ଅନୁସନ୍ଧାନ › ବିଷୟ › ଗୁପ୍ତଚର ଓ ଅନୁସନ୍ଧାନକାରୀ
ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ଗୁପ୍ତଚର ଓ ଅନୁସନ୍ଧାନକାରୀ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 34ଟି ଅଂଶ, ଧାଡ଼ି ପରେ ଧାଡ଼ି।
ବାର ଜଣ ଗୁପ୍ତଚର
- କିଣାନ ଅନୁସନ୍ଧାନ କରିବାକୁ ମୋଶା ପ୍ରତ୍ୟେକ ବଂଶରୁ ଜଣେ ଅଧିପତିଙ୍କୁ ପଠାନ୍ତିଗଣ 13:2, ଦ୍ବି.ବି 1:23
ପଦଗୁଡ଼ିକ
ଗଣ 13:2“ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।”
ଦ୍ବି.ବି 1:23ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ।
- ସେମାନଙ୍କୁ ଆଦେଶ: ଲୋକମାନେ ବଳବାନ କି ଦୁର୍ବଳ, ଅଳ୍ପ କି ଅଧିକ, ଦେଖଗଣ 13:17–18
ପଦଗୁଡ଼ିକ
ଗଣ 13:17–18ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର; ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;
- ସେମାନେ ସୀନ୍ ପ୍ରାନ୍ତରରୁ ରହୋବ ପର୍ଯ୍ୟନ୍ତ ଗଲେଗଣ 13:21
ପଦଗୁଡ଼ିକ
ଗଣ 13:21ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।
- ଇଷ୍କୋଲରେ ଦୁଇ ଜଣ ଏକ ଦଣ୍ଡରେ ଗୋଟିଏ ଦ୍ରାକ୍ଷା ଥୋପା ବୋହିଲେଗଣ 13:23
ପଦଗୁଡ଼ିକ
ଗଣ 13:23ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।
- ଚାଳିଶ ଦିନ ପରେ ସେମାନେ ଫେରିଲେଗଣ 13:25
ପଦଗୁଡ଼ିକ
ଗଣ 13:25ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ।
- ସେମାନଙ୍କ ବିବରଣୀ: ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ, କିନ୍ତୁ ଦୃଢ଼ ନଗରଗଣ 13:27–28
ପଦଗୁଡ଼ିକ
ଗଣ 13:27–28ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ। ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର-ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।
- କାଲେବ: “ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ” ଅନ୍ୟମାନେ ଅସମ୍ମତ ହେଲେଗଣ 13:30–31
ପଦଗୁଡ଼ିକ
ଗଣ 13:30–31ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।” ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”
- “ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ”ଗଣ 13:33
ପଦଗୁଡ଼ିକ
ଗଣ 13:33ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”
- ଚାଳିଶ ଦିନର ଗୁପ୍ତଚର୍ଯ୍ୟା ପ୍ରାନ୍ତରରେ ଚାଳିଶ ବର୍ଷ ହେଲା, ଦିନକୁ ଏକ ବର୍ଷଗଣ 14:34
ପଦଗୁଡ଼ିକ
ଗଣ 14:34ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।
- ଗୁପ୍ତଚରମାନଙ୍କ ମଧ୍ୟରୁ କେବଳ ଯିହୋଶୂୟ ଓ କାଲେବ ଜୀବିତ ରହିଲେଗଣ 14:36–38
ପଦଗୁଡ଼ିକ
ଗଣ 14:36–38ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରିଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ, ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ। ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।
ଯିରୀହୋ ଓ ରାହବ
- ଯିହୋଶୂୟ ଶିଟୀମଠାରୁ ଗୋପନରେ ଦୁଇ ଗୁପ୍ତଚର ପଠାନ୍ତି; ସେମାନେ ରାହବ ନିକଟରେ ରହନ୍ତିଯିହୋ 2:1
ପଦଗୁଡ଼ିକ
ଯିହୋ 2:1ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।
- ରାହବ ସେମାନଙ୍କୁ ଆପଣା ଛାତ ଉପରେ ଶଣ କାଠି ତଳେ ଲୁଚାଏଯିହୋ 2:4–6
ପଦଗୁଡ଼ିକ
ଯିହୋ 2:4–6ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, “ହଁ, ସେହି ଲୋକମାନେ ମୋʼ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ। ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗର-ଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରିଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।” ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।
- ନଗର ପ୍ରାଚୀରରେ ଥିବା ଆପଣା ଘରୁ ସେ ରଜ୍ଜୁରେ ସେମାନଙ୍କୁ ତଳକୁ ଓହ୍ଲାଇଦିଏଯିହୋ 2:15
ପଦଗୁଡ଼ିକ
ଯିହୋ 2:15ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗରର ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।
- ସ୍ଥିରୀକୃତ ଚିହ୍ନ: ଝରକାରେ ବନ୍ଧା ସିନ୍ଦୂରବର୍ଣ୍ଣ ରଜ୍ଜୁଯିହୋ 2:18
ପଦଗୁଡ଼ିକ
ଯିହୋ 2:18ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂର ବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।
- ସେମାନେ ପର୍ବତମୟ ଦେଶରେ ତିନି ଦିନ ଲୁଚି, ତା’ପରେ ଯିହୋଶୂୟଙ୍କୁ ଖବର ଦିଅନ୍ତିଯିହୋ 2:16, ଯିହୋ 2:22–23
ପଦଗୁଡ଼ିକ
ଯିହୋ 2:16ପୁଣି ସେ ସେମାନଙ୍କୁ କହିଲା, “କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।”
ଯିହୋ 2:22–23ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବା ଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ। ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ।
- ଦୁଇ ଗୁପ୍ତଚର ରାହବ ଓ ତାହାର ସମସ୍ତ ପରିବାରକୁ ବାହାରକୁ ଆଣନ୍ତିଯିହୋ 6:22–23
ପଦଗୁଡ଼ିକ
ଯିହୋ 6:22–23ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।” ଏଥିରେ ସେହି ଯୁବା ଗୁପ୍ତଚରମାନେ ଗଲେ, ପୁଣି ରାହାବକୁ ଓ ତାହାର ପିତା ଓ ତାହାର ମାତା ଓ ତାହାର ଭାଇମାନଙ୍କୁ, ପୁଣି ଯାହା ଯାହା ତାହାର ଥିଲା, ସେସବୁ ବାହାର କରି ଆଣିଲେ, ମଧ୍ୟ ସେମାନେ ତାହାର ଜ୍ଞାତି ସମସ୍ତଙ୍କୁ ବାହାର କରି ଆଣିଲେ; ଆଉ ସେମାନଙ୍କୁ ଇସ୍ରାଏଲ-ଛାଉଣି ବାହାରେ ରଖିଲେ।
- ଗୁପ୍ତଚରମାନଙ୍କୁ ଗ୍ରହଣ କରିଥିବାରୁ ଏବ୍ରୀ ଓ ଯାକୁବ ରାହବଙ୍କୁ ସ୍ମରଣ କରନ୍ତିଏବ୍ରୀ 11:31, ଯାକୁ 2:25
ପଦଗୁଡ଼ିକ
ଏବ୍ରୀ 11:31ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।
ଯାକୁ 2:25ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ?
ଅନ୍ୟ ଗୁପ୍ତଚର
- ଗୁପ୍ତଚରମାନେ ଯାସେରକୁ ଯିବା ପରେ ଇସ୍ରାଏଲ ତହିଁର ଗ୍ରାମସବୁ ହସ୍ତଗତ କଲାଗଣ 21:32
ପଦଗୁଡ଼ିକ
ଗଣ 21:32ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ।
- ଅୟକୁ ପଠାଯାଇଥିବା ଗୁପ୍ତଚରମାନେ କହନ୍ତି: ଦୁଇ କି ତିନି ହଜାର ଲୋକ ଯଥେଷ୍ଟଯିହୋ 7:2–3
ପଦଗୁଡ଼ିକ
ଯିହୋ 7:2–3ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ୱସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, “ଉଠ, ଯାଇ ଦେଶ ଅନୁସନ୍ଧାନ କର;” ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ। ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରିଆସି ତାଙ୍କୁ କହିଲେ, “ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପମାତ୍ର।”
- ପାଞ୍ଚ ଜଣ ଦାନୀୟ ଲୟିଶ୍ ଅନୁସନ୍ଧାନ କରନ୍ତି: ସହାୟକହୀନ ଶାନ୍ତ ଲୋକବିଚାର 18:2, ବିଚାର 18:7
ପଦଗୁଡ଼ିକ
ବିଚାର 18:2ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, “ଯାଇ ଦେଶ ଅନୁସନ୍ଧାନ କର;” ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।
ବିଚାର 18:7ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
- ଶାଉଲ ଆସିଅଛନ୍ତି ବୋଲି ନିଶ୍ଚିତ କରିବାକୁ ଦାଉଦ ଚର ପଠାନ୍ତିପ୍ର.ଶା 26:4
ପଦଗୁଡ଼ିକ
ପ୍ର.ଶା 26:4ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।
- ଅମ୍ମୋନୀୟ ଅଧିପତିମାନେ ଦାଉଦଙ୍କ ସାନ୍ତ୍ୱନାକାରୀମାନଙ୍କୁ ଗୁପ୍ତଚର ବୋଲି ସନ୍ଦେହ କରନ୍ତିଦ୍ଵି.ଶା 10:3
ପଦଗୁଡ଼ିକ
ଦ୍ଵି.ଶା 10:3ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?”
- ଅବଶାଲୋମ ବଂଶମାନଙ୍କ ମଧ୍ୟରେ ଗୁପ୍ତଚର ପଠାନ୍ତି: ତୂରୀଧ୍ୱନିରେ କୁହ, “ଅବଶାଲୋମ ହିବ୍ରୋଣରେ ରାଜା ହେଲେ”ଦ୍ଵି.ଶା 15:10
ପଦଗୁଡ଼ିକ
ଦ୍ଵି.ଶା 15:10ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ‘ଅବଶାଲୋମ ହିବ୍ରୋଣରେ ରାଜା ହେଲେ’ ବୋଲି କହିବ।”
- ଯାଜକମାନଙ୍କ ପୁତ୍ର ଅହୀମାସ୍ ଓ ଯୋନାଥନ ଦାଉଦଙ୍କ ପାଖକୁ ଖବର ନେବେଦ୍ଵି.ଶା 15:35–36
ପଦଗୁଡ଼ିକ
ଦ୍ଵି.ଶା 15:35–36ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ। ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହି ସବୁ କଥା ସେମାନଙ୍କ ହାତରେ ମୋʼ ନିକଟକୁ କହି ପଠାଇବ।”
- ଐନ୍-ରୋଗେଲରେ ଜଣେ ଦାସୀ ସେମାନଙ୍କୁ ଖବର ଦିଏ; ସେମାନେ ଏକ କୂଅରେ ଲୁଚନ୍ତିଦ୍ଵି.ଶା 17:17–19
ପଦଗୁଡ଼ିକ
ଦ୍ଵି.ଶା 17:17–19ସେହି ସମୟରେ ଯୋନାଥନ ଓ ଅହୀମାସ୍ ଐନ୍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥାʼନ୍ତି। ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ। ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ।
- ସରଳ ହେବାର ଛଳନା କରୁଥିବା ଚରମାନେ ଯୀଶୁଙ୍କୁ ତାଙ୍କ କଥାରେ ଧରିବାକୁ ଚେଷ୍ଟା କରନ୍ତିଲୂକ 20:20
ପଦଗୁଡ଼ିକ
ଲୂକ 20:20ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ।
- ପାଉଲ: ଆମ୍ଭମାନଙ୍କ ସ୍ୱାଧୀନତା ଉପରେ ଗୁପ୍ତରେ ଦୃଷ୍ଟି ରଖିବାକୁ ଭଣ୍ଡ ଭାଇମାନେ ପଶିଆସିଲେଗାଲା 2:4
ପଦଗୁଡ଼ିକ
ଗାଲା 2:4ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର