ଅନୁସନ୍ଧାନ › ବିଷୟ › ବିଶ୍ୱାସଘାତକ ଓ ଶତ୍ରୁ ହସ୍ତରେ ସମର୍ପଣକାରୀ
ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ବିଶ୍ୱାସଘାତକ ଓ ଶତ୍ରୁ ହସ୍ତରେ ସମର୍ପଣକାରୀ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 26ଟି ଅଂଶ, ଧାଡ଼ି ପରେ ଧାଡ଼ି।
ଯିହୂଦା
- ଦ୍ୱାଦଶଙ୍କ ମଧ୍ୟରୁ ଜଣେ ଇଷ୍କାରିୟୋତୀୟ ଯିହୂଦା, “ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା”ଲୂକ 6:16
ପଦଗୁଡ଼ିକ
ଲୂକ 6:16ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
- ଟଙ୍କା ଥଳୀର ରକ୍ଷକ ଭାବରେ ସେ ସେଥିରୁ ନେଉଥିଲାଯୋହ 12:6
ପଦଗୁଡ଼ିକ
ଯୋହ 12:6ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା।
- ପ୍ରଧାନ ଯାଜକମାନେ କʼଣ ଦେବେ ବୋଲି ସେ ପଚାରିଲା: ତିରିଶ ଖଣ୍ଡ ରୂପାମାଥି 26:14–15
ପଦଗୁଡ଼ିକ
ମାଥି 26:14–15ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା, ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।
- ସେହି ସମୟଠାରୁ ସେ ଲୋକଗହଳିରୁ ଦୂରରେ ସୁଯୋଗ ଖୋଜିଲାମାଥି 26:16, ମାର୍କ 14:11, ଲୂକ 22:6
ପଦଗୁଡ଼ିକ
ମାଥି 26:16ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।
ମାର୍କ 14:11ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା।
ଲୂକ 22:6ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।
- ଭୋଜନ ସମୟରେ ଯୀଶୁ କହିଲେ: “ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ”ମାଥି 26:21
ପଦଗୁଡ଼ିକ
ମାଥି 26:21ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
- ଯିହୂଦା: “ହେ ଗୁରୁ, ସେ କଅଣ ମୁଁ?”ମାଥି 26:25
ପଦଗୁଡ଼ିକ
ମାଥି 26:25ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ସେ ତାହାକୁ କହିଲେ, “ତୁମ୍ଭେ କହିଅଛ।”
- ଯୀଶୁ ଯିହୂଦାକୁ ବୁଡ଼ାଇଥିବା ରୁଟିଖଣ୍ଡ ଦେଲେ, ଆଉ ଯିହୂଦା ରାତିରେ ବାହାରିଗଲାଯୋହ 13:26, ଯୋହ 13:30
- ଯିହୂଦା ସେହି ଉଦ୍ୟାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଶିଷ୍ୟମାନଙ୍କ ସହିତ ସେଠାରେ ମିଳିତ ହେଉଥିଲେଯୋହ 18:2
ପଦଗୁଡ଼ିକ
ଯୋହ 18:2ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ।
- ସେ ଲଣ୍ଠନ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରିଥିବା ସୈନିକମାନଙ୍କ ସହିତ ଆସିଲାଯୋହ 18:3
ପଦଗୁଡ଼ିକ
ଯୋହ 18:3ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।
- ସଙ୍କେତ: “ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି”ମାଥି 26:48–49, ମାର୍କ 14:44–45
ପଦଗୁଡ଼ିକ
ମାଥି 26:48–49ଆଉ, ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି, ତାହାଙ୍କୁ ଧରିବ। ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା।
ମାର୍କ 14:44–45ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ। ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ଚୁମ୍ବନ କଲା।
- “ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ?”ଲୂକ 22:47–48
ପଦଗୁଡ଼ିକ
ଲୂକ 22:47–48ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା। କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ?”
- ଅନୁତାପରେ ପୂର୍ଣ୍ଣ ହୋଇ ସେ ରୂପା ଫେରାଇଦେଲା ଓ ଫାଶୀ ଦେଇ ମଲାମାଥି 27:3–5
ପଦଗୁଡ଼ିକ
ମାଥି 27:3–5ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ଫେରାଇ ଆଣି କହିଲା, ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି? ତୁ ତାହା ବୁଝ୍। ତହିଁରେ ସେ ରୌପ୍ୟ-ମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା।
- ସେହି ଟଙ୍କାରେ କୁମ୍ଭକାରର କ୍ଷେତ୍ର କିଣାଗଲା, ଯାହାକୁ ରକ୍ତକ୍ଷେତ୍ର କୁହାଯାଏମାଥି 27:7–8
ପଦଗୁଡ଼ିକ
ମାଥି 27:7–8ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ। ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି।
- ପ୍ରେରିତ ପୁସ୍ତକରେ ସେହି କ୍ଷେତ୍ରକୁ ହକଲ୍ଦମା କୁହାଯାଏପ୍ରେରି 1:18–19
ପଦଗୁଡ଼ିକ
ପ୍ରେରି 1:18–19ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା; ଆଉ, ଏହା ଯିରୂଶାଲମ ସହରରେ ବାସ କରୁଥିବା ସମସ୍ତ ଲୋକ ଜାଣିବାରୁ, ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ “ହକଲ୍ଦମା”, ଅର୍ଥାତ୍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା।
ଅନ୍ୟମାନେ
- ବେଥେଲ୍ର ଜଣେ ଲୋକ ଗୁପ୍ତଚରମାନଙ୍କୁ ଭିତରକୁ ଯିବା ବାଟ ଦେଖାଇଲା; ତାହାର ପରିବାର ରକ୍ଷା ପାଇଲାବିଚାର 1:23–25
ପଦଗୁଡ଼ିକ
ବିଚାର 1:23–25ସେତେବେଳେ ଯୋଷେଫ-ବଂଶ ବେଥେଲ୍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା। ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, “ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।” ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।
- ପ୍ରତ୍ୟେକ ପଲେଷ୍ଟୀୟ ଅଧିପତି ଶାମ୍ଶୋନ୍ଙ୍କ ବଳର ରହସ୍ୟ ପାଇଁ ଦଲୀଲାକୁ ରୂପା ଦେବାକୁ କହିଲେବିଚାର 16:5
ପଦଗୁଡ଼ିକ
ବିଚାର 16:5ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”
- ଶାମ୍ଶୋନ୍ ରହସ୍ୟ କହିବାରୁ ସେ ସେମାନଙ୍କୁ ଡକାଇଲା, ଆଉ ସେମାନେ ଟଙ୍କା ଆଣିଲେବିଚାର 16:18
ପଦଗୁଡ଼ିକ
ବିଚାର 16:18ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ “ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି,” ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ;
- ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ କହିଲା ଯେ ନୋବର ଯାଜକ ଦାଉଦଙ୍କୁ ସାହାଯ୍ୟ କରିଥିଲେପ୍ର.ଶା 22:9–10
ପଦଗୁଡ଼ିକ
ପ୍ର.ଶା 22:9–10ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍ ଉତ୍ତର ଦେଇ କହିଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବ୍ର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି। ପୁଣି, ଅହୀମେଲକ୍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଦେଲା।”
- କିୟୀଲାର ଲୋକମାନେ ତାଙ୍କୁ ଶାଉଲଙ୍କ ହାତରେ ସମର୍ପଣ କରିବେ ବୋଲି ଦାଉଦ ଜାଣନ୍ତିପ୍ର.ଶା 23:12
ପଦଗୁଡ଼ିକ
ପ୍ର.ଶା 23:12ତେବେ ଦାଉଦ କହିଲେ, “କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ?” ତହିଁରେ ସଦାପ୍ରଭୁ କହିଲେ, “ସେମାନେ ତୁମ୍ଭକୁ ସମର୍ପଣ କରିବେ।”
- ଦାଉଦଙ୍କ ମନ୍ତ୍ରୀ ଅହୀଥୋଫଲ ଅବଶାଲୋମଙ୍କ ଚକ୍ରାନ୍ତରେ ଯୋଗ ଦେଲେଦ୍ଵି.ଶା 15:12, ଦ୍ଵି.ଶା 15:31
ପଦଗୁଡ଼ିକ
ଦ୍ଵି.ଶା 15:12ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।
ଦ୍ଵି.ଶା 15:31ଏଥିମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି।” ତହିଁରେ ଦାଉଦ କହିଲେ, “ହେ ସଦାପ୍ରଭୋ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”
- ତାଙ୍କ ପରାମର୍ଶ ଅନୁସାରେ କାମ ନ ହେବାରୁ ଅହୀଥୋଫଲ ଘରକୁ ଯାଇ ଫାଶୀ ଦେଇ ମଲେଦ୍ଵି.ଶା 17:23
ପଦଗୁଡ଼ିକ
ଦ୍ଵି.ଶା 17:23ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର