Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ବିଷୟ › ଘଣ୍ଟା ଓ ପ୍ରହର

ଆଶ୍ଚର୍ଯ୍ୟଜନକ ବିବରଣୀ

ବାଇବେଲରେ ଘଣ୍ଟା ଓ ପ୍ରହର

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 49ଟି ଅଂଶ, ଧାଡ଼ି ପରେ ଧାଡ଼ି।

  • “ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା”ଆଦି 1:5
    ପଦଗୁଡ଼ିକ
    ଆଦି 1:5ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
  • ଯୀଶୁ: “ଦିନରେ କଅଣ ବାର ଘଣ୍ଟା ନାହିଁ?”ଯୋହ 11:9
    ପଦଗୁଡ଼ିକ
    ଯୋହ 11:9ଯୀଶୁ ଉତ୍ତର ଦେଲେ, “ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;
  • ଦିନକର ବାଟ: ଏଲୀୟ ପ୍ରାନ୍ତର ମଧ୍ୟକୁ ସେତିକି ଗଲେପ୍ର.ରା 19:4
    ପଦଗୁଡ଼ିକ
    ପ୍ର.ରା 19:4ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”
  • ବିଶ୍ରାମବାରର ବାଟ: ଜୀତ ପର୍ବତରୁ ଯିରୂଶାଲମ ପର୍ଯ୍ୟନ୍ତପ୍ରେରି 1:12
    ପଦଗୁଡ଼ିକ
    ପ୍ରେରି 1:12ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମ ସହରକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା।
  • ଆୟୋଜନ ଦିନ: ବିଶ୍ରାମ ଦିନର ପୂର୍ବ ଦିନମାର୍କ 15:42, ଯୋହ 19:31
    ପଦଗୁଡ଼ିକ
    ମାର୍କ 15:42ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍‍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
    ଯୋହ 19:31ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ।
  • ବିଶ୍ରାମ ଦିନ ପୂର୍ବରୁ ସନ୍ଧ୍ୟାର ଛାୟା ପଡ଼ିବା ବେଳେ ନିହିମୀୟା ନଗରଦ୍ୱାର ବନ୍ଦ କଲେନିହି 13:19
    ପଦଗୁଡ଼ିକ
    ନିହି 13:19ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ୱାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମବାର କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରସମୂହରେ ନିଯୁକ୍ତ କଲି।
  • ଆହସ୍‍ଙ୍କ ସିଡ଼ିରେ ଛାୟା ଦଶ ପାହାଚ ପଛକୁ ଗଲାଦ୍ଵି.ରା 20:9–11
    ପଦଗୁଡ଼ିକ
    ଦ୍ଵି.ରା 20:9–11ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।” ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।” ତହୁଁ ଯିଶାଇୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍‌ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।

ରାତ୍ରିର ପ୍ରହର

  • ବିଳାପ: “ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର”ବିଳା 2:19
    ପଦଗୁଡ଼ିକ
    ବିଳା 2:19ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।
  • ପ୍ରହରୀ ବଦଳିବା ପରେ ମଧ୍ୟ ପ୍ରହରର ଆରମ୍ଭରେ ଗିଦିୟୋନ୍‍ ଆସିଲେବିଚାର 7:19
    ପଦଗୁଡ଼ିକ
    ବିଚାର 7:19ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍‍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳସ କଚାଡ଼ି ଭାଙ୍ଗି ପକାଇଲେ।
  • ପ୍ରଭାତୀୟ ପ୍ରହରରେ ମିସରୀୟ ଛାଉଣି ଅସ୍ତବ୍ୟସ୍ତ ହେଲାଯାତ୍ରା 14:24
    ପଦଗୁଡ଼ିକ
    ଯାତ୍ରା 14:24ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
  • ଶାଉଲ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟ ଛାଉଣି ଆକ୍ରମଣ କଲେପ୍ର.ଶା 11:11
    ପଦଗୁଡ଼ିକ
    ପ୍ର.ଶା 11:11ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ।
  • ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲିଲେମାଥି 14:25, ମାର୍କ 6:48
    ପଦଗୁଡ଼ିକ
    ମାଥି 14:25କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ,
    ମାର୍କ 6:48ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ।
  • ପ୍ରଭୁ ଦ୍ୱିତୀୟ କିମ୍ବା ତୃତୀୟ ପ୍ରହରରେ ଆସିପାରନ୍ତିଲୂକ 12:38
    ପଦଗୁଡ଼ିକ
    ଲୂକ 12:38ଆଉ ସେ ଯଦି ରାତ୍ରିର ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି, ତାହାହେଲେ ସେହି ଦାସମାନେ ଧନ୍ୟ।
  • ସନ୍ଧ୍ୟାରେ, ମଧ୍ୟରାତ୍ରିରେ, କୁକୁଡ଼ା ଡାକିବା ବେଳେ କିମ୍ବା ପ୍ରଭାତରେମାର୍କ 13:35
    ପଦଗୁଡ଼ିକ
    ମାର୍କ 13:35ଅତଏବ, କାଳେ ଗୃହକର୍ତ୍ତା ହଠାତ୍‍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି,
  • ଜଣେ ଗୀତକାର ରାତ୍ରିର ପ୍ରହରସବୁରେ ଧ୍ୟାନ କରନ୍ତିଗୀତ 63:6, ଗୀତ 119:148
    ପଦଗୁଡ଼ିକ
    ଗୀତ 63:6ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।
    ଗୀତ 119:148ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା।

ଦିନର ଘଣ୍ଟା

  • ପିତର: ଏବେ ଦିନର କେବଳ ତୃତୀୟ ଘଣ୍ଟାପ୍ରେରି 2:15
    ପଦଗୁଡ଼ିକ
    ପ୍ରେରି 2:15କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି, ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର।
  • ତୃତୀୟ, ଷଷ୍ଠ, ନବମ ଓ ଏକାଦଶ ଘଣ୍ଟାରେ ମୂଲିଆ ନିଯୁକ୍ତମାଥି 20:3, ମାଥି 20:5–6
    ପଦଗୁଡ଼ିକ
    ମାଥି 20:3ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,
    ମାଥି 20:5–6ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ। ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ‘ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?’
  • ସନ୍ଧ୍ୟା ହେବାରୁ ସମସ୍ତଙ୍କୁ ମଜୁରୀ ଦିଆଗଲା, ଶେଷରେ ନିଯୁକ୍ତମାନଙ୍କୁ ପ୍ରଥମେମାଥି 20:8–9
    ପଦଗୁଡ଼ିକ
    ମାଥି 20:8–9ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆପଣା ବେବର୍ତ୍ତାଙ୍କୁ କହିଲେ, ‘ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ।’ ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ।
  • ତୃତୀୟ ଘଣ୍ଟାରେ ସେମାନେ ଯୀଶୁଙ୍କୁ କ୍ରୁଶରେ ଦେଲେମାର୍କ 15:25
    ପଦଗୁଡ଼ିକ
    ମାର୍କ 15:25ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ।
  • ଷଷ୍ଠ ଘଣ୍ଟାରୁ ନବମ ଘଣ୍ଟା ପର୍ଯ୍ୟନ୍ତ ଅନ୍ଧକାରମାଥି 27:45, ମାର୍କ 15:33, ଲୂକ 23:44
    ପଦଗୁଡ଼ିକ
    ମାଥି 27:45ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।
    ମାର୍କ 15:33ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।
    ଲୂକ 23:44ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,
  • ପୀଲାତ: “ଦେଖ, ତୁମ୍ଭମାନଙ୍କ ରାଜା!” ପ୍ରାୟ ଷଷ୍ଠ ଘଣ୍ଟା ହୋଇଥିଲାଯୋହ 19:14
    ପଦଗୁଡ଼ିକ
    ଯୋହ 19:14ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା!
  • ସପ୍ତମ ଘଣ୍ଟାରେ ରାଜକର୍ମଚାରୀଙ୍କ ପୁତ୍ରର ଜ୍ୱର ଛାଡ଼ିଲାଯୋହ 4:52
    ପଦଗୁଡ଼ିକ
    ଯୋହ 4:52ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ। ସେଥିରେ ସେମାନେ ତାହାଙ୍କୁ କହିଲେ, କାଲି ଅପରାହ୍ନ ପ୍ରାୟ ଗୋଟାଏ ବେଳେ ତାହାକୁ ଜ୍ୱର ଛାଡ଼ିଗଲା।
  • ପ୍ରାୟ ଦଶମ ଘଣ୍ଟାରେ ଦୁଇ ଶିଷ୍ୟ ଯୀଶୁଙ୍କ ସହିତ ଗଲେଯୋହ 1:39
    ପଦଗୁଡ଼ିକ
    ଯୋହ 1:39ସେ ସେମାନଙ୍କୁ କହିଲେ, “ଆସ, ଦେଖିବ।” ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; କାରଣ ସେତେବେଳେ ପ୍ରାୟ ସନ୍ଧ୍ୟା ଚାରି ଘଣ୍ଟା ହୋଇଥିଲା।
  • ପିତର ଓ ଯୋହନ ନବମ ଘଣ୍ଟାରେ, ପ୍ରାର୍ଥନାର ସମୟରେ ମନ୍ଦିରକୁ ଗଲେପ୍ରେରି 3:1
    ପଦଗୁଡ଼ିକ
    ପ୍ରେରି 3:1ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍‍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।
  • କର୍ଣ୍ଣିଲୀୟ ନବମ ଘଣ୍ଟାରେ ପ୍ରାର୍ଥନା କରୁଥିଲେପ୍ରେରି 10:3, ପ୍ରେରି 10:30
    ପଦଗୁଡ଼ିକ
    ପ୍ରେରି 10:3ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।
    ପ୍ରେରି 10:30କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
  • ପିତର ପ୍ରାୟ ଷଷ୍ଠ ଘଣ୍ଟାରେ ପ୍ରାର୍ଥନା କରିବାକୁ ଛାତ ଉପରକୁ ଗଲେପ୍ରେରି 10:9
    ପଦଗୁଡ଼ିକ
    ପ୍ରେରି 10:9ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
  • ରାତ୍ରିର ତୃତୀୟ ଘଣ୍ଟାରେ ସୈନିକମାନେ କାଇସରିୟାକୁ ବାହାରିଲେପ୍ରେରି 23:23
    ପଦଗୁଡ଼ିକ
    ପ୍ରେରି 23:23ପରେ ସେ ଦୁଇ ଜଣ ଶତ-ସେନାପତିଙ୍କୁ ଡାକି କହିଲେ, କାଇସରିୟା ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶହ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।

ପ୍ରଭାତ, ମଧ୍ୟାହ୍ନ ଓ ମଧ୍ୟରାତ୍ରି

  • ଦାନିୟେଲ ଯିରୂଶାଲମ ଆଡ଼କୁ ଝରକା ଖୋଲା ରଖି ଦିନକୁ ତିନି ଥର ପ୍ରାର୍ଥନା କରୁଥିଲେଦାନି 6:10
    ପଦଗୁଡ଼ିକ
    ଦାନି 6:10ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାʼନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
  • ଏକ ଗୀତ: “ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି”ଗୀତ 55:17
    ପଦଗୁଡ଼ିକ
    ଗୀତ 55:17ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।
  • ଦିନର ଖରାରେ ଅବ୍ରହାମ ଆପଣା ତମ୍ବୁ ଦ୍ୱାରରେ ବସିଥିଲେଆଦି 18:1
    ପଦଗୁଡ଼ିକ
    ଆଦି 18:1ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।
  • ସନ୍ଧ୍ୟା ଆରମ୍ଭରେ ଇସ୍‌ହାକ କ୍ଷେତକୁ ବାହାରିଗଲେଆଦି 24:63
    ପଦଗୁଡ଼ିକ
    ଆଦି 24:63ପୁଣି, ସନ୍ଧ୍ୟା ବେଳେ ଧ୍ୟାନ କରିବା ପାଇଁ କ୍ଷେତ୍ରକୁ ଯାଇଥିଲା; ଏଥିମଧ୍ୟରେ ଅନାଇ ଓଟଗଣକୁ ଆସିବାର ଦେଖିଲା।
  • ନିସ୍ତାର ପର୍ବର ମେଷଶାବକମାନଙ୍କୁ ଗୋଧୂଳି ସମୟରେ ବଧ କରାଯାଉଥିଲାଯାତ୍ରା 12:6
    ପଦଗୁଡ଼ିକ
    ଯାତ୍ରା 12:6ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।
  • ସାନ୍ଧ୍ୟ ବଳିଦାନ ସମୟରେ ଏଲୀୟ ପ୍ରାର୍ଥନା କଲେପ୍ର.ରା 18:36
    ପଦଗୁଡ଼ିକ
    ପ୍ର.ରା 18:36ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
  • ନିହିମୀୟାଙ୍କ ଲୋକମାନେ ପ୍ରଭାତରୁ ତାରା ଦେଖାଯିବା ପର୍ଯ୍ୟନ୍ତ ବର୍ଚ୍ଛା ଧରିଥିଲେନିହି 4:21
    ପଦଗୁଡ଼ିକ
    ନିହି 4:21ଏହିରୂପେ ଆମ୍ଭେମାନେ ସେହି କାର୍ଯ୍ୟରେ ପରିଶ୍ରମ କଲୁ, ପୁଣି ପ୍ରତ୍ୟୁଷ ସମୟଠାରୁ ତାରା ଦେଖାଯିବା ପର୍ଯ୍ୟନ୍ତ ସେମାନଙ୍କର ଅର୍ଦ୍ଧେକ ଲୋକ ବର୍ଚ୍ଛା ଧରିଲେ।
  • ମଧ୍ୟରାତ୍ରିରେ ଶାମ୍‍ଶୋନ୍‍ ଘସାର ନଗରଦ୍ୱାରର କବାଟ ଉପାଡ଼ିଲେବିଚାର 16:3
    ପଦଗୁଡ଼ିକ
    ବିଚାର 16:3ମାତ୍ର ଶାମ୍‍ଶୋନ୍‍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗର ଦ୍ୱାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ ଶୃଙ୍ଗକୁ ଘେନିଗଲା।
  • ମଧ୍ୟରାତ୍ରିରେ ବୋୟଜ ଉଠି ଦେଖିଲେ ଯେ ତାଙ୍କ ପାଦ ପାଖରେ ଜଣେ ସ୍ତ୍ରୀ ଶୋଇଅଛିରୂତ 3:8
    ପଦଗୁଡ଼ିକ
    ରୂତ 3:8ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ?”
  • ପ୍ରାୟ ମଧ୍ୟରାତ୍ରିରେ ପାଉଲ ଓ ଶୀଲା କାରାଗାରରେ ପ୍ରାର୍ଥନା ଓ ସ୍ତବଗାନ କଲେପ୍ରେରି 16:25
    ପଦଗୁଡ଼ିକ
    ପ୍ରେରି 16:25କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।
  • ପାଉଲ ମଧ୍ୟରାତ୍ରି ପର୍ଯ୍ୟନ୍ତ କଥା କହିଲେ, ଆଉ ଇଉତୁଖ ଝରକାରୁ ପଡ଼ିଗଲାପ୍ରେରି 20:7, ପ୍ରେରି 20:9
    ପଦଗୁଡ଼ିକ
    ପ୍ରେରି 20:7ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।
    ପ୍ରେରି 20:9ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।
  • କୁକୁଡ଼ା ଦ୍ୱିତୀୟ ଥର ଡାକିଲା, ଆଉ ପିତର ସ୍ମରଣ କଲେମାର୍କ 14:30, ମାର୍କ 14:72
    ପଦଗୁଡ଼ିକ
    ମାର୍କ 14:30ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
    ମାର୍କ 14:72ସେହିକ୍ଷଣି କୁକୁଡ଼ା ଦ୍ୱିତୀୟ ଥର ରାବିଲା। ଏଥିରେ, “କୁକୁଡ଼ା ଦ୍ୱିତୀୟ ଥର ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାହାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ।
  • ସପ୍ତାହର ପ୍ରଥମ ଦିନ ଅତି ପ୍ରଭାତରେ, ସୂର୍ଯ୍ୟୋଦୟ ପରେ ସେମାନେ କବରକୁ ଗଲେମାର୍କ 16:2
    ପଦଗୁଡ଼ିକ
    ମାର୍କ 16:2ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର