Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ସାତ ସଂଖ୍ୟା

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ ସାତ ସଂଖ୍ୟା

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 49ଟି ଅଂଶ, ଧାଡ଼ି ପରେ ଧାଡ଼ି।

ସାତ ଦିନ

  • ପରମେଶ୍ୱର ସପ୍ତମ ଦିନରେ ବିଶ୍ରାମ କଲେ; ଛଅ ଦିନ କାମ, ତା’ପରେ ବିଶ୍ରାମ ଦିନଆଦି 2:3, ଯାତ୍ରା 20:11, ଦ୍ବି.ବି 5:13–14
    ପଦଗୁଡ଼ିକ
    ଆଦି 2:3ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
    ଯାତ୍ରା 20:11ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।
    ଦ୍ବି.ବି 5:13–14ତୁମ୍ଭେ ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ; ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।
  • ନୋହ ଜାହାଜରେ ପ୍ରବେଶ କରିବାର ସାତ ଦିନ ପରେ ଜଳପ୍ଳାବନ ଆସିଲାଆଦି 7:4, ଆଦି 7:10
    ପଦଗୁଡ଼ିକ
    ଆଦି 7:4ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
    ଆଦି 7:10ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା।
  • ନୋହ କପୋତ ପଠାଇବା ମଧ୍ୟରେ ସାତ ଦିନ ଅପେକ୍ଷା କଲେଆଦି 8:10, ଆଦି 8:12
    ପଦଗୁଡ଼ିକ
    ଆଦି 8:10ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;
    ଆଦି 8:12ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।
  • ଯୋଷେଫ ଆପଣା ପିତାଙ୍କ ପାଇଁ ସାତ ଦିନ ଶୋକ କଲେଆଦି 50:10
    ପଦଗୁଡ଼ିକ
    ଆଦି 50:10ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।
  • ଆୟୁବଙ୍କ ବନ୍ଧୁମାନେ ସାତ ଦିନ ନୀରବରେ ତାଙ୍କ ସହିତ ବସିଲେଆୟୁବ 2:13
    ପଦଗୁଡ଼ିକ
    ଆୟୁବ 2:13ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।
  • ନିସ୍ତାର ପର୍ବରେ ସାତ ଦିନ ତାଡ଼ୀଶୂନ୍ୟ ରୁଟିଯାତ୍ରା 12:15
    ପଦଗୁଡ଼ିକ
    ଯାତ୍ରା 12:15ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।
  • ପତ୍ରକୁଟୀର ପର୍ବରେ ସାତ ଦିନ କୁଟୀରରେ ବାସଲେବୀ 23:34, ଲେବୀ 23:42
    ପଦଗୁଡ଼ିକ
    ଲେବୀ 23:34“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।
    ଲେବୀ 23:42ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।
  • ଯାଜକମାନଙ୍କ ପ୍ରତିଷ୍ଠା ସାତ ଦିନ ଲାଗିଲାଯାତ୍ରା 29:35
    ପଦଗୁଡ଼ିକ
    ଯାତ୍ରା 29:35ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତ ଦିନ ଲାଗିବ।
  • ଶାଉଲ ଗିଲ୍‍ଗଲ୍‍ରେ ସାତ ଦିନ ଶାମୁୟେଲଙ୍କ ପାଇଁ ଅପେକ୍ଷା କଲେପ୍ର.ଶା 13:8
    ପଦଗୁଡ଼ିକ
    ପ୍ର.ଶା 13:8ଏଉତ୍ତାରେ ଶାମୁୟେଲଙ୍କର ନିରୂପିତ ସମୟାନୁସାରେ ଶାଉଲ ସାତ ଦିନ ବିଳମ୍ବ କଲେ; ମାତ୍ର ଶାମୁୟେଲ ଗିଲ୍‍ଗଲ୍‍କୁ ଆସିଲେ ନାହିଁ; ଏହେତୁ ଲୋକମାନେ ତାଙ୍କ ନିକଟରୁ ଛିନ୍ନଭିନ୍ନ ହେବାକୁ ଲାଗିଲେ।
  • ଆତ୍ମସମର୍ପଣ ପୂର୍ବରୁ ଯାବେଶ ସାତ ଦିନ ସମୟ ମାଗିଲାପ୍ର.ଶା 11:3
    ପଦଗୁଡ଼ିକ
    ପ୍ର.ଶା 11:3ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, “ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।”
  • ଶାଉଲଙ୍କୁ କବର ଦେବା ପରେ ଯାବେଶର ଲୋକମାନେ ସାତ ଦିନ ଉପବାସ କଲେପ୍ର.ଶା 31:13
    ପଦଗୁଡ଼ିକ
    ପ୍ର.ଶା 31:13ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।
  • ଶାମ୍‍ଶୋନ୍‍ଙ୍କ ବିବାହ ଭୋଜି ଓ ପ୍ରହେଳିକା ସାତ ଦିନ ଚାଲିଲାବିଚାର 14:12, ବିଚାର 14:17
    ପଦଗୁଡ଼ିକ
    ବିଚାର 14:12ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।
    ବିଚାର 14:17ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍‍ଶୋନ୍‍ ସପ୍ତମ ଦିନରେ ତାହା ତାହାକୁ ବୁଝାଇଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା।
  • ଅକ୍ଷଶ୍ୱେରଶ ରାଜପ୍ରାସାଦର ଉଦ୍ୟାନରେ ସାତ ଦିନର ଭୋଜି ଦେଲେଏଷ୍ଟ 1:5
    ପଦଗୁଡ଼ିକ
    ଏଷ୍ଟ 1:5ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍‍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ।
  • ପାଉଲ ସୋରରେ ସାତ ଦିନ ରହିଲେପ୍ରେରି 21:4
    ପଦଗୁଡ଼ିକ
    ପ୍ରେରି 21:4ସେଠାରେ ଶିଷ୍ୟମାନଙ୍କୁ ଖୋଜି, ସେମାନଙ୍କ ସାକ୍ଷାତ ପାଇ ସାତ ଦିନ ରହିଲୁ; ପୁଣି, ଯେପରି ପାଉଲ ଯିରୂଶାଲମ ସହରରେ ପଦାର୍ପଣ ନ କରନ୍ତି, ଏଥିପାଇଁ ସେମାନେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ କହିଲେ।

ସାତ ବର୍ଷ

  • ଯାକୁବ ରାହେଲଙ୍କ ପାଇଁ ସାତ ବର୍ଷ ସେବା କଲେ, ତା’ପରେ ଆଉ ସାତ ବର୍ଷଆଦି 29:20, ଆଦି 29:27
    ପଦଗୁଡ଼ିକ
    ଆଦି 29:20ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।
    ଆଦି 29:27ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”
  • ମିସରରେ ସାତ ବର୍ଷ ପ୍ରଚୁରତା, ତା’ପରେ ସାତ ବର୍ଷ ଦୁର୍ଭିକ୍ଷଆଦି 41:53–54
    ପଦଗୁଡ଼ିକ
    ଆଦି 41:53–54ଏଥିଉତ୍ତାରେ ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା। ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା।
  • ଇଲୀଶାୟଙ୍କ ସମୟରେ ସାତ ବର୍ଷର ଦୁର୍ଭିକ୍ଷଦ୍ଵି.ରା 8:1–2
    ପଦଗୁଡ଼ିକ
    ଦ୍ଵି.ରା 8:1–2ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।” ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍‍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।
  • ଶଲୋମନ ସାତ ବର୍ଷରେ ମନ୍ଦିର ନିର୍ମାଣ କଲେପ୍ର.ରା 6:38
    ପଦଗୁଡ଼ିକ
    ପ୍ର.ରା 6:38ପୁଣି, ଏକାଦଶ ବର୍ଷର ବୂଲ ନାମକ ଅଷ୍ଟମ ମାସରେ ନିରୂପିତ ଆକୃତି ଅନୁସାରେ ସମୁଦାୟ ଅଂଶରେ ଗୃହର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଏରୂପେ ତାହା ନିର୍ମାଣ କରିବାରେ ତାଙ୍କୁ ସାତ ବର୍ଷ ଲାଗିଲା।
  • ଯୋବେଲ ପର୍ଯ୍ୟନ୍ତ ସାତ ଗୁଣ ସାତ ବର୍ଷଲେବୀ 25:8
    ପଦଗୁଡ଼ିକ
    ଲେବୀ 25:8ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।

ସାତ ଥର ଓ ସାତ ସାତ

  • ଲେମକ: କୟିନର ପ୍ରତିଫଳ ସାତ ଗୁଣ, ଲେମକର ସତସ୍ତରି ଗୁଣଆଦି 4:24
    ପଦଗୁଡ଼ିକ
    ଆଦି 4:24ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
  • ପ୍ରତ୍ୟେକ ଶୁଚି ପଶୁର ସାତ ଯୋଡ଼ା ଜାହାଜକୁଆଦି 7:2
    ପଦଗୁଡ଼ିକ
    ଆଦି 7:2ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
  • ଅବ୍ରହାମ ଅବିମେଲକଙ୍କୁ ସାତୋଟି ମେଣ୍ଢୀଛୁଆ ଦେଲେଆଦି 21:28–30
    ପଦଗୁଡ଼ିକ
    ଆଦି 21:28–30ଆଉ ଅବ୍ରହାମ ପଲରୁ ସାତଗୋଟି ମେଷବତ୍ସା ପୃଥକ କରି ରଖିଲେ। ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ?” ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼ ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।”
  • ଯାକୁବ ଏଷୌଙ୍କ ଆଗରେ ସାତ ଥର ଭୂମିରେ ପ୍ରଣାମ କଲେଆଦି 33:3
    ପଦଗୁଡ଼ିକ
    ଆଦି 33:3ପୁଣି, ଆପେ ସମସ୍ତଙ୍କ ଆଗେ ଯାଇ ସାତ ଥର ଭୂମିଷ୍ଠ ପ୍ରଣାମ କରୁ କରୁ ଆପଣା ଭ୍ରାତା ନିକଟରେ ଉପସ୍ଥିତ ହେଲା।
  • ଫାରୋଙ୍କ ସ୍ୱପ୍ନ: ସାତୋଟି ଗାଈ ଓ ସାତୋଟି ଶସ୍ୟ ଶିଷାଆଦି 41:2–7
    ପଦଗୁଡ଼ିକ
    ଆଦି 41:2–7ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ। ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୋଟି କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ। ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା। ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା। ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା। ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନ-ମାତ୍ର ଜ୍ଞାତ ହେଲା।
  • ଯାଜକ ସାତ ଥର ରକ୍ତ ଓ ତୈଳ ଛିଞ୍ଚୁଥିଲେଲେବୀ 4:6, ଲେବୀ 14:16
    ପଦଗୁଡ଼ିକ
    ଲେବୀ 4:6ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦ ବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
    ଲେବୀ 14:16ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;
  • ବିଲୀୟମ୍‍ ସାତୋଟି ଯଜ୍ଞବେଦି, ସାତୋଟି ଷଣ୍ଢ, ସାତୋଟି ମେଣ୍ଢା ମାଗିଲାଗଣ 23:1
    ପଦଗୁଡ଼ିକ
    ଗଣ 23:1ଏଥିଉତ୍ତାରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
  • ସାତ ଜଣ ଯାଜକ, ସାତୋଟି ତୂରୀ, ଯିରୀହୋ ଚାରିପାଖରେ ସାତ ଥରଯିହୋ 6:4, ଯିହୋ 6:15–16
    ପଦଗୁଡ଼ିକ
    ଯିହୋ 6:4ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;
    ଯିହୋ 6:15–16ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହି ଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ। ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଜୟଧ୍ୱନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ।
  • ଶାମ୍‍ଶୋନ୍‍ଙ୍କ ସାତୋଟି ବେଣୀବିଚାର 16:13, ବିଚାର 16:19
    ପଦଗୁଡ଼ିକ
    ବିଚାର 16:13ତେବେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ।” ତହିଁରେ ସେ ତାହାକୁ କହିଲା, “ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତ ବେଣୀ ବୁଣିବ, ତେବେ ହୋଇପାରେ।”
    ବିଚାର 16:19ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।
  • ଏଲୀୟଙ୍କ ଦାସ ସାତ ଥର ସମୁଦ୍ର ଆଡ଼କୁ ଚାହିଁଲାପ୍ର.ରା 18:43–44
    ପଦଗୁଡ଼ିକ
    ପ୍ର.ରା 18:43–44ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ର ଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।” ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”
  • ଶୂନେମୀୟା ସ୍ତ୍ରୀର ପୁଅ ସାତ ଥର ଛିଙ୍କିଲାଦ୍ଵି.ରା 4:35
    ପଦଗୁଡ଼ିକ
    ଦ୍ଵି.ରା 4:35ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।
  • ନାମାନ୍‍ ଯର୍ଦ୍ଦନରେ ସାତ ଥର ସ୍ନାନ କଲାଦ୍ଵି.ରା 5:10, ଦ୍ଵି.ରା 5:14
    ପଦଗୁଡ଼ିକ
    ଦ୍ଵି.ରା 5:10ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
    ଦ୍ଵି.ରା 5:14ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
  • ନବୂଖଦ୍‍ନିତ୍ସର ଅଗ୍ନିକୁଣ୍ଡକୁ ସାତ ଗୁଣ ଅଧିକ ତତ୍ତ କରାଇଲେଦାନି 3:19
    ପଦଗୁଡ଼ିକ
    ଦାନି 3:19ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।
  • ଅକ୍ଷଶ୍ୱେରଶଙ୍କ ରାଜଦରବାରରେ ସାତ ଜଣ ନପୁଂସକ ଓ ସାତ ଜଣ ଅଧିପତିଏଷ୍ଟ 1:10, ଏଷ୍ଟ 1:14
    ପଦଗୁଡ଼ିକ
    ଏଷ୍ଟ 1:10ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,
    ଏଷ୍ଟ 1:14ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍‍ମାଥା, ତର୍ଶୀଶ, ମେରସ୍‍, ମେର୍ସନା ଓ ମମୁଖନ୍‍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)
  • କେବଳ ସାତ ଥର ନୁହେଁ, ତାହାଠାରୁ ବହୁତ ଅଧିକ କ୍ଷମା କରମାଥି 18:21–22
    ପଦଗୁଡ଼ିକ
    ମାଥି 18:21–22ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,
  • ସାତୋଟି ରୁଟି, ଆଉ ସାତ ଟୋକେଇ ଅବଶିଷ୍ଟମାଥି 15:34–37
    ପଦଗୁଡ଼ିକ
    ମାଥି 15:34–37ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ। ସେଥିରେ ସେ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ, ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ। ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ।
  • ଯିରୂଶାଲମର ବିଶ୍ୱାସୀମାନଙ୍କ ସେବା ପାଇଁ ସାତ ଜଣ ଲୋକ ମନୋନୀତପ୍ରେରି 6:3
    ପଦଗୁଡ଼ିକ
    ପ୍ରେରି 6:3ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରିପାରୁ, ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
  • ସ୍କେବାର ସାତ ପୁତ୍ରପ୍ରେରି 19:14
    ପଦଗୁଡ଼ିକ
    ପ୍ରେରି 19:14ପୁଣି, ସ୍କେବା ନାମକ ଜଣେ ଯିହୁଦୀ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର