ଅନୁସନ୍ଧାନ › ବିଷୟ › ଗ୍ରୀଷ୍ମ ଓ ଶୀତ
ପ୍ରକୃତି
ବାଇବେଲରେ ଗ୍ରୀଷ୍ମ ଓ ଶୀତ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 40ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ବୀଜ ବୁଣିବା ଓ ଅମଳ, ଶୀତ ଓ ଉତ୍ତାପ, ଗ୍ରୀଷ୍ମ ଓ ଶୀତ କେବେ ବନ୍ଦ ହେବ ନାହିଁଆଦି 8:22
ପଦଗୁଡ଼ିକ
ଆଦି 8:22ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତକାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”
- ଋତୁ, ଦିନ ଓ ବର୍ଷ ଚିହ୍ନିତ କରିବା ପାଇଁ ଆକାଶରେ ଜ୍ୟୋତିଆଦି 1:14, ଗୀତ 104:19
ପଦଗୁଡ଼ିକ
ଆଦି 1:14ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
ଗୀତ 104:19ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।
- ଏକ ଗୀତ: “ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ”ଗୀତ 74:17
ପଦଗୁଡ଼ିକ
ଗୀତ 74:17ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
- ଯଥାସମୟରେ ବର୍ଷା: ଶରତ ଓ ବସନ୍ତର ବର୍ଷାଦ୍ବି.ବି 11:14, ଯୋୟେ 2:23, ଯିରି 5:24
ପଦଗୁଡ଼ିକ
ଦ୍ବି.ବି 11:14ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।
ଯୋୟେ 2:23ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।
ଯିରି 5:24ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ।
- ବସନ୍ତରେ, ଯେତେବେଳେ ରାଜାମାନେ ଯୁଦ୍ଧକୁ ବାହାରନ୍ତିଦ୍ଵି.ଶା 11:1
ପଦଗୁଡ଼ିକ
ଦ୍ଵି.ଶା 11:1ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।
- ଦ୍ରାକ୍ଷା ତୋଳିବା ପର୍ଯ୍ୟନ୍ତ ଶସ୍ୟ ମଳିବା, ବୁଣିବା ସମୟ ପର୍ଯ୍ୟନ୍ତ ଦ୍ରାକ୍ଷା ତୋଳିବାଲେବୀ 26:5
ପଦଗୁଡ଼ିକ
ଲେବୀ 26:5ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।
- ଯବ ଅମଳ ଆରମ୍ଭରେ ରୂତ ଆସିଲେ ଓ ଗହମ ଅମଳ ପର୍ଯ୍ୟନ୍ତ ସାଉଣ୍ଟିଲେରୂତ 1:22, ରୂତ 2:23
- ଗହମ ଅମଳ ସମୟରେ ଶାମୁୟେଲ ମେଘଗର୍ଜନ ଓ ବୃଷ୍ଟି ପାଇଁ ଡାକିଲେପ୍ର.ଶା 12:17–18
ପଦଗୁଡ଼ିକ
ପ୍ର.ଶା 12:17–18ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।” ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହି ଦିନ ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।
- ଯାକୁବଙ୍କ ବର୍ଷ: ଦିନରେ ଖରା ଓ ରାତିରେ ହିମଆଦି 31:40
ପଦଗୁଡ଼ିକ
ଆଦି 31:40ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆଖିରୁ ନିଦ ପଳାଇଗଲା; ଏହିପରି ମୁଁ ଥିଲି;
ଗ୍ରୀଷ୍ମ
- ଇଗ୍ଲୋନ ଆପଣା ଉପର ମହଲାର ଶୀତଳତାରେ ବସିଥିଲାବିଚାର 3:20, ବିଚାର 3:24
ପଦଗୁଡ଼ିକ
ବିଚାର 3:20ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।
ବିଚାର 3:24ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, “ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି।”
- ଶୀତକାଳୀନ ଗୃହ ଓ ଗ୍ରୀଷ୍ମକାଳୀନ ଗୃହଆମୋ 3:15
ପଦଗୁଡ଼ିକ
ଆମୋ 3:15ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ।” ଏହା ସଦାପ୍ରଭୁ କହନ୍ତି।
- ସୀବଃ ଦାଉଦଙ୍କ ପାଇଁ ଶହେଟି ଗ୍ରୀଷ୍ମକାଳର ଫଳ ଆଣିଲାଦ୍ଵି.ଶା 16:1–2
ପଦଗୁଡ଼ିକ
ଦ୍ଵି.ଶା 16:1–2ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା। ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”
- ଗଦଲୀୟ: ଦ୍ରାକ୍ଷାରସ, ଗ୍ରୀଷ୍ମକାଳର ଫଳ ଓ ତୈଳ ପାତ୍ରରେ ସଂଗ୍ରହ କରଯିରି 40:10, ଯିରି 40:12
ପଦଗୁଡ଼ିକ
ଯିରି 40:10ଦେଖ, ଯେଉଁ କଲ୍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”
ଯିରି 40:12ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।
- ପିମ୍ପୁଡ଼ି ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ସଞ୍ଚୟ କରେହିତୋ 6:6–8, ହିତୋ 30:25
ପଦଗୁଡ଼ିକ
ହିତୋ 6:6–8ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ। ତାହାର ବିଚାରକର୍ତ୍ତା କିମ୍ବା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ, ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।
ହିତୋ 30:25ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
- ଗ୍ରୀଷ୍ମକାଳରେ ଖଳାର ତୁଷ, ବାୟୁ ଉଡ଼ାଇ ନିଏଦାନି 2:35
ପଦଗୁଡ଼ିକ
ଦାନି 2:35ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
- ଡିମ୍ବିରି ବୃକ୍ଷରେ ପତ୍ର ବାହାରିଲେ ଗ୍ରୀଷ୍ମକାଳ ନିକଟମାଥି 24:32
ପଦଗୁଡ଼ିକ
ମାଥି 24:32“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
- “ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା”ଗୀତ 32:4
ପଦଗୁଡ଼ିକ
ଗୀତ 32:4କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [ସେଲା]
ଶୀତ
- “ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା”ପ.ଗୀ 2:11–13
ପଦଗୁଡ଼ିକ
ପ.ଗୀ 2:11–13କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା; ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି; ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
- ନବମ ମାସରେ ରାଜା ଶୀତକାଳୀନ ଗୃହରେ ଅଗ୍ନି ପାଖରେ ବସିଥିଲେଯିରି 36:22
ପଦଗୁଡ଼ିକ
ଯିରି 36:22ଏହି ସମୟରେ, ଅର୍ଥାତ୍, ନବମ ମାସରେ ରାଜା ଶୀତକାଳ କ୍ଷେପଣର ଗୃହରେ ବସିଥିଲେ ଓ ତାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜ୍ୱଳୁଥିଲା।
- ବର୍ଷା ଋତୁରେ ପ୍ରବଳ ବର୍ଷାରେ ଲୋକମାନେ ଛକରେ କମ୍ପି କମ୍ପି ବସିଲେଏଜ୍ରା 10:9, ଏଜ୍ରା 10:13
ପଦଗୁଡ଼ିକ
ଏଜ୍ରା 10:9ତହୁଁ ଯିହୁଦା ଓ ବିନ୍ୟାମୀନ୍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।
ଏଜ୍ରା 10:13ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏହି ବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ।
- ଶୀତକାଳରେ ମନ୍ଦିର ପ୍ରତିଷ୍ଠା ପର୍ବ; ଯୀଶୁ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେଯୋହ 10:22–23
ପଦଗୁଡ଼ିକ
ଯୋହ 10:22–23ସେତେବେଳେ ଯିରୂଶାଲମ ସହରରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ, ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।
- “ତୁମ୍ଭମାନଙ୍କର ପଳାୟନ ଯେପରି ଶୀତକାଳରେ” … “ନ ଘଟେ, ଏଥିପାଇଁ ପ୍ରାର୍ଥନା କର”ମାଥି 24:20
ପଦଗୁଡ଼ିକ
ମାଥି 24:20କିନ୍ତୁ ତୁମ୍ଭମାନଙ୍କର ପଳାୟନ ଯେପରି ଶୀତକାଳରେ କିମ୍ବା ବିଶ୍ରାମବାର ଦିନରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର।
- ଉପବାସ ପର୍ବ ପରେ ଜଳଯାତ୍ରା ବିପଦଜନକ ହେଲା; ସେମାନେ ଶୀତକାଳ କଟାଇବା ପାଇଁ ବନ୍ଦର ଖୋଜିଲେପ୍ରେରି 27:9, ପ୍ରେରି 27:12
ପଦଗୁଡ଼ିକ
ପ୍ରେରି 27:9ଏହି ପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି, ଜଳଯାତ୍ରା ବର୍ତ୍ତମାନ ବିପଦଜନକ ହୋଇ ପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ସମାପ୍ତ ହୋଇଥିଲା। ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,
ପ୍ରେରି 27:12ଆଉ ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନିକ୍ସ୍ ସହରରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନିକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣ-ପୂର୍ବ ଅଭିମୁଖୀ।
- ଏକ ଆଲେକ୍ଜାଣ୍ଡ୍ରୀୟ ଜାହାଜ ଦ୍ୱୀପରେ ଶୀତକାଳ କଟାଇଥିଲାପ୍ରେରି 28:11
ପଦଗୁଡ଼ିକ
ପ୍ରେରି 28:11ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ।
- ପାଉଲ ନୀକପଲିରେ ଶୀତକାଳ କଟାଇବାକୁ ସ୍ଥିର କଲେତୀତ 3:12
ପଦଗୁଡ଼ିକ
ତୀତ 3:12ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ବା ତୁଖିକକୁ ପଠାଇବି, ସେତେବେଳେ ନୀକପଲି ସହରରେ ମୋ ପାଖକୁ ଆସିବା ପାଇଁ ଉଦ୍ୟମ କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି।
- ପାଉଲ ତୀମଥିଙ୍କୁ: “ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର”ଦ୍ଵି.ତୀମ 4:21
ପଦଗୁଡ଼ିକ
ଦ୍ଵି.ତୀମ 4:21ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର। ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
- ମେଷଲୋମ ପରି ହିମ ବିଛାନ୍ତି, ଭସ୍ମ ପରି ତୁଷାର ଛିଞ୍ଚନ୍ତିଗୀତ 147:16
ପଦଗୁଡ଼ିକ
ଗୀତ 147:16ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି।
ହିତୋପଦେଶର ବାଣୀ
- “ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର”ହିତୋ 10:5
ପଦଗୁଡ଼ିକ
ହିତୋ 10:5ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।
- “ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି”ହିତୋ 26:1
ପଦଗୁଡ଼ିକ
ହିତୋ 26:1ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ।
- “ଫସଲ ସମୟରେ ହିମର ଶୀତଳତା ଯେପରି”ହିତୋ 25:13
ପଦଗୁଡ଼ିକ
ହିତୋ 25:13ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।
- ଅଳସୁଆ ସମୟରେ ହଳ କରେ ନାହିଁହିତୋ 20:4
ପଦଗୁଡ଼ିକ
ହିତୋ 20:4ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର