ପ୍ରକୃତି
ବାଇବେଲରେ ବାୟୁ
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 32ଟି ଅଂଶ, ଧାଡ଼ି ପରେ ଧାଡ଼ି।
ପୂର୍ବୀୟ ବାୟୁ
- ଫାରୋଙ୍କ ସ୍ୱପ୍ନ: ପୂର୍ବୀୟ ବାୟୁରେ ଶୁଖିଯାଇଥିବା ଶସ୍ୟ ଶିଷାଆଦି 41:6, ଆଦି 41:23
- ଦିନେ ରାତିଏ ପୂର୍ବୀୟ ବାୟୁ ବହି ପଙ୍ଗପାଳ ଆଣିଲାଯାତ୍ରା 10:13
ପଦଗୁଡ଼ିକ
ଯାତ୍ରା 10:13ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ।
- ପ୍ରବଳ ପୂର୍ବୀୟ ବାୟୁ ରାତି ସାରା ସମୁଦ୍ରକୁ ପଛକୁ ଠେଲିଲାଯାତ୍ରା 14:21
ପଦଗୁଡ଼ିକ
ଯାତ୍ରା 14:21ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।
- ଉତ୍ତପ୍ତ ପୂର୍ବୀୟ ବାୟୁ ଓ ଖରାରେ ଯୂନସ ମୂର୍ଚ୍ଛିତ ହେଲେଯୂନ 4:8
ପଦଗୁଡ଼ିକ
ଯୂନ 4:8ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁ-ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”
- ପୂର୍ବୀୟ ବାୟୁ ସମୁଦ୍ରରେ ଜାହାଜ ଭାଙ୍ଗେଗୀତ 48:7, ଯିହି 27:26
ପଦଗୁଡ଼ିକ
ଗୀତ 48:7ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।
ଯିହି 27:26ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।
ଅନ୍ୟ ବାୟୁ
- ଅତି ପ୍ରବଳ ପଶ୍ଚିମ ବାୟୁ ପଙ୍ଗପାଳମାନଙ୍କୁ ସୂଫ ସାଗରକୁ ଉଡ଼ାଇ ନେଲାଯାତ୍ରା 10:19
ପଦଗୁଡ଼ିକ
ଯାତ୍ରା 10:19ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।
- “ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ”ହିତୋ 25:23
ପଦଗୁଡ଼ିକ
ହିତୋ 25:23ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ।
- ପ୍ରବଳ ଉତ୍ତରୀୟ ବାୟୁରୁ ଶୀତ ଆସେଆୟୁବ 37:9
ପଦଗୁଡ଼ିକ
ଆୟୁବ 37:9ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ।
- ଦକ୍ଷିଣା ପବନରେ ଦେଶ ନିସ୍ତବ୍ଧ ହେଲେ ବସ୍ତ୍ର ଉଷ୍ମ ହୁଏଆୟୁବ 37:17
ପଦଗୁଡ଼ିକ
ଆୟୁବ 37:17ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?
- “ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ”ଲୂକ 12:55
ପଦଗୁଡ଼ିକ
ଲୂକ 12:55ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ।
- ବାୟୁ ଆକାଶ ପରିଷ୍କାର କରିଦେଲେ, କେହି ସୂର୍ଯ୍ୟ ଆଡ଼କୁ ଚାହିଁପାରେ ନାହିଁଆୟୁବ 37:21
ପଦଗୁଡ଼ିକ
ଆୟୁବ 37:21ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ।
କାହାଣୀରେ
- ପୃଥିବୀ ଉପରେ ବାୟୁ ବହିଲା, ଆଉ ଜଳପ୍ଳାବନର ଜଳ କମିବାକୁ ଲାଗିଲାଆଦି 8:1
ପଦଗୁଡ଼ିକ
ଆଦି 8:1ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;
- ବାୟୁ ସମୁଦ୍ରରୁ ଭାରଇ ପକ୍ଷୀ ଆଣିଲାଗଣ 11:31
ପଦଗୁଡ଼ିକ
ଗଣ 11:31ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା।
- ମରୁଭୂମିର ବାୟୁ ଆୟୁବଙ୍କ ସନ୍ତାନମାନଙ୍କ ଘରର ଚାରି କୋଣକୁ ଆଘାତ କଲାଆୟୁବ 1:18–19
ପଦଗୁଡ଼ିକ
ଆୟୁବ 1:18–19ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ; ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
- ହୋରେବରେ ପ୍ରବଳ ବାୟୁ ଶୈଳସବୁ ଭାଙ୍ଗିଲା, ତା’ପରେ ଭୂମିକମ୍ପ ହେଲାପ୍ର.ରା 19:11
ପଦଗୁଡ଼ିକ
ପ୍ର.ରା 19:11ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
- ସମୁଦ୍ରରେ ପ୍ରବଳ ବାୟୁ ଯୂନସଙ୍କ ଜାହାଜକୁ ପ୍ରାୟ ଭାଙ୍ଗିଦେଲାଯୂନ 1:4
ପଦଗୁଡ଼ିକ
ଯୂନ 1:4ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା।
- ଯୀଶୁ ବାୟୁ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସମ୍ପୂର୍ଣ୍ଣ ଶାନ୍ତ ହେଲାମାଥି 8:24–27
ପଦଗୁଡ଼ିକ
ମାଥି 8:24–27ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ। ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ। ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା। ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି।
- ପବନ ପ୍ରତିକୂଳ ଥିବାରୁ ଶିଷ୍ୟମାନେ କଷ୍ଟରେ ଆହୁଲା ମାରିଲେମାର୍କ 6:48, ମାଥି 14:24, ଯୋହ 6:18
ପଦଗୁଡ଼ିକ
ମାର୍କ 6:48ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ।
ମାଥି 14:24କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା।
ଯୋହ 6:18ଆଉ ପ୍ରବଳ ପବନ ବହୁଥିବାରୁ ସମୁଦ୍ରରେ ଲହଡ଼ି ଉଠୁଥିଲା।
- ମୃଦୁ ଦକ୍ଷିଣା ପବନ, ତା’ପରେ ଇଉରକ୍ୱିଲୋ ନାମକ ପ୍ରଚଣ୍ଡ ଝଡ଼ପ୍ରେରି 27:13–15
ପଦଗୁଡ଼ିକ
ପ୍ରେରି 27:13–15ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ନିଜ ନିଜର ଉଦ୍ଦେଶ୍ୟ ସଫଳ ହେଲା ବୋଲି ମନେ କରି ଲଙ୍ଗର ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ। କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା। ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖୀନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ।
- ଦକ୍ଷିଣା ପବନରେ ପାଉଲଙ୍କ ଜାହାଜ ଦୁଇ ଦିନରେ ରେଗୀୟରୁ ପୁତେଅଲି ଗଲାପ୍ରେରି 28:13
ପଦଗୁଡ଼ିକ
ପ୍ରେରି 28:13ପୁଣି, ସେ ସ୍ଥାନରୁ ବୁଲି ରେଗୀୟ ବନ୍ଦରରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ୱିତୀୟ ଦିନରେ ପୁତେଅଲି ସହରକୁ ଆସିଲୁ;
ବାଣୀ
- “ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୂରେ”ଉପ 1:6
ପଦଗୁଡ଼ିକ
ଉପ 1:6ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୂରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।
- “ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ”ଉପ 11:4
ପଦଗୁଡ଼ିକ
ଉପ 11:4ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ।
- ତୁମ୍ଭେ ବାୟୁର ଗତି ଜାଣ ନାହିଁଉପ 11:5
ପଦଗୁଡ଼ିକ
ଉପ 11:5ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।
- “ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ”ଯୋହ 3:8
ପଦଗୁଡ଼ିକ
ଯୋହ 3:8ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ପବିତ୍ର ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର।”
- ବାୟୁରେ ଉଡ଼ିଯାଉଥିବା ତୁଷ ପରିଗୀତ 1:4
ପଦଗୁଡ଼ିକ
ଗୀତ 1:4ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।
- “କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?”ମାଥି 11:7
ପଦଗୁଡ଼ିକ
ମାଥି 11:7ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, “ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?
- ପ୍ରବଳ ବାୟୁରେ ଚାଳିତ ବଡ଼ ଜାହାଜ ଛୋଟ କାତରେ ଚଳାଯାଏଯାକୁ 3:4
ପଦଗୁଡ଼ିକ
ଯାକୁ 3:4ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ।
- “ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ”ଯାକୁ 1:6
ପଦଗୁଡ଼ିକ
ଯାକୁ 1:6କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର