବା ବେଳେ ଯୀଶୁ ପଛ ଭାଗରେ ତକିଆ ଉପରେ ଶୋଇଥିଲେମାର୍କ 4:37–39
    ପଦଗୁଡ଼ିକ
    ମାର୍କ 4:37–39ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା। ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ? ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।
  • ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲିଲେମାଥି 14:25–26
    ପଦଗୁଡ଼ିକ
    ମାଥି 14:25–26କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍‌ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ।
  • ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲିଲେମାଥି 14:28–29
    ପଦଗୁଡ଼ିକ
    ମାଥି 14:28–29ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ। ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ।
  • ପ୍ରଥମେ ଧରାପଡ଼ିଥିବା ମାଛର ମୁହଁରେ ଏକ ମୁଦ୍ରାମାଥି 17:27
    ପଦଗୁଡ଼ିକ
    ମାଥି 17:27କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।”
  • 153 ବଡ଼ ମାଛ, ଆଉ ଜାଲ ଚିରିଲା ନାହିଁଯୋହ 21:11
    ପଦଗୁଡ଼ିକ
    ଯୋହ 21:11ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ।
  • ପ୍ରାୟ ଦୁଇ ହଜାର ଘୁଷୁରି ଢାଲୁ ଦେଇ ଦୌଡ଼ି ସମୁଦ୍ରରେ ପଡ଼ିଲେମାର୍କ 5:13
    ପଦଗୁଡ଼ିକ
    ମାର୍କ 5:13ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ। ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା।
  • ଆଦ୍ରିଆ ସମୁଦ୍ରରେ ଗଭୀରତା ମାପ: ଜଳ ଅଳ୍ପ ଅଳ୍ପ ହୋଇଆସେପ୍ରେରି 27:27–28
    ପଦଗୁଡ଼ିକ
    ପ୍ରେରି 27:27–28ଏହି ରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତଃସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରି ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ରି ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ। ଏଣୁ ସେମାନେ ମାପ କରି ଶହେ କୋଡ଼ିଏ ଫୁଟ ଗଭୀରର ପାଣି ପାଇଲେ ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ନବେ ଫୁଟ ଗଭୀରର ପାଣି ପାଇଲେ।

ମନ୍ଦିରର ସମୁଦ୍ରରୂପ ପାତ୍ର

  • ଶଲୋମନଙ୍କ ଛାଞ୍ଚରେ ଢଳା ସମୁଦ୍ରରୂପ ପାତ୍ର: ଏକ ବିଶାଳ ଗୋଲାକାର ପାତ୍ରପ୍ର.ରା 7:23
    ପଦଗୁଡ଼ିକ
    ପ୍ର.ରା 7:23ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା।
  • ତାହା ବାରଟି ବୃଷ ଉପରେ ଥିଲା, ପ୍ରତ୍ୟେକ ଦିଗକୁ ତିନୋଟି ମୁହଁ କରିପ୍ର.ରା 7:25
    ପଦଗୁଡ଼ିକ
    ପ୍ର.ରା 7:25ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍‍ଭାଗ ଭିତରକୁ ଥିଲା।

ବାଣୀ

  • ବଂଶ “ସମୁଦ୍ରର ବାଲି ପରି”ଆଦି 22:17, ଆଦି 32:12
    ପଦଗୁଡ଼ିକ
    ଆଦି 22:17ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
    ଆଦି 32:12ତୁମ୍ଭେ ତ କହିଅଛ, ‘ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ରତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।’”
  • ଶଲୋମନଙ୍କ ବୁଦ୍ଧି “ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ”ପ୍ର.ରା 4:29
    ପଦଗୁଡ଼ିକ
    ପ୍ର.ରା 4:29ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
  • ଝଡ଼ରେ ଉତ୍ତାଳ ସମୁଦ୍ର ସ୍ଥିର ହୋଇପାରେ ନାହିଁ; ତାହାର ତରଙ୍ଗ କାଦୁଅ ଉଠାଏଯିଶା 57:20
    ପଦଗୁଡ଼ିକ
    ଯିଶା 57:20ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର