ମୁଖ୍ୟ ପୃଷ୍ଠା › ଲୋକପ୍ରିୟ ବାଇବେଲ ପଦ › ୧ କରିନ୍ଥୀୟ 10:13
ବାଇବେଲ ପଦ · IRV
୧ କରିନ୍ଥୀୟ 10:13
ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
ସମଗ୍ର ଅଧ୍ୟାୟ ପଢ଼ନ୍ତୁ: ୧ କରିନ୍ଥୀୟ 10
ପ୍ରସଙ୍ଗରେ
10ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।
11ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି।
12ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ।
13ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
14ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମାପୂଜାରୁ ପଳାୟନ କର।
15ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର।
16ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?
ଇଂରାଜୀରେ
No temptation has seized you except what is common to man. And God is faithful; He will not let you be tempted beyond what you can bear. But when you are tempted, He will also provide an escape, so that you can stand up under it.କ୍ରସ୍ ରେଫରେନ୍ସ
ପାଠକମାନେ ଏହା ସହ ସବୁଠାରୁ ଅଧିକ ଯୋଡ଼ୁଥିବା ଅଂଶ।
ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍।କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତ-ବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ।ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି। ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି। ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ; ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର।ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର