ପ୍ରକୃତି
ବାଇବେଲରେ ମେଷ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 38ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ହେବଲ ମେଷପାଳକ ଥିଲେଆଦି 4:2
ପଦଗୁଡ଼ିକ
ଆଦି 4:2ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
- ହେବଲ ଆପଣା ପଲର ପ୍ରଥମଜାତ ଆଣିଲେଆଦି 4:4
ପଦଗୁଡ଼ିକ
ଆଦି 4:4ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
- ଅବ୍ରହାମ ଝାଡ଼ିରେ ଶିଙ୍ଗ ଲାଗି ଅଟକିଥିବା ଏକ ମେଣ୍ଢା ଦେଖିଲେଆଦି 22:13
ପଦଗୁଡ଼ିକ
ଆଦି 22:13ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।
- ପଲକୁ ଜଳ ପିଆଇବା ପାଇଁ ମେଷପାଳକମାନେ କୂଅ ମୁହଁରୁ ପଥର ଗଡ଼ାଉଥିଲେଆଦି 29:2–3
ପଦଗୁଡ଼ିକ
ଆଦି 29:2–3ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ। ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।
- ରାହେଲ ମେଷପାଳିକା ଥିଲେ; ଯାକୁବ ତାଙ୍କ ପିତାଙ୍କ ମେଷମାନଙ୍କୁ ଜଳ ପିଆଇଲେଆଦି 29:9–10
ପଦଗୁଡ଼ିକ
ଆଦି 29:9–10ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା। ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।
- ଯିଥ୍ରୋଙ୍କ ସାତ କନ୍ୟା ପଲକୁ ଜଳ ପିଆଇଲେ, ଆଉ ମୋଶା ସେମାନଙ୍କୁ ସାହାଯ୍ୟ କଲେଯାତ୍ରା 2:16–17
ପଦଗୁଡ଼ିକ
ଯାତ୍ରା 2:16–17ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ। ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳ ପାନ କରାଇଲେ।
- ହୋରେବକୁ ଆସିବା ବେଳେ ମୋଶା ଯିଥ୍ରୋଙ୍କ ପଲ ଚରାଉଥିଲେଯାତ୍ରା 3:1
ପଦଗୁଡ଼ିକ
ଯାତ୍ରା 3:1ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।
- ସର୍ବକନିଷ୍ଠ ପୁତ୍ର ଦାଉଦ ବାହାରେ ମେଷ ଚରାଉଥିଲେପ୍ର.ଶା 16:11
ପଦଗୁଡ଼ିକ
ପ୍ର.ଶା 16:11ଏଉତ୍ତାରେ ଶାମୁୟେଲ ଯିଶୀକୁ କହିଲେ, “ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି?” ସେ କହିଲା, “କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି।” ତହିଁରେ ଶାମୁୟେଲ ଯିଶୀକୁ କହିଲେ, “ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।”
- ମେଷପାଳକ ଭାବରେ ଯାକୁବ: ଦିନରେ ଖରା, ରାତିରେ ହିମ, ବନ୍ୟ ପଶୁଙ୍କ ଦ୍ୱାରା କ୍ଷତିଆଦି 31:38–40
ପଦଗୁଡ଼ିକ
ଆଦି 31:38–40ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି। ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇ ନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ। ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ। ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆଖିରୁ ନିଦ ପଳାଇଗଲା; ଏହିପରି ମୁଁ ଥିଲି;
- ଯାକୁବଙ୍କ ବେତନ: ଚିତ୍ରବିଚିତ୍ର, ଛିଟିକିଆ ଓ କଳାରଙ୍ଗର ପଶୁଆଦି 30:32
ପଦଗୁଡ଼ିକ
ଆଦି 30:32ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କଳାବର୍ଣ୍ଣର ମେଷମାନଙ୍କୁ, ପୁଣି, ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବେତନ ସ୍ୱରୂପ ହେବ।
- ଜଳପାନ ପାତ୍ର ପାଖରେ ତାଙ୍କ ଚୋପା ଛଡ଼ା ଡାଳ ଓ ରେଖାଙ୍କିତ ଛୁଆଆଦି 30:37–39
ପଦଗୁଡ଼ିକ
ଆଦି 30:37–39ଆଉ ଯାକୁବ ଲିବ୍ନୀ ଓ ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବଳ୍କଳ କାଢ଼ି କାଷ୍ଠର ଶୁକ୍ଳରେଖା ବାହାର କଲା। ଏଥିଉତ୍ତାରେ ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବଳ୍କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଫଳବତୀ ହେଲେ। ପୁଣି, ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛୁଆ ପ୍ରସବ କଲେ।
- ମେଷପାଳକମାନେ ରାତିରେ ଆପଣା ପଲ ଜଗୁଥିଲେଲୂକ 2:8
ପଦଗୁଡ଼ିକ
ଲୂକ 2:8ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ।
- ମେଷମାନେ ପାଳକର ସ୍ୱର ଚିହ୍ନନ୍ତି; ସେ ସେମାନଙ୍କୁ ନାମ ଧରି ଡାକନ୍ତିଯୋହ 10:3–4
ପଦଗୁଡ଼ିକ
ଯୋହ 10:3–4ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ। ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;
ଲୋମ, ଦୁଧ ଓ ଲୋମ କଟା
- ପଲର ଦୁଧ, ମେଷଶାବକର ମେଦ ଓ ବାଶନର ମେଣ୍ଢାଦ୍ବି.ବି 32:14
ପଦଗୁଡ଼ିକ
ଦ୍ବି.ବି 32:14ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।
- ରାହେଲ ଠାକୁରମାନଙ୍କୁ ନେବା ବେଳେ ଲାବନ ଆପଣା ମେଷର ଲୋମ କାଟିବାକୁ ଯାଇଥିଲେଆଦି 31:19
ପଦଗୁଡ଼ିକ
ଆଦି 31:19ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।
- ଯିହୁଦା ତିମ୍ନାରେ ଆପଣା ଲୋମକଟାଳୀମାନଙ୍କ ପାଖକୁ ଗଲେଆଦି 38:12–13
ପଦଗୁଡ଼ିକ
ଆଦି 38:12–13ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମଚ୍ଛେଦକମାନଙ୍କ ନିକଟକୁ ଗଲା। ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।”
- ନାବଲର 3,000 ମେଷ ଓ 1,000 ଛେଳି ଥିଲେ, କର୍ମିଲରେ ସେମାନଙ୍କ ଲୋମ କଟାଯାଉଥିଲାପ୍ର.ଶା 25:2
ପଦଗୁଡ଼ିକ
ପ୍ର.ଶା 25:2ସେହି ସମୟରେ ମାୟୋନ୍ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।
- ଲୋମ କଟା ସମୟ ଭୋଜିର ସମୟ: ନାବଲର ଓ ଅବଶାଲୋମଙ୍କରପ୍ର.ଶା 25:11, ପ୍ର.ଶା 25:36, ଦ୍ଵି.ଶା 13:23–24
ପଦଗୁଡ଼ିକ
ପ୍ର.ଶା 25:11ତେବେ ମୁଁ କʼଣ ଆପଣା ରୁଟି ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି?”
ପ୍ର.ଶା 25:36ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।
ଦ୍ଵି.ଶା 13:23–24ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଉତ୍ତାରେ ଇଫ୍ରୟିମ ନିକଟସ୍ଥ ବାଲ-ହାସୋରରେ ଅବଶାଲୋମର ମେଷର ଲୋମ ଛେଦନ ହେଲା; ତହୁଁ ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ନିମନ୍ତ୍ରଣ କଲା। ପୁଣି ଅବଶାଲୋମ ରାଜାଙ୍କ ନିକଟକୁ ଆସି କହିଲା, “ଦେଖନ୍ତୁ, ଆପଣଙ୍କ ଦାସର ମେଷଲୋମ ଛେଦନ ହେଉଅଛି, ଏଣୁ ମହାରାଜ ଓ ରାଜାଙ୍କ ଦାସମାନେ ଆପଣଙ୍କ ଏହି ଦାସର ସଙ୍ଗରେ ଆସନ୍ତୁ।”
- ପଲରୁ କଟା ପ୍ରଥମ ଲୋମ ଯାଜକମାନଙ୍କୁ ଦିଆଯାଉଥିଲାଦ୍ବି.ବି 18:3–4
ପଦଗୁଡ଼ିକ
ଦ୍ବି.ବି 18:3–4ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ। ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।
- ଆୟୁବ ଆପଣା ମେଷର ଲୋମରେ ଦରିଦ୍ରମାନଙ୍କୁ ଉଷ୍ମ କରୁଥିଲେଆୟୁବ 31:20
ପଦଗୁଡ଼ିକ
ଆୟୁବ 31:20ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;
ସଂଖ୍ୟାରେ ପଲ
- ମୋୟାବର ରାଜା ମେଶା 100,000 ମେଷଶାବକ ଓ 100,000 ମେଣ୍ଢାର ଲୋମ ଦେଉଥିଲାଦ୍ଵି.ରା 3:4
ପଦଗୁଡ଼ିକ
ଦ୍ଵି.ରା 3:4ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।
- ଆରବୀୟମାନେ ଯିହୋଶାଫଟ୍ଙ୍କ ପାଇଁ 7,700 ମେଣ୍ଢା ଓ 7,700 ଛାଗ ଆଣିଲେଦ୍ଵି.ବଂ 17:11
ପଦଗୁଡ଼ିକ
ଦ୍ଵି.ବଂ 17:11ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।
- ହାଗରୀୟମାନଙ୍କଠାରୁ 250,000 ମେଷ ନିଆଗଲାପ୍ର.ବଂ 5:21
ପଦଗୁଡ଼ିକ
ପ୍ର.ବଂ 5:21ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇଗଲେ।
- ଆୟୁବଙ୍କର 7,000 ମେଷ ଥିଲେ, ପରେ 14,000ଆୟୁବ 1:3, ଆୟୁବ 42:12
ପଦଗୁଡ଼ିକ
ଆୟୁବ 1:3ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।
ଆୟୁବ 42:12ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।
- କେଦାର ସୋର ସହିତ ମେଷଶାବକ, ମେଣ୍ଢା ଓ ଛାଗର ବ୍ୟବସାୟ କଲାଯିହି 27:21
ପଦଗୁଡ଼ିକ
ଯିହି 27:21ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।
- ମନ୍ଦିର ପ୍ରତିଷ୍ଠା ସମୟରେ ଶଲୋମନ 120,000 ମେଷ ଉତ୍ସର୍ଗ କଲେପ୍ର.ରା 8:63
ପଦଗୁଡ଼ିକ
ପ୍ର.ରା 8:63ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ମଙ୍ଗଳାର୍ଥକ ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ଇସ୍ରାଏଲର ସମସ୍ତ ସନ୍ତାନ ସଦାପ୍ରଭୁଙ୍କ ଗୃହ ପ୍ରତିଷ୍ଠା କଲେ।
ବ୍ୟବସ୍ଥାରେ
- ଚୋରି କରି ବଧ କରାଯାଇଥିବା ବା ବିକାଯାଇଥିବା ମେଷ: ଚାରିଟି ମେଷ ଫେରାଇଦିଅଯାତ୍ରା 22:1
ପଦଗୁଡ଼ିକ
ଯାତ୍ରା 22:1ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।
- ବନ୍ୟ ପଶୁ ଦ୍ୱାରା ବିଦୀର୍ଣ୍ଣ ମେଷ: ପ୍ରମାଣ ରୂପେ ଶବ ଆଣଯାତ୍ରା 22:10, ଯାତ୍ରା 22:13
ପଦଗୁଡ଼ିକ
ଯାତ୍ରା 22:10ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,
ଯାତ୍ରା 22:13ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।
ଯିରୂଶାଲମରେ
- ଯାଜକମାନେ ମେଷଦ୍ୱାର ପୁନର୍ନିର୍ମାଣ କଲେନିହି 3:1
ପଦଗୁଡ଼ିକ
ନିହି 3:1ଏହାପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।
- ବେଥେସ୍ଦା ପୋଖରୀ ମେଷଦ୍ୱାର ନିକଟରେ ଥିଲାଯୋହ 5:2
ପଦଗୁଡ଼ିକ
ଯୋହ 5:2ଯିରୂଶାଲମ ସହରର ମେଷଦ୍ୱାର ନିକଟରେ ଗୋଟିଏ ପୋଖରୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ।
ବାଣୀ
- ଦାନ୍ତ “ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ”ପ.ଗୀ 4:2
ପଦଗୁଡ଼ିକ
ପ.ଗୀ 4:2ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
- “ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ”ହିତୋ 27:23
ପଦଗୁଡ଼ିକ
ହିତୋ 27:23ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ, ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।
- “ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ”ହିତୋ 27:26
ପଦଗୁଡ଼ିକ
ହିତୋ 27:26ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।
- “ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ”ଯିଶା 53:7
ପଦଗୁଡ଼ିକ
ଯିଶା 53:7ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର