Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଜାହାଜ ଓ ଜଳଯାତ୍ରା

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ ଜାହାଜ ଓ ଜଳଯାତ୍ରା

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 31ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • ନୋହଙ୍କ ଜାହାଜ: ଗୋଫର କାଠ, କୋଠରୀ ସହିତ, ଝୁଣାରେ ଲିପାଆଦି 6:14–15
    ପଦଗୁଡ଼ିକ
    ଆଦି 6:14–15ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର। ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନି ଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।
  • ଶଲୋମନ ସୂଫ ସାଗର କୂଳରେ ଇତ୍‍ସିୟୋନ-ଗେବରରେ ଜାହାଜଦଳ ନିର୍ମାଣ କଲେପ୍ର.ରା 9:26
    ପଦଗୁଡ଼ିକ
    ପ୍ର.ରା 9:26ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ୍‍ ନିକଟବର୍ତ୍ତୀ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ।
  • ହୂରମ୍‍ଙ୍କ ନାବିକମାନେ ଓଫୀରରୁ 450 ତାଳନ୍ତ ସୁନା ଆଣିଲେଦ୍ଵି.ବଂ 8:18
    ପଦଗୁଡ଼ିକ
    ଦ୍ଵି.ବଂ 8:18ତହୁଁ ହୂରମ୍‍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ।
  • ପ୍ରତି ତିନି ବର୍ଷରେ: ସୁନା, ରୂପା, ହାତୀଦାନ୍ତ, ମାଙ୍କଡ଼ ଓ ମୟୂରପ୍ର.ରା 10:22
    ପଦଗୁଡ଼ିକ
    ପ୍ର.ରା 10:22କାରଣ, ସମୁଦ୍ରରେ ହୂରମ୍‍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।
  • ଯିହୋଶାଫଟ୍‍ଙ୍କ ଜାହାଜସବୁ ଯାତ୍ରା କରିବା ପୂର୍ବରୁ ଭାଙ୍ଗିଗଲାପ୍ର.ରା 22:48, ଦ୍ଵି.ବଂ 20:36–37
    ପଦଗୁଡ଼ିକ
    ପ୍ର.ରା 22:48ଯିହୋଶାଫଟ୍‍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍‍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
    ଦ୍ଵି.ବଂ 20:36–37ଯିହୋଶାଫଟ୍‍ ତର୍ଶୀଶକୁ ଯିବାର ଜାହାଜ ନିର୍ମାଣ କରିବା ପାଇଁ ତାଙ୍କ ସଙ୍ଗେ ମିଶିଲେ; ଆଉ ସେମାନେ ଇତ୍‍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ। ସେତେବେଳେ ମାରେଶା-ନିବାସୀ ଦୋଦବାହୁର ପୁତ୍ର ଇଲୀୟେଜର ଯିହୋଶାଫଟ୍‍ଙ୍କ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲା, “ତୁମ୍ଭେ ଅହସୀୟ ସଙ୍ଗେ ମିଶିଅଛ, ଏହେତୁ ସଦାପ୍ରଭୁ ତୁମ୍ଭର କର୍ମସବୁ ବିନାଶ କରିଅଛନ୍ତି।” ତହିଁରେ ସେହି ସବୁ ଜାହାଜ ଭାଙ୍ଗିଗଲା ଓ ତର୍ଶୀଶକୁ ଯାଇ ପାରିଲା ନାହିଁ।
  • ଯିହିଜିକଲ ସୋରକୁ ଦେବଦାରୁ, ଏରସ, ଅଲୋନ କାଠ ଓ କ୍ଷୌମବସ୍ତ୍ରର ଜାହାଜ ରୂପେ ବର୍ଣ୍ଣନା କରନ୍ତିଯିହି 27:5–7
    ପଦଗୁଡ଼ିକ
    ଯିହି 27:5–7ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି। ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି। ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।
  • ନଳ ନୌକା ଜଳରେ ଦୂତମାନଙ୍କୁ ବହି ନେଉଥିଲାଯିଶା 18:2
    ପଦଗୁଡ଼ିକ
    ଯିଶା 18:2ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦ-ନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ!
  • ବଡ଼ ଜାହାଜକୁ ଅତି ଛୋଟ କାତ ଦ୍ୱାରା ଚଳାଯାଏଯାକୁ 3:4
    ପଦଗୁଡ଼ିକ
    ଯାକୁ 3:4ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ।
  • ସମୁଦ୍ରରେ ଜାହାଜର ଗତି: ଆଗୂରଙ୍କ ପାଇଁ ଅତି ଆଶ୍ଚର୍ଯ୍ୟହିତୋ 30:18–19
    ପଦଗୁଡ଼ିକ
    ହିତୋ 30:18–19ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ। ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।

ଯାତ୍ରା

  • ଯୂନସ ତର୍ଶୀଶକୁ ଯିବା ପାଇଁ ଜାହାଜର ଭଡ଼ା ଦେଲେଯୂନ 1:3
    ପଦଗୁଡ଼ିକ
    ଯୂନ 1:3ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।
  • ଝଡ଼ରେ ନାବିକମାନେ ମାଲ ସମୁଦ୍ରରେ ଫୋପାଡ଼ିଦେଲେଯୂନ 1:4–5
    ପଦଗୁଡ଼ିକ
    ଯୂନ 1:4–5ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା। ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।
  • ସେମାନେ ଜୋରରେ ଆହୁଲା ମାରିଲେ, ମାତ୍ର କୂଳରେ ପହଞ୍ଚିପାରିଲେ ନାହିଁଯୂନ 1:13
    ପଦଗୁଡ଼ିକ
    ଯୂନ 1:13ତଥାପି ସେହି ଲୋକମାନେ କୂଳକୁ ଫେରିଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।
  • ଯୀଶୁ ଶିମୋନଙ୍କ ନୌକାରୁ ଲୋକସମୂହକୁ ଶିକ୍ଷା ଦେଲେଲୂକ 5:2–3
    ପଦଗୁଡ଼ିକ
    ଲୂକ 5:2–3ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ। ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ।
  • ଝଡ଼ ସମୟରେ ଯୀଶୁ ନୌକାର ପଛ ଭାଗରେ ତକିଆ ଉପରେ ଶୋଇଥିଲେମାର୍କ 4:37–38
    ପଦଗୁଡ଼ିକ
    ମାର୍କ 4:37–38ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା। ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ?
  • ଶିଷ୍ୟମାନେ ପବନ ବିରୁଦ୍ଧରେ କଷ୍ଟରେ ଆହୁଲା ମାରିଲେମାର୍କ 6:48
    ପଦଗୁଡ଼ିକ
    ମାର୍କ 6:48ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ।
  • ପାଉଲଙ୍କ ତିନି ଥର ଜାହାଜଡୁବି ହେଲା ଓ ସେ ଦିନେ ଗଭୀର ସମୁଦ୍ରରେ କଟାଇଲେଦ୍ଵି.କରି 11:25
    ପଦଗୁଡ଼ିକ
    ଦ୍ଵି.କରି 11:25ତିନି ଥର ବେତ୍ରାଘାତ, ଥରେ ପ୍ରସ୍ତରାଘାତ, ତିନି ଥର ଜାହାଜଭଙ୍ଗ ସହିଅଛି, ଅଗାଧ ଜଳରେ ଦିବାରାତ୍ର କ୍ଷେପଣ କରିଅଛି,

ରୋମକୁ ପାଉଲଙ୍କ ଜଳଯାତ୍ରା

  • ଏସିଆର ଉପକୂଳ ଦେଇ ଏକ ଆଦ୍ରାମୁତ୍ତୀୟ ଜାହାଜପ୍ରେରି 27:2
    ପଦଗୁଡ଼ିକ
    ପ୍ରେରି 27:2ସେଥିରେ ଏସିଆ ପ୍ରଦେଶର ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ ଥେସଲନୀକୀ ସହରରେ ମାକିଦନିଆ ନଗରରୁ ଆରିସ୍ତାର୍ଖ ନାମକ ଜଣେ ବ୍ୟକ୍ତି ଆମ୍ଭମାନଙ୍କ ସାଙ୍ଗରେ ଥିଲେ।
  • ଉପବାସ ପର୍ବ ପରେ ଜଳଯାତ୍ରା ବିପଦଜନକ ଥିଲାପ୍ରେରି 27:9
    ପଦଗୁଡ଼ିକ
    ପ୍ରେରି 27:9ଏହି ପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି, ଜଳଯାତ୍ରା ବର୍ତ୍ତମାନ ବିପଦଜନକ ହୋଇ ପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ସମାପ୍ତ ହୋଇଥିଲା। ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,
  • ଇଉରକ୍ୱିଲୋ ପବନ ଆଘାତ କଲା; ସେମାନେ ଜାହାଜର ତଳ ଦେଇ ରଜ୍ଜୁ ବାନ୍ଧିଲେପ୍ରେରି 27:14, ପ୍ରେରି 27:17
    ପଦଗୁଡ଼ିକ
    ପ୍ରେରି 27:14କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା।
    ପ୍ରେରି 27:17ଆଉ ସେମାନେ ତାହାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି, କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ।
  • ମାଲ, ତା’ପରେ ଜାହାଜର ସରଞ୍ଜାମ ସମୁଦ୍ରରେ ଫୋପଡ଼ାଗଲାପ୍ରେରି 27:18–19
    ପଦଗୁଡ଼ିକ
    ପ୍ରେରି 27:18–19ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ, ପୁଣି, ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ।
  • ଗଭୀରତା ମାପ: ଜଳ ଅଳ୍ପ ଅଳ୍ପ ହୋଇଆସେପ୍ରେରି 27:28
    ପଦଗୁଡ଼ିକ
    ପ୍ରେରି 27:28ଏଣୁ ସେମାନେ ମାପ କରି ଶହେ କୋଡ଼ିଏ ଫୁଟ ଗଭୀରର ପାଣି ପାଇଲେ ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ନବେ ଫୁଟ ଗଭୀରର ପାଣି ପାଇଲେ।
  • ଜାହାଜର ପଛ ଭାଗରୁ ଚାରିଟି ଲଙ୍ଗର ପକାଗଲାପ୍ରେରି 27:29
    ପଦଗୁଡ଼ିକ
    ପ୍ରେରି 27:29କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୂମିରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ।
  • ନାବିକମାନେ ଜୀବନରକ୍ଷୀ ନୌକାରେ ପଳାଇବାକୁ ଚେଷ୍ଟା କଲେ; ସୈନିକମାନେ ତାହାର ରଜ୍ଜୁ କାଟିଦେଲେପ୍ରେରି 27:30, ପ୍ରେରି 27:32
    ପଦଗୁଡ଼ିକ
    ପ୍ରେରି 27:30ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
    ପ୍ରେରି 27:32ସେଥିରେ ସୈନ୍ୟମାନେ ନୌକାର ଦଉଡିସବୁ କାଟିଦେଇ ତାହାକୁ ଜଳରେ ପକାଇଦେଲେ।
  • ଜାହାଜରେ 276 ଜଣ ଲୋକ ଥିଲେପ୍ରେରି 27:37
    ପଦଗୁଡ଼ିକ
    ପ୍ରେରି 27:37ଆମ୍ଭେମାନେ ଜାହାଜରେ ସର୍ବସୁଧା ଦୁଇ ଶହ ଛଅସ୍ତରୀ ଜଣ ପ୍ରାଣୀ ଥିଲୁ।
  • ଜାହାଜ ହାଲୁକା କରିବା ପାଇଁ ସେମାନେ ଶସ୍ୟ ସମୁଦ୍ରରେ ଫୋପାଡ଼ିଦେଲେପ୍ରେରି 27:38
    ପଦଗୁଡ଼ିକ
    ପ୍ରେରି 27:38ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ,
  • ଜାହାଜ ଚଡ଼ାରେ ଲାଗିଗଲା ଓ ପଛ ଭାଗ ଭାଙ୍ଗିଗଲାପ୍ରେରି 27:41
    ପଦଗୁଡ଼ିକ
    ପ୍ରେରି 27:41କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ ଲାଗିଗଲା; ତାହାର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା।
  • ସମସ୍ତେ କୂଳରେ ପହଞ୍ଚିଲେ, କେତେକ ପଟା ଧରିପ୍ରେରି 27:44
    ପଦଗୁଡ଼ିକ
    ପ୍ରେରି 27:44ପୁଣି, ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗା ଖଣ୍ଡ ଧରି ଯାଉନ୍ତୁ। ଏହି ପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ।
  • ମିଥୁନ ଚିହ୍ନ ଥିବା ଏକ ଆଲେକ୍‍ଜାଣ୍ଡ୍ରୀୟ ଜାହାଜରେ ରୋମ ଆଡ଼କୁପ୍ରେରି 28:11
    ପଦଗୁଡ଼ିକ
    ପ୍ରେରି 28:11ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର