ଦୈନନ୍ଦିନ ଜୀବନ
ବାଇବେଲରେ ତମ୍ବୁ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 29ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ଜାବଳ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷଆଦି 4:20
ପଦଗୁଡ଼ିକ
ଆଦି 4:20ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।
- ଅବ୍ରାମ ବେଥେଲ୍ ଓ ଅୟ ମଧ୍ୟରେ ତମ୍ବୁ ସ୍ଥାପନ କରନ୍ତି, ତା’ପରେ ମମ୍ରିକୁ ଯାଆନ୍ତିଆଦି 12:8, ଆଦି 13:18
ପଦଗୁଡ଼ିକ
ଆଦି 12:8ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
ଆଦି 13:18ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।
- ଲୋଟଙ୍କର ମଧ୍ୟ ମେଷପଲ, ଗୋପଲ ଓ ତମ୍ବୁ ଅଛିଆଦି 13:5
ପଦଗୁଡ଼ିକ
ଆଦି 13:5ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।
- ଦିନର ଖରାରେ ଅବ୍ରହାମ ଆପଣା ତମ୍ବୁ ଦ୍ୱାରରେ ବସିଥାନ୍ତିଆଦି 18:1–2
ପଦଗୁଡ଼ିକ
ଆଦି 18:1–2ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ। ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,
- ସାରା ତମ୍ବୁ ଦ୍ୱାରରେ ଶୁଣନ୍ତିଆଦି 18:9–10
ପଦଗୁଡ଼ିକ
ଆଦି 18:9–10ତହିଁ ଉତ୍ତାରେ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।” ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ।” ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।
- ଇସ୍ହାକ ରିବିକାଙ୍କୁ ଆପଣା ମାତା ସାରାଙ୍କ ତମ୍ବୁକୁ ଆଣନ୍ତିଆଦି 24:67
ପଦଗୁଡ଼ିକ
ଆଦି 24:67ସେତେବେଳେ ଇସ୍ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନିଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା। ତହିଁରେ ଇସ୍ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।
- ଇସ୍ହାକ ତମ୍ବୁ ସ୍ଥାପନ କରନ୍ତି, ଆଉ ତାଙ୍କ ଦାସମାନେ କୂଅ ଖୋଳନ୍ତିଆଦି 26:25
ପଦଗୁଡ଼ିକ
ଆଦି 26:25ଏଥିଉତ୍ତାରେ ଇସ୍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।
- ଯାକୁବ, ଲେୟା, ରାହେଲ ଓ ଦାସୀମାନଙ୍କର ପ୍ରତ୍ୟେକଙ୍କର ଏକ ଏକ ତମ୍ବୁଆଦି 31:33
ପଦଗୁଡ଼ିକ
ଆଦି 31:33ତହୁଁ ଲାବନ ଯାକୁବର ତମ୍ବୁଗୃହ ଓ ଲେୟାର ତମ୍ବୁଗୃହ ଓ ଦୁଇ ଦାସୀର ତମ୍ବୁଗୃହକୁ ଯାଇ ଅନ୍ୱେଷଣ କଲା; ମାତ୍ର ପାଇଲା ନାହିଁ। ଏଣୁ ସେ ଲେୟାର ତମ୍ବୁଗୃହ ଛାଡ଼ି ରାହେଲର ତମ୍ବୁଗୃହରେ ପ୍ରବେଶ କଲା।
- ଅବ୍ରହାମ, ଇସ୍ହାକ ଓ ଯାକୁବ ତମ୍ବୁରେ ବାସ କରୁଥିଲେଏବ୍ରୀ 11:9
ପଦଗୁଡ଼ିକ
ଏବ୍ରୀ 11:9ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;
- ତମ୍ବୁର ପରଦା, ରଜ୍ଜୁ ଓ କଣ୍ଟା ଥିଲାଯିଶା 54:2, ଯିରି 10:20
ପଦଗୁଡ଼ିକ
ଯିଶା 54:2ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ବାଇ ଦିଅ ଓ କିଳାସବୁ ଦୃଢ଼ କର।
ଯିରି 10:20ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।
- କେଦାରର ତମ୍ବୁ ପରି କୃଷ୍ଣବର୍ଣ୍ଣପ.ଗୀ 1:5
ପଦଗୁଡ଼ିକ
ପ.ଗୀ 1:5ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।
- ପାଉଲ, ଆକ୍ୱିଲା ଓ ପ୍ରୀସ୍କିଲ୍ଲା ବୃତ୍ତିରେ ତମ୍ବୁ ନିର୍ମାତା ଥିଲେପ୍ରେରି 18:2–3
ପଦଗୁଡ଼ିକ
ପ୍ରେରି 18:2–3ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୁଦୀଙ୍କ ଦେଖାପାଇଲେ, ପନ୍ତ ସହରରେ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଗଲେ, ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ।
ପ୍ରାନ୍ତରରେ
- ମୋଶା ଆପଣା ଶ୍ୱଶୁରଙ୍କୁ ନମସ୍କାର କରନ୍ତି, ଆଉ ସେମାନେ ତମ୍ବୁ ଭିତରକୁ ଯାଆନ୍ତିଯାତ୍ରା 18:7
ପଦଗୁଡ଼ିକ
ଯାତ୍ରା 18:7ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳ ବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।
- ଇସ୍ରାଏଲ ଦଳ ଦଳ ହୋଇ, ପ୍ରତ୍ୟେକ ଜଣ ଆପଣା ଧ୍ୱଜା ନିକଟରେ ଛାଉଣି କରେଗଣ 1:52, ଗଣ 2:2
- ଲୋକମାନେ ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହୋଇ ମୋଶାଙ୍କୁ ଦେଖନ୍ତିଯାତ୍ରା 33:8
ପଦଗୁଡ଼ିକ
ଯାତ୍ରା 33:8ପୁଣି, ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ବୁରେ ପ୍ରବେଶ କଲେ ନାହିଁ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍ ଅନାଇ ରହିଲେ।
- ବିଲୀୟମ୍: “ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର!”ଗଣ 24:5
ପଦଗୁଡ଼ିକ
ଗଣ 24:5ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର!
- ଆଖନ୍ ଆପଣା ତମ୍ବୁ ଭିତରେ ଭୂମିରେ ରୂପା ଓ ସୁନା ଲୁଚାଏଯିହୋ 7:21–22
ପଦଗୁଡ଼ିକ
ଯିହୋ 7:21–22ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।” ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ବୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ବୁରେ ପୋତା ଓ ତହିଁ ତଳେ ରୂପା ଅଛି।
କାହାଣୀରେ
- ଯାୟେଲ ଆପଣା ତମ୍ବୁରେ ସୀଷରାକୁ ଦୁଧ ଦିଏ ଓ ତମ୍ବୁର କଣ୍ଟାରେ ତାହାକୁ ବଧ କରେବିଚାର 4:18–21, ବିଚାର 5:25–26
ପଦଗୁଡ଼ିକ
ବିଚାର 4:18–21ଏଥିରେ ଯାୟେଲ ସୀଷରାକୁ ଭେଟିବାକୁ ବାହାରେ ଯାଇ ତାହାକୁ କହିଲା, “ହେ ମୋହର ପ୍ରଭୋ, ଭିତରକୁ ଆସନ୍ତୁ, ମୋହର ନିକଟକୁ ଆସନ୍ତୁ, ଭୟ ନ କରନ୍ତୁ;” ତହିଁରେ ସେ ତାହା ଆଡ଼କୁ ଫେରି ତମ୍ବୁ ଭିତରକୁ ଯାଆନ୍ତେ, ସେ ଏକ କମ୍ବଳରେ ତାହାକୁ ଘୋଡ଼ାଇ ରଖିଲା; ସେତେବେଳେ ସୀଷରା ତାହାକୁ କହିଲା, “ମୋତେ ଟିକିଏ ଜଳ ପିଆଅନା;” ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା। ଏଉତ୍ତାରେ ସୀଷରା ତାହାକୁ କହିଲା, “ତୁମ୍ଭେ ତମ୍ବୁ ଦ୍ୱାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ‘ଏଠାରେ କୌଣସି ମନୁଷ୍ୟ ଅଛି କି?’ ତେବେ ତୁମ୍ଭେ କହିବ, ‘କେହି ନାହିଁ।’” ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକୁ ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।
ବିଚାର 5:25–26ସୀଷରା ଜଳ ମାଗନ୍ତେ, ସେ ତାହାକୁ ଦୁଗ୍ଧ ଦେଲା; ସେ ରାଜୋପଯୁକ୍ତ ପାତ୍ରରେ ଦଧି ଆଣି ତାହାକୁ ଦେଲା। ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା।
- ମିଦୀୟନୀୟମାନେ ଆପଣା ପଶୁ ଓ ତମ୍ବୁ ଘେନି ପଙ୍ଗପାଳ ପରି ଆସନ୍ତିବିଚାର 6:5
ପଦଗୁଡ଼ିକ
ବିଚାର 6:5କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।
- ଦାଉଦ ଗଲୀୟାତର ଅସ୍ତ୍ରଶସ୍ତ୍ର ଆପଣା ତମ୍ବୁରେ ରଖନ୍ତିପ୍ର.ଶା 17:54
ପଦଗୁଡ଼ିକ
ପ୍ର.ଶା 17:54ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।
- ଊରୀୟ: ସିନ୍ଦୁକ, ଇସ୍ରାଏଲ ଓ ଯିହୁଦା କୁଟୀରରେ ରହିଅଛନ୍ତିଦ୍ଵି.ଶା 11:11
ପଦଗୁଡ଼ିକ
ଦ୍ଵି.ଶା 11:11ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋʼ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କʼଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏ କଥା କରିବି ନାହିଁ।”
- “ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ”ଦ୍ଵି.ଶା 20:1, ପ୍ର.ରା 12:16
ପଦଗୁଡ଼ିକ
ଦ୍ଵି.ଶା 20:1ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”
ପ୍ର.ରା 12:16ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।”
- ଆସାଙ୍କ ସୈନ୍ୟ ପଶୁପାଳକମାନଙ୍କ ତମ୍ବୁ ଆକ୍ରମଣ କରି ମେଷ ଓ ଓଟ ନେଇଯାଏଦ୍ଵି.ବଂ 14:15
ପଦଗୁଡ଼ିକ
ଦ୍ଵି.ବଂ 14:15ମଧ୍ୟ ସେମାନେ ପଶୁପଲର ତମ୍ବୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଓଟ ନେଇ ଯିରୂଶାଲମକୁ ଫେରିଗଲେ।
- ମେଷପାଳକର ତମ୍ବୁ ପରି ଉଠାଇ ଅନ୍ୟତ୍ର ନିଆଯାଏଯିଶା 38:12
ପଦଗୁଡ଼ିକ
ଯିଶା 38:12ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର