ଅନୁସନ୍ଧାନ › ବିଷୟ › ଚମଡ଼ା ଥଳୀ, ଜାଲା ଓ କୁପି
ଆଶ୍ଚର୍ଯ୍ୟଜନକ ବିବରଣୀ
ବାଇବେଲରେ ଚମଡ଼ା ଥଳୀ, ଜାଲା ଓ କୁପି
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆର 31ଟି ଅଂଶ, ଧାଡ଼ି ପରେ ଧାଡ଼ି।
ଜଳ, ଦ୍ରାକ୍ଷାରସ ଓ ଦୁଧ ପାଇଁ ଚମଡ଼ା ଥଳୀ
- ଅବ୍ରହାମ ହାଗାରକୁ ରୁଟି ଓ ଏକ ଚମଡ଼ା ଥଳୀ ଜଳ ଦେଲେଆଦି 21:14
ପଦଗୁଡ଼ିକ
ଆଦି 21:14ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।
- ଥଳୀ ଖାଲି ହେବାରୁ ସେ ଏକ କୂଅ ପାଇ ତାହା ଭରିଲାଆଦି 21:15, ଆଦି 21:19
- ଯାୟେଲ ଦୁଧ ପାତ୍ରରୁ ସୀଷରାକୁ ପିଇବାକୁ ଦେଲାବିଚାର 4:19
ପଦଗୁଡ଼ିକ
ବିଚାର 4:19ସେତେବେଳେ ସୀଷରା ତାହାକୁ କହିଲା, “ମୋତେ ଟିକିଏ ଜଳ ପିଆଅନା;” ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା।
- ଗିବୀୟୋନୀୟମାନେ ଫାଟି ଯାଇ ସିଲାଇ କରାଯାଇଥିବା ପୁରୁଣା ଦ୍ରାକ୍ଷାରସ କୁପି ଦେଖାଇଲେଯିହୋ 9:4, ଯିହୋ 9:13
ପଦଗୁଡ଼ିକ
ଯିହୋ 9:4ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;
ଯିହୋ 9:13ପୁଣି ଏହି ଯେସବୁ ଦ୍ରାକ୍ଷାରସ କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି।
- ହାନ୍ନା ଏକ ଷଣ୍ଢ, ମଇଦା ଓ ଏକ କୁପି ଦ୍ରାକ୍ଷାରସ ସହିତ ଶାମୁୟେଲଙ୍କୁ ଶୀଲୋକୁ ଆଣିଲେପ୍ର.ଶା 1:24
ପଦଗୁଡ଼ିକ
ପ୍ର.ଶା 1:24ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।
- ବେଥେଲ୍କୁ ଯାଉଥିବା ତିନି ଜଣ: ଛେଳି, ତିନି ରୁଟି ଓ ଏକ କୁପି ଦ୍ରାକ୍ଷାରସପ୍ର.ଶା 10:3
ପଦଗୁଡ଼ିକ
ପ୍ର.ଶା 10:3ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;
- ଯିଶୀ ରୁଟି, ଏକ କୁପି ଦ୍ରାକ୍ଷାରସ ଓ ଛେଳିଛୁଆ ସହିତ ଦାଉଦଙ୍କୁ ଶାଉଲଙ୍କ ପାଖକୁ ପଠାଇଲେପ୍ର.ଶା 16:20
ପଦଗୁଡ଼ିକ
ପ୍ର.ଶା 16:20ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।
- ଅବୀଗଲ ଦାଉଦଙ୍କ ପାଇଁ ଦୁଇ କୁପି ଦ୍ରାକ୍ଷାରସ ଓ ବହୁତ ଖାଦ୍ୟ ଆଣିଲେପ୍ର.ଶା 25:18
ପଦଗୁଡ଼ିକ
ପ୍ର.ଶା 25:18ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।
- ସୀବଃ ବୋଝ ଲଦା ଗଧ ଓ ଏକ କୁପି ଦ୍ରାକ୍ଷାରସ ସହିତ ଦାଉଦଙ୍କୁ ଭେଟିଲାଦ୍ଵି.ଶା 16:1
ପଦଗୁଡ଼ିକ
ଦ୍ଵି.ଶା 16:1ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।
- ଯୀଶୁ: କେହି ପୁରୁଣା କୁପିରେ ନୂଆ ଦ୍ରାକ୍ଷାରସ ଢାଳେ ନାହିଁମାଥି 9:17, ମାର୍କ 2:22, ଲୂକ 5:37–38
ପଦଗୁଡ଼ିକ
ମାଥି 9:17ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ।”
ମାର୍କ 2:22ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।”
ଲୂକ 5:37–38ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।
- ଇଲୀହୂ: ମୋହର ଉଦର ନୂଆ କୁପି ପରି ଫାଟିବାକୁ ଉଦ୍ୟତଆୟୁବ 32:19
ପଦଗୁଡ଼ିକ
ଆୟୁବ 32:19ଦେଖ, ମୋʼ ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ; ନୂତନ କୁମ୍ପା ପରି ତାହା ଫାଟିବାକୁ ଉଦ୍ୟତ।
- ଜଣେ ଗୀତକାର: ଧୂଆଁରେ ଶୁଖିଯାଇଥିବା କୁପି ପରିଗୀତ 119:83
ପଦଗୁଡ଼ିକ
ଗୀତ 119:83କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।
- ଜଣେ ଗୀତକାର: “ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ”ଗୀତ 56:8
ପଦଗୁଡ଼ିକ
ଗୀତ 56:8ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?
ଜାଲା ଓ କୁପି
- ରିବିକା କାନ୍ଧରେ କଳସୀ ଧରି ବାହାରି ଆସିଲେଆଦି 24:15
ପଦଗୁଡ଼ିକ
ଆଦି 24:15ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।
- ଗିଦିୟୋନ୍ଙ୍କ ଲୋକମାନେ ଘଟ ଭିତରେ ମଶାଲ ନେଇ ସେଗୁଡ଼ିକ ଭାଙ୍ଗିଲେବିଚାର 7:16, ବିଚାର 7:19–20
ପଦଗୁଡ଼ିକ
ବିଚାର 7:16ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳସ ଓ କଳସ ମଧ୍ୟରେ ଦିହୁଡ଼ି ଦେଲେ।
ବିଚାର 7:19–20ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳସ କଚାଡ଼ି ଭାଙ୍ଗି ପକାଇଲେ। ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳସ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, “ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।”
- ଶାମୁୟେଲ ଶାଉଲଙ୍କ ମସ୍ତକରେ ଏକ କୁପି ତୈଳ ଢାଳିଲେପ୍ର.ଶା 10:1
ପଦଗୁଡ଼ିକ
ପ୍ର.ଶା 10:1ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?
- ଦାଉଦ ଶୋଇଥିବା ଶାଉଲଙ୍କ ମୁଣ୍ଡ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେପ୍ର.ଶା 26:12
ପଦଗୁଡ଼ିକ
ପ୍ର.ଶା 26:12ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।
- ସାରିଫତ୍ର ବିଧବା ପାଖରେ ପାତ୍ରରେ ମୁଠାଏ ମଇଦା ଓ ଅଳ୍ପ ତେଲ ଥିଲାପ୍ର.ରା 17:12
ପଦଗୁଡ଼ିକ
ପ୍ର.ରା 17:12ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”
- ଜଣେ ବିଧବା ଆଉ ପାତ୍ର ନ ରହିବା ପର୍ଯ୍ୟନ୍ତ ତେଲ ଢାଳିଲାଦ୍ଵି.ରା 4:2–6
ପଦଗୁଡ଼ିକ
ଦ୍ଵି.ରା 4:2–6ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କʼଣ କରିବି? ମୋତେ କୁହ; ଘରେ ତୁମ୍ଭର କʼଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।” ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ। ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।” ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା। ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋʼ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା।
- ଇଲୀଶାୟ ଏକ କୁପି ତୈଳ ଦେଇ ଜଣେ ଯୁବା ଭାବବାଦୀଙ୍କୁ ରାମୋତ୍-ଗିଲୀୟଦକୁ ପଠାଇଲେଦ୍ଵି.ରା 9:1
ପଦଗୁଡ଼ିକ
ଦ୍ଵି.ରା 9:1ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍-ଗିଲୀୟଦକୁ ଯାଅ।
- ଯିରିମୀୟ କୁମ୍ଭକାରର ମାଟି କୁଣ୍ଡ କିଣି ପ୍ରାଚୀନମାନଙ୍କ ସାମ୍ନାରେ ଭାଙ୍ଗିଲେଯିରି 19:1, ଯିରି 19:10
ପଦଗୁଡ଼ିକ
ଯିରି 19:1ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,
ଯିରି 19:10ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,
- କାନ୍ନାରେ ଛଅଟି ପଥର ଜାଲା, ପ୍ରତ୍ୟେକ କୋଡ଼ିଏରୁ ତିରିଶ ଗ୍ୟାଲନ, କଣ୍ଠ ପର୍ଯ୍ୟନ୍ତ ପୂର୍ଣ୍ଣଯୋହ 2:6–7
ପଦଗୁଡ଼ିକ
ଯୋହ 2:6–7ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା। ଯୀଶୁ ସେମାନଙ୍କୁ କହିଲେ, “ଜାହାଲାଗୁଡ଼ିକରେ ପାଣି ଭର୍ତ୍ତି କର।” ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ।
- ଜଳ କଳସୀ ବୋହୁଥିବା ଜଣେ ଲୋକ ଶିଷ୍ୟମାନଙ୍କୁ ବାଟ ଦେଖାଇବମାର୍କ 14:13
ପଦଗୁଡ଼ିକ
ମାର୍କ 14:13ସେଥିରେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣକୁ ଏହା କହି ପଠାଇଲେ, “ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ;
- ଶମିରୋଣୀୟା ସ୍ତ୍ରୀ ଆପଣା ଜଳ କଳସୀ ଛାଡ଼ି ନଗରକୁ ଗଲାଯୋହ 4:28
ପଦଗୁଡ଼ିକ
ଯୋହ 4:28ସେଥିରେ ସେହି ସ୍ତ୍ରୀ ଆପଣା ଜାହାଲା ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,
- ଜଣେ ସ୍ତ୍ରୀ ଜଟାମାଂସୀର ଏକ ଶ୍ୱେତପ୍ରସ୍ତର ପାତ୍ର ଭାଙ୍ଗି ଯୀଶୁଙ୍କ ମସ୍ତକରେ ଢାଳିଲାମାର୍କ 14:3
ପଦଗୁଡ଼ିକ
ମାର୍କ 14:3ସେ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର