ଦୈନନ୍ଦିନ ଜୀବନ
ବାଇବେଲରେ ବିଧବାମାନେ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 37ଟି ଅଂଶ, ଧାଡ଼ି ପରେ ଧାଡ଼ି।
ବ୍ୟବସ୍ଥାରେ
- କୌଣସି ବିଧବା କି ପିତୃହୀନକୁ ଦୁଃଖ ଦିଅ ନାହିଁଯାତ୍ରା 22:22–24
ପଦଗୁଡ଼ିକ
ଯାତ୍ରା 22:22–24ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ। ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା। ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।
- ଛାଡ଼ିଯାଇଥିବା ବିଡ଼ା, ଜୀତ ଓ ଦ୍ରାକ୍ଷା ବିଧବା ପାଇଁ ରଖାଯାଏଦ୍ବି.ବି 24:19–21
ପଦଗୁଡ଼ିକ
ଦ୍ବି.ବି 24:19–21ତୁମ୍ଭେ ଆପଣା କ୍ଷେତ୍ରରେ ଶସ୍ୟ କାଟିବା ବେଳେ ଗୋଟିଏ ବିଡ଼ା କ୍ଷେତ୍ରରେ ପାସୋରି ଆସିଲେ, ତାହା ଆଣିବା ପାଇଁ ଫେରିଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ। ତୁମ୍ଭେ ଆପଣା ଜୀତବୃକ୍ଷରୁ ଫଳ ତୋଳିବା ଉତ୍ତାରେ ଆଉ ଥରେ ଡାଳକୁ ଯିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ। ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲା ଉତ୍ତାରେ ପୁନର୍ବାର ତାହା ସାଉଣ୍ଟିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।
- ପ୍ରତି ତୃତୀୟ ବର୍ଷର ଦଶମାଂଶ ବିଧବା, ପିତୃହୀନ ଓ ବିଦେଶୀକୁ ଖୁଆଏଦ୍ବି.ବି 14:28–29
ପଦଗୁଡ଼ିକ
ଦ୍ବି.ବି 14:28–29ପ୍ରତି ତୃତୀୟ ବର୍ଷର ଶେଷରେ ତୁମ୍ଭେ ସେହି ବର୍ଷରେ ଉତ୍ପନ୍ନ ଆପଣା ଶସ୍ୟାଦିର ସମସ୍ତ ଦଶମାଂଶ ବାହାର କରି ଆଣି ଆପଣା ନଗର-ଦ୍ୱାର ଭିତରେ ସଞ୍ଚୟ କରି ରଖିବ; ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗର-ଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।
- ବିଧବାମାନେ ପର୍ବର ଆନନ୍ଦରେ ଭାଗୀ ହୁଅନ୍ତିଦ୍ବି.ବି 16:11, ଦ୍ବି.ବି 16:14
ପଦଗୁଡ଼ିକ
ଦ୍ବି.ବି 16:11ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
ଦ୍ବି.ବି 16:14ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ, ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ, ବିଦେଶୀ, ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
- ବିଧବାର ବସ୍ତ୍ର ବନ୍ଧକ ରୂପେ ନିଅ ନାହିଁଦ୍ବି.ବି 24:17
ପଦଗୁଡ଼ିକ
ଦ୍ବି.ବି 24:17ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।
- ବିଧବାର ମାନତ ତାହା ଉପରେ ବାଧ୍ୟଗଣ 30:9
ପଦଗୁଡ଼ିକ
ଗଣ 30:9ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହି ସବୁ ତାହା ନିମନ୍ତେ ସ୍ଥିର ହେବ।
- ଯାଜକଙ୍କର ନିଃସନ୍ତାନ ବିଧବା କନ୍ୟା ପିତାଙ୍କ ମେଜରେ ଭୋଜନ କରିପାରେଲେବୀ 22:13
ପଦଗୁଡ଼ିକ
ଲେବୀ 22:13ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।
- ମହାଯାଜକ ବିଧବାକୁ ବିବାହ କରିପାରିବେ ନାହିଁଲେବୀ 21:14
ପଦଗୁଡ଼ିକ
ଲେବୀ 21:14ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।
- ଭାଇ ଆପଣା ଭାଇର ନିଃସନ୍ତାନ ବିଧବାକୁ ବିବାହ କରେଦ୍ବି.ବି 25:5–10
ପଦଗୁଡ଼ିକ
ଦ୍ବି.ବି 25:5–10ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦିଅର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ। ପୁଣି ସେହି ସ୍ତ୍ରୀ ଯେଉଁ ପ୍ରଥମ ସନ୍ତାନ ଜନ୍ମ କରିବ, ସେ ତାହାର ମୃତ ଭ୍ରାତାର ଉତ୍ତରାଧିକାରୀ ହେବ; ତହିଁରେ ତାହାର ନାମ ଇସ୍ରାଏଲ ମଧ୍ୟରୁ ଲୁପ୍ତ ହେବ ନାହିଁ। ଆଉ ସେହି ପୁରୁଷ ଯଦି ଆପଣା ଭ୍ରାତୃର ଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗର-ଦ୍ୱାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, “ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।” ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ; ତହିଁରେ ଯେବେ ସେ ଠିଆ ହୋଇ କହେ ଯେ, “ତାହାକୁ ଗ୍ରହଣ କରିବାକୁ ମୋʼ ର ଇଚ୍ଛା ନାହିଁ;” ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ। ଆଉ ଇସ୍ରାଏଲ ମଧ୍ୟରେ “ସେ ଚ୍ୟୁତପାଦୁକ ବଂଶ ବୋଲି ବିଖ୍ୟାତ ହେବ।”
ବାଣୀ
- ପରମେଶ୍ୱର “ବିଧବାମାନଙ୍କର ସୁରକ୍ଷାକର୍ତ୍ତା”ଗୀତ 68:5, ଗୀତ 146:9
- ଭାବବାଦୀମାନେ: ବିଧବାର ପକ୍ଷ ସମର୍ଥନ କରଯିଶା 1:17, ଯିରି 22:3, ଯିଖ 7:10
ପଦଗୁଡ଼ିକ
ଯିଶା 1:17ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
ଯିରି 22:3ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।
ଯିଖ 7:10ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”
- ଆୟୁବ: “ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି”ଆୟୁବ 29:13, ଆୟୁବ 31:16
ପଦଗୁଡ଼ିକ
ଆୟୁବ 29:13ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।
ଆୟୁବ 31:16ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
- ଯୀଶୁ ବିଧବାମାନଙ୍କ ଘର ଗ୍ରାସ କରୁଥିବା ଲୋକଙ୍କ ବିଷୟରେ ସାବଧାନ କରନ୍ତିମାର୍କ 12:40
ପଦଗୁଡ଼ିକ
ମାର୍କ 12:40ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”
- ପାଉଲ: ପରିବାରମାନେ ଆପଣା ବିଧବାମାନଙ୍କର ଭରଣପୋଷଣ କରନ୍ତୁପ୍ର.ତୀମ 5:3–5, ପ୍ର.ତୀମ 5:16
ପଦଗୁଡ଼ିକ
ପ୍ର.ତୀମ 5:3–5ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର। କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ। ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;
ପ୍ର.ତୀମ 5:16ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରିପାରେ।
- ସାହାଯ୍ୟ ପାଇଁ ତାଲିକାଭୁକ୍ତ ବିଧବାର ବୟସ ଅତି କମ୍ରେ ଷାଠିଏ ହେବା ଆବଶ୍ୟକ ଥିଲାପ୍ର.ତୀମ 5:9–10
ପଦଗୁଡ଼ିକ
ପ୍ର.ତୀମ 5:9–10ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ, ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
- ବିଧବା ପୁନର୍ବିବାହ କରିବାକୁ ସ୍ୱାଧୀନପ୍ର.କରି 7:39
ପଦଗୁଡ଼ିକ
ପ୍ର.କରି 7:39ସ୍ୱାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ୱାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ୱାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ୱାଧୀନ।
ଉଦାହରଣ
- ତାମର ପିତାଙ୍କ ଘରେ ବିଧବା ବସ୍ତ୍ର ପିନ୍ଧି ବିଧବା ଭାବରେ ରହେଆଦି 38:11, ଆଦି 38:14, ଆଦି 38:19
ପଦଗୁଡ଼ିକ
ଆଦି 38:11ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, “କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ।” ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା।
ଆଦି 38:14ତହିଁରେ ତାମର ବିଧବା ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।
ଆଦି 38:19ଏଥିଉତ୍ତାରେ ତାମର ଉଠି ପ୍ରସ୍ଥାନ କଲା, ପୁଣି, ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା।
- ନୟମୀ ମୋୟାବରେ ସ୍ୱାମୀ ଓ ଦୁଇ ପୁତ୍ରଙ୍କୁ ହରାନ୍ତିରୂତ 1:3–5
ପଦଗୁଡ଼ିକ
ରୂତ 1:3–5ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ। ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ବିବାହ କଲେ, ଜଣକର ସ୍ତ୍ରୀର ନାମ ଅର୍ପା, ଅନ୍ୟ ଜଣର ନାମ ରୂତ; ପୁଣି ସେମାନେ ପ୍ରାୟ ଦଶ ବର୍ଷ ଯାଏ ସେଠାରେ ବାସ କଲେ। ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।
- ରୂତ ନୟମୀଙ୍କୁ ଖୁଆଇବା ପାଇଁ କ୍ଷେତରେ ଶସ୍ୟ ସାଉଣ୍ଟନ୍ତିରୂତ 2:2–3
ପଦଗୁଡ଼ିକ
ରୂତ 2:2–3ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡ଼ିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।” ଏଥିରେ ସେ ଯାଇ କ୍ଷେତ୍ରରେ ଉପସ୍ଥିତ ହୋଇ ଶସ୍ୟକଟାଳିମାନଙ୍କର ପଛେ ପଛେ ବଳକା ଶସ୍ୟ ସଂଗ୍ରହ କରିବାକୁ ଲାଗିଲା; ଆଉ ଘଟଣାକ୍ରମେ ସେ ଏଲିମେଲକ ବଂଶୀୟ ବୋୟଜର କ୍ଷେତ୍ରଖଣ୍ଡରେ ପହଁଞ୍ଚିଲା।
- ତକୋୟର ଜଣେ ସ୍ତ୍ରୀ ଦାଉଦଙ୍କ ସାମ୍ନାରେ ବିଧବା ଭଳି ଅଭିନୟ କରେଦ୍ଵି.ଶା 14:2–5
ପଦଗୁଡ଼ିକ
ଦ୍ଵି.ଶା 14:2–5ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ; ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ।” ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା। ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।” ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋʼ ସ୍ୱାମୀ ମରିଯାଇଅଛି।
- ଶଲୋମନଙ୍କ ପିତ୍ତଳ କାରିଗର ହୂରମ୍ ଜଣେ ବିଧବାର ପୁତ୍ର ଥିଲେପ୍ର.ରା 7:14
ପଦଗୁଡ଼ିକ
ପ୍ର.ରା 7:14ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା।
- ଯାରବୀୟାମଙ୍କ ମାତା ସରୁୟା ଜଣେ ବିଧବା ଥିଲେପ୍ର.ରା 11:26
ପଦଗୁଡ଼ିକ
ପ୍ର.ରା 11:26ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।
- ସାରିଫତ୍ର ବିଧବା ପାଖରେ କେବଳ ମୁଠାଏ ମଇଦା ଓ ଅଳ୍ପ ତେଲ ଥାଏପ୍ର.ରା 17:10–16
ପଦଗୁଡ଼ିକ
ପ୍ର.ରା 17:10–16ତହିଁରେ ସେ ଉଠି ସାରିଫତ୍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।” ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।” ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।” ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର। କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।” ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନ ଯାଏ ଭୋଜନ କଲେ। ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।
- ଇଲୀଶାୟ ତେଲ ଦ୍ୱାରା ଜଣେ ବିଧବାର ପୁତ୍ରମାନଙ୍କୁ ମହାଜନଠାରୁ ରକ୍ଷା କରନ୍ତିଦ୍ଵି.ରା 4:1–7
ପଦଗୁଡ଼ିକ
ଦ୍ଵି.ରା 4:1–7ଭବିଷ୍ୟଦ୍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।” ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କʼଣ କରିବି? ମୋତେ କୁହ; ଘରେ ତୁମ୍ଭର କʼଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।” ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ। ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।” ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା। ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋʼ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା। ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନ ଯାପନ କର।”
- ହାନ୍ନା, ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା, ମନ୍ଦିର ଛାଡ଼ି କେବେ ଯାଉ ନ ଥିଲେଲୂକ 2:36–38
ପଦଗୁଡ଼ିକ
ଲୂକ 2:36–38ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ। ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ। ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।
- ଜଣେ ଦରିଦ୍ର ବିଧବା ଭଣ୍ଡାରରେ ଦୁଇଟି କ୍ଷୁଦ୍ର ତମ୍ବା ମୁଦ୍ରା ପକାଏମାର୍କ 12:41–44
ପଦଗୁଡ଼ିକ
ମାର୍କ 12:41–44ପରେ ସେ ଭଣ୍ଡାର ସମ୍ମୁଖରେ ବସି ଲୋକସମୂହ କିପରି ଭଣ୍ଡାରରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ଭଣ୍ଡାରରେ ବେଶି ପକାଇଲେ; ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା। ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି; କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।”
- ଯୀଶୁ ନାଇନର ଜଣେ ବିଧବାର ଏକମାତ୍ର ପୁତ୍ରକୁ ଜୀବିତ କରନ୍ତିଲୂକ 7:11–15
ପଦଗୁଡ଼ିକ
ଲୂକ 7:11–15ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ। ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକେ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି, ସେହି ସ୍ତ୍ରୀ ବିଧବା; ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ। ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, “ରୋଦନ କର ନାହିଁ।” ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।” ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା, ପୁଣି, ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ।
- ଦୈନିକ ଖାଦ୍ୟ ବଣ୍ଟନରେ ଗ୍ରୀକ୍ ଭାଷାବାଦୀ ବିଧବାମାନଙ୍କୁ ଅବହେଳା କରାଯାଏପ୍ରେରି 6:1
ପଦଗୁଡ଼ିକ
ପ୍ରେରି 6:1ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।
- ବିଧବାମାନେ ପିତରଙ୍କୁ ଦର୍କାଙ୍କ ତିଆରି ବସ୍ତ୍ର ଦେଖାନ୍ତିପ୍ରେରି 9:39
ପଦଗୁଡ଼ିକ
ପ୍ରେରି 9:39ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର