ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ତାରା
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 21ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ପରମେଶ୍ୱର ଦୁଇ ମହାଜ୍ୟୋତି ଓ ତାରାଗଣ ମଧ୍ୟ ସୃଷ୍ଟି କଲେଆଦି 1:16
ପଦଗୁଡ଼ିକ
ଆଦି 1:16ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତିଃ, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
- ଅବ୍ରହାମଙ୍କୁ ପାରିଲେ ତାରାଗଣକୁ ଗଣିବାକୁ କୁହାଗଲାଆଦି 15:5
ପଦଗୁଡ଼ିକ
ଆଦି 15:5ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”
- ତାରା ଓ ବାଲି ପରି ଅସଂଖ୍ୟ ବଂଶଆଦି 22:17, ଦ୍ବି.ବି 1:10
ପଦଗୁଡ଼ିକ
ଆଦି 22:17ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
ଦ୍ବି.ବି 1:10ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।
- ସେ ତାରାଗଣର ସଂଖ୍ୟା ନିରୂପଣ କରନ୍ତି ଓ ପ୍ରତ୍ୟେକର ନାମ ଦିଅନ୍ତିଗୀତ 147:4
ପଦଗୁଡ଼ିକ
ଗୀତ 147:4ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।
- ତେଜରେ ଗୋଟିଏ ତାରାଠାରୁ ଆଉ ଗୋଟିଏ ତାରା ଭିନ୍ନପ୍ର.କରି 15:41
ପଦଗୁଡ଼ିକ
ପ୍ର.କରି 15:41ସୂର୍ଯ୍ୟର ଏକ-ପ୍ରକାର ତେଜ, ଚନ୍ଦ୍ରର ଅନ୍ୟ ପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟ ପ୍ରକାର ତେଜ କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ।
- ଯୋଷେଫ ଏଗାରଟି ତାରା ପ୍ରଣାମ କରୁଥିବାର ସ୍ୱପ୍ନ ଦେଖିଲେଆଦି 37:9
ପଦଗୁଡ଼ିକ
ଆଦି 37:9ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
- ତାରାଗଣ ଆପଣା ଆପଣା ପଥରୁ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେବିଚାର 5:20
ପଦଗୁଡ଼ିକ
ବିଚାର 5:20ତାରାଗଣ ଆକାଶରୁ ଯୁଦ୍ଧ କଲେ, ସେମାନେ ଆପଣା ଆପଣା ପଥରେ ସୀଷରା ବିରୁଦ୍ଧରେ ଯୁଦ୍ଧ କଲେ।
- ପ୍ରଭାତୀ ତାରାଗଣ ଏକତ୍ର ଗାନ କଲେଆୟୁବ 38:7
ପଦଗୁଡ଼ିକ
ଆୟୁବ 38:7ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ-ପ୍ରସ୍ତର ବସାଇଲା?
- ପଣ୍ଡିତମାନେ ପୂର୍ବ ଦିଗରେ ତାଙ୍କ ତାରା ଦେଖିଲେମାଥି 2:2
ପଦଗୁଡ଼ିକ
ମାଥି 2:2“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”
- ତାରାଟି ଆଗେ ଆଗେ ଯାଇ ସେହି ସ୍ଥାନ ଉପରେ ସ୍ଥିର ହେଲାମାଥି 2:9–10
ପଦଗୁଡ଼ିକ
ମାଥି 2:9–10ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା। ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ,
- ଦାଉଦ କୋଡ଼ିଏ ବର୍ଷରୁ କମ୍ ବୟସର ଲୋକଙ୍କୁ ଗଣିଲେ ନାହିଁ: ଇସ୍ରାଏଲ ତାରାଗଣ ପରି ହେବପ୍ର.ବଂ 27:23
ପଦଗୁଡ଼ିକ
ପ୍ର.ବଂ 27:23ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ।
ନାମିତ ନକ୍ଷତ୍ରପୁଞ୍ଜ
- ସପ୍ତର୍ଷି, ମୃଗଶୀର୍ଷ, କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳଆୟୁବ 9:9
ପଦଗୁଡ଼ିକ
ଆୟୁବ 9:9ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି।
- ତୁମ୍ଭେ କି କୃତ୍ତିକା ବାନ୍ଧିପାର କିମ୍ବା ମୃଗଶୀର୍ଷର ବନ୍ଧନ ଫିଟାଇପାର?ଆୟୁବ 38:31–32
ପଦଗୁଡ଼ିକ
ଆୟୁବ 38:31–32ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର? ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର?
- ଆମୋଷ: ସେ କୃତ୍ତିକା ଓ ମୃଗଶୀର୍ଷ ସୃଷ୍ଟି କରିଅଛନ୍ତିଆମୋ 5:8
ପଦଗୁଡ଼ିକ
ଆମୋ 5:8ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର। ସଦାପ୍ରଭୁ ତାହାଙ୍କର ନାମ।
ତାରା ପୂଜା
- ଇସ୍ରାଏଲକୁ ସୂର୍ଯ୍ୟ, ଚନ୍ଦ୍ର ଓ ତାରାଗଣକୁ ପ୍ରଣାମ ନ କରିବାକୁ କୁହାଯାଇଥିଲାଦ୍ବି.ବି 4:19
ପଦଗୁଡ଼ିକ
ଦ୍ବି.ବି 4:19କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।
- ଇସ୍ରାଏଲ ଓ ରାଜା ମନଃଶି ଆକାଶର ସମସ୍ତ ବାହିନୀକୁ ପ୍ରଣାମ କଲେଦ୍ଵି.ରା 17:16, ଦ୍ଵି.ରା 21:3
ପଦଗୁଡ଼ିକ
ଦ୍ଵି.ରା 17:16ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ।
ଦ୍ଵି.ରା 21:3କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ରାଜା ଆହାବ ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦିମାନ ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।
- ରାଶିଚକ୍ର ଉଦ୍ଦେଶ୍ୟରେ ଧୂପ ଜାଳୁଥିବା ଯାଜକମାନଙ୍କୁ ଯୋଶୀୟ ଦୂର କଲେଦ୍ଵି.ରା 23:5
ପଦଗୁଡ଼ିକ
ଦ୍ଵି.ରା 23:5ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।
- ଲୋକମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କଲେଯିରି 19:13, ସିଫ 1:5
ପଦଗୁଡ଼ିକ
ଯିରି 19:13ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।’”
ସିଫ 1:5ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି;
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର