ଦୈନନ୍ଦିନ ଜୀବନ
ବାଇବେଲରେ କର
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 35ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ଜନଗଣନାରେ ଗଣିତ ପ୍ରତ୍ୟେକ ଜଣ ଅର୍ଦ୍ଧ ଶେକଲ ଦେଉଥିଲାଯାତ୍ରା 30:11–16, ଯାତ୍ରା 38:26
ପଦଗୁଡ଼ିକ
ଯାତ୍ରା 30:11–16ଆଉ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ। ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ। କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ। ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ। ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”
ଯାତ୍ରା 38:26ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚ ଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।
- ପରମେଶ୍ୱରଙ୍କ ଗୃହ ପାଇଁ ବର୍ଷକୁ ଶେକଲର ତୃତୀୟାଂଶନିହି 10:32
ପଦଗୁଡ଼ିକ
ନିହି 10:32ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,
- ଯୋଷେଫ: ମିସରର ଫସଲର ପଞ୍ଚମାଂଶ ଫାରୋଙ୍କୁ ଯାଏଆଦି 41:34, ଆଦି 47:24
- କେବଳ ମିସରୀୟ ଯାଜକମାନଙ୍କର ଭୂମି ଫାରୋଙ୍କର ନୁହେଁଆଦି 47:26
ପଦଗୁଡ଼ିକ
ଆଦି 47:26ପଞ୍ଚମାଂଶ ଫାରୋ ପାଇବେ, ମିସରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି; କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।
- ଜଣେ ପାରସ୍ୟ ରାଜା ଯାଜକ ଓ ମନ୍ଦିରର ସେବକମାନଙ୍କୁ କରରୁ ମୁକ୍ତ କରନ୍ତିଏଜ୍ରା 7:24
ପଦଗୁଡ଼ିକ
ଏଜ୍ରା 7:24ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।
- ଗଲୀୟାତକୁ ବଧ କରୁଥିବା ଲୋକର ପରିବାର କରମୁକ୍ତ ହେବପ୍ର.ଶା 17:25
ପଦଗୁଡ଼ିକ
ପ୍ର.ଶା 17:25ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।”
- ଏଷ୍ଟରଙ୍କ ଭୋଜି ପାଇଁ କରରୁ ଛୁଟିଏଷ୍ଟ 2:18
ପଦଗୁଡ଼ିକ
ଏଷ୍ଟ 2:18ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।
- ଅକ୍ଷଶ୍ୱେରଶ ଦୂରତମ ଉପକୂଳ ପର୍ଯ୍ୟନ୍ତ କର ବସାନ୍ତିଏଷ୍ଟ 10:1
ପଦଗୁଡ଼ିକ
ଏଷ୍ଟ 10:1ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।
ରାଜା ଓ କର
- ଶଲୋମନଙ୍କ ବାର ଜଣ ଅଧ୍ୟକ୍ଷ ପ୍ରତ୍ୟେକେ ଏକ ମାସ ରାଜଦରବାରର ଖାଦ୍ୟ ଯୋଗାନ୍ତିପ୍ର.ରା 4:7
ପଦଗୁଡ଼ିକ
ପ୍ର.ରା 4:7ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।
- ଗୋଟିଏ ଦିନ ପାଇଁ ଶଲୋମନଙ୍କ ଖାଦ୍ୟସାମଗ୍ରୀପ୍ର.ରା 4:22–23
ପଦଗୁଡ଼ିକ
ପ୍ର.ରା 4:22–23ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି, ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
- ଶଲୋମନଙ୍କ ନିର୍ମାଣ କାର୍ଯ୍ୟ ପାଇଁ ବେଠି ଶ୍ରମପ୍ର.ରା 9:15
ପଦଗୁଡ଼ିକ
ପ୍ର.ରା 9:15ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ।
- ଅଦୋନୀରାମ୍ ବେଠି ଶ୍ରମର ଅଧ୍ୟକ୍ଷ ଥିଲାଦ୍ଵି.ଶା 20:24, ପ୍ର.ରା 4:6
ପଦଗୁଡ଼ିକ
ଦ୍ଵି.ଶା 20:24ଆଉ ଅଦୋନୀରାମ୍ ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ,
ପ୍ର.ରା 4:6ପୁଣି, ଅହୀଶାର୍ ଗୃହାଧ୍ୟକ୍ଷ ଥିଲା ଓ ଅବ୍ଦର ପୁତ୍ର ଅଦୋନୀରାମ୍ ବେଠିକର୍ମର ଅଧ୍ୟକ୍ଷ ଥିଲା।
- ଇସ୍ରାଏଲ ରିହବୀୟାମଙ୍କୁ ଭାରି ଯୁଆଳି ହାଲୁକା କରିବାକୁ ନିବେଦନ କରେପ୍ର.ରା 12:4
ପଦଗୁଡ଼ିକ
ପ୍ର.ରା 12:4“ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ।”
- ଇସ୍ରାଏଲ ଅଦୋନୀରାମ୍କୁ ପଥର ମାରି ବଧ କରେ; ରିହବୀୟାମ ପଳାଇଯାଆନ୍ତିପ୍ର.ରା 12:18
ପଦଗୁଡ଼ିକ
ପ୍ର.ରା 12:18ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ଅଦୋନୀରାମ୍କୁ ପଠାଇଲେ; ମାତ୍ର ସମୁଦାୟ ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।
- ମନହେମ୍ ପୂଲ୍କୁ ଏକ ସହସ୍ର ତାଳନ୍ତ ରୂପା ଦିଅନ୍ତିଦ୍ଵି.ରା 15:19–20
ପଦଗୁଡ଼ିକ
ଦ୍ଵି.ରା 15:19–20ଅଶୂରର ରାଜା ପୂଲ୍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ। ପୁଣି ମନହେମ୍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।
- ଯିହୋୟାକୀମ୍ ଫାରୋ-ନଖୋଙ୍କୁ ଦେବା ପାଇଁ ଦେଶ ଉପରେ କର ବସାନ୍ତିଦ୍ଵି.ରା 23:35
ପଦଗୁଡ଼ିକ
ଦ୍ଵି.ରା 23:35ଏଥିଉତ୍ତାରେ ଯିହୋୟାକୀମ୍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହି ସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।
- ଶତ୍ରୁମାନେ ରାଜାଙ୍କୁ ସାବଧାନ କରନ୍ତି: ଯିରୂଶାଲମ କର ଦେବା ବନ୍ଦ କରିବଏଜ୍ରା 4:13, ଏଜ୍ରା 4:20
ପଦଗୁଡ଼ିକ
ଏଜ୍ରା 4:13ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଯେବେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ଯ୍ୟ ସମାପ୍ତ ହେବ, ତେବେ ସେହି ଲୋକମାନେ କର, ରାଜସ୍ୱ ବା ଶୁଳ୍କ ଦେବେ ନାହିଁ, ପୁଣି ଶେଷରେ ତାହା ରାଜାଗଣର କ୍ଷତିକର ହେବ।
ଏଜ୍ରା 4:20ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।
- ଲୋକମାନେ ଆପଣା କ୍ଷେତ ଉପରେ ରାଜକର ଦେବା ପାଇଁ ଟଙ୍କା ଧାର କରନ୍ତିନିହି 5:4
ପଦଗୁଡ଼ିକ
ନିହି 5:4ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।
- ଦରିଦ୍ରମାନଙ୍କଠାରୁ ନିଆଯାଉଥିବା ଶସ୍ୟର କରଆମୋ 5:11
ପଦଗୁଡ଼ିକ
ଆମୋ 5:11ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
ସୁସମାଚାରରେ
- କାଇସର ଅଗଷ୍ଟ ସମଗ୍ର ସାମ୍ରାଜ୍ୟର ଜନଗଣନା କରିବାକୁ ଆଜ୍ଞା ଦିଅନ୍ତିଲୂକ 2:1–3
ପଦଗୁଡ଼ିକ
ଲୂକ 2:1–3ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା। ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା। ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।
- ମନ୍ଦିରର କର: ମାଛର ମୁହଁରେ ଏକ ମୁଦ୍ରାମାଥି 17:24–27
ପଦଗୁଡ଼ିକ
ମାଥି 17:24–27ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ? ସେ କହିଲେ, ହଁ, ଦିଅନ୍ତି। ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, “ଶିମୋନ, ତୁମ୍ଭର ମତ କଅଣ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ?” ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, “ତେବେ ତ ପୁତ୍ରମାନେ ମୁକ୍ତ। କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।”
- “କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ?”ମାଥି 22:17–21
ପଦଗୁଡ଼ିକ
ମାଥି 22:17–21ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ? କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?” “ସେହି କରର ମୁଦ୍ରା ମୋତେ ଦେଖାଅ।” ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ। ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”
- ଯୋହନ କରଗ୍ରାହୀମାନଙ୍କୁ: “ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ”ଲୂକ 3:12–13
ପଦଗୁଡ଼ିକ
ଲୂକ 3:12–13କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ।
- ଲେବୀଙ୍କୁ କର ଆଦାୟ ସ୍ଥାନରୁ ଡକାଯାଏମାର୍କ 2:14, ଲୂକ 5:27
ପଦଗୁଡ଼ିକ
ମାର୍କ 2:14ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
ଲୂକ 5:27ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”
- ଯୀଶୁ କରଗ୍ରାହୀମାନଙ୍କ ସହିତ ଭୋଜନ କରନ୍ତି, ଆଉ ଫାରୂଶୀମାନେ ଆପତ୍ତି କରନ୍ତିମାଥି 9:10–11, ମାଥି 11:19
ପଦଗୁଡ଼ିକ
ମାଥି 9:10–11ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ। ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?”
ମାଥି 11:19ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”
- ଦୃଷ୍ଟାନ୍ତ: ମନ୍ଦିରରେ ଜଣେ ଫାରୂଶୀ ଓ ଜଣେ କରଗ୍ରାହୀଲୂକ 18:10–13
ପଦଗୁଡ଼ିକ
ଲୂକ 18:10–13“ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ, ଜଣେ ଫାରୂଶୀ ଓ ଅନ୍ୟ ଜଣକ କରଗ୍ରାହୀ। ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ; ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’ କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗ ଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ‘ହେ ଈଶ୍ବର, ମୁଁ ପାପୀ ମୋତେ ଦୟା କରନ୍ତୁ।’
- ପ୍ରଧାନ କରଗ୍ରାହୀ ଜଖୀୟ ଚାରି ଗୁଣ ଫେରାଇ ଦେବେଲୂକ 19:2, ଲୂକ 19:8
- ପାଉଲ: ଯାହାକୁ କର ଦେବା ଉଚିତ, ତାହାକୁ କର ଦିଅରୋମୀ 13:6–7
ପଦଗୁଡ଼ିକ
ରୋମୀ 13:6–7ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି। ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର