ଅନୁସନ୍ଧାନ › ବିଷୟ › ବାଣିଜ୍ୟ ଓ ବଣିକ
ଦୈନନ୍ଦିନ ଜୀବନ
ବାଇବେଲରେ ବାଣିଜ୍ୟ ଓ ବଣିକ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 37ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ଅବ୍ରହାମ “ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ” ରୂପା ତୌଲି ଦିଅନ୍ତିଆଦି 23:16
ପଦଗୁଡ଼ିକ
ଆଦି 23:16ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।
- ଇଶ୍ମାୟେଲୀୟ ପଥିକ ଦଳ ମିସରକୁ ସୁଗନ୍ଧି ଦ୍ରବ୍ୟ, ଗୁଗ୍ଗୁଳ ଓ ଗନ୍ଧରସ ନେଇଯାଏଆଦି 37:25
ପଦଗୁଡ଼ିକ
ଆଦି 37:25ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।
- ଯୋଷେଫଙ୍କୁ କୋଡ଼ିଏ ଶେକଲ ରୂପାରେ ବଣିକମାନଙ୍କୁ ବିକିଦିଆଯାଏଆଦି 37:28, ଆଦି 37:36
ପଦଗୁଡ଼ିକ
ଆଦି 37:28ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
ଆଦି 37:36ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।
- ହୂରମ୍ ଏରସ ଓ ଦେବଦାରୁ କାଠ ପଠାନ୍ତି; ଶଲୋମନ ଗହମ ଓ ଜୀତ ତେଲରେ ଦାମ ଦିଅନ୍ତିପ୍ର.ରା 5:8–11, ଦ୍ଵି.ବଂ 2:15
ପଦଗୁଡ଼ିକ
ପ୍ର.ରା 5:8–11ଏଉତ୍ତାରେ ହୂରମ୍ ଶଲୋମନଙ୍କ ନିକଟକୁ କହି ପଠାଇଲା, “ଆପଣ ମୋʼ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି। ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ।” ଏହିରୂପେ ହୂରମ୍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ ଓ ଦେବଦାରୁ କାଷ୍ଠ ଦେଲା। ପୁଣି, ଶଲୋମନ ହୂରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍କୁ ଦେଲେ।
ଦ୍ଵି.ବଂ 2:15ଏହେତୁ ମୋʼ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;
- ଶଲୋମନଙ୍କ ଜାହାଜଦଳ ଓଫୀରରୁ 420 ତାଳନ୍ତ ସୁନା ଆଣେପ୍ର.ରା 9:26–28
ପଦଗୁଡ଼ିକ
ପ୍ର.ରା 9:26–28ଏଥିଉତ୍ତାରେ ଶଲୋମନ ରାଜା ଇଦୋମ ଦେଶରେ ସୂଫ ସାଗରତୀରସ୍ଥ ଏଲତ୍ ନିକଟବର୍ତ୍ତୀ ଇତ୍ସିୟୋନ-ଗେବରରେ ଜାହାଜମାନ ନିର୍ମାଣ କଲେ। ପୁଣି, ହୂରମ୍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା। ଆଉ ସେମାନେ ଓଫୀରକୁ ଯାଇ ସେଠାରୁ ଚାରି ଶହ କୋଡ଼ିଏ ତାଳନ୍ତ ସୁନା ନେଇ ଶଲୋମନ ରାଜାଙ୍କ ନିକଟକୁ ଆଣିଲେ।
- ଶଲୋମନ ବଣିକ ଓ ବ୍ୟବସାୟୀମାନଙ୍କଠାରୁ ରାଜସ୍ୱ ପାଆନ୍ତିପ୍ର.ରା 10:15, ଦ୍ଵି.ବଂ 9:14
ପଦଗୁଡ଼ିକ
ପ୍ର.ରା 10:15ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି, ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା।
ଦ୍ଵି.ବଂ 9:14ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ।
- ନୟମୀ ଏଲିମେଲକଙ୍କ ଭୂମି ବିକ୍ରୟ କରନ୍ତିରୂତ 4:3
ପଦଗୁଡ଼ିକ
ରୂତ 4:3ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକୁ କହିଲା, “ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ଡ ଥିଲା, ତାହା ମୋୟାବ ଦେଶରୁ ଫେରି ଆସିଥିବା ନୟମୀ ବିକ୍ରୟ କରୁଅଛି।
- ସୁନାରି ଓ ବଣିକମାନେ ଯିରୂଶାଲମର ପ୍ରାଚୀରର ଏକ ଅଂଶ ମରାମତି କରନ୍ତିନିହି 3:32
ପଦଗୁଡ଼ିକ
ନିହି 3:32ପୁଣି, କୋଣର ଉଠାଣି ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ମରାମତି କଲେ।
- ସୋରର ଲୋକମାନେ ବିଶ୍ରାମ ଦିନରେ ଯିରୂଶାଲମରେ ମାଛ ବିକନ୍ତିନିହି 13:16
ପଦଗୁଡ଼ିକ
ନିହି 13:16ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରି କଲେ।
- ନିହିମୀୟା ନଗରଦ୍ୱାର ବନ୍ଦ କରନ୍ତି; ବଣିକମାନେ ନଗର ବାହାରେ ରାତି କାଟନ୍ତିନିହି 13:19–20
ପଦଗୁଡ଼ିକ
ନିହି 13:19–20ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ୱାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମବାର କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରସମୂହରେ ନିଯୁକ୍ତ କଲି। ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ ବିକ୍ରୟକାରୀମାନେ ଏକ ଦୁଇ ଥର ଯିରୂଶାଲମ ବାହାରେ ରାତ୍ରି କ୍ଷେପଣ କଲେ।
- ଗୁଣବତୀ ଭାର୍ଯ୍ୟା କ୍ଷେତ କିଣେ ଓ କ୍ଷୌମ ବସ୍ତ୍ର ବିକେହିତୋ 31:16, ହିତୋ 31:24
ପଦଗୁଡ଼ିକ
ହିତୋ 31:16ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
ହିତୋ 31:24ସେ ସୂକ୍ଷ୍ମ ବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
- ପାଉଲଙ୍କ ଜାହାଜ ସୋରରେ ମାଲ ଓହ୍ଲାଏପ୍ରେରି 21:2–3
ପଦଗୁଡ଼ିକ
ପ୍ରେରି 21:2–3ସେଠାରେ ଆମ୍ଭେମାନେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ସେଥିରେ ଚଢ଼ି ଯାତ୍ରା କଲୁ। ପରେ ସାଇପ୍ରସ୍ ଦ୍ୱୀପ ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟା ଅଞ୍ଚଳକୁ ଯାତ୍ରା କରି ସୋର ସହରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।
- ଲୂଦିଆ, ଥୁୟାଥିରାର ବାଇଗଣି ବସ୍ତ୍ର ବ୍ୟବସାୟିନୀପ୍ରେରି 16:14
ପଦଗୁଡ଼ିକ
ପ୍ରେରି 16:14ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।
- ମନ୍ଦିର ପ୍ରାଙ୍ଗଣରେ ଟଙ୍କା ବଦଳାଉଥିବା ଓ କପୋତ ବିକୁଥିବା ଲୋକଯୋହ 2:14
ପଦଗୁଡ଼ିକ
ଯୋହ 2:14ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;
- ଜଣେ ବଣିକ ଗୋଟିଏ ବହୁମୂଲ୍ୟ ମୁକ୍ତା ପାଇଁ ଆପଣାର ସର୍ବସ୍ୱ ବିକିଦିଏ (ଏକ ଦୃଷ୍ଟାନ୍ତ)ମାଥି 13:45–46
ପଦଗୁଡ଼ିକ
ମାଥି 13:45–46“ପୁନଶ୍ଚ, ସ୍ୱର୍ଗରାଜ୍ୟ ଉତ୍ତମ ଉତ୍ତମ ମୁକ୍ତା ଅନ୍ୱେଷଣ କରୁଥିବା ଜଣେ ବଣିକ ଭଳି। ଗୋଟିଏ ବହୁମୂଲ୍ୟ ମୁକ୍ତା ଦେଖି ସେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି ମୁକ୍ତାକୁ କ୍ରୟ କଲା।”
- ବ୍ୟବସାୟ କରିବା ପାଇଁ ଦାସମାନଙ୍କୁ ଟଙ୍କା ଦିଆଯାଏ (ଏକ ଦୃଷ୍ଟାନ୍ତ)ଲୂକ 19:13, ମାଥି 25:16
ପଦଗୁଡ଼ିକ
ଲୂକ 19:13ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର।
ମାଥି 25:16ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା।
- “ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ” … “ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ”ଯାକୁ 4:13
ପଦଗୁଡ଼ିକ
ଯାକୁ 4:13ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;
ସୋର ସହିତ ବାଣିଜ୍ୟ (ଯିହିଜିକଲ 27)
- ତର୍ଶୀଶ: ରୂପା, ଲୁହା, ଟିଣ ଓ ସୀସାଯିହି 27:12
ପଦଗୁଡ଼ିକ
ଯିହି 27:12“ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
- ଯବନ, ତୁବଲ୍ ଓ ମେଶକ୍: ଦାସ ଓ ପିତ୍ତଳ ପାତ୍ରଯିହି 27:13
ପଦଗୁଡ଼ିକ
ଯିହି 27:13ଯବନ, ତୁବଲ୍ ଓ ମେଶକ୍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
- ତୋଗର୍ମା: ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚରଯିହି 27:14
ପଦଗୁଡ଼ିକ
ଯିହି 27:14ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
- ଦଦାନ: ଜିନ କପଡ଼ା; ଦ୍ୱୀପସମୂହ: ହାତୀଦାନ୍ତ ଓ ଅବଲୁସ୍ କାଷ୍ଠଯିହି 27:15, ଯିହି 27:20
ପଦଗୁଡ଼ିକ
ଯିହି 27:15ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍ କାଷ୍ଠ ଆଣିଲେ।
ଯିହି 27:20ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।
- ଅରାମ: ତାମ୍ରମଣି, ବାଇଗଣି ବସ୍ତ୍ର, ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର, ପ୍ରବାଳ ଓ ପଦ୍ମରାଗ ମଣିଯିହି 27:16
ପଦଗୁଡ଼ିକ
ଯିହି 27:16ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
- ଯିହୁଦା ଓ ଇସ୍ରାଏଲ: ଗହମ, ମଧୁ, ତୈଳ ଓ ଗୁଗ୍ଗୁଳଯିହି 27:17
ପଦଗୁଡ଼ିକ
ଯିହି 27:17ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
- ଦମ୍ମେଶକ: ହିଲ୍ବୋନର ଦ୍ରାକ୍ଷାରସ ଓ ମେଷଲୋମଯିହି 27:18
ପଦଗୁଡ଼ିକ
ଯିହି 27:18ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।
- ଆରବ ଓ କେଦାର: ମେଷଶାବକ, ମେଷ ଓ ଛାଗଯିହି 27:21
ପଦଗୁଡ଼ିକ
ଯିହି 27:21ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।
- ଶିବା ଓ ରୟମା: ଗନ୍ଧଦ୍ରବ୍ୟ, ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣଯିହି 27:22
ପଦଗୁଡ଼ିକ
ଯିହି 27:22ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
ବ୍ୟବସ୍ଥାରେ
- ସଠିକ ତରାଜୁ, ବଟଖରା ଓ ମାପଲେବୀ 19:35–36, ଦ୍ବି.ବି 25:13–15
ପଦଗୁଡ଼ିକ
ଲେବୀ 19:35–36ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ। ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ଦ୍ବି.ବି 25:13–15ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ। ତୁମ୍ଭେ ଆପଣା ଗୃହରେ ଊଣା ଅଧିକ ପରିମାଣର ପାତ୍ର ରଖିବ ନାହିଁ। ତୁମ୍ଭେ ଯଥାର୍ଥ ଓ ନ୍ୟାୟ ବଟଖରା ରଖିବ, ପୁଣି ଯଥାର୍ଥ ଓ ନ୍ୟାୟ ପରିମାଣ ପାତ୍ର ରଖିବ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦିନ ଦୀର୍ଘ ହେବ।
- କ୍ରେତା ଓ ବିକ୍ରେତା ପରସ୍ପରକୁ ଠକିବେ ନାହିଁଲେବୀ 25:14
ପଦଗୁଡ଼ିକ
ଲେବୀ 25:14ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ।
ବାଣୀ
- କିଣିବା ଲୋକ କହେ, “ଭଲ ନୁହେଁ, ଭଲ ନୁହେଁ,” ତା’ପରେ ବାଟରେ ଦର୍ପ କରେହିତୋ 20:14
ପଦଗୁଡ଼ିକ
ହିତୋ 20:14କିଣିବା ଲୋକ କହେ, “ଭଲ ନୁହେଁ, ଭଲ ନୁହେଁ,” ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
- ଶସ୍ୟ ବିକିବା ପାଇଁ ବିଶ୍ରାମ ଦିନ ଶେଷ ହେବାକୁ ଅପେକ୍ଷା କରୁଥିବା ବଣିକଆମୋ 8:5
ପଦଗୁଡ଼ିକ
ଆମୋ 8:5“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର