ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ କୂଅ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 20ଟି ଅଂଶ, ଧାଡ଼ି ପରେ ଧାଡ଼ି।
- ହାଗାର ଏକ କୂଅ ଦେଖି ବାଳକକୁ ପାଣି ପିଆଇଲାଆଦି 21:19
ପଦଗୁଡ଼ିକ
ଆଦି 21:19ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।
- ବେର୍ଶେବାରେ କୂଅ ଖୋଳିଥିବାର ସାକ୍ଷୀ ରୂପେ ଅବ୍ରହାମ ସାତୋଟି ମେଣ୍ଢୀଛୁଆ ଦେଲେଆଦି 21:25–31
ପଦଗୁଡ଼ିକ
ଆଦି 21:25–31ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ। ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।” ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ। ଆଉ ଅବ୍ରହାମ ପଲରୁ ସାତଗୋଟି ମେଷବତ୍ସା ପୃଥକ କରି ରଖିଲେ। ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ?” ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼ ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।” ଏଣୁ ସେହି ସ୍ଥାନର ନାମ ବେର୍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।
- ପଲେଷ୍ଟୀୟମାନେ ଅବ୍ରହାମଙ୍କ କୂଅସବୁ ପୋତିଦେଲେ; ଇସ୍ହାକ ସେଗୁଡ଼ିକ ପୁଣି ଖୋଳିଲେଆଦି 26:15, ଆଦି 26:18
ପଦଗୁଡ଼ିକ
ଆଦି 26:15ଏଣୁ ତାଙ୍କର ପିତା ଅବ୍ରହାମଙ୍କ ସମୟରେ ତାଙ୍କ ପିତାଙ୍କ ଦାସମାନେ ଯେଉଁ ଯେଉଁ କୂପ ଖୋଳିଥିଲେ, ପଲେଷ୍ଟୀୟ ଲୋକମାନେ ମୃତ୍ତିକା ଦ୍ୱାରା ସେହି ସବୁ ପୋତି ପକାଇଲେ।
ଆଦି 26:18ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।
- କୂଅ ପାଇଁ ବିବାଦ: ଏଷକ, ସିଟ୍ନା, ତା’ପରେ ରହୋବୋତ୍ଆଦି 26:20–22
ପଦଗୁଡ଼ିକ
ଆଦି 26:20–22ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ “ଏଷକ” (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ। ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍ହାକ ତହିଁର ନାମ “ସିଟ୍ନା” (ଶତ୍ରୁତା) ରଖିଲେ। ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।”
- ଇସ୍ହାକଙ୍କ ଦାସମାନେ ଜଳ ପାଇଲେ: ଶୀବା, ବେର୍ଶେବାଆଦି 26:32–33
ପଦଗୁଡ଼ିକ
ଆଦି 26:32–33ସେହି ଦିନ ଇସ୍ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।” ଏହେତୁ ସେ ସେହି କୂପର ନାମ ଶୀବା ରଖିଲେ, ପୁଣି, ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନଗର ବେର୍ଶେବା ନାମରେ ଖ୍ୟାତ ଅଟେ।
- ବେର-ଲହୟ-ରୋୟୀ ନାମକ କୂପଆଦି 16:14
ପଦଗୁଡ଼ିକ
ଆଦି 16:14ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।
- ରିବିକା କଳସୀ ନେଇ ନିର୍ଝରକୁ ଆସିଲେଆଦି 24:16
ପଦଗୁଡ଼ିକ
ଆଦି 24:16ସେହି କନ୍ୟା ପରମସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,
- ହାରଣରେ କୂଅର ମୁହଁରେ ଏକ ବଡ଼ ପଥର ଢାଙ୍କି ରହିଥିଲାଆଦି 29:2–3
ପଦଗୁଡ଼ିକ
ଆଦି 29:2–3ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ। ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।
- ଯାକୁବ ପଥର ଗଡ଼ାଇ ରାହେଲଙ୍କ ମେଷପଲକୁ ପାଣି ପିଆଇଲେଆଦି 29:10
ପଦଗୁଡ଼ିକ
ଆଦି 29:10ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।
- ମୋଶା ମିଦୀୟନରେ ଏକ କୂଅ ପାଖରେ ବସି ସାତ ଭଉଣୀଙ୍କୁ ସାହାଯ୍ୟ କଲେଯାତ୍ରା 2:15–17
ପଦଗୁଡ଼ିକ
ଯାତ୍ରା 2:15–17ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ। ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ। ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳ ପାନ କରାଇଲେ।
- ଇସ୍ରାଏଲ କୂପ ପାଇଁ ଗାଇଲା: “ହେ କୂପ, ଉଚ୍ଛୁଳି ଉଠ”ଗଣ 21:16–18
ପଦଗୁଡ଼ିକ
ଗଣ 21:16–18ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।” ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର; ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକମାନଙ୍କର କୁଳୀନମାନେ ରାଜଦଣ୍ଡ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି।”
- ପ୍ରତିଜ୍ଞାତ ଦେଶରେ ସେମାନେ ନ ଖୋଳିଥିବା କୂଅ ଥିଲାଦ୍ବି.ବି 6:11
ପଦଗୁଡ଼ିକ
ଦ୍ବି.ବି 6:11ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ,
- ଦାଉଦଙ୍କ ଚରମାନେ ବହୁରୀମରେ ଏକ କୂଅ ଭିତରେ ଲୁଚିଲେଦ୍ଵି.ଶା 17:18–19
ପଦଗୁଡ଼ିକ
ଦ୍ଵି.ଶା 17:18–19ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ। ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ।
- ତିନି ଜଣ ବୀର ବେଥଲିହିମର କୂଅରୁ ଦାଉଦଙ୍କ ପାଇଁ ଜଳ ଆଣିଲେଦ୍ଵି.ଶା 23:15–16
ପଦଗୁଡ଼ିକ
ଦ୍ଵି.ଶା 23:15–16ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ ଜଳ ପାନ କରିବାକୁ ମୋତେ ଦିଅନ୍ତା କି!” ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ।
- ଉଷୀୟ ଆପଣା ପଶୁମାନଙ୍କ ପାଇଁ ଅନେକ କୁଣ୍ଡ ଖୋଳିଲେଦ୍ଵି.ବଂ 26:10
ପଦଗୁଡ଼ିକ
ଦ୍ଵି.ବଂ 26:10ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।
- ଯୋଷେଫଙ୍କୁ ଜଳହୀନ ଏକ ଶୂନ୍ୟ ଗାତରେ ପକାଯାଇଥିଲାଆଦି 37:24
ପଦଗୁଡ଼ିକ
ଆଦି 37:24ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।
- ଯିରିମୀୟ ଏକ ଶୁଖିଲା କୁଣ୍ଡର କାଦୁଅରେ ବୁଡ଼ିଗଲେଯିରି 38:6
ପଦଗୁଡ଼ିକ
ଯିରି 38:6ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।
- ପ୍ରାୟ ଷଷ୍ଠ ଘଣ୍ଟା ସମୟରେ ଯୀଶୁ ଯାକୁବଙ୍କ କୂଅ ପାଖରେ ବସିଲେଯୋହ 4:6
ପଦଗୁଡ଼ିକ
ଯୋହ 4:6ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା।
- ସ୍ତ୍ରୀ: ଆପଣଙ୍କ ପାଖରେ କାଢ଼ିବା ପାଇଁ କିଛି ନାହିଁ, ଆଉ କୂଅ ଗଭୀରଯୋହ 4:11
ପଦଗୁଡ଼ିକ
ଯୋହ 4:11ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର