Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ରୋଗ ଓ ବୈଦ୍ୟ

ଦୈନନ୍ଦିନ ଜୀବନ

ବାଇବେଲରେ ରୋଗ ଓ ବୈଦ୍ୟ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 41ଟି ଅଂଶ, ଧାଡ଼ି ପରେ ଧାଡ଼ି।

ବୈଦ୍ୟ

  • ଯୋଷେଫଙ୍କ ବୈଦ୍ୟମାନେ ଯାକୁବଙ୍କ ଶରୀରରେ ପୂତିଘ୍ନ ଦ୍ରବ୍ୟ ଲେପନ କରନ୍ତିଆଦି 50:2
    ପଦଗୁଡ଼ିକ
    ଆଦି 50:2ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।
  • ପାଦରେ ରୋଗଗ୍ରସ୍ତ ଆସା ବୈଦ୍ୟମାନଙ୍କର ସାହାଯ୍ୟ ଖୋଜନ୍ତିଦ୍ଵି.ବଂ 16:12, ପ୍ର.ରା 15:23
    ପଦଗୁଡ଼ିକ
    ଦ୍ଵି.ବଂ 16:12ଆସା ଆପଣା ରାଜତ୍ଵର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ୱେଷଣ କଲେ।
    ପ୍ର.ରା 15:23ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।
  • ବାର ବର୍ଷ ରକ୍ତସ୍ରାବରେ ପୀଡ଼ିତା ଜଣେ ସ୍ତ୍ରୀ ବୈଦ୍ୟମାନଙ୍କ ପଛରେ ସର୍ବସ୍ୱ ବ୍ୟୟ କରିଥିଲାମାର୍କ 5:25–26, ଲୂକ 8:43
    ପଦଗୁଡ଼ିକ
    ମାର୍କ 5:25–26ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ, ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,
    ଲୂକ 8:43ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା,
  • “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି”ମାଥି 9:12
    ପଦଗୁଡ଼ିକ
    ମାଥି 9:12କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି।
  • ଏକ ପ୍ରବାଦ: “ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର”ଲୂକ 4:23
    ପଦଗୁଡ଼ିକ
    ଲୂକ 4:23ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’”
  • ଲୂକ, “ପ୍ରିୟ ବୈଦ୍ୟ”କଲ 4:14
    ପଦଗୁଡ଼ିକ
    କଲ 4:14ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
  • “ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି?”ଯିରି 8:22
    ପଦଗୁଡ଼ିକ
    ଯିରି 8:22ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?

ଉପଚାର

  • ହିଜକୀୟଙ୍କ ବଥ ପାଇଁ ଡିମ୍ବିରି ଚକ୍ତିର ପ୍ରଲେପଦ୍ଵି.ରା 20:7, ଯିଶା 38:21
    ପଦଗୁଡ଼ିକ
    ଦ୍ଵି.ରା 20:7ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।
    ଯିଶା 38:21ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”
  • ଶମିରୋଣୀୟ ତେଲ ଓ ଦ୍ରାକ୍ଷାରସ ଢାଳି କ୍ଷତ ବାନ୍ଧେଲୂକ 10:34
    ପଦଗୁଡ଼ିକ
    ଲୂକ 10:34ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ।
  • ପେଟ ଓ ବାରମ୍ବାର ପୀଡ଼ା ପାଇଁ ଅଳ୍ପ ଦ୍ରାକ୍ଷାରସପ୍ର.ତୀମ 5:23
    ପଦଗୁଡ଼ିକ
    ପ୍ର.ତୀମ 5:23ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର।
  • ରୋଗୀମାନଙ୍କୁ ତୈଳରେ ଅଭିଷେକ କରାଯାଉଥିଲାମାର୍କ 6:13, ଯାକୁ 5:14
    ପଦଗୁଡ଼ିକ
    ମାର୍କ 6:13ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ।
    ଯାକୁ 5:14ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।
  • ଆନନ୍ଦିତ ହୃଦୟ ଉତ୍ତମ ଔଷଧହିତୋ 17:22
    ପଦଗୁଡ଼ିକ
    ହିତୋ 17:22ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।

ଉଦାହରଣ

  • ଯାକୁବ ପୀଡ଼ିତ ହୁଅନ୍ତି; ଯୋଷେଫ ଆପଣା ଦୁଇ ପୁତ୍ରଙ୍କୁ ନେଇ ଆସନ୍ତିଆଦି 48:1
    ପଦଗୁଡ଼ିକ
    ଆଦି 48:1ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇଗଲେ।
  • ପୀଡ଼ିତ ହେବାରୁ ଜଣେ ମିସରୀୟ ଦାସକୁ ତାହାର ପ୍ରଭୁ ଛାଡ଼ିଦିଏପ୍ର.ଶା 30:13
    ପଦଗୁଡ଼ିକ
    ପ୍ର.ଶା 30:13ଏଥିରେ ଦାଉଦ ତାହାକୁ ପଚାରିଲେ, “ତୁମ୍ଭେ କାହାର ଲୋକ? ଓ ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଜଣେ ମିସରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।
  • ଯାରବୀୟାମଙ୍କ ପୁତ୍ର ପୀଡ଼ିତ ହୁଏ; ତାହାର ମାଆ ଛଦ୍ମବେଶରେ ଭାବବାଦୀଙ୍କ ପାଖକୁ ଯାଏପ୍ର.ରା 14:1–3
    ପଦଗୁଡ଼ିକ
    ପ୍ର.ରା 14:1–3ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା। ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍‍ବକ୍ତା ସେଠାରେ ଅଛି। ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”
  • ସାରିଫତ୍‍ର ବିଧବାର ପୁତ୍ର ପୀଡ଼ିତ ହୁଏପ୍ର.ରା 17:17
    ପଦଗୁଡ଼ିକ
    ପ୍ର.ରା 17:17ଏହିସବୁ ଘଟଣା ଉତ୍ତାରେ ଗୃହର କର୍ତ୍ତ୍ରୀ ସେହି ସ୍ତ୍ରୀର ପୁତ୍ର ପୀଡ଼ିତ ହେଲା; ପୁଣି, ତାହାର ପୀଡ଼ା ଏପରି ପ୍ରବଳ ହେଲା ଯେ, ତାହାଠାରେ ଶ୍ୱାସବାୟୁ ରହିଲା ନାହିଁ।
  • ଶୂନେମୀୟା ସ୍ତ୍ରୀର ପୁଅ କ୍ଷେତରେ: “ମୋʼ ମସ୍ତକ, ମୋʼ ମସ୍ତକ”ଦ୍ଵି.ରା 4:18–20
    ପଦଗୁଡ଼ିକ
    ଦ୍ଵି.ରା 4:18–20ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା। ଆଉ ସେ ଆପଣା ପିତାଙ୍କୁ କହିଲା, “ମୋʼ ମସ୍ତକ, ମୋʼ ମସ୍ତକ।” ତହୁଁ ପିତା ଆପଣା ଦାସକୁ କହିଲା, “ତାହାର ମାତା ନିକଟକୁ ତାହାକୁ ଉଠାଇ ନେଇଯାଅ।” ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା।
  • ଜାଲିରୁ ତଳେ ପଡ଼ି ଅହସୀୟ ଆହତ ହୁଅନ୍ତିଦ୍ଵି.ରା 1:2
    ପଦଗୁଡ଼ିକ
    ଦ୍ଵି.ରା 1:2ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”
  • ଅରାମର ବିନ୍‍ହଦଦ୍‍ ସେ ସୁସ୍ଥ ହେବେ କି ନାହିଁ ବୋଲି ଇଲୀଶାୟଙ୍କୁ ପଚାରନ୍ତିଦ୍ଵି.ରା 8:7–8
    ପଦଗୁଡ଼ିକ
    ଦ୍ଵି.ରା 8:7–8ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍‍ହଦଦ୍‍ ପୀଡ଼ିତ ଥିଲା; “ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି” ବୋଲି ତାହାକୁ ସମ୍ବାଦ ଦିଆଗଲା। ତହିଁରେ ରାଜା ହସାୟେଲକୁ କହିଲା, “ଆପଣା ହସ୍ତରେ ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ‘ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ?’ ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାର।”
  • ଯେଉଁ ରୋଗରେ ସେ ମଲେ, ସେହି ରୋଗରେ ଇଲୀଶାୟ ପୀଡ଼ିତ ହୁଅନ୍ତିଦ୍ଵି.ରା 13:14
    ପଦଗୁଡ଼ିକ
    ଦ୍ଵି.ରା 13:14ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”
  • ହିଜକୀୟ ମରଣାପନ୍ନ ପୀଡ଼ିତ ହୁଅନ୍ତି, ତା’ପରେ ସୁସ୍ଥ ହୁଅନ୍ତିଯିଶା 38:1, ଦ୍ଵି.ରା 20:7
    ପଦଗୁଡ଼ିକ
    ଯିଶା 38:1ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
    ଦ୍ଵି.ରା 20:7ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।
  • ବଥରେ ଆଚ୍ଛନ୍ନ ଆୟୁବ ଖପରା ଖଣ୍ଡରେ ଆପଣାକୁ ଚାଞ୍ଛନ୍ତିଆୟୁବ 2:7–8
    ପଦଗୁଡ଼ିକ
    ଆୟୁବ 2:7–8ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରିଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା। ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା।
  • ଏକ ଦର୍ଶନ ପରେ ଦାନିୟେଲ କେତେ ଦିନ ପୀଡ଼ିତ ହୋଇ ପଡ଼ିରହନ୍ତିଦାନି 8:27
    ପଦଗୁଡ଼ିକ
    ଦାନି 8:27ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ।
  • ପିତରଙ୍କ ଶାଶୁ ପ୍ରବଳ ଜ୍ୱରରେ ଶଯ୍ୟାଗତମାଥି 8:14, ଲୂକ 4:38
    ପଦଗୁଡ଼ିକ
    ମାଥି 8:14ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ;
    ଲୂକ 4:38ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ।
  • କଫର୍ନାହୂମରେ ଜଣେ ରାଜକର୍ମଚାରୀଙ୍କ ପୁତ୍ର ପୀଡ଼ିତ ହୋଇ ପଡ଼ିଥାଏଯୋହ 4:46–47
    ପଦଗୁଡ଼ିକ
    ଯୋହ 4:46–47ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା। ଯୀଶୁ ଯିହୂଦିୟା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାହାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍‍ ହୋଇଥିଲା।
  • ମୃଗୀରୋଗୀ ଏକ ବାଳକ ଅନେକ ଥର ନିଆଁରେ କି ପାଣିରେ ପଡ଼ିଯାଏମାଥି 17:15
    ପଦଗୁଡ଼ିକ
    ମାଥି 17:15ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି।
  • ବେଥେସ୍‍ଦା ପୋଖରୀ ପାଖରେ ଅନେକ ରୋଗୀ ପଡ଼ିରହନ୍ତି; ଜଣେ ଅଠତିରିଶ ବର୍ଷ ଧରିଯୋହ 5:2–3, ଯୋହ 5:5
    ପଦଗୁଡ଼ିକ
    ଯୋହ 5:2–3ଯିରୂଶାଲମ ସହରର ମେଷଦ୍ୱାର ନିକଟରେ ଗୋଟିଏ ପୋଖରୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍‍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ। ସେଗୁଡ଼ିକରେ ଅନେକ ଅନେକ ପୀଡ଼ିତ, ଅନ୍ଧ, ଖଞ୍ଜ ଓ ଶୁଷ୍କାଙ୍ଗ ପଡ଼ିରହୁଥିଲେ। [ସେମାନେ ଜଳସଞ୍ଚଳନ ଅପେକ୍ଷାରେ ରହୁଥିଲେ;
    ଯୋହ 5:5ସେଠାରେ ଅଠତିରିଶି ବର୍ଷାବଧି ରୋଗଗ୍ରସ୍ତ ଜଣେ ଲୋକ ଥିଲା।
  • ଜନ୍ମରୁ ଛୋଟା ଜଣେ ଲୋକକୁ ପ୍ରତିଦିନ ମନ୍ଦିରର ଦ୍ୱାରକୁ ବୋହି ଅଣାଯାଏପ୍ରେରି 3:2
    ପଦଗୁଡ଼ିକ
    ପ୍ରେରି 3:2ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା। ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷା ମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖିଦେଉଥିଲେ।
  • ବେଥନୀୟାର ଲାଜାର ପୀଡ଼ିତ; ତାଙ୍କ ଭଉଣୀମାନେ ଯୀଶୁଙ୍କ ପାଖକୁ ଖବର ପଠାନ୍ତିଯୋହ 11:1–3
    ପଦଗୁଡ଼ିକ
    ଯୋହ 11:1–3ବେଥନୀୟା ନିବାସୀ ଲାଜାର ନାମକ ଜଣେ ଲୋକ ପୀଡ଼ିତ ଥିଲେ; ମରୀୟମ ଓ ତାହାଙ୍କ ଭଉଣୀ ମାର୍ଥା ସେହି ଗ୍ରାମର ଲୋକ। ଯେଉଁ ସ୍ତ୍ରୀଲୋକ ପ୍ରଭୁଙ୍କୁ ତୈଳରେ ଅଭିଷେକ କରି ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଏ ସେହି ମରୀୟମ; ତାଙ୍କର ଭାଇ ଲାଜାର ପୀଡ଼ିତ ଥିଲେ। ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।
  • ଦର୍କା ପୀଡ଼ିତ ହୋଇ ମରିଯାଆନ୍ତିପ୍ରେରି 9:37
    ପଦଗୁଡ଼ିକ
    ପ୍ରେରି 9:37ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ।
  • ପୁବ୍ଲିୟଙ୍କ ପିତା ଜ୍ୱର ଓ ଆମାଶୟରେ ପୀଡ଼ିତପ୍ରେରି 28:8
    ପଦଗୁଡ଼ିକ
    ପ୍ରେରି 28:8ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।
  • ଏପାଫ୍ରାଦିତ ପୀଡ଼ିତ ହୋଇ ପ୍ରାୟ ମୃତ୍ୟୁମୁଖରେଫିଲି 2:25–27
    ପଦଗୁଡ଼ିକ
    ଫିଲି 2:25–27କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରାଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି; କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ; ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ଦୟା କଲେ, ଆଉ କେବଳ ତାହାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ।
  • ଏକ ରୋଗ ହେତୁ ପାଉଲ ପ୍ରଥମେ ଗାଲାତୀୟାରେ ପ୍ରଚାର କରନ୍ତିଗାଲା 4:13–14
    ପଦଗୁଡ଼ିକ
    ଗାଲା 4:13–14କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ବରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ।
  • ପାଉଲ ତ୍ରଫିମଙ୍କୁ ମୀଲୀତରେ ପୀଡ଼ିତ ଅବସ୍ଥାରେ ଛାଡ଼ିଯାଆନ୍ତିଦ୍ଵି.ତୀମ 4:20
    ପଦଗୁଡ଼ିକ
    ଦ୍ଵି.ତୀମ 4:20ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର