ଦୈନନ୍ଦିନ ଜୀବନ
ବାଇବେଲରେ ନିଦ୍ରା
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 34ଟି ଅଂଶ, ଧାଡ଼ି ପରେ ଧାଡ଼ି।
ବାଣୀ
- ସେ ଆପଣା ପ୍ରିୟପାତ୍ରକୁ ନିଦ୍ରା ଦିଅନ୍ତିଗୀତ 127:2
ପଦଗୁଡ଼ିକ
ଗୀତ 127:2ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
- “ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି”ଗୀତ 4:8, ଗୀତ 3:5
- ଶୟନ କଲେ ତୁମ୍ଭର ନିଦ୍ରା ମଧୁର ହେବହିତୋ 3:24
ପଦଗୁଡ଼ିକ
ହିତୋ 3:24ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
- ପରିଶ୍ରମୀର ନିଦ୍ରା ମଧୁର; ଧନୀର ପ୍ରଚୁରତା ତାହାକୁ ଶୋଇବାକୁ ଦିଏ ନାହିଁଉପ 5:12
ପଦଗୁଡ଼ିକ
ଉପ 5:12ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।
- ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ଦରିଦ୍ର ହେବହିତୋ 20:13
ପଦଗୁଡ଼ିକ
ହିତୋ 20:13ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।
- “ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ”ହିତୋ 6:9–10, ହିତୋ 24:33
ପଦଗୁଡ଼ିକ
ହିତୋ 6:9–10ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ? ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
ହିତୋ 24:33ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
- ଆଳସ୍ୟ ଗାଢ଼ ନିଦ୍ରା ଆଣେହିତୋ 19:15
ପଦଗୁଡ଼ିକ
ହିତୋ 19:15ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।
- ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁଗୀତ 121:4
ପଦଗୁଡ଼ିକ
ଗୀତ 121:4ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ।
- ଏଲୀୟ ବାଲ୍ର ଭାବବାଦୀମାନଙ୍କୁ ପରିହାସ କରନ୍ତି: ବୋଧହୁଏ ସେ ଶୋଇଅଛିପ୍ର.ରା 18:27
ପଦଗୁଡ଼ିକ
ପ୍ର.ରା 18:27ଏଣୁ ମଧ୍ୟାହ୍ନ ସମୟରେ ଏଲୀୟ ସେମାନଙ୍କୁ ପରିହାସ କରି କହିଲେ, “ଉଚ୍ଚସ୍ୱର କରି ଡାକ; କାରଣ ସେ ତ ଦେବତା; ସେ ଧ୍ୟାନ କରୁଥିବ, ଅବା ବାହାରେ ଯାଇଥିବ, କିଅବା ଯାତ୍ରା କରୁଥିବ, ଅବା ହୋଇପାରେ ନିଦ୍ରିତ ଥିବ, ଏଣୁ ତାହାକୁ ଜଗାଇବାକୁ ହେବ।”
- ଏକ ମାନତ: ସଦାପ୍ରଭୁଙ୍କ ପାଇଁ ବାସସ୍ଥାନ ନ ପାଇବା ପର୍ଯ୍ୟନ୍ତ ନିଦ୍ରା ନାହିଁଗୀତ 132:3–5
ପଦଗୁଡ଼ିକ
ଗୀତ 132:3–5“ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ, ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ। ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
ଉଦାହରଣ
- ଆଦମ ଘୋର ନିଦ୍ରାରେ ପଡ଼ନ୍ତିଆଦି 2:21
ପଦଗୁଡ଼ିକ
ଆଦି 2:21ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
- ସୂର୍ଯ୍ୟ ଅସ୍ତ ହେବା ବେଳେ ଅବ୍ରାମ ଘୋର ନିଦ୍ରାରେ ପଡ଼ନ୍ତିଆଦି 15:12
ପଦଗୁଡ଼ିକ
ଆଦି 15:12ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।
- ଯାକୁବ ମୁଣ୍ଡ ତଳେ ପଥର ରଖି ଶୁଅନ୍ତିଆଦି 28:11
ପଦଗୁଡ଼ିକ
ଆଦି 28:11ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।
- ଯାକୁବ: ରାତିରେ ହିମ, ଆଉ ମୋʼ ଆଖିରୁ ନିଦ୍ରା ପଳାଇଲାଆଦି 31:40
ପଦଗୁଡ଼ିକ
ଆଦି 31:40ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆଖିରୁ ନିଦ ପଳାଇଗଲା; ଏହିପରି ମୁଁ ଥିଲି;
- କ୍ଲାନ୍ତ ହୋଇ ଶୋଇଥିବା ସୀଷରାକୁ ଯାୟେଲ ବଧ କରେବିଚାର 4:21
ପଦଗୁଡ଼ିକ
ବିଚାର 4:21ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକୁ ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।
- ଦଲୀଲା ଶାମ୍ଶୋନ୍ଙ୍କୁ ଆପଣା କୋଳରେ ଶୁଆଇଦିଏବିଚାର 16:19
ପଦଗୁଡ଼ିକ
ବିଚାର 16:19ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।
- ବୋୟଜ ଶସ୍ୟରାଶି ପାଖରେ ଶୁଅନ୍ତି; ମଧ୍ୟରାତ୍ରିରେ ସେ ରୂତଙ୍କୁ ଦେଖନ୍ତିରୂତ 3:7–8
ପଦଗୁଡ଼ିକ
ରୂତ 3:7–8ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା। ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ?”
- ଦାଉଦ ଶୋଇଥିବା ଶାଉଲଙ୍କ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଯାଆନ୍ତିପ୍ର.ଶା 26:7, ପ୍ର.ଶା 26:12
ପଦଗୁଡ଼ିକ
ପ୍ର.ଶା 26:7ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।
ପ୍ର.ଶା 26:12ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।
- ମଧ୍ୟାହ୍ନରେ ଶୋଇଥିବା ବେଳେ ଈଶ୍ବୋଶତଙ୍କୁ ବଧ କରାଯାଏଦ୍ଵି.ଶା 4:5
ପଦଗୁଡ଼ିକ
ଦ୍ଵି.ଶା 4:5ଏଥିଉତ୍ତାରେ ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।
- ଏଲୀୟ ଏକ ରେତମ ବୃକ୍ଷ ତଳେ ଶୋଇପଡ଼ନ୍ତିପ୍ର.ରା 19:5
ପଦଗୁଡ଼ିକ
ପ୍ର.ରା 19:5ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”
- ନିଦ୍ରାହୀନ ଅକ୍ଷଶ୍ୱେରଶ ରାଜକୀୟ ଇତିହାସ ପୁସ୍ତକ ପଢ଼ାଇ ଶୁଣନ୍ତିଏଷ୍ଟ 6:1
ପଦଗୁଡ଼ିକ
ଏଷ୍ଟ 6:1ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।
- ନବୂଖଦ୍ନିତ୍ସରଙ୍କ ସ୍ୱପ୍ନ: ତାଙ୍କ ନିଦ୍ରା ଭାଙ୍ଗିଗଲାଦାନି 2:1
ପଦଗୁଡ଼ିକ
ଦାନି 2:1ଏଥିଉତ୍ତାରେ ନବୂଖଦ୍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।
- ଦାନିୟେଲ ସିଂହମାନଙ୍କ ସହିତ ଥିବା ବେଳେ ଦାରୀୟାବସ ଶୋଇପାରନ୍ତି ନାହିଁଦାନି 6:18
ପଦଗୁଡ଼ିକ
ଦାନି 6:18ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।
- ଝଡ଼ ସମୟରେ ଯୂନସ ଜାହାଜର ତଳ ଭାଗରେ ଶୋଇଥାନ୍ତିଯୂନ 1:5
ପଦଗୁଡ଼ିକ
ଯୂନ 1:5ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇଦେଲେ। ମାତ୍ର, ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ।
- ଝଡ଼ ସମୟରେ ଯୀଶୁ ନୌକାର ପଛ ଭାଗରେ ତକିଆ ଉପରେ ଶୋଇଥାନ୍ତିମାଥି 8:24, ମାର୍କ 4:38, ଲୂକ 8:23
ପଦଗୁଡ଼ିକ
ମାଥି 8:24ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ।
ମାର୍କ 4:38ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ?
ଲୂକ 8:23କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।
- ଗେଥ୍ଶିମାନୀରେ ଶିଷ୍ୟମାନେ ଶୋଇପଡ଼ନ୍ତିମାଥି 26:40–43, ଲୂକ 22:45
ପଦଗୁଡ଼ିକ
ମାଥି 26:40–43ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।” ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, “ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋʼଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ।” ପୁଣି, ସେ ଆସି ପୁନର୍ବାର ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କର ଆଖି ମାଡ଼ିପଡ଼ୁଥିଲା।
ଲୂକ 22:45ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;
- ପିତର କାରାଗାରରେ ଦୁଇ ସୈନିକଙ୍କ ମଝିରେ ଶୋଇଥାନ୍ତିପ୍ରେରି 12:6
ପଦଗୁଡ଼ିକ
ପ୍ରେରି 12:6ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ।
- ପାଉଲ କଥା କହୁଥିବା ବେଳେ ଇଉତୁଖ ଢୁଳାଇ ଝରକାରୁ ପଡ଼ିଯାଏପ୍ରେରି 20:9
ପଦଗୁଡ଼ିକ
ପ୍ରେରି 20:9ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର