Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ସର୍ପ

ପ୍ରକୃତି

ବାଇବେଲରେ ସର୍ପ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 28ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ଆଦି ପୁସ୍ତକ: ସର୍ପ କ୍ଷେତ୍ରର ସମସ୍ତ ପଶୁଠାରୁ ଅଧିକ ଖଳ ଥିଲାଆଦି 3:1
    ପଦଗୁଡ଼ିକ
    ଆଦି 3:1ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ‘ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?’”
  • ଆଦି ପୁସ୍ତକ: ସର୍ପ ପେଟରେ ଚାଲିବ ଓ ଧୂଳି ଖାଇବଆଦି 3:14
    ପଦଗୁଡ଼ିକ
    ଆଦି 3:14ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
  • “ପ୍ରସ୍ତରରେ ସର୍ପର ଗତି” — ଅତି ଆଶ୍ଚର୍ଯ୍ୟ ଚାରି ବିଷୟ ମଧ୍ୟରୁ ଗୋଟିଏହିତୋ 30:18–19
    ପଦଗୁଡ଼ିକ
    ହିତୋ 30:18–19ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ। ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
  • କାନ୍ଥରେ ସର୍ପ: ଯେ କାନ୍ଥ ଭାଙ୍ଗେ କିମ୍ବା ତହିଁରେ ଆଉଜେ, ତାହାକୁ ସର୍ପ କାମୁଡ଼ିପାରେଉପ 10:8, ଆମୋ 5:19
    ପଦଗୁଡ଼ିକ
    ଉପ 10:8ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।
    ଆମୋ 5:19କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)
  • ସାପୁଆ: ମନ୍ତ୍ର ପୂର୍ବରୁ ସର୍ପ କାମୁଡ଼ିଲେ ଲାଭ ନାହିଁଉପ 10:11
    ପଦଗୁଡ଼ିକ
    ଉପ 10:11ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।
  • ସାପୁଆର ସ୍ୱରକୁ କାନ ବନ୍ଦ କରୁଥିବା କାଳସର୍ପଗୀତ 58:4–5
    ପଦଗୁଡ଼ିକ
    ଗୀତ 58:4–5ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।
  • ମନ୍ତ୍ରରେ ବଶ ହେଉ ନ ଥିବା ବିଷଧର ସର୍ପଯିରି 8:17
    ପଦଗୁଡ଼ିକ
    ଯିରି 8:17ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।
  • ବାଟରେ ଥିବା ସର୍ପ ଅଶ୍ୱର ଗୋଇଠି କାମୁଡ଼େ, ଆଉ ଆରୋହୀ ଖସିପଡ଼େଆଦି 49:17
    ପଦଗୁଡ଼ିକ
    ଆଦି 49:17ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍‍ ପଡ଼ିଯାଏ।
  • ପ୍ରାନ୍ତରରେ ବିଷଧର ସର୍ପ ଓ ବିଛା ଥିଲେଦ୍ବି.ବି 8:15
    ପଦଗୁଡ଼ିକ
    ଦ୍ବି.ବି 8:15ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍‍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;
  • ଦକ୍ଷିଣ ଦେଶ: ସିଂହ, କାଳସର୍ପ ଓ ଉଡ଼ନ୍ତା ସର୍ପର ଦେଶଯିଶା 30:6
    ପଦଗୁଡ଼ିକ
    ଯିଶା 30:6ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।
  • କାଳସର୍ପର ଅଣ୍ଡା ଭାଙ୍ଗିଲେ କାଳସର୍ପ ବାହାରେଯିଶା 59:5
    ପଦଗୁଡ଼ିକ
    ଯିଶା 59:5ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।

କାହାଣୀରେ

  • ମୋଶାଙ୍କ ଯଷ୍ଟି ସର୍ପ ହେଲା; ସେ ତହିଁରୁ ପଳାଇଲେ, ତା’ପରେ ଲାଙ୍ଗୁଡ଼ରେ ଧରିଲେଯାତ୍ରା 4:3–4
    ପଦଗୁଡ଼ିକ
    ଯାତ୍ରା 4:3–4ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ। ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି,” ଏହା ଯେପରି ସେମାନେ ବିଶ୍ୱାସ କରିବେ,
  • ହାରୋଣଙ୍କ ଯଷ୍ଟି ସର୍ପ ହୋଇ ମନ୍ତ୍ରବେତ୍ତାମାନଙ୍କ ଯଷ୍ଟି ଗିଳିଦେଲାଯାତ୍ରା 7:10–12
    ପଦଗୁଡ଼ିକ
    ଯାତ୍ରା 7:10–12ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା। ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ। ଅର୍ଥାତ୍‍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା।
  • ପ୍ରାନ୍ତରରେ ବିଷଧର ସର୍ପ ଇସ୍ରାଏଲୀୟମାନଙ୍କୁ କାମୁଡ଼ିଲେ, ଆଉ ଅନେକେ ମଲେଗଣ 21:6
    ପଦଗୁଡ଼ିକ
    ଗଣ 21:6ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡ଼ିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।
  • ମୋଶା ଏକ ଦଣ୍ଡ ଉପରେ ପିତ୍ତଳ ସର୍ପ ନିର୍ମାଣ କଲେ; ଦଂଶିତମାନେ ତାହା ଦେଖି ବଞ୍ଚିଲେଗଣ 21:8–9
    ପଦଗୁଡ଼ିକ
    ଗଣ 21:8–9ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।” ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।
  • ତାହା ଉଦ୍ଦେଶ୍ୟରେ ଧୂପ ଜଳାଯାଉଥିବାରୁ ହିଜକୀୟ ସେହି ପିତ୍ତଳ ସର୍ପ, ନହୁଷ୍ଟନ୍‍କୁ ଭାଙ୍ଗିଦେଲେଦ୍ଵି.ରା 18:4
    ପଦଗୁଡ଼ିକ
    ଦ୍ଵି.ରା 18:4ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।
  • ମେଲିତୀରେ ନିଆଁର ତାପରେ ବାହାରିଥିବା ଏକ କାଳସର୍ପ ପାଉଲଙ୍କ ହାତରେ ଲାଗିଗଲାପ୍ରେରି 28:3–4
    ପଦଗୁଡ଼ିକ
    ପ୍ରେରି 28:3–4କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସର୍ପ ବାହାରି ତାହାଙ୍କ ହାତରେ କାମୁଡ଼ି ଲାଗିରହିଲା। ବର୍ବରମାନେ ତାହାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ।
  • ପାଉଲ ତାହା ଝାଡ଼ିଦେଲେ; ଦ୍ୱୀପବାସୀମାନେ ତାଙ୍କ ଶରୀର ଫୁଲିବା ପାଇଁ ଅପେକ୍ଷା କଲେପ୍ରେରି 28:5–6
    ପଦଗୁଡ଼ିକ
    ପ୍ରେରି 28:5–6କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ। ସେ ଯେ ଫୁଲିଯିବେ କିମ୍ବା ହଠାତ୍‍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାହାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା।
  • ଯୀଶୁ ଶିଷ୍ୟମାନଙ୍କୁ ସର୍ପ ଓ ବିଛାକୁ ଦଳିବାର କ୍ଷମତା ଦିଅନ୍ତିଲୂକ 10:17, ଲୂକ 10:19
    ପଦଗୁଡ଼ିକ
    ଲୂକ 10:17ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି।
    ଲୂକ 10:19ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।

ବାଣୀ

  • “ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ”ମାଥି 10:16
    ପଦଗୁଡ଼ିକ
    ମାଥି 10:16“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।
  • ପୁତ୍ର ମାଛ ମାଗିଲେ କେଉଁ ପିତା ତାହାକୁ ସର୍ପ ଦେବ?ମାଥି 7:10, ଲୂକ 11:11
    ପଦଗୁଡ଼ିକ
    ମାଥି 7:10କିଅବା ମାଛ ମାଗିଲେ ତାହାକୁ ସର୍ପ ଦେବ?
    ଲୂକ 11:11ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ?
  • ଦ୍ରାକ୍ଷାରସ “ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ”ହିତୋ 23:31–32
    ପଦଗୁଡ଼ିକ
    ହିତୋ 23:31–32ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ। ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ।
  • “ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି”ଗୀତ 140:3
    ପଦଗୁଡ଼ିକ
    ଗୀତ 140:3ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। [ସେଲା]
  • “ସେମାନେ ସର୍ପ ପରି ଧୂଳି ଚାଟିବେ”ମୀଖା 7:17
    ପଦଗୁଡ଼ିକ
    ମୀଖା 7:17ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ।
  • ମିସର: “ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ”ଯିରି 46:22
    ପଦଗୁଡ଼ିକ
    ଯିରି 46:22ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର