ଅନୁସନ୍ଧାନ › ବିଷୟ › ଦୁର୍ଗ ଓ ପ୍ରହରୀ ଦୁର୍ଗ
ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ଦୁର୍ଗ ଓ ପ୍ରହରୀ ଦୁର୍ଗ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 30ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ବାବିଲରେ: ଆକାଶ ପର୍ଯ୍ୟନ୍ତ ପହଞ୍ଚୁଥିବା ଦୁର୍ଗ ସହିତ ଏକ ନଗରଆଦି 11:4
ପଦଗୁଡ଼ିକ
ଆଦି 11:4ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
- ନଗର ଓ ଦୁର୍ଗ ଦେଖିବା ପାଇଁ ସଦାପ୍ରଭୁ ଓହ୍ଲାଇ ଆସିଲେଆଦି 11:5
ପଦଗୁଡ଼ିକ
ଆଦି 11:5ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
- ସେମାନେ ନଗର ନିର୍ମାଣ ବନ୍ଦ କଲେ, ଆଉ ତାହାର ନାମ ବାବିଲ ହେଲାଆଦି 11:8–9
ପଦଗୁଡ଼ିକ
ଆଦି 11:8–9ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ। ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
- ଯାକୁବ ଏଦର ଗଡ଼ ପାର ହୋଇ ତମ୍ବୁ ସ୍ଥାପନ କଲେଆଦି 35:21
ପଦଗୁଡ଼ିକ
ଆଦି 35:21ଏଥିଉତ୍ତାରେ ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ବୁ ସ୍ଥାପନ କଲେ।
ଯୁଦ୍ଧରେ ଦୁର୍ଗ
- ଗିଦିୟୋନ୍ ପନୂୟେଲର ଦୁର୍ଗକୁ ଧମକ ଦେଲେ, ତା’ପରେ ତାହା ଭାଙ୍ଗିଦେଲେବିଚାର 8:9, ବିଚାର 8:17
ପଦଗୁଡ଼ିକ
ବିଚାର 8:9ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, “ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।”
ବିଚାର 8:17ପୁଣି ସେ ପନୂୟେଲ ଗଡ଼ ଭାଙ୍ଗି ପକାଇଲେ ଓ ନଗରସ୍ଥ ଲୋକମାନଙ୍କୁ ବଧ କଲେ।
- ଅବୀମେଲକ୍ ଶିଖିମର ଦୁର୍ଗ ପୋଡ଼ିବାରୁ ପ୍ରାୟ ଏକ ହଜାର ଲୋକ ମଲେବିଚାର 9:46, ବିଚାର 9:49
ପଦଗୁଡ଼ିକ
ବିଚାର 9:46ଏଥିଉତ୍ତାରେ ଶିଖିମ ଗଡ଼ସ୍ଥିତ ଲୋକଗଣ ଏ କଥା ଶୁଣି ଏଲ୍-ବରୀତ୍ ମନ୍ଦିରସ୍ଥିତ ଉଚ୍ଚ ଗୃହରେ ପ୍ରବେଶ କଲେ।
ବିଚାର 9:49ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ସେହିପରି ଏକ ଏକ ଡାଳ କାଟି ଅବୀମେଲକ୍ର ପଛେ ପଛେ ଯାଇ ସେହି ଉଚ୍ଚ ଗୃହ ପାଖରେ ରଖିଲେ ଓ ସେହି ଉଚ୍ଚ ଗୃହରେ ସେମାନଙ୍କ ଉପରେ ଅଗ୍ନି ଲଗାଇଲେ; ତେଣୁ ଶିଖିମ ଗଡ଼ର ସମସ୍ତ ଲୋକ ମଧ୍ୟ ମଲେ, ସେମାନେ ସ୍ତ୍ରୀ ପୁରୁଷ ଊଣାଧିକ ଏକ ହଜାର ଲୋକ ଥିଲେ।
- ତେବେସରେ ଲୋକମାନେ ଏକ ଦୃଢ଼ ଦୁର୍ଗରେ ଆପଣାମାନଙ୍କୁ ବନ୍ଦ କଲେବିଚାର 9:50–52
ପଦଗୁଡ଼ିକ
ବିଚାର 9:50–52ଏଉତ୍ତାରେ ଅବୀମେଲକ୍ ତେବେସକୁ ଗଲା ଓ ତେବସ ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହା ହସ୍ତଗତ କଲା। ମାତ୍ର ସେହି ନଗର ଭିତରେ ଗୋଟିଏ ଦୃଢ଼ ଗଡ଼ ଥିଲା; ଏଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ସେସ୍ଥାନକୁ ପଳାଇ ତହିଁ ଭିତରେ ଆପଣାମାନଙ୍କୁ ରୁଦ୍ଧ କରି ଗଡ଼ର ଛାତ ଉପରକୁ ଗଲେ। ତହୁଁ ଅବୀମେଲକ୍ ସେହି ଗଡ଼କୁ ଆସି ତହିଁ ବିରୁଦ୍ଧରେ ଯୁଦ୍ଧ କଲା ଓ ତାହା ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ଗଡ଼ଦ୍ୱାରର ଅତି ନିକଟକୁ ଗଲା।
- ତାହାର ଛାତରୁ ଜଣେ ସ୍ତ୍ରୀ ଅବୀମେଲକ୍ ଉପରେ ଚକି ପକାଇଲାବିଚାର 9:53
ପଦଗୁଡ଼ିକ
ବିଚାର 9:53ତହିଁରେ ଜଣେ ସ୍ତ୍ରୀ ଚକିର ଉପର-ପଟ ଅବୀମେଲକ୍ର ମୁଣ୍ଡ ଉପରକୁ ପକାଇ ତାହାର ଖପୁରି ଭାଙ୍ଗି ପକାଇଲା।
- ଯିଷ୍ରିୟେଲର ଦୁର୍ଗରେ ଜଣେ ପ୍ରହରୀ ଯେହୂଙ୍କ ସୈନ୍ୟ ଆସୁଥିବାର ଦେଖିଲାଦ୍ଵି.ରା 9:17
ପଦଗୁଡ଼ିକ
ଦ୍ଵି.ରା 9:17ସେତେବେଳେ ଯିଷ୍ରିୟେଲ ଦୁର୍ଗ ଉପରେ ପ୍ରହରୀ ଠିଆ ହୋଇଥିଲା, ପୁଣି ଯେହୂ ଆସୁ ଆସୁ ପ୍ରହରୀ ତାଙ୍କର ଲୋକଦଳକୁ ଦେଖି କରି କହିଲା, “ମୁଁ ଏକ ଦଳ ଲୋକ ଦେଖୁଅଛି।” ତହିଁରେ ଯୋରାମ୍ କହିଲେ, “ଜଣେ ଅଶ୍ୱାରୋହୀକୁ ନେଇ ସେମାନଙ୍କୁ ସାକ୍ଷାତ କରିବା ପାଇଁ ପଠାଅ ଓ ସେ ପଚାରୁ, ‘କୁଶଳ କି?’”
- “ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ”ଦ୍ଵି.ରା 17:9, ଦ୍ଵି.ରା 18:8
ପଦଗୁଡ଼ିକ
ଦ୍ଵି.ରା 17:9ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ।
ଦ୍ଵି.ରା 18:8ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।
ଦୁର୍ଗ ନିର୍ମାଣ କରିଥିବା ରାଜା
- ଆସା: ପ୍ରାଚୀର ଓ ଦୁର୍ଗ, କବାଟ ଓ ଅର୍ଗଳ ସହିତ ନଗରଦ୍ଵି.ବଂ 14:7
ପଦଗୁଡ଼ିକ
ଦ୍ଵି.ବଂ 14:7ଏହେତୁ ସେ ଯିହୁଦାକୁ କହିଲେ, “ଆସ, ଆମ୍ଭେମାନେ ଏହିସବୁ ନଗର ନିର୍ମାଣ କରି ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଓ ଦୁର୍ଗ, ଦ୍ୱାର ଓ ଅର୍ଗଳ ପ୍ରସ୍ତୁତ କରୁ; ଦେଶ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ସମ୍ମୁଖରେ ଅଛି, ଯେହେତୁ ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଅନ୍ୱେଷଣ କରିଅଛୁ; ଆମ୍ଭେମାନେ ତାହାଙ୍କର ଅନ୍ୱେଷଣ କରିଅଛୁ ଓ ସେ ଆମ୍ଭମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଇଅଛନ୍ତି।” ତହୁଁ ସେମାନେ ନଗର ନିର୍ମାଣ କରି କୃତକାର୍ଯ୍ୟ ହେଲେ।
- ଉଷୀୟ ଯିରୂଶାଲମର ଦ୍ୱାରରେ ଓ ପ୍ରାନ୍ତରରେ ଦୁର୍ଗ ନିର୍ମାଣ କଲେଦ୍ଵି.ବଂ 26:9–10
ପଦଗୁଡ଼ିକ
ଦ୍ଵି.ବଂ 26:9–10ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ। ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।
- ଉଷୀୟଙ୍କ ଯନ୍ତ୍ରସବୁ ଦୁର୍ଗରୁ ତୀର ଓ ବଡ଼ ପଥର ଫିଙ୍ଗୁଥିଲାଦ୍ଵି.ବଂ 26:15
ପଦଗୁଡ଼ିକ
ଦ୍ଵି.ବଂ 26:15ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ।
- ଯୋଥମ୍ ବଣରେ ଗଡ଼ ଓ ଦୁର୍ଗ ନିର୍ମାଣ କଲେଦ୍ଵି.ବଂ 27:4
ପଦଗୁଡ଼ିକ
ଦ୍ଵି.ବଂ 27:4ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।
- ହିଜକୀୟ ଭଙ୍ଗା ପ୍ରାଚୀର ପୁଣି ଗଢ଼ି ତହିଁ ଉପରେ ଦୁର୍ଗ ଉଠାଇଲେଦ୍ଵି.ବଂ 32:5
ପଦଗୁଡ଼ିକ
ଦ୍ଵି.ବଂ 32:5ପୁଣି, ସେ ସାହସ ବାନ୍ଧି ସମସ୍ତ ଭଗ୍ନ ପ୍ରାଚୀର ନିର୍ମାଣ କରି ଦୁର୍ଗ ସମାନ ଓ ବହିଃସ୍ଥିତ ଅନ୍ୟ ପ୍ରାଚୀର ସମାନ ଉଚ୍ଚ କଲେ ଓ ଦାଉଦ-ନଗରସ୍ଥ ମିଲ୍ଲୋ ଦୃଢ଼ କଲେ, ଆଉ ପ୍ରଚୁର ଅସ୍ତ୍ର ଓ ଢାଲ ପ୍ରସ୍ତୁତ କଲେ।
ଯିରୂଶାଲମର ଦୁର୍ଗ
- ହମିୟ ଦୁର୍ଗ ଓ ହନନେଲ ଦୁର୍ଗନିହି 3:1, ନିହି 12:39
ପଦଗୁଡ଼ିକ
ନିହି 3:1ଏହାପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।
ନିହି 12:39ଆଉ, ଇଫ୍ରୟିମ-ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ୱାରରେ ଠିଆ ହୋଇ ରହିଲେ।
- ତୁନ୍ଦୁରୁ-ଦୁର୍ଗନିହି 3:11, ନିହି 12:38
ପଦଗୁଡ଼ିକ
ନିହି 3:11ହାରୀମ୍ର ପୁତ୍ର ମଲ୍କୀୟ ଓ ପହତ୍-ମୋୟାବର ପୁତ୍ର ହଶୂବ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗର ମରାମତି କଲେ।
ନିହି 12:38ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ;
- ଓଫଲର ପ୍ରାଚୀର ନିକଟରେ ବାହାରକୁ ବାହାରିଥିବା ବଡ଼ ଦୁର୍ଗନିହି 3:25–27
ପଦଗୁଡ଼ିକ
ନିହି 3:25–27ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ମରାମତି କଲା। ତାହାଙ୍କ ପରେ ପରିୟୋଶର ପୁତ୍ର ପଦାୟ ମରାମତି କଲା। ଏହି ସମୟରେ ଓଫଲରେ ବାସ କରୁଥିବା ନଥୀନୀୟମାନେ ଜଳଦ୍ୱାରର ପୂର୍ବ ଦିଗର ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ମରାମତି କଲେ। ତାହା ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲେ।
- ଶୀଲୋହର ଦୁର୍ଗ ପଡ଼ିବାରୁ ଅଠର ଜଣ ମଲେଲୂକ 13:4
ପଦଗୁଡ଼ିକ
ଲୂକ 13:4କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
ଦ୍ରାକ୍ଷାକ୍ଷେତ୍ର ଓ ବାଣୀ
- ଦ୍ରାକ୍ଷାକ୍ଷେତ୍ରର ମାଲିକ ଏକ ପ୍ରହରୀ ଦୁର୍ଗ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ଖୋଳେଯିଶା 5:2, ମାଥି 21:33
ପଦଗୁଡ଼ିକ
ଯିଶା 5:2ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।
ମାଥି 21:33“ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।
- ଯୀଶୁ: ଦୁର୍ଗ ନିର୍ମାଣ କରିବା ପୂର୍ବରୁ ବ୍ୟୟ ହିସାବ କରଲୂକ 14:28–30
ପଦଗୁଡ଼ିକ
ଲୂକ 14:28–30କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ? କାଳେ ସେ ମୂଳଦୁଆ ପଥର ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ, ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରିପାରିଲା ନାହିଁ।
- ଜଣେ ପ୍ରହରୀ: ଦିନକୁ ଦିନ ମୁଁ ପ୍ରହରୀ ଦୁର୍ଗରେ ଠିଆ ହୁଏଯିଶା 21:8
ପଦଗୁଡ଼ିକ
ଯିଶା 21:8ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନ ବେଳେ ନିରନ୍ତର ପ୍ରହରୀ-ଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,
- ପରମ ଗୀତ: ତୁମ୍ଭର ଗଳଦେଶ ଦାଉଦଙ୍କ ଦୁର୍ଗ ତୁଲ୍ୟପ.ଗୀ 4:4, ପ.ଗୀ 7:4
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର