ଅନୁସନ୍ଧାନ › ବିଷୟ › ପାଦ ଓ ହାତ ଧୋଇବା
ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ପାଦ ଓ ହାତ ଧୋଇବା
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 27ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ଅବ୍ରହାମ ଅତିଥିମାନଙ୍କୁ ପାଦ ଧୋଇବା ଓ ବିଶ୍ରାମ କରିବା ପାଇଁ ଜଳ ଦିଅନ୍ତିଆଦି 18:4
ପଦଗୁଡ଼ିକ
ଆଦି 18:4ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ
- ଲୋଟ: “ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ”ଆଦି 19:2
ପଦଗୁଡ଼ିକ
ଆଦି 19:2“ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”
- ଲାବନଙ୍କ ଘର ଅବ୍ରହାମଙ୍କ ଦାସ ଓ ତାହାର ଲୋକମାନଙ୍କୁ ପାଦ ଧୋଇବାକୁ ଜଳ ଦିଏଆଦି 24:32
ପଦଗୁଡ଼ିକ
ଆଦି 24:32ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।
- ଯୋଷେଫଙ୍କ ଗୃହାଧ୍ୟକ୍ଷ ଭାଇମାନଙ୍କୁ ପାଦ ଧୋଇବାକୁ ଜଳ ଦିଏଆଦି 43:24
ପଦଗୁଡ଼ିକ
ଆଦି 43:24ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।
- ଗିବୀୟାରେ ବୃଦ୍ଧଙ୍କ ଘରେ ସେମାନେ ପାଦ ଧୋଇ ଭୋଜନପାନ କଲେବିଚାର 19:21
ପଦଗୁଡ଼ିକ
ବିଚାର 19:21ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।
- ଅବୀଗଲ: ମୋʼ ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବାକୁ ପ୍ରସ୍ତୁତପ୍ର.ଶା 25:41
ପଦଗୁଡ଼ିକ
ପ୍ର.ଶା 25:41ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, “ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।”
- ଦାଉଦ ଊରୀୟଙ୍କୁ: “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର”ଦ୍ଵି.ଶା 11:8
ପଦଗୁଡ଼ିକ
ଦ୍ଵି.ଶା 11:8ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା।
- ଦାଉଦ ଅନୁପସ୍ଥିତ ଥିବା ବେଳେ ମଫୀବୋଶତ୍ ଆପଣା ପାଦର ଯତ୍ନ ନେଇ ନ ଥିଲେଦ୍ଵି.ଶା 19:24
ପଦଗୁଡ଼ିକ
ଦ୍ଵି.ଶା 19:24ଏଉତ୍ତାରେ ଶାଉଲଙ୍କ ପୌତ୍ର ମଫୀବୋଶତ୍ ରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲା; ଆଉ ରାଜା ପ୍ରସ୍ଥାନ କରିବା ଦିନଠାରୁ କୁଶଳରେ ଗୃହକୁ ଆସିବା ଦିନ ପର୍ଯ୍ୟନ୍ତ ମଫୀବୋଶତ୍ ଆପଣା ପାଦ ପରିଷ୍କାର କରି ନ ଥିଲା, କି ଦାଢ଼ି କ୍ଷୌର ହୋଇ ନ ଥିଲା, କିଅବା ଆପଣା ବସ୍ତ୍ର ଧୌତ କରି ନ ଥିଲା।
- ପରମ ଗୀତ: “ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି?”ପ.ଗୀ 5:3
ପଦଗୁଡ଼ିକ
ପ.ଗୀ 5:3ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି?
ସୁସମାଚାରରେ
- ଯୀଶୁ ଶିମୋନଙ୍କୁ: ତୁମ୍ଭେ ମୋʼ ପାଦ ପାଇଁ ଜଳ ଦେଲ ନାହିଁଲୂକ 7:44
ପଦଗୁଡ଼ିକ
ଲୂକ 7:44ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, “ଏହି ସ୍ତ୍ରୀକୁ ଦେଖୁଅଛ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଲୁହରେ ମୋହର ପାଦ ସିକ୍ତ କରି ନିଜ କେଶରେ ତାହା ପୋଛିଦେଲା।
- ଜଣେ ସ୍ତ୍ରୀ ଆପଣା ଲୋତକରେ ତାଙ୍କ ପାଦ ଓଦା କରି କେଶରେ ପୋଛିଲାଲୂକ 7:38
ପଦଗୁଡ଼ିକ
ଲୂକ 7:38ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧି ତୈଳ ଲଗାଇ ଦେବାକୁ ଲାଗିଲା।
- ମରୀୟମ ଜଟାମାଂସୀ ତୈଳରେ ଯୀଶୁଙ୍କ ପାଦ ଅଭିଷେକ କରି କେଶରେ ପୋଛିଲେଯୋହ 12:3
ପଦଗୁଡ଼ିକ
ଯୋହ 12:3ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା।
- ଭୋଜନ ସମୟରେ ଯୀଶୁ କଟିରେ ଗାମୁଛା ବାନ୍ଧି ଶିଷ୍ୟମାନଙ୍କ ପାଦ ଧୋଇଲେଯୋହ 13:4–5
ପଦଗୁଡ଼ିକ
ଯୋହ 13:4–5ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ। ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।
- ପିତର: “ଆପଣ କଦାପି ମୋହର ପାଦ ଧୋଇଦେବେ ନାହିଁ”ଯୋହ 13:8
ପଦଗୁଡ଼ିକ
ଯୋହ 13:8ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋହର ପାଦ ଧୋଇଦେବେ ନାହିଁ। ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ।”
- ଯୀଶୁ: ଯେ ସ୍ନାନ କରିଅଛି, ତାହାର କେବଳ ପାଦ ଧୋଇବା ଆବଶ୍ୟକଯୋହ 13:10
ପଦଗୁଡ଼ିକ
ଯୋହ 13:10ଯୀଶୁ ତାହାଙ୍କୁ କହିଲେ, “ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।”
- “ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ”ଯୋହ 13:14
ପଦଗୁଡ଼ିକ
ଯୋହ 13:14ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ।
- ସାଧୁମାନଙ୍କ ପାଦ ଧୋଇବା ପାଇଁ ଜଣାଶୁଣା ଜଣେ ବିଧବାପ୍ର.ତୀମ 5:10
ପଦଗୁଡ଼ିକ
ପ୍ର.ତୀମ 5:10ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
ହାତ ଧୋଇବା
- ସେବା କରିବା ପୂର୍ବରୁ ଯାଜକମାନେ ପିତ୍ତଳ ପ୍ରକ୍ଷାଳନ ପାତ୍ରରେ ହାତ ଓ ପାଦ ଧୋଉଥିଲେଯାତ୍ରା 30:18–21, ଯାତ୍ରା 40:31
ପଦଗୁଡ଼ିକ
ଯାତ୍ରା 30:18–21“ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ। ଆଉ ହାରୋଣ ଓ ତାହାର ପୁତ୍ରଗଣ ତହିଁରେ ଆପଣା ଆପଣା ହସ୍ତ ଓ ପଦ ପ୍ରକ୍ଷାଳନ କରିବେ। ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।”
ଯାତ୍ରା 40:31ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ।
- ହତ୍ୟାକାରୀ ଅଜ୍ଞାତ ଥିବା ହତ୍ୟାରେ ପ୍ରାଚୀନମାନେ ଏକ ଗାଈଛୁଆ ଉପରେ ହାତ ଧୁଅନ୍ତିଦ୍ବି.ବି 21:1, ଦ୍ବି.ବି 21:6
ପଦଗୁଡ଼ିକ
ଦ୍ବି.ବି 21:1ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯଦି କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,
ଦ୍ବି.ବି 21:6ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ।
- ପୀଲାତ ଲୋକମାନଙ୍କ ଆଗରେ ହାତ ଧୋଇଲେ: “ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ”ମାଥି 27:24
ପଦଗୁଡ଼ିକ
ମାଥି 27:24ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରିପାରୁ ନାହାନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ।
- ପ୍ରାଚୀନମାନଙ୍କ ପରମ୍ପରା ଅନୁସାରେ ଫାରୂଶୀମାନେ ହାତ ନ ଧୋଇ ଭୋଜନ କରନ୍ତି ନାହିଁମାର୍କ 7:3–4
ପଦଗୁଡ଼ିକ
ମାର୍କ 7:3–4ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ। ପୁଣି, ହାଟବଜାରରୁ ଆସି ନିଜେ ଧୋଇ ନ ହେବା ପର୍ଯ୍ୟନ୍ତ ଖାଆନ୍ତି ନାହିଁ; ଆଉ, ଗିନା, ଢାଳ ଓ ପିତଳ ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶପ୍ରାପ୍ତ କରିଅଛନ୍ତି।
- ଯୀଶୁଙ୍କ ଶିଷ୍ୟମାନେ କାହିଁକି ହାତ ନ ଧୋଇ ଭୋଜନ କରନ୍ତି ବୋଲି ସେମାନେ ପଚାରନ୍ତିମାଥି 15:2, ମାର୍କ 7:5
ପଦଗୁଡ଼ିକ
ମାଥି 15:2ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ।
ମାର୍କ 7:5ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି?
- ଭୋଜନ ପୂର୍ବରୁ ଯୀଶୁ ଧୋଇ ନ ଥିବାରୁ ଜଣେ ଫାରୂଶୀ ଚମତ୍କୃତ ହେଲେଲୂକ 11:38
ପଦଗୁଡ଼ିକ
ଲୂକ 11:38କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ।
- କାନ୍ନାରେ ଶୁଚି କରିବା ରୀତି ପାଇଁ ଜଳ ରଖିବା ଛଅଟି ପଥର ଜାଲାଯୋହ 2:6
ପଦଗୁଡ଼ିକ
ଯୋହ 2:6ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର